Posted inଖେଳ

ଗେରାଲ୍ଡ ପେଟୋନ ଓଡ଼ିଶା ଏଫ୍‌ସି ଆନ୍ତରୀଣ କୋଚ୍‌

ଭୁବନେଶ୍ୱର,୪।୨: ସହକାରୀ କୋଚ୍‌ ଗେରାଲ୍ଡ ପେଟୋନଙ୍କୁ ଇଣ୍ଡିଆନ ସୁପର ଲିଗ୍‌ (ଆଇଏସ୍‌ଏଲ୍‌) ଦଳ ଓଡ଼ିଶା ଏଫ୍‌ସି ଆନ୍ତରୀଣ ହେଡ୍‌ କୋଚ୍‌ ଭବେ ନିଯୁକ୍ତ କରିଛି। ଆଇଏସ୍‌ଏଲ୍‌ର ଚଳିତ ସପ୍ତମ ସଂସ୍କରଣରେ ସେ ବାକି ଥିବା ମ୍ୟାଚ୍‌ଗୁଡିକରେ ଦାୟିତ୍ୱ ନେବେ। ଓଡ଼ିଶା ଏଫ୍‌ସି ଲିଗ୍‌ରେ ଆଉ ୬ଟି ମ୍ୟାଚ୍‌ ଖେଳିବ। ଆଗକୁ ଦଳକୁ ଜିତାଇବାକୁ ଚେଷ୍ଟା କରିବି। ଏହି ଗୁରୁଦାୟିତ୍ୱ ନେବାକୁ ରାଜି ଅଛି। ଯୁବ ଖେଳାଳିଙ୍କ୍‌ୁ ନେଇ ଆମେ ଅଧିକ ଭଲ ପ୍ରଦର୍ଶନ କରିବାକୁ ଚେଷ୍ଟା କରିବୁ ବୋଲି ପେଟୋନ କହିଛନ୍ତି।
ଗେରି ପେଟୋନ ନାମରେ ଜଣାଥିବା ଏହି ୬୪ ବର୍ଷୀୟ କୋଚ୍‌ ଆୟର୍ଲାଣ୍ଡ ତରଫରୁ ପୂର୍ବରୁ ୩୩ଟି ମ୍ୟାଚ୍‌ ଖେଳିଛନ୍ତି। କୋଚ୍‌ ଭାବେ ମଧ୍ୟ ସେ ବିଭିନ୍ନ କ୍ଲବ ତରଫର କାର୍ଯ୍ୟକରି ବେଶ୍‌ ସଫଳ ରହିଛନ୍ତି। ଅଗାମୀ ମ୍ୟାଚ୍‌ଗୁଡିକରେ ସେ ଦଳ ପାଇଁ ଉପଯୋଗୀ ସାବ୍ୟସ୍ତ ହେବେ ବୋଲି ଆଶା କରାଯାଉଛି। ଉଲ୍ଲେଖଥାଉ କି, ରେଫରିଙ୍କ ନିଷ୍ପତ୍ତିରେ ବିବାଦୀୟ ମନ୍ତବ୍ୟ ଦେଇଥିବାରୁ କୋଚ ଷ୍ଟୁଆର୍ଟ ବକ୍ସଟରଙ୍କୁ ବହିସ୍କାର କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

୨୦୨୭ ODI ବିଶ୍ୱକପ ପାଇଁ ଭାରତୀୟ ଟିମର ଅଧା ଅଂଶ କନଫର୍ମ! ଆକାଶ ଚୋପ୍ରା ବାଛିଛନ୍ତି ୬ ଖେଳାଳିଙ୍କ ନାମ

ନୂଆଦିଲ୍ଲୀ,୫।୧୦: ୨୦୨୭ ଦିନିକିଆ ବିଶ୍ୱକପ ପାଇଁ ଭାରତୀୟ ଦଳର ପ୍ରାୟ ଅଧା ଅଂଶ ବାସ୍ତବରେ ସ୍ଥିର ହୋଇସାରିଛି। ଆକାଶ ଚୋପ୍ରା ପ୍ରଥମ ଛଅଟି ବ୍ୟାଟିଂ ସ୍ଥାନ ପାଇଁ…

ସଞ୍ଜୁ ସାମସନଙ୍କ ଟାର୍ଗେଟରେ ସୁରେଶ ରାଇନା,ଏମ.ଏସ. ଧୋନି, କିନ୍ତୁ କାହିଁକି? ଜାଣନ୍ତୁ ଏହାର ବଡ଼ କାରଣ

ନୂଆଦିଲ୍ଲୀ,୫।୧୦: ୱେଷ୍ଟଇଣ୍ଡିଜ ବିପକ୍ଷରେ ଇତିହାସ ସୃଷ୍ଟି କରିବାର ସୁଯୋଗ ରହିଛି ଭାରତର ୱିକେଟ କିପର ବ୍ୟାଟ୍ସମ୍ୟାନ ସଞ୍ଜୁ ସାମସନଙ୍କ ନିକଟରେ। ୱେଷ୍ଟଇଣ୍ଡିଜ ବିପକ୍ଷ ପାଞ୍ଚ ମ୍ୟାଚ ବିଶିଷ୍ଟ…

‘ବିରାଟଙ୍କ ନମ୍ବର ତାଙ୍କୁ ମିଳିବା ଉଚିତ’, କୋହଲିଙ୍କ ପାଇଁ କିଏ ହେବେ ପରଫେକ୍ଟ ରିପ୍ଲେସମେଣ୍ଟ ପ୍ରକାଶ କଲେ ୱାସିମ ଜାଫର୍‌, ଚମକି ପଡ଼ିବେ…

ନୂଆଦିଲ୍ଲୀ,୫।୧୦: ପ୍ରାୟ ୧୫ ବର୍ଷ ଧରି, ଭାରତୀୟ ଦଳକୁ ODI କ୍ରିକେଟରେ ୩ ନମ୍ବର ସ୍ଥାନ ପାଇଁ କୌଣସି ସମସ୍ୟାର ସମ୍ମୁଖୀନ ହେବାକୁ ପଡ଼ିନାହିଁ; ଏହାର ମୁଖ୍ୟ…

୫୦୦ ୱିକେଟ ନେଇଥିବା ୩୨ ବର୍ଷୀୟ କ୍ରିକେଟର ଅବସର ଘୋଷଣା କରି ଚମକାଇ ଦେଲେ, କାରଣ ଜାଣିଲେ ଆଶ୍ଚର୍ଯ୍ୟ ହେବେ

ନୂଆଦିଲ୍ଲୀ,୫।୧୦: ଜଣେ ଇଂଲଣ୍ଡ କ୍ରିକେଟର ଏକ ଅସାଧାରଣ କାରଣ ପାଇଁ ଅବସର ଗ୍ରହଣ କରିଛନ୍ତି। ନିଜ କ୍ୟାରିୟରରେ ୫୦୦ରୁ ଅଧିକ ୱିକେଟ ନେଇଥିବା କ୍ରେଗ ମାଇଲ୍ସ ମାତ୍ର…

ଅବସର ପୂର୍ବରୁ ରୋହିତ ଶର୍ମାଙ୍କୁ ଟାର୍ଗେଟ ଦେଲେ ସୁନୀଲ ଗାଭାସ୍କର! ‘ହିଟମ୍ୟାନ’ଙ୍କୁ କହିଲେ…

ନୂଆଦିଲ୍ଲୀ,୫।୧୦: ଭାରତୀୟ ଦଳର ପୂର୍ବତନ ଅଧିନାୟକ ସୁନୀଲ ଗାଭାସ୍କର ଷ୍ଟାର୍‌ ବ୍ୟାଟର ରୋହିତ ଶର୍ମାଙ୍କ ନିକଟରେ ଏକ ସ୍ବତନ୍ତ୍ର ଅନୁରୋଧ ରଖିଛନ୍ତି। ଗାଭାସ୍କର ଆଶା ବ୍ୟକ୍ତ କରିଛନ୍ତି…

ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ଉଠିଲା ପ୍ରଶ୍ନ? ଲକ୍ଷ୍ମଣଙ୍କ ବିଦାୟ, ଗମ୍ଭୀରଙ୍କ ଆଗମନରେ ବଦଳିଯିବ କି ପରିସ୍ଥିତି? ଜାଣନ୍ତୁ…

ନୂଆଦିଲ୍ଲୀ,୫।୧୦: ଭାରତ ଏବଂ ୱେଷ୍ଟଇଣ୍ଡିଜ ମଧ୍ୟରେ ହେବାକୁ ଥିବା ପ୍ରଥମ ଟି-୨୦ ମ୍ୟାଚରେ କ’ଣ ବୈଭବ ସୂର୍ଯ୍ୟବଂଶୀ ଖେଳିବେ? ଏହି ପ୍ରଶ୍ନ ନିଶ୍ଚିତ ଭାବରେ ତାଙ୍କର ସମସ୍ତ…

Asian Games 2026: ଖେଳାଳିଙ୍କ ପ୍ରଦର୍ଶନକୁ ନେଇ ପ୍ରଧାନମନ୍ତ୍ରୀ ମୋଦି କହିଲେ, ‘ଆପଣମାନେ ଦେଶକୁ…’

ନୂଆଦିଲ୍ଲୀ,୫।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ‘ଏସୀୟ କ୍ରୀଡ଼ା ୨୦୨୬’ (Asian Games 2026) ରେ ଭାରତୀୟ ଦଳର ପ୍ରଦର୍ଶନ ପାଇଁ ସେମାନଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ଦୃଢ଼ ସଂକଳ୍ପ,…

ଏସୀୟ କ୍ରୀଡ଼ାରେ ଦୁଇଟି ସ୍ବର୍ଣ୍ଣ ଜିତିବା ପରେ ଅବସର ନେଲେ ଏହି କ୍ରିକେଟର, ପ୍ରଶଂସକ କହିଲେ…

ନୂଆଦିଲ୍ଲୀ,୫।୧୦: ପାକିସ୍ତାନୀ ମହିଳା କ୍ରିକେଟର କାଇନାତ ଇମତିଆଜ ଆନ୍ତର୍ଜାତୀୟ କ୍ରିକେଟରୁ ଅବସର ଘୋଷଣା କରିଛନ୍ତି। ରବିବାର ଏକ ପୋଷ୍ଟ ମାଧ୍ୟମରେ ସେ ଏହି ଖବର ଜଣାଇ ଲେଖିଥିଲେ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?