ରୁଷିଆକୁ ଡରୁଛି ଜର୍ମାନୀ

ବର୍ଲିନ,୯ା୧୦: ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ହୋଇଥିବା ଯୁଦ୍ଧ ୟୁରୋପକୁ ଏକ ଶକ୍ତି ସଙ୍କଟର ଆହ୍ବାନ ଦେଇଥିବାବେଳେ ସୁରକ୍ଷା ନେଇ ପ୍ରଶ୍ନ ଉଠିଛି। ଏହି କାରଣରୁ ନାଟୋ ସଦସ୍ୟ ଜର୍ମାନୀ କହିଛି, ଏହି ସାମରିକ ସହଯୋଗୀ ଦଳ ଆଗକୁ ଯାଇ ଅନ୍ୟ କିଛି କରିବା ଉଚିତ। ଜର୍ମାନୀର ପ୍ରତିରକ୍ଷା ମନ୍ତ୍ରୀ ଖ୍ରୀଷ୍ଟିନା ଲାମ୍ବ୍ରେଚ କହିଛନ୍ତି, ନାଟୋ ବର୍ତ୍ତମାନ ନିଜକୁ ରକ୍ଷା କରିବା ପାଇଁ ଆଉ କିଛି ପଦକ୍ଷେପ ନେବା ଉଚିତ। ସେ ତାଙ୍କ ଅଫିସିଆଲ ଆକାଉଣ୍ଟରୁ ଏ ସମ୍ପର୍କରେ ଏକ ଟୁଇଟ୍‌ ମଧ୍ୟ କରିଛନ୍ତି।

ଲିଥୁଆ ଗସ୍ତ ସମୟରେ ସେ ଏହା କହିଛନ୍ତି। ଲିଥୁଆରେ ନାଟୋ ମିଶନ ଅଧୀନରେ ସେ ତାଙ୍କ ସୈନ୍ୟମାନଙ୍କୁ ଭେଟି ସେମାନଙ୍କ ଅବସ୍ଥା ବିଷୟରେ ପଚାରି ବୁଝିଥିଲେ। ଏହି ସମୟରେ ଲିଥୁଆର ପ୍ରତିରକ୍ଷା ମନ୍ତ୍ରୀ ମଧ୍ୟ ତାଙ୍କ ସହ ଉପସ୍ଥିତ ଥିଲେ।

ସେ ଆହୁରି ମଧ୍ୟ କହିଛନ୍ତି, ରୁଷିଆର ରାଷ୍ଟ୍ରପତି ଏବଂ ଅନ୍ୟ ବରିଷ୍ଠ ଅଧିକାରୀମାନେ ବିଭିନ୍ନ ଫୋରମରେ ପରମାଣୁ ଶକ୍ତି ବିଷୟରେ ବାରମ୍ବାର କହିଛନ୍ତି। ୟୁକ୍ରେନକୁ ସମର୍ଥନ କରିବାକୁ ପାଶ୍ଚାତ୍ୟ ଦେଶମାନଙ୍କୁ ଚେତାବନୀ ମଧ୍ୟ ଦେଇଛନ୍ତି। ଯଦିଓ ଆମେରିକା ଭାବୁନାହିଁ ଯେ, ରୁଷିଆ ଏହି ଯୁଦ୍ଧରେ ପରମାଣୁ ଅସ୍ତ୍ର ବ୍ୟବହାର କରିବ। ପ୍ରତିରକ୍ଷା ମନ୍ତ୍ରୀ ତାଙ୍କ ଲିଥୁଆର ପ୍ରତିପକ୍ଷଙ୍କ ଉପସ୍ଥିତିରେ କହିଛନ୍ତି ନାଟୋକୁ ଅଧିକ ଶକ୍ତିଶାଳୀ କରିବା ପାଇଁ ଜର୍ମାନୀ ସପକ୍ଷରେ ଅଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଟ୍ରେନ୍‌ ଟିକେଟ ବୁକିଂ ନିୟମ ବଦଳାଇଲା IRCTC, ଯାତ୍ରା କରିବାକୁ ଥିଲେ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ରେଳବାଇ ଆଧାର-ଯାଞ୍ଚ ହୋଇଥିବା IRCTC ଆକାଉଣ୍ଟ୍ ଧାରୀମାନଙ୍କ ପାଇଁ ବଡ଼ ରାହତ ଘୋଷଣା କରିଛି। ଆଡ଼ଭାନ୍ସ ରିଜର୍ଭେସନ୍ ପିରିଅଡ୍ (ARP)ର ପ୍ରଥମ ଦିନରେ...

ବିଶ୍ୱର ୪ର୍ଥ ବୃହତ୍ ଅର୍ଥନୀତି ପାଲଟିଲା ଭାରତ; ୨୦୩୦ ସୁଦ୍ଧା ଜର୍ମାନୀକୁ ଟପିବା ଲକ୍ଷ୍ୟ

ନୂଆଦିଲ୍ଲୀ,୩୦।୧୨: ବିଶ୍ୱ ଅର୍ଥନୀତି ମାନଚିତ୍ରରେ ଭାରତର ଦବଦବା ଜାରି ରହିଛି। ଜାପାନକୁ ଟପି ଭାରତ ଏବେ ବିଶ୍ୱର ଚତୁର୍ଥ ବୃହତ୍ତମ ଅର୍ଥନୈତିକ ଶକ୍ତି ଭାବେ ଉଭା...

ଆର୍‌ସିବିକୁ ବଡ଼ ଝଟ୍‌କା, ଏହି କାରଣରୁ ଖେଳିବେ ନାହିଁ…

ନୂଆଦିଲ୍ଲୀ, ୩୦।୧୨: ମହିଳା ପ୍ରିମିଅର୍ ଲିଗ୍ (WPL) ୨୦୨୬ ଆରମ୍ଭ ହେବାକୁ ମାତ୍ର କିଛି ଦିନ ବାକି ଥିବାବେଳେ ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗଲୁରୁ (RCB) ଟିମ୍‌କୁ...

UAE ର ଦୁଇ ଜାହାଜ ଉପରେ ଏୟାରଷ୍ଟ୍ରାଇକ୍ କଲା ସାଉଦି ଆରବ, ଦେଲା ୨୪ ଘଣ୍ଟା ଅଲ୍ଟିମେଟମ୍

ନୂଆଦିଲ୍ଲୀ,୩୦।୧୨: ଇସ୍ରାଏଲ-ହମାସ ଯୁଦ୍ଧ ମଧ୍ୟରେ ପଶ୍ଚିମ ଏସିଆର ଦୁଇ ଶକ୍ତିଶାଳୀ ଦେଶ ସାଉଦି ଆରବ ଏବଂ ୟୁନାଇଟେଡ ଆରବ ଏମିରେଟ୍ସ (UAE) ମଧ୍ୟରେ ତିକ୍ତତା ଚରମ...

ଦେଶର GDP’କୁ ଅତିକ୍ରମ କଲା ଭାରତୀୟ ପରିବାର ପାଖରେ ଥିବା ସୁନା ମୂଲ୍ୟ

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ପରିବାରଗୁଡ଼ିକ ପାଇଁ ସୁନା କେବଳ ଏକ ଅଳଙ୍କାର ନୁହେଁ, ବରଂ ଏହା ଭାବପ୍ରବଣତା ଏବଂ ଆର୍ଥିକ ସୁରକ୍ଷାର ଏକ ପ୍ରତୀକ। ବିଶ୍ୱ ବଜାରରେ...

ବରଗଡ଼ ଧନୁଯାତ୍ରାରେ ମୁଖ୍ୟମନ୍ତ୍ରୀ: ହାତୀ ପିଠିରେ ବସି ବୁଲିଲେ ମଥୁରା ନଗରୀ

ମଥୁରାନଗରୀ,୩୦।୧୨(ପ୍ରେମାନନ୍ଦ ଖମାରୀ): ବିଶ୍ୱପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସାମିଲ ହୋଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମଙ୍ଗଳବାର ଅପରାହ୍ନରେ ମୁଖ୍ୟମନ୍ତ୍ରୀ ବିକାଶ ଗ୍ରାଉଣ୍ଡ ହେଲିପ୍ୟାଡରେ ପହଞ୍ଚିବା...

୩ ବର୍ଷ ଧରି ପାଇଲେ ଭଲ, ହେଲେ ବିବାହ ପାଇଁ କରିଦେଲେ ମନା; ଥାନାରେ ବିଷ ପିଇଦେଲେ ପ୍ରେମିକ…

ଆନନ୍ଦପୁର ୩୦।୧୨(ସୁଶାନ୍ତ କୁମାର ସାହୁ): ବିବାହ କରିବାକୁ ମନା କରିଦେଲା ପ୍ରେମିକା। ସହି ନ ପାରି ପ୍ରେମିକାଙ୍କ ଉପସ୍ଥିତିରେ ଥାନା ପରସରରେ ବିଷ ପିଇଦେଲେ ଯୁବକ।...

୨୦୨୬ରେ ହେବ ଭାରତ ପାକିସ୍ତାନ ଯୁଦ୍ଧ? ଆସୁଛି ଅସ୍ତ୍ର

ନୂଆଦିଲ୍ଲୀ,୩୦।୧୨: ଆମେରିକୀୟ ଥିଙ୍କ ଟ୍ୟାଙ୍କ କାଉନସିଲ ଅନ ଫରେନ ରିଲେସନ୍ସ (CFR) ଚେତାବନୀ ଦେଇଛି ଯେ ଭାରତ ଏବଂ ପାକିସ୍ତାନ ମଧ୍ୟରେ 2026 ରେ ଯୁଦ୍ଧ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri