ପାଟନାରେ ପଶିଲା ନୂଆ ଭାରିଆଣ୍ଟ ବିଏ-୧୨

ନୂଆଦିଲ୍ଲୀ,୨୮।୪: ବିହାରର ପାଟନାରୁ ଗୁରୁବାର କୋଭିଡ୍‌-୧୯ର ନୂଆ ଭାରିଆଣ୍ଟ ଚିହ୍ନଟ ହୋଇଛି। ମୋଟ ୧୩ଟି ନମୁନା ପରୀକ୍ଷା ହୋଇଥିବା ବେଳେ ସେଥିରୁ ଗୋଟିଏ ବିଏ-୧୨ ଷ୍ଟ୍ରେନ୍‌ ରହିଥିବା ଜଣାପଡ଼ିଛି। ଏହା ତୃତୀୟ ଲହର ସମୟର ବିଏ-୨ ଭାରିଆଣ୍ଟ ତୁଳନାରେ ୧୦ ଗୁଣ ବିପଜ୍ଜନକ ବୋଲି କୁହାଯାଉଛି। ପାଟନାର ଇନ୍ଦିରା ଗାନ୍ଧୀ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ମେଡିକାଲ ସାଇନ୍ସେସ୍‌ (ଆଇଜିଆଇଏମ୍‌ଏସ୍‌)ରେ ଓମିକ୍ରନ୍‌ର ଏହି ନୂଆ ଭାରିଆଣ୍ଟ ଚିହ୍ନଟ ହୋଇଛି। ବିଏ-୧୨ ଭାରିଆଣ୍ଟ ପ୍ରଥମେ ଆମେରିକାରେ ଦେଖାଦେଇଥିଲା। କିଛିଦିନ ପୂର୍ବରୁ ଦିଲ୍ଲୀରେ ମଧ୍ୟ ୨/୩ଟି ଏଭଳି ମାମଲା ନଜରକୁ ଆସିଥିଲା।
ଆଇଜିଆଇଏମ୍‌ଏସ୍‌ର ମାଇକ୍ରୋବାୟୋଲୋଜି ବିଭାଗ ମୁଖ୍ୟ ଡ. ନମ୍ରତା କୁମାରୀ କହିଛନ୍ତି, କୋଭିଡ୍‌ ସଂକ୍ରମଣ ବଢ଼ୁଥିବାରୁ କରୋନାର ଓମିକ୍ରନ୍‌ ଭାରିଆଣ୍ଟର ନମୁନାଗୁଡ଼ିକର ଜିନୋମ ସିକ୍ୱେନ୍ସିଂ ଆରମ୍ଭ କରାଯାଇଥିଲା। ମୋଟ ୧୩ ନମୁନା ପରୀକ୍ଷାରୁ ଗୋଟିଏ ବିଏ-୧୨ ମିଳିଥିବା ବେଳେ ଅନ୍ୟ ୧୨ଟିରେ ବିଏ-୨ ଷ୍ଟ୍ରେନ୍‌ର ଜଣାପଡ଼ିଥିଲା। ବିଏ-୧୨ ସଂକ୍ରମିତ ବ୍ୟକ୍ତିଙ୍କ ସଂସ୍ପର୍ଶରେ କେଉଁମାନେ ଆସିଛନ୍ତି, ତାହା ଜାଣିବା ପାଇଁ କଣ୍ଟାକ୍ଟ ଟ୍ରେସିଂ ଜାରି ରହିଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କ୍ରାଶ ହେଲା ନୌସେନାର MH-60 ହେଲିକପ୍ଟର, ଆରବ ସାଗରରେ ଜରୁରୀକାଳୀନ ଅବତରଣ ସମୟରେ ଘଟିଲା…

ଓ୍ବାଶିଂଟନ,୨।୭: ଆରବ ସାଗରରେ ଜରୁରୀକାଳୀନ ଅବତରଣ କରିବାକୁ ଚେଷ୍ଟା କରୁଥିବା ସମୟରେ ଏକ ଆମେରିକୀୟ ନୌସେନା MH-60S ସିହକ୍ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି। ତିନି ଜଣ କ୍ରୁ…

ପାଠପଢ଼ା ବୟସରେ ହାତରେ ବନିଶୀ କଣ୍ଟା, ମାଛ ମାରି ପେଟ ପୋଷୁଛନ୍ତି ଜନଜାତି ପିଲା

ମହାକାଳପଡ଼ା,୨ା୭(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳର ଶବରପଡ଼ା, ଜଙ୍ଗଲଘେରି, ବାଘୁଆମେଦି, ଜମ୍ବୁ , ସୁନିତି ଅଠର ବାଙ୍କି ଓ ପାଣିଖିଆ…

ମାତ୍ର ୧୦୦ ଦିନରେ ଶାହରୁଖଙ୍କ ସ୍ବପ୍ନ ହେଲା ପୂରଣ: ଏବେ…

ନୂଆଦିଲ୍ଲୀ,୨।୭: ଅଭିନେତା ଶାହରୁଖ ଖାନଙ୍କ ଦୀର୍ଘ ଦିନର ସ୍ବପ୍ନ ପୂରଣ ହୋଇଛି। ତାଙ୍କ ସ୍ବପ୍ନ ପୂରଣ କରିଛନ୍ତି ଆଇସିସି ଅଧ୍ୟକ୍ଷ ଜୟ ଶାହ। ଏଥିପାଇଁ ଶାହରୁଖ ତାଙ୍କୁ…

ଚାଷୀଙ୍କ ମୁଁହରେ ଫେରିଲା ହସ, ଖୁବ ଶୀଘ୍ର କାର୍ଯ୍ୟକ୍ଷମ ହେବ ଅଚଳ ଶୀତଳ ଭଣ୍ଡାର

ଗଞ୍ଜାମ,୨।୭(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ବୁରୁଡ଼ି ଠାରେ ୨୦୧୦ ମସିହାରେ ନିର୍ମିତ ଶୀତଳ ଭଣ୍ଡାର ଅଚଳ ଅବସ୍ଥାରେ ରହିଛି । ଉକ୍ତ ଶୀତଳ ଭଣ୍ଡାରଟି ଆରଏମସି…

ରେଳ ଷ୍ଟେସନରେ ଚାଞ୍ଚଲ୍ୟ! ମା’ କୋଳରେ ଶୋଇଥିବା ପୁଅକୁ ଅପହରଣ, ସିସିଟିଭିରେ…

ହାଇଦ୍ରାବାଦ,୨।୭: ଦେଶର ସବୁଠାରୁ ବ୍ୟସ୍ତବହୁଳ ରେଳ ଷ୍ଟେସନ ମଧ୍ୟରୁ ହାଇଦ୍ରାବାଦର ସିକନ୍ଦରାବାଦ ରେଳ ଷ୍ଟେସନ ଅନ୍ୟତମ । ଏଠାରୁ ଏକ ଆଶ୍ଚର୍ଯ୍ୟଜନକ ଅପହରଣ ଘଟଣା ସାମ୍ନାକୁ ଆସିଛି…

ଲଗାଣ ବର୍ଷା: ଏହି ଜିଲାରେ ୨ ଦିନ ସ୍କୁଲ ଛୁଟି ଘୋଷଣା

ଫୁଲବାଣୀ,୨।୭(ରାକେଶ କୁମାର ରାଉତ): ସାରା ରାଜ୍ୟରେ ଗତ ୨ ଦିନ ହେବ ବର୍ଷା ଲାଗି ରହିଛି। ଲଗାଣ ବର୍ଷାକୁ ଦୃଷ୍ଟିରେ ରଖି କନ୍ଧମାଳ ଜିଲାରେ ୨ ଦିନ…

ବରଗଡ଼ ଏମପିଙ୍କ ବଡ଼ ସୂଚନା, ଅମିତ ଶାହାଙ୍କ ଓଡ଼ିଶା ଗସ୍ତ ବାତିଲ

ବରଗଡ଼,୨ା୭:(ପ୍ରେମାନନ୍ଦ ଖମାରୀ):ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କ ଓଡ଼ିଶା ଗସ୍ତ ବାତିଲ ହୋଇଛି । ଆସନ୍ତା ୪ ତାରିଖରେ ଓଡ଼ିଶା ଆସିବାର କାର୍ଯ୍ୟକ୍ରମ ରହିଥିବା ବେଳେ ଏହା ବାତିଲ…

ବିକାଶ ବାଟବଣା: ବସଷ୍ଟାଣ୍ଡରେ ଲହଡ଼ି ମାରୁଛି ବର୍ଷାଜଳ

ବରଗଡ଼,୨।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ବିକାଶ ବାଟବଣା ହୋଇ ପଡ଼ିଛି। ଏଠାରେ ଡ୍ରେନେଜ ବ୍ୟବସ୍ଥା ଭୁଷୁଡି ପଡିଛି। ସାମାନ୍ୟ ବର୍ଷାରେ ବରଗଡ ସହର କେନ୍ଦ୍ରସ୍ଥଳୀରେ ରହିଥିବା ସରକାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri