ଖେଳଣାକୁ ମିଳୁ ଭୌଗୋଳିକ ପ୍ରମାଣପତ୍ର

ଭୁବନେଶ୍ୱର, ୨୭।୨(ପିଆଇବି): ଆତ୍ମନିର୍ଭର ଭାରତ ପାଇଁ ସ୍ଥାନୀୟ ହସ୍ତକଳା କାରିଗରଙ୍କୁ ସବୁଠୁ ଅଧିକ ପ୍ରୋତ୍ସାହନ ମିଳିବା ଆବଶ୍ୟକ। ଏହା ବ୍ୟତୀତ ନିର୍ଦ୍ଦିଷ୍ଟ ଅଞ୍ଚଳର ଖେଳଣାକୁ ଭୌଗୋଳିକ ପରିଚିତି ପ୍ରମାଣପତ୍ର ପ୍ରଦାନ କରାଗଲେ ଏହାର ବିକଳ୍ପ ବା ନକଲି ପ୍ରସ୍ତୁତ ହୋଇପାରିବ ନାହିଁ ବୋଲି କହିଛନ୍ତି ମୁମ୍ବାଇସ୍ଥିତ ‘ମିନିଟଏ’ର ମୁଖ୍ୟ କାର୍ଯ୍ୟନିର୍ବାହୀ ମନୀଷ କୁକ୍ରେଜା। ଭାରତ ସରକାରଙ୍କ ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ ଅଧୀନ ଭୁବନେଶ୍ୱରସ୍ଥିତ ପତ୍ର ସୂଚନା କାର୍ଯ୍ୟାଳୟ, ଆଞ୍ଚଳିକ ଜନସମ୍ପର୍କ କାର୍ଯ୍ୟାଳୟର ମିଳିତ ଆନୁକୂଲ୍ୟରେ ‘ଆତ୍ମନିର୍ଭର ଭାରତ ପାଇଁ ଭାରତୀୟ ଖେଳଣା’ ଶୀର୍ଷକ ଓ୍ବେବିନାରରେ ଯୋଗଦେଇ ସେ ଏହା କହିଛନ୍ତି।
ଅନ୍ୟତମ ଆଲୋଚକ ଭାବେ ନବରଙ୍ଗପୁର ଜିଲା ଶିଳ୍ପକେନ୍ଦ୍ର ପ୍ରବନ୍ଧକ ବାଣେଶ୍ୱର ରାଓ ସୁବୁଦ୍ଧି ଗୁରୁଶିଷ୍ୟ ପରମ୍ପରା ଭଳି କଣ୍ଢେଇ ଶିଳ୍ପର ଉତ୍କର୍ଷ ଲାଗି ତାଲିମର ଆବଶ୍ୟକତା ଉପରେ ଗୁରୁତ୍ୱାରୋପ କରିଥିଲେ। ଭୁବନେଶ୍ୱରଠାରେ ଆୟୋଜିତ ବିଶ୍ୱକପ୍‌ ହକି ଖେଳାଳିଙ୍କୁ ନବରଙ୍ଗପୁରର ଲାଖ କଣ୍ଢେଇ ଉପହାର ସ୍ବରୂପ ଦିଆଯାଇଥିଲା ଏବଂ ତାହା ଭିନ୍ନ ଉଦାହରଣ ସୃଷ୍ଟି କରିଥିଲା ବୋଲି ସେ କହିଥିଲେ। ବିଶିଷ୍ଟ ସାମ୍ବାଦିକ ଡ. ସତ୍ୟ ରାୟ ପାରମ୍ପରିକ ତଥା ସମୃଦ୍ଧ କଣ୍ଢେଇ ପ୍ରସ୍ତୁତିରେ ଓଡ଼ିଶାର ଉଦାହରଣ ଦେଇଥିଲେ। ସ୍ଥାନୀୟ କଳାକାରଙ୍କ ଦ୍ୱାରା ପ୍ରସ୍ତୁତ ସାମଗ୍ରୀର ବଜାର ଉପଲବ୍ଧକୁ ସୁନିଶ୍ଚିତ କରିବା ଉପରେ ସେ ଗୁରୁତ୍ୱାରୋପ କରିଥିଲେ। ଓ୍ବେବିନାରରେ ଅଧ୍ୟକ୍ଷତା କରି ଭୁବନେଶ୍ୱର ପତ୍ର ସୂଚନା କାର୍ଯ୍ୟାଳୟର ମହାନିର୍ଦ୍ଦେଶକ ଶୈଳେଶ କୁମାର ମାଲବ୍ୟ କହିଲେ, ଭାରତୀୟ ଖେଳଣା ପ୍ରତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁତ୍ୱ ଦେଉଛନ୍ତି। ଫେବୃୟାରୀ ୨୭ରେ ଆୟୋଜିତ ହେବାକୁ ଥିବା ଭାରତୀୟ ଖେଳଣା ମେଳା ଏ ଦିଗରେ ବେଶ୍‌ ଉପାଦେୟ ସାବ୍ୟସ୍ତ ହେବ। ଆଞ୍ଚଳିକ ଜନସୂଚନା ବ୍ୟୁରୋ ଭୁବନେଶ୍ୱର ନିର୍ଦ୍ଦେଶକ ଅଖିଳ କୁମାର ମିଶ୍ର ଓଡ଼ିଶାର ସମୃଦ୍ଧ କଣ୍ଢେଇ କଳା ପରମ୍ପରା ଉପରେ ଆଲୋକପାତ କରିଥିଲେ। ଭୁବନେଶ୍ୱର ଆଞ୍ଚଳିକ କ୍ଷେତ୍ର ପ୍ରଚାର ବ୍ୟୁରୋ ସୂଚନା ଅଧିକାରୀ ମହେନ୍ଦ୍ର ପ୍ରସାଦ ଜେନା କାର୍ଯ୍ୟକ୍ରମ ପରିଚାଳନା କରିଥିବାବେଳେ ସମ୍ବଲପୁର ଶାଖା ସହକାରୀ ନିର୍ଦ୍ଦେଶକ ରାମେଶ୍ୱର ନାୟକ ଧନ୍ୟବାଦ ଅର୍ପଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ହଜାରେ ଝିଅଙ୍କ ଦାୟିତ୍ୱ ନେବେ ରଣବୀର ସିଂହ; ରଣବୀର ଓ ଆଲିଆ ମଧ୍ୟ ନେଲେ ଗୁରୁତ୍ୱପୂର୍ଣ୍ଣ ସଂକଳ୍ପ

ମୁମ୍ବଇ,୧୮।୯: ୧୪ ସେପ୍ଟେମ୍ବରରେ ଗଣେଶ ଚତୁର୍ଥୀ ଅବସରରେ, ସାଧାରଣ ଲୋକଙ୍କଠାରୁ ଆରମ୍ଭ କରି ବଲିଉଡ ତାରକାଙ୍କ ପର୍ଯ୍ୟନ୍ତ ସାରା ଦେଶର ଲୋକମାନେ ନିଜ ଘରେ ଭଗବାନ ଗଣେଶଙ୍କ…

ବିପଦରେ ଅଜିତ ଅଗରକରଙ୍କ ପଦବୀ! BCCIର ନୂଆ ମୁଖ୍ୟ ଚୟନକର୍ତ୍ତା ହେବେ କି ପାର୍ଥିବ ପଟେଲ? ଏକ ପୋଷ୍ଟକୁ ନେଇ…

ନୂଆଦିଲ୍ଲୀ,୧୮।୯: ପୂର୍ବତନ ଭାରତୀୟ କ୍ରିକେଟର ପାର୍ଥିବ ପଟେଲ ପୁରୁଷ ସିନିୟର ଚୟନ କମିଟିର ଅଧ୍ୟକ୍ଷ ଭାବରେ ଅଜିତ ଅଗରକରଙ୍କ ସ୍ଥାନ ନେଇପାରନ୍ତି। ସେ ‘X’ (ଟୁଇଟର) ରେ…

ଉପନିର୍ବାଚନ ପୂର୍ବରୁ ମମତାଙ୍କୁ ମିଳିଲା ଧୋକା! ସଙ୍ଗେ ସଙ୍ଗେ ବାଜି ପଲଟାଇଦେଲେ ଦିଦି

କୋଲକାତା,୧୮।୯: ପଶ୍ଚିମବଙ୍ଗରେ ତୃଣମୂଳ କଂଗ୍ରେସ (TMC)ର ନାମ ଓ ନିର୍ବାଚନୀ ଚିହ୍ନକୁ ନେଇ ବିବାଦ ମଧ୍ୟରେ ମମତା ବାନାର୍ଜୀ ନିର୍ବାଚନ ଆୟୋଗଙ୍କ ଅନ୍ତରୀଣ ନିଷ୍ପତ୍ତି ଉପରେ ତୀବ୍ର…

ଶିକ୍ଷାବିତ୍‌ ବିମଳ ଷଡ଼ଙ୍ଗୀଙ୍କ ପରଲୋକ

ଖୋର୍ଦ୍ଧା,୧୮।୯(ପ୍ରଭାତ ପାଣିଗ୍ରାହୀ): ଉତ୍କଳ ସମ୍ମିଳନୀର ରାଜ୍ୟ ଉପସଭାପତି ବରିଷ୍ଠ ନାଗରିକ, ବୁଦ୍ଧିଜୀବୀ ତଥା ଶିକ୍ଷାବିତ, ଖବରକାଗଜର ବିଶିଷ୍ଟ ସଂଗ୍ରାହକ ଭାବେ ପରିଚିତ ଖୋର୍ଦ୍ଧା ନିବାସୀ ବିମଳ ଷଡଙ୍ଗୀ(୭୫)…

୨୦୨୭ରେ ଶନିଙ୍କ ମହାଗୋଚର: ଏହି ରାଶି ପାଇବ ସାଢେସାତୀରୁ ମୁକ୍ତି, ଆରମ୍ଭ ହେବ ଗୋଲ୍ଡେନ ଟାଇମ, ଚାକିରିରେ ପଦୋନ୍ନତି!

କର୍ମଫଳଦାତା ଶନିଦେବ ପ୍ରାୟ ଅଢ଼େଇ ବର୍ଷରେ ଥରେ ରାଶି ପରିବର୍ତ୍ତନ କରନ୍ତି। ବର୍ତ୍ତମାନ ଶନି ମୀନ ରାଶିରେ ଅବସ୍ଥାନ କରୁଥିବା ବେଳେ, ଜ୍ୟୋତିଷ ଗଣନା ଅନୁସାରେ ୩…

ଓରାଙ୍ଗଉଟାନଙ୍କୁ ନେଇ ଆସିଲା ବଡ଼ ଅପଡେଟ୍‌, ମନ୍ତ୍ରୀ କହିଲେ…

ଭୁବନେଶ୍ୱର,୧୮।୯: ଉଦ୍ଧାର ହୋଇଥିବା ଓରାଙ୍ଗଉଟାନଙ୍କୁ ନେଇ ଜଙ୍ଗଲ ମନ୍ତ୍ରୀ ଗଣେଶ ରାମସିଂ ଖୁଣ୍ଟିଆ ଶୁକ୍ରବାର ଏକ ବଡ଼ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି ଯେ, ଓରାଙ୍ଗଉଟାନଙ୍କ ସମ୍ପର୍କରେ…

୨୪ ଘଣ୍ଟାରେ ମମତାଙ୍କୁ ଲାଗିଲା ଦ୍ୱିତୀୟ ଝଟକା, ଯାହାକୁ ପ୍ରାର୍ଥୀ ଘୋଷଣା କରିଥିଲେ ସିଏ ଏବେ…

କୋଲକାତା: ପଶ୍ଚିମବଙ୍ଗର ନନ୍ଦୀଗ୍ରାମ ଉପନିର୍ବାଚନକୁ ନେଇ ରାଜନୈତିକ ଘଟଣାକ୍ରମ ଜୋର ଧରିଛି। ମମତା ବାନାର୍ଜୀଙ୍କ ଗୋଷ୍ଠୀ ପକ୍ଷରୁ ନନ୍ଦୀଗ୍ରାମ ପାଇଁ ପ୍ରାର୍ଥୀ ଘୋଷିତ ହୋଇଥିବା ସଞ୍ଚିତା ପ୍ରଧାନ…

ଜାରି ହେଲା ପୌର ନିର୍ବାଚନ ସଂଶୋଧିତ ସମୟସୂଚୀ, ଆସନ୍ତା ୨୪ସୁଦ୍ଧା…

ଭୁବନେଶ୍ୱର,୧୮।୯: ଗୃହ ନିର୍ମାଣ ଏବଂ ନଗର ଉନ୍ନୟନ ବିଭାଗ ପକ୍ଷରୁ ଶୁକ୍ରବାର ପୌର ନିର୍ବାଚନ ନେଇ ୱାର୍ଡ ସୀମା ନିର୍ଦ୍ଧାରଣ ପାଇଁ ସଂଶୋଧିତ ସମୟସୂଚୀ ଜାରି କରାଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?