Posted inଫୁରସତ

ସାମାଜିକ ଦୂରତା ରକ୍ଷା କରି ଛାତ ଉପରେ ମେଲୋଡି ପାର୍ଟି, ବାଲକୋନିରେ ଠିଆ ହୋଇ ମଜା ନେଲେ ଲୋକେ

କରୋନା ମହାମାରୀ ଯୋଗୁ ବିଶ୍ୱର ଅଧିକାଂଶ ଦେଶ ପ୍ରଭାବିତ ହୋଇଛନ୍ତି। ଏହି ଘାତକ ଭୂତାଣୁର ଆଜିପର୍ଯ୍ୟନ୍ତ ଭ୍ୟାକ୍ସିନ ବା ଟିକା ବାହାରିନାହିଁ। ଏହି ଭୂତାଣୁରୁ ମୁକ୍ତି ପାଇବା ପାଇଁ ଲୋକେ ନୂଆ ନୂଆ ତରିକା ଆପଣାଉଛନ୍ତି। ଏମିତି ଏକ ଉଦାହରଣ ଦେଖିବାକୁ ମିଳିଛି ଜର୍ମାନୀରେ। ଭାରାକ୍ରାନ୍ତ ମନକୁ ଟିକେ ହାଲୁକା କରିବା ପାଇଁ ଏଠାରେ ସାମାଜିକ ଦୂରତା ରକ୍ଷା କରି ଆପାର୍ଟମେଣ୍ଟ ଛାତ ଉପରେ ଏକ ମେଲୋଡି ପାର୍ଟିର ଆୟୋଜନ କରାଯାଇଥିଲା। ଏହି ଭିନ୍ନ ଧରଣର ମ୍ୟୁଜିକ୍‌ ପାର୍ଟିରେ ଲୋକେ ନିଜ ନିଜ ଘର ବାଲକୋନି, ଛାତ ଏବଂ ରାସ୍ତାରେ ଠିଆ ହୋଇ ସଙ୍ଗୀତର ମଜା ନେଇଥିଲେ। ସୋସିଆଲ ମିଡିଆରେ ଏହି ମ୍ୟୁଜିକ୍‌ ପାର୍ଟିର ଫଟୋ ଭାଇରାଲ ହେବାରେ ଲାଗିଛି।

ଆୟୋଜକଙ୍କ ମତରେ, ପ୍ରାୟ ୧ ଘଣ୍ଟା ଧରି ଏହି କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା। ସାମାଜିକ ଦୂରତା ରକ୍ଷା କରି ଏହି କାର୍ଯ୍ୟକ୍ରମକୁ ଲୋକେ ବେଶ୍‌ ଉପଭୋଗ କରିଥିଲେ। ଏହି ସଙ୍ଗୀତ କାର୍ଯ୍ୟକ୍ରମ ଆୟୋଜିତ ହେବାର ମୁଖ୍ୟ ଉଦ୍ଦେଶ୍ୟ ହେଲା ପାରମ୍ପରିକ ବାଦ୍ୟଯନ୍ତ୍ରର ବ୍ୟବହାର। ଏଥିରେ ୧୬ଟି ଆଲଫର୍ନ, ୯ଟି ତୂରୀ ଏବଂ ୪ଟି ଟ୍ୟୁବ୍‌ର ବ୍ୟବହାର କରାଯାଇଥିଲା। ଆଲଫର୍ନ ବାଦ୍ୟଯନ୍ତ୍ରଟି ସାଧାରଣତଃ ପାର୍ବତ୍ୟ ଅଞ୍ଚଳରେ ବାସ କରୁଥିବା ଲୋକମାନଙ୍କ ଦ୍ୱାରା ବ୍ୟବହୃତ ହୋଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ସର୍ବପ୍ରଥମେ କେବେ ପିନ୍ଧାଯାଇଥିଲା ମଙ୍ଗଳସୁତ୍ର: ଭାରତ ଛାଡ଼ା ଏସବୁ ଦେଶରେ ଏହାକୁ ପିନ୍ଧାଯାଏ

ହିନ୍ଦୁ ଧର୍ମରେ ବିବାହ ପରେ ମହିଳାମାନେ ବେକରେ ମଙ୍ଗଳସୁତ୍ର ପିନ୍ଧିବା ପ୍ରଥା ରହିଛି। କିନ୍ତୁ ଆପଣ ଜାଣନ୍ତି କି ବିବାହ ପରେ ମହିଳାମାନେ ମଙ୍ଗଳସୁତ୍ର କାହିଁକି...

କୋର୍ଟରେ ସ୍ବାମୀଙ୍କୁ ଜୋତାରେ ପିଟିଲେ ସ୍ତ୍ରୀ: ଭାଇରାଲ ହେଉଛି ଭିଡିଓ

ପ୍ରାୟତଃ ସ୍ବାମୀ ଏବଂ ସ୍ତ୍ରୀଙ୍କ ମଧ୍ୟରେ ସମସ୍ୟା ଉପୁଜିବାର ଅନେକ କାରଣ ଥାଏ। ଏଥିରେ ତୃତୀୟ ପକ୍ଷର ହସ୍ତକ୍ଷେପ ଅତି ସାଧାରଣ ଅଟେ। ଏପରି ପରିସ୍ଥିତିରେ...

ଆଜି ବିଶ୍ୱ ମ୍ୟାଲେରିଆ ଦିବସ

ସଂକ୍ରାମକ, ଅଣସଂକ୍ରାମକ, ନୂଆ ଭାବେ ପରିପ୍ରକାଶ ପାଉଥିବା ଓ ଆଗଠୁ ଅତ୍ୟଧିକ ଥିବା ସହ କମିଯାଇ ପୁଣି ଅଧିକ ସଂଖ୍ୟାରେ ପରିଲକ୍ଷିତ ହେଉଥିବା ରୋଗ ମଧ୍ୟରୁ...

କିଏ ତିଆରି କରିଛି EVM ଆଉ VVPAT, ନିର୍ମାତାଙ୍କ ନାଁ ପ୍ରକାଶ କରିବାକୁ ମନା କଲା ଇସିଆଇଏଲ୍‌

ନୂଆଦିଲ୍ଲୀ,୨୪ା୪: ଇଲେକ୍ଟ୍ରୋନିକ୍ସ କର୍ପୋରେଶନ ଅଫ୍‌ ଇଣ୍ଡିଆ ଲିମିଟେଡ୍‌ (ECIL) ଏବଂ ଭାରତ ଇଲେକ୍ଟ୍ରୋନିକ୍ସ ଲିମିଟେଡ (BEL) ଇଭିଏମ୍‌ ଏବଂ ଭିଭିପାଟ୍‌ର ନିର୍ମାତାଙ୍କ ନାମ ପ୍ରକାଶ କରିବାକୁ...

ଗାଁ ଦେଶର ମେରୁଦଣ୍ଡ

ଭାରତ ହେଉଛି ବିବିଧତାର ଦେଶ। ଯେତେବେଳେ ଦେଶର ସମଗ୍ର ବିକାଶ ବିଷୟରେ କଥା ଉଠେ, ସେତେବେଳେ ତୃଣମୂଳସ୍ତରରୁ ତାହା ଆରମ୍ଭ ହୋଇଥାଏ। କେବଳ କେନ୍ଦ୍ର ସରକାର...

୪ ବିଧାୟକଙ୍କ କଟିଲା ଟିକେଟ୍‌: ୬ରୁ ୫ ନୂଆମୁହଁ

ଭୁବନେଶ୍ୱର,୨୨।୪: ବିଜେଡିର ସପ୍ତମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ସୋମବାର ପ୍ରକାଶ କରିଛି। ୬ଟି ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି ବିଜେଡି। ଘୋଷଣା ହୋଇଥିବା...

ଶିବେଇ ସାମନ୍ତରାଙ୍କ ଚତୁରତା ଲୋକମୁଖରେ ଭିନ୍ନ ରୂପ ନେଲା

ଚୁମ୍ବକଶିଳା ବସାଯିବା ପରେ ତିନିଥର ବିଫଳ ହୋଇଥିବା କାର୍ଯ୍ୟ ସଫଳ ହୋଇଥିଲା। ସହସ୍ର ମଲ୍ଲ ସେଇ ଖୁସିରେ ପୁରସ୍କାର ଘୋଷଣା କରିଥିଲେ। ଧର୍ମପଦ ମନ୍ଦିର ଶିଖରରୁ...

ଜାଣନ୍ତୁ ବିଶ୍ୱ ପୁସ୍ତକ, କପିରାଇଟ୍‌ ଦିବସର ଇତିହାସ…

ପ୍ରତିବର୍ଷ ଏପ୍ରିଲ ୨୩ରେ ବିଶ୍ୱ ପୁସ୍ତକ ଏବଂ କପିରାଇଟ୍‌ ଦିବସ ପାଳନ କରାଯାଇଥାଏ। ସମୟ ବଦଳିବା ସହିତ କମ୍ପ୍ୟୁଟର ଏବଂ ଇଣ୍ଟରନେଟ୍‌ ବର୍ତ୍ତମାନ ପୁସ୍ତକ ବି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri