ଚାଇନାର ଦାଦାଗିରି

ବେଜିଂ,୧୭।୯:ବିଶ୍ୱ ବ୍ୟାଙ୍କର ଡୁଇଙ୍ଗ ବିଜନେସ ରିପୋର୍ଟର ବିଶ୍ୱସନୀୟତା ଉପରେ ବଡ଼ ପ୍ରଶ୍ନ ଉଠିଛି। ଅନୁସନ୍ଧାନରୁ ଜଣାପଡିଛି ଯେ, ଚାଇନାର ଚାପ ଯୋଗୁ ବିଶ୍ୱ ବ୍ୟାଙ୍କ ଦ୍ୱାରା ପ୍ରସ୍ତୁତ ୨୦୧୮ ରିପୋର୍ଟକୁ ହେରଫେର କରାଯାଇଛି। ବିଶ୍ୱ ବ୍ୟାଙ୍କର ବ୍ୟବସାୟ ରିପୋର୍ଟରେ ଅନିୟମିତତାକୁ ନେଇ ବିବାଦ ଗଭୀର ହେବାରେ ଲାଗିଛି। ଏଥିରେ ଅନ୍ତର୍ଜାତୀୟ ମୁଦ୍ରା ପାଣ୍ଠି (ଆଇଏମଏଫ)ର ପରିଚାଳନା ନିର୍ଦ୍ଦେଶକ କ୍ରିଷ୍ଟାଲିନା ଜର୍ଜିଭାଙ୍କ ନାମ ମଧ୍ୟ ପ୍ରକାଶ ପାଇଛି। ରିପୋର୍ଟ ଅନୁଯାୟୀ, ଚାଇନା ଯେପରି ଅସନ୍ତୋଷ ନ ହୁଏ ସେଥିପାଇଁ ବିଶ୍ୱ ବ୍ୟାଙ୍କରେ ରହିବା ସମୟରେ ଏକ ରିପୋର୍ଟରେ ପରିବର୍ତ୍ତନ ଆଣିବାକୁ ଜର୍ଜିଭା କର୍ମଚାରୀଙ୍କୁ ଚାପ ପକାଇଥିଲେ। ତେବେ ଜର୍ଜିଭା ଏଥିରେ ଏକମତ ନୁହଁନ୍ତି। ବ୍ୟାଙ୍କର ନୈତିକ କମିଟିର ନିର୍ଦ୍ଦେଶରେ ଆଇନ ସଂସ୍ଥା ୱିଲ୍ମର୍‌ହେଲ୍‌ ଏହି ରିପୋର୍ଟ ପ୍ରସ୍ତୁତ କରିଛନ୍ତି। ଏଥିରେ ଚାଇନାର ବିଶ୍ୱ ବ୍ୟାଙ୍କ ଉପରେ ହେଉଥିବା ଚାପକୁ ନେଇ ଚିନ୍ତା ପ୍ରକଟ କରାଯାଇଛି। ରିପୋର୍ଟରେ କୁହାଯାଇଛି ଯେ, ଚାଇନାର ମାନ୍ୟତାରେ ଉନ୍ନତି ଆଣିବା ପାଇଁ କ୍ରିଷ୍ଟାଲିନା କର୍ମଚାରୀଙ୍କ ଉପରେ ଚାପ ପକାଇଛନ୍ତି। ଏହା ସହିତ ତତ୍କାଳୀନ ଆଇଏମଏଫ ରାଷ୍ଟ୍ରପତି ଜିମ ୟୋଙ୍ଗ କିମଙ୍କ ଉପରେ ଚାଇନାର ଚାପ ବିଷୟରେ ମଧ୍ୟ ଆଲୋଚନା ହୋଇଛି। ଏଥିସହିତ ଜର୍ଜିଭା ତଦନ୍ତ ରିପୋର୍ଟକୁ ପ୍ରତ୍ୟାଖ୍ୟାନ କରି କହିଛନ୍ତି ଯେ ସେ ଏଥିରେ ସହମତ ନୁହଁନ୍ତି ଏବଂ ଆଇଏମଏଫ କାର୍ଯ୍ୟନିର୍ବାହୀ ବୋର୍ଡ ସମ୍ମୁଖରେ ତାଙ୍କ ପକ୍ଷ ଉପସ୍ଥାପନ କରିଛନ୍ତି।
ସୂଚନାଯୋଗ୍ୟ,ବିଶ୍ୱ ବ୍ୟାଙ୍କ ପୁଞ୍ଜି ପାଇଁ ଚାଇନାଠାରୁ ସାହାଯ୍ୟ ଲୋଡିଥିଲା। ତେଣୁ ଏହା ବଦଳରେ ଚାଇନା ଏହି ରିପୋର୍ଟରେ ସୁଯୋଗ ଦେବା ପାଇଁ ଚେଷ୍ଟା କରାଯାଇଛି ବୋଲି ଅନୁମାନ କରାଯାଉଛି। ‘ଡୁଇଙ୍ଗ ବିଜିନେସ ୨୦୧୮’ ରିପୋର୍ଟରେ ସାତୋଟି ସ୍ଥାନ ବୃଦ୍ଧି କରି ଚାଇନା ୭୮ତମ ସ୍ଥାନରେ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

‘ଭାରତ ରୁଷରୁ ତେଲ କିଣିବ ନାହିଁ’, ଆମେରିକା ଦାବିର କଡ଼ା ଜବାବ ଦେଲେ ଏସ ଜୟଶଙ୍କର

କଲମ୍ବୋ,୧୫।୨: ରୁଷିଆରୁ ତେଲ ଆମଦାନୀକୁ ନେଇ ଆମେରିକା ଏବଂ ଭାରତ ମଧ୍ୟରେ ପୁଣି ଥରେ କୂଟନୈତିକ ବାକ୍‌ଯୁଦ୍ଧ ଦେଖିବାକୁ ମିଳିଛି। ଜର୍ମାନୀରେ ଅନୁଷ୍ଠିତ ମ୍ୟୁନିକ୍ ସୁରକ୍ଷା ସମ୍ମିଳନୀରେ…

ଅପହରଣର ୬୫ ବର୍ଷ ପରେ ଘରକୁ ଫେରିଲେ ବୃଦ୍ଧା; ବର୍ତ୍ତମାନର ବୟସ ୮୦, କାହାଣୀ ଜାଣିଲେ…

ଲକ୍ଷ୍ନୌ,୧୫।୨: ଉତ୍ତର ପ୍ରଦେଶର ହରଦୋଇ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯେତେବେଳେ ଜଣେ ୮୦ ବର୍ଷୀୟ ବୃଦ୍ଧା ତାଙ୍କ ପିତାମାତାଙ୍କ ଘରକୁ ଫେରିଲେ, ସେତେବେଳେ…

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ପାକିସ୍ତାନ ଅଧିନାୟକଙ୍କ ମାଷ୍ଟରଷ୍ଟ୍ରୋକ୍‌ରେ ଫସିଲା ଭାରତ: ଖାତା ଖୋଲିବା ପୂର୍ବରୁ ଅଭିଷେକ ଆଉଟ୍

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତକୁ ଝଟକା ଦେବାରେ ସଫଳ ହୋଇଛି ପାକିସ୍ତାନ । ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଘାଙ୍କ ଏକ ଚତୁର ରଣନୀତି…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ଏପ୍ରିଲରୁ ଲାଗୁ ହୋଇପାରେ ଭାରତ-ୟୁକେ ଚୁକ୍ତି, କଣ ଶସ୍ତା କଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୨: ଭାରତ ଏବଂ ୟୁକେ ମଧ୍ୟରେ ଜୁଲାଇ ୨୦୨୫ ରେ ସ୍ୱାକ୍ଷରିତ ହୋଇଥିବା ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଏପ୍ରିଲ ୨୦୨୬ ରେ କାର୍ଯ୍ୟକାରୀ ହେବା ନେଇ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ, କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଦେହାନ୍ତ

କଟକ,୧୫ା୨:  ଓଡ଼ିଶାର ସୁନାମଧନ୍ୟ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ । କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଥିବା ସୂଚନା ରହିଛି । ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri