ଚାଷୀଙ୍କ ନିକଟତର ହୁଅ: କୃଷିମନ୍ତ୍ରୀ

ଭୁବନେଶ୍ୱର, ୧୭।୧୨ (ବ୍ୟୁରୋ):ଚାଷୀ ଏବଂ ଚାଷର ଉନ୍ନତି ଲାଗି ରାଜ୍ୟ ସରକାର ଯୁଗାନ୍ତକାରୀ ପଦକ୍ଷେପ ଗ୍ରହଣ କରିଛନ୍ତି। ଚାଷୀଙ୍କ ନିକଟତର ହୋଇ ସେମାନଙ୍କୁ ଉନ୍ନତ ଜ୍ଞାନ କୌଶଳ ସମ୍ପର୍କରେ ସଚେତନ କରିବାକୁ ପଡ଼ିବ। ଫଳରେ କୃଷକ ଏହାର ଲାଭ ପାଇପାରିବେ। ତୃଣମୂଳସ୍ତରରେ କାମ କରୁଥିବା ଗ୍ରାମ୍ୟ କୃଷିକର୍ମୀମାନେ ଏ ଦିଗରେ ଅଧିକ ତତ୍ପରତା ଦେଖାଇବା ଜରୁରୀ ବୋଲି କହିଛନ୍ତି କୃଷିମନ୍ତ୍ରୀ ଅରୁଣ କୁମାର ସାହୁ। ବୁଧବାର କେନ୍ଦ୍ରାଞ୍ଚଳ ରାଜସ୍ବ କମିଶନରଙ୍କ ଅଧୀନରେ ଥିବା ଜିଲାଗୁଡ଼ିକରେ କାର୍ଯ୍ୟରତ ଗ୍ରାମ୍ୟ କୃଷିକର୍ମୀ ଦକ୍ଷତା ବିକାଶ ନିମନ୍ତେ ଆୟୋଜିତ ଏକ ଭର୍ଚ୍ଚୁଆଲ ବୈଠକରେ ଯୋଗ ଦେଇ ମନ୍ତ୍ରୀ ଏପରି ଆହ୍ବାନ ଦେଇଥିଲେ।
ମନ୍ତ୍ରୀ ସାହୁ ଆହୁରି ମଧ୍ୟ କହିଲେ, ରାଜ୍ୟରେ ଖାଦ୍ୟଶସ୍ୟ, ମାଛ, ମାଂସ, ଅଣ୍ଡା, ଦୁଗ୍ଧ ଉତ୍ପାଦନରେ ଯଥେଷ୍ଟ ଅଭିବୃଦ୍ଧି ଘଟିଛି। ରାଜ୍ୟ ସରକାର ସର୍ବଦା କୃଷିକ୍ଷେତ୍ରକୁ ପ୍ରାଥମିକତା ଦେଇ ଆସୁଥିବା ବେଳେ ସାମ୍ପ୍ରତିକ ସ୍ଥିତି, ଜଳବାୟୁ ପରିବର୍ତ୍ତନକୁ ଦୃଷ୍ଟିରେ ରଖି କୃଷି ନୀତି-୨୦୨୦ ‘ସମୃଦ୍ଧି’ ପ୍ରଣୟନ କରିଛନ୍ତି। ରାଜ୍ୟକୁ ଖାଦ୍ୟଶସ୍ୟ ଉତ୍ପାଦନରେ ବଳକା ରାଜ୍ୟରେ ପରିଣତ କରିବାକୁ ମନ୍ତ୍ରୀ ଆହ୍ବାନ ଦେଇଛନ୍ତି। ଏଥିସହ କୃଷି ଯୋଜନା ଓ ମାର୍ଗଦର୍ଶିକା ସମ୍ପର୍କିତ ପୁସ୍ତିକା ପ୍ରସ୍ତୁତ, କାର୍ଯ୍ୟକ୍ଷେତ୍ରରେ ‘୫ଟି’ ଓ ‘ମୋ ସରକାର’କୁ କଡାକଡି ଭାବେ ଅନୁପାଳନ କରିବା ପାଇଁ ମନ୍ତ୍ରୀ ପରାମର୍ଶ ଦେଇଛନ୍ତି। ବିଭାଗୀୟ ପ୍ରମୁଖ ଶାସନ ସଚିବ ସୌରଭ ଗର୍ଗ କହିଲେ, ଚାଷୀଙ୍କ ସମସ୍ୟା ସମାଧାନ ଲାଗି ପଞ୍ଚାୟତ ଓ ବ୍ଲକସ୍ତରରେ ନିୟମିତ ବୈଠକ ଅନୁଷ୍ଠିତ ହେଉଛି। ଟୋଲ ଫ୍ରି ମୋବାଇଲ ସେବା ‘ଆମ କୃଷି’ ମାଧ୍ୟମରେ ଚାଷୀଙ୍କୁ ବିଭିନ୍ନ ପରାମର୍ଶ ଦିଆଯାଉଛି। ଏଥିରେ ପ୍ରାୟ ୧୦ ଲକ୍ଷ ଚାଷୀ ସାମିଲ ହୋଇଥିବା ସେ ସୂଚନା ଦେଇଥିଲେ। ବୈଠକରେ କୃଷି ଓ ଖାଦ୍ୟ ଉତ୍ପାଦନ ନିର୍ଦ୍ଦେଶକ ମୁଥୁ କୁମାର ଗ୍ରାମ୍ୟ କୃଷି କର୍ମୀଙ୍କ ଦକ୍ଷତା ବିକାଶ ନିମନ୍ତେ ଆୟୋଜିତ କାର୍ଯ୍ୟକ୍ରମର ଆଭିମୁଖ୍ୟ ସମ୍ପର୍କରେ ଆଲୋଚନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଦିଗପହଣ୍ଡି ଏନଏସି କାଉନସିଲ ପକ୍ଷରୁ ପରିବର୍ଦ୍ଧିତ ସଭାରେ ଯୋଗଦେଲେ ବିଧାୟକ, ବିଦ୍ୟୁତ-ପାନୀୟ….

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି କାଉନସିଲର ୨୨ ତମ ପରିବର୍ଦ୍ଧିତ ଆଲୋଚନା ସଭା ବୁଧବାର ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri