ମ୍ୟାନମାରରେ ସାମରିକ ଶାସକଙ୍କ ନରସଂହାର: ୩୦ରୁ ଅଧିକ ମୃତ…

ନାପିଦ୍ୱ,୧୧।୪ : ମ୍ୟାନମାରର କେନ୍ଦ୍ରୀୟ ଅଞ୍ଚଳରେ ସାମରିକ ଶାସକଙ୍କ ନରସଂହାରରେ ୩୦ରୁ ଅଧିକ ଜଣଙ୍କର ମୃତ୍ୟୁ ଘଟିଥିବା ସୂଚନା ମିଳିଛି। ସାମରିକ ନିୟମକୁ ବିରୋଧ କରିବା ପାଇଁ ଆନ୍ଦୋଳନକାରୀମାନେ ଏକ କାର୍ଯ୍ୟକ୍ରମ ଆୟୋଜନ କରିଥିଲେ। ତେବେ ସାମରିକ ଶାସକ ବିଦ୍ରୋହୀଙ୍କ ଉପରେ ଆଖିବୁଜା ଗୁଳି ଚାଳନା କରିଥିଲେ।

ସାଗିଙ୍ଗ ଅଞ୍ଚଳର ବାସିନ୍ଦାଙ୍କଠାରୁ ହାସଲ କରାଯାଇଥିବା ତଥ୍ୟ ଆଧାରରେ ବିବିସି ବର୍ମିଜ, ରେଡିଓ ଫ୍ରି ଏସିଆ (ଆରଏଫଏ) ଏବଂ ଇରୱାଡି ନ୍ୟୁଜ ପୋର୍ଟାଲରେ ଖବର ପ୍ରକାଶିତ ହୋଇଛି ଯେ, ଏହି ଘଟଣାରେ ସାଧାରଣ ନାଗରିକଙ୍କ ସମେତ ୫୦ ଜଣଙ୍କର ମୃତ୍ୟୁ ଘଟିଛି। ତେବେ ନ୍ୟୁଜ ଏଜେନ୍ସି ରଏଟର୍ସ ଏପର୍ଯ୍ୟନ୍ତ ସାମରିକ ଶାସକ ମୁଖପାତ୍ରଙ୍କ ସହ କଥାବାର୍ତ୍ତା କରିବାରେ ସକ୍ଷମ ହୋଇ ନାହିଁ।

ଏହାପୂର୍ବରୁ ମାର୍ଚ୍ଚ ୧୪ ରେ ମ୍ୟାନମାର ସେନା ଏକ ବୌଦ୍ଧ ମଠ ଉପରେ ଆକ୍ରମଣ କରି ୨୮ ଜଣଙ୍କୁ ହତ୍ୟା କରିଥିଲା। ବିଦ୍ରୋହୀ ସଂଗଠନ କାରେନ୍ନି ଜାତୀୟତାବାଦୀ ପ୍ରତିରକ୍ଷା ବାହିନୀ ଏହି ଦାବି କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଖୁଦୁରୁକୁଣୀ ପୂଜା ପାଇଁ ନଦୀକୁ ଯାଇ ବୁଡ଼ିଗଲେ ଜଣେ ଯୁବତୀ, ୩ ଅଳ୍ପକେ ରକ୍ଷା

ଧାମନଗର,୨୩ା୮(ସନ୍ତୋଷ କୁମାର ମହାପାତ୍ର): ଖୁଦୁରୁକୁଣୀ ପୂଜା ପାଇଁ ନିକଟସ୍ଥ ନଦୀକୁ ଯାଇ ଏକ ଦୁଃଖଦ ଘଟଣା ଘଟିଛି। ରବିବାର ସକାଳେ ୪ ଜଣ ଝିଅ ନଦୀକୁ ଯାଇଥିବାବେଳେ…

ପୋଲିସ କର୍ମଚାରୀଙ୍କୁ ଲାଠିରେ ମାଡ଼; ଆଖିରେ ପକାଇଲେ ଲଙ୍କା ଗୁଣ୍ଡ, ହେଲେ କାହିଁକି? ଜାଣନ୍ତୁ…

ନୂଆଦିଲ୍ଲୀ,୨୩।୮: ଭାଲସ୍ବା ଡାଏରୀ ଅଞ୍ଚଳରୁ ଦିଲ୍ଲୀ ପୋଲିସ କର୍ମଚାରୀଙ୍କ ଉପରେ ଆକ୍ରମଣ ହୋଇଥିବା ଏକ ଘଟଣା ସାମ୍ନାକୁ ଆସିଛି। ମୁକୁନ୍ଦପୁରର ଜନତା ବିହାର ଅଞ୍ଚଳରେ ବିନା କାଗଜପତ୍ରରେ…

ମୁଖ୍ୟମନ୍ତ୍ରୀ ବସ୍‌ ଧକ୍କାରେ ୨ ଭାଇ ଗୁରୁତର, ବସ୍‌କୁ ଜବତ କରି…

ଦିଗପହଣ୍ଡି,୨୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ସାମନ୍ତରାପୁର ଗ୍ରାମ ରାଜଘାଇ ମହୁଲଘୋଡଣି ବୁଲାଣି ନିକଟରେ ରବିବାର ସକାଳେ ମୁଖ୍ୟମନ୍ତ୍ରୀ ସରକାରୀ ବସ୍‌…

‘କଂଗ୍ରେସର ହିନ୍ଦୁ ବିରୋଧୀ କାହାଣୀ’: ମନୁ-ସ୍ମୃତିକୁ ନେଇ ରାହୁଲଙ୍କୁ ଟାର୍ଗେଟ କରିଛି ଭାଜପା

ନୂଆଦିଲ୍ଲୀ,୨୩।୮: ପୁଣେରେ ରାହୁଲ ଗାନ୍ଧୀ ଦାବି କରିଥିଲେ ଯେ ମନୁ-ସ୍ମୃତିରେ ମହିଳାମାନଙ୍କୁ ଅବମାନନା କରୁଥିବା ଶ୍ଳୋକ ଅଛି। ସେ କହିଛନ୍ତି ଯେ ପାଠ୍ୟରେ ମହିଳାମାନେ ଜୀବନର ପ୍ରତ୍ୟେକ…

‘ବିଶ୍ୱବାସୀଙ୍କୁ ଭାରତ ଆସିବା ଉଚିତ ବୋଲି ଅନୁଭବ କରିବା ଦରକାର,’ ମହାକାଶ ଷ୍ଟାର୍ଟଅପ୍ସର ପ୍ରତିଷ୍ଠାତାମାନଙ୍କୁ ଏମିତି କହିଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୨୩।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାରତର ମହାକାଶ କ୍ଷେତ୍ରକୁ ବିଶ୍ୱ ଆକର୍ଷଣର କେନ୍ଦ୍ର କରିବା ଉପରେ ଗୁରୁତ୍ୱାରୋପ କରିଛନ୍ତି। ମହାକାଶ ଷ୍ଟାର୍ଟଅପଗୁଡ଼ିକର ସିଇଓ ଏବଂ ପ୍ରତିଷ୍ଠାତାମାନଙ୍କ ସହିତ…

ଆଧ୍ୟାତ୍ମିକ ଜ୍ଞାନ ପ୍ରଚାର ପ୍ରସାର ପାଇଁ ଆହ୍ବାନ

ଦିଗପହଣ୍ଡି,୨୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ଶନିବାର ଆଧ୍ୟାତ୍ମିକ ଜ୍ଞାନ ପ୍ରଚାର ସଭା ଅନୁଷ୍ଠିତ ହୋଇଯାଇଛି। ପ୍ରମୋଦ ପଣ୍ଡାଙ୍କ ବାସଭବନରେ ଆୟୋଜିତ ସଭାରେ ପୁରୀ ଗୋବର୍ଦ୍ଧନ…

FSSAI ର ବଡ଼ କାର୍ଯ୍ୟାନୁଷ୍ଠାନ: ନେସଲେ, ପେପ୍ସିକୋରୁ ଡୋମିନୋଜ୍… ଭ୍ରାମକ ବିଜ୍ଞାପନ ପାଇଁ ୧୫୦ରୁ ଅଧିକ କମ୍ପାନୀକୁ ନୋଟିସ୍!

ନୂଆଦିଲ୍ଲୀ,୨୩ା୮: ଭାରତର ଖାଦ୍ୟ ସୁରକ୍ଷା ନିୟାମକ ସଂସ୍ଥା ‘ଭାରତୀୟ ଖାଦ୍ୟ ସୁରକ୍ଷା ଏବଂ ମାନକ ପ୍ରାଧିକରଣ’ (FSSAI) ଦେଶର କେତେକ ପ୍ରମୁଖ ଖାଦ୍ୟ ଏବଂ ପାନୀୟ (Food…

କୁଲଦୀପ ଯାଦବଙ୍କୁ ଦ୍ୱିତୀୟ ଟେଷ୍ଟରୁ କାହିଁକି ବାଦ ଦିଆଗଲା? ବିସିସିଆଇ ପ୍ରକୃତ କାରଣ ପ୍ରକାଶ କଲା

ନୂଆଦିଲ୍ଲୀ,୨୩।୮: କୁଲଦୀପ ଯାଦବ ବର୍ତ୍ତମାନ କଲମ୍ବୋରେ ଚାଲିଥିବା ଶ୍ରୀଲଙ୍କା ବିପକ୍ଷ ଦ୍ୱିତୀୟ ଟେଷ୍ଟରେ ଖେଳୁନାହାଁନ୍ତି। ତାଙ୍କ ସ୍ଥାନରେ ଅଫ ସ୍ପିନର ସାରାଂଶ ଜୈନଙ୍କୁ ପ୍ଲେଇଂ ଏକାଦଶରେ ସାମିଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri