ଜିଓ ଟ୍ରୁ-୫ଜି ଲାବ୍‌ର ଶୁଭାରମ୍ଭ

ଭୁବନେଶ୍ୱର, ୩୧।୮: ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍‌ ଲିମିଟେଡ୍‌ (ଆର୍‌ଆଇଏଲ୍‌)ର ୪୬ତମ ବାର୍ଷିକ ସାଧାରଣ ବୈଠକ (ଏଜିଏମ୍‌) ମୁମ୍ବାଇଠାରେ ଅନୁଷ୍ଠିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ଜିଓ ଟ୍ରୁ-୫ଜି ଲାବ୍‌ର ଶୁଭାରମ୍ଭ ସମ୍ପର୍କରେ ବିସ୍ତୃତ ଭାବେ ଘୋଷଣା କରାଯାଇଥିଲ। ଏପରିକି ଜିଓ ଏୟାର ଫାଇବର ସହିତ ଜିଓ ଟ୍ରୁ-୫ଜି ଡେଭଲପର ପ୍ଲାଟ୍‌ଫର୍ମର ଶୁଭାରମ୍ଭ ବିଷୟରେ ମଧ୍ୟ ଘୋଷଣା ହୋଇଥିଲା। ଏ ସମ୍ପର୍କରେ ଜିଓର ଅଧ୍ୟକ୍ଷ ଆକାଶ ଏମ୍‌ ଅମ୍ବାନୀ କହିଛନ୍ତି, ଆମେ ଏଭଳି ଏକ ପ୍ଲାଟ୍‌ଫର୍ମ ତିଆରି କରୁଛୁ, ଯାହା ଉଦ୍ୟୋଗୀ, କ୍ଷୁଦ୍ର ବ୍ୟବସାୟ ଓ ଷ୍ଟାର୍ଟଅପ୍‌ଗୁଡ଼ିକର ଡିଜିଟାଲ ଦୁନିଆ ସହ ସମ୍ପର୍କ ମାଧ୍ୟମକୁ ବଦଳାଇ ଦେବ। ବିଶେଷକରି ଉଦ୍ୟୋଗୀମାନଙ୍କର ଆବଶ୍ୟକତାକୁ ଦୃଷ୍ଟିରେ ରଖି ଜିଓ ପକ୍ଷରୁ ୫ଜି ନେଟ୍‌ୱର୍କ, ଏଜ୍‌ କମ୍ପ୍ୟୁଟିଂ ଓ ଆପ୍ଲିକେଶନକୁ ମିଶାଇ ଏକ ବ୍ୟାପକ ପ୍ଳାଟ୍‌ଫର୍ମ ପ୍ରସ୍ତୁତ କରାଯାଇଛି। ସେହିପରି ଜିଓ ଟ୍ରୁ-୫ଜି ଲାବ୍‌ରେ ଆମର ଔଦ୍ୟୋଗିକ ସହଯୋଗୀମାନେ ଶିଳ୍ପ କ୍ଷେତ୍ର ପାଇଁ ସ୍ବତନ୍ତ୍ର ସମାଧାନର ବିକାଶ,ପରୀକ୍ଷଣ ଓ ମିଳିତ ଭାବେ ନିର୍ମାଣ କରିପାରିବେ ବୋଲି ଆକାଶ ବିସ୍ତୃତ ଭାବେ ଆଲୋକପାତ କରିଛନ୍ତି। ଉଲ୍ଲେଖଯୋଗ୍ୟ, ଜିଓ ଟ୍ରୁ-୫ଜି ଲାବ୍‌ ରିଲାଏନ୍ସ କର୍ପୋରେଟ୍‌ ପାର୍କ ନଭି ମୁମ୍ବାଇଠାରେ ରହିବ। ଅପରପକ୍ଷରେ ଆର୍‌ଆଇଏଲ୍‌ର ଅଧ୍ୟକ୍ଷ ଓ ପରିଚାଳନା ନିର୍ଦ୍ଦେଶକ ମୁକେଶ ଅମ୍ବାନୀ କମ୍ପାନୀର ବାର୍ଷିକ ସାଧାରଣ ବୈଠକରେ ଘୋଷଣା କରିଛନ୍ତି, ୫ଜି ନେଟ୍‌ୱର୍କ ଓ ଉନ୍ନତ ଓୟାରଲେସ୍‌ ପ୍ରଯୁକ୍ତିକୁ ବ୍ୟବହାର କରି ଜିଓ ଏୟାର ଫାଇବର ଘରେ ଓ କାର୍ଯ୍ୟାଳୟରେ ଓୟାରଲେସ୍‌ ବ୍ରଡ୍‌ବ୍ୟାଣ୍ଡ୍‌ ସେବା ପ୍ରଦାନ କରିବ। ଜିଓ ଏୟାର ଫାଇବର ଶୁଭାରମ୍ଭ ପରେ ଟେଲିକମ୍‌ କ୍ଷେତ୍ରରେ ବୈପ୍ଳବିକ ପରିବର୍ତ୍ତନ ଆଶା କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ପକେଟ ଉପରେ ବଢ଼ିବ ବୋଝ! ଅଗଷ୍ଟରୁ ମହଙ୍ଗା ହେବ କାର୍‌, ଟିଭି, ଫ୍ରିଜ୍‌ ସହ…ଦେଖନ୍ତୁ ପୂରା ତାଲିକା

ନୂଆଦିଲ୍ଲୀ, ୨୮।୭: ଅଗଷ୍ଟରୁ ପର୍ବପର୍ବାଣୀ ଋତୁ ଆରମ୍ଭ ହେବା ସହିତ ମହଙ୍ଗା ମଧ୍ୟ ଆପଣଙ୍କୁ ଅପେକ୍ଷା କରିଛି। ସକାଳର ଚା’ଠାରୁ ଆରମ୍ଭ କରି କାର୍‌ ପର୍ଯ୍ୟନ୍ତ ଅଗଷ୍ଟରେ…

ଅପେକ୍ଷାର ଅନ୍ତ! ୧୦-୨୦ ଟଙ୍କିଆ ପ୍ଲାଷ୍ଟିକ୍ ନୋଟ ନେଇ RBIକୁ ସରକାର କହିଲେ…

ନୂଆଦିଲ୍ଲୀ,୨୭।୭: ଖୁବଶୀଘ୍ର ମାର୍କେଟକୁ ଆସିବ ୧୦ ଏବଂ ୨୦ ଟଙ୍କିଆ ପ୍ଲାଷ୍ଟିକ ନୋଟ୍ । କ୍ଷେତ୍ର ପରୀକ୍ଷଣ କରିବା ପାଇଁ ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) ଦ୍ୱାରା…

ଅଗଷ୍ଟ ୧ରୁ ବଦଳିବ ଗ୍ୟାସ ସିଲିଣ୍ଡର ଦର! ମହଙ୍ଗା ହେବ କି ଶସ୍ତା ଜାଣନ୍ତୁ

ନୂଆଦିଲ୍ଲୀ, ୨୭।୭: ଇରାନ ଏବଂ ଆମେରିକା ମଧ୍ୟରେ ସଂଘର୍ଷ ଯୋଗୁଁ ସାଧାରଣ ଜନତାଙ୍କୁ ମହଙ୍ଗା ମାଡ଼ର ସମ୍ମୁଖୀନ ହେବାକୁ ପଡିଥିଲା । ତେଲ, ଗ୍ୟାସ ଏବଂ ଅନେକ…

ବଦଳିଲା ଟୋଲ ନିୟମ: ହାଇୱେରେ ଯାତ୍ରା କରୁଥିବା ଲୋକଙ୍କ ଉପରେ କ’ଣ ପଡିବ ପ୍ରଭାବ? ଜାଣନ୍ତୁ…

ନୂଆଦିଲ୍ଲୀ,୨୬।୭: ଯଦି ଆପଣ ପ୍ରାୟତଃ ଜାତୀୟ ରାଜପଥ (ନ୍ୟାଶନାଲ ହାଇୱେ) କିମ୍ବା ଏକ୍ସପ୍ରେସୱେରେ ଯାତ୍ରା କରନ୍ତି, ତେବେ NHAI (ଏନ.ଏଚ.ଏ.ଆଇ.) ର ଏହି ନୂତନ ନିୟମ ଆପଣଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri