ଇଣ୍ଡିଆ-୨୦୪୭ ମିଶନ ପାଇଁ ପ୍ରସ୍ତୁତ ହୁଅ

ବରଗଡ,୨୮।୧୧(ପ୍ରେମାନନ୍ଦ ଖମାରୀ):ବରଗଡ଼ ନେହେରୁ ଯୁବକେନ୍ଦ୍ର ସଙ୍ଗଠନ ଏବଂ ବିକାଶ ହାୟର ଏଜୁକେଶନାଲ ଇନଷ୍ଟିଚ୍ୟୁଶନ୍ସର ମିଳିତ ଆନୁକୂଲ୍ୟରେ ଯୁବ ଉତ୍ସବ-୨୦୨୪ ଉଦ୍‌ଯାପିତ ହୋଇଯାଇଛି। ବିକାଶ ହାୟର ଏଜୁକେଶନାଲ ଇନଷ୍ଟିଚ୍ୟୁଶନ୍ସର କନ୍‌ଭେନଶନ ହଲରେ ଅନୁଷ୍ଠିତ ହୋଇଥିବା ଏହି କାର୍ଯ୍ୟକ୍ରମରେ ବରଗଡ ଜିଲାର ବିଭିନ୍ନ କଲେଜରୁ ୨୫୦ରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ର ଭାଗ ନେଇଥିଲେ। କାର୍ଯ୍ୟକ୍ରମ ପ୍ରାରମ୍ଭରେ ବକ୍ତୃତା, ଚିତ୍ରାଙ୍କନ, କବିତା ଲିଖନ ଓ ପାଠ, ବିଜ୍ଞାନ ମେଳା ଏବଂ ସାଂସ୍କୃତିକ ନୃତ୍ୟ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା। ଏଥିରେ ୨୧୦ଜଣ ଛାତ୍ରୀଛାତ୍ର ଭାଗ ନେଇଥିଲେ। ପ୍ରତ୍ୟେକ ବିଭାଗରେ ଜିଲାର ବିଭିନ୍ନ ସ୍ଥାନରୁ ବିଭିନ୍ନ କ୍ଷେତ୍ରର ଦକ୍ଷ ବ୍ୟକ୍ତି ବିଚାରକ ଭାବେ ଯୋଗଦେଇ ଶ୍ରେଷ୍ଠ ପ୍ରଦର୍ଶକଙ୍କୁ ଚୟନ କରିଥିଲେ। ଲକ୍ଷ୍ମୀ ବିକାଶ ଗ୍ରୁପ୍‌ର ଚେୟାରମ୍ୟାନ ଡି. ନାଗେଶ୍ୱର ରାଓଙ୍କ ପୃଷ୍ଠପୋଷକତା ଏବଂ ଜିଲା ଯୁବକେନ୍ଦ୍ର ସଙ୍ଗଠନ ଅଧିକାରୀ ଆଦିତ୍ୟ ଭି. ଏନ୍‌. କୁମାରଙ୍କ ସଭାପତିତ୍ୱରେ ଆୟୋଜିତ ଉଦ୍‌ଯାପନୀ ଉତ୍ସବରେ ବିକାଶ ହାୟର ଏଜୁକେଶନାଲ ଇନଷ୍ଟିଚ୍ୟୁଶନ୍ସର ଚିଫ୍‌ ଆଡ୍‌ମିନିଷ୍ଟ୍ରେଟିଭ୍‌ ଅଫିସର୍‌ ଇଂ. ଅଜୟ କୁମାର ମହାପାତ୍ର ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ। ଡିନ୍‌ ଆର୍‌. ଏସ୍‌. ଭି. କ୍ରିଷ୍ଣା ସଂଯୋଜକ ଭାବେ ମଞ୍ଚାସୀନ ଥିଲେ। ଇଂ. ମହାପାତ୍ର ତାଙ୍କ ବକ୍ତବ୍ୟରେ ଯୁବ ସମାଜକୁ ସୃଜନାତ୍ମକ ଚିନ୍ତାଧାରା ସହିତ ‘ଇଣ୍ଡିଆ- ୨୦୪୭ ମିଶନ’ ପାଇଁ ପ୍ରସ୍ତୁତ ହେବାକୁ ଆହ୍ବାନ ଦେଇଥିଲେ। ଡିନ୍‌ କ୍ରିଷ୍ଣା ବିକାଶ ହାୟର ଏଜୁକେଶନାଲ ଇନଷ୍ଟିଚ୍ୟୁଶନ୍ସ ତରଫରୁ ନେହେରୁ ଯୁବକେନ୍ଦ୍ର ସଙ୍ଗଠନ କର୍ତ୍ତୃପକ୍ଷଙ୍କୁ ସାଧୁବାଦ ଜଣାଇବା ସହିତ ସହଯୋଗ କରିଥିବା ବିକାଶର ଅଧ୍ୟାପିକା, ଅଧ୍ୟାପକଙ୍କୁ ଧନ୍ୟବାଦ ଜଣାଇଥିଲେ। ଜିଲା ଯୁବକେନ୍ଦ୍ର ସଙ୍ଗଠନ ଅଧିକାରୀ କାର୍ଯ୍ୟକ୍ରମର ଲକ୍ଷ୍ୟ ପ୍ରକାଶ କରିବା ସହିତ ଲକ୍ଷ୍ମୀ ବିକାଶ ଗ୍ରୁପ୍‌ର ଚେୟାରମ୍ୟାନ ରାଓଙ୍କୁ ସମ୍ବର୍ଦ୍ଧିତ କରିଥିଲେ। ଏହି ମଞ୍ଚରେ ବିଭିନ୍ନ ପ୍ରତିଯୋଗିତାର କୃତୀ ଛାତ୍ରୀଛାତ୍ରଙ୍କୁ ପୁରସ୍କୃତ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ତୃତୀୟ ଥର ପାଇଁ ସଭାପତି ହେଲେ ସୁନେଶ

କେନ୍ଦୁଝର,୧୨।୭(ନରେଶ ଚନ୍ଦ୍ର ପଟ୍ଟନାୟକ): ପୂର୍ବତନ ଜିଲା ଛାତ୍ର କଂଗ୍ରେସ କମିଟି ସଭାପତି ତଥା ଜିଲା ଯୁବ କଂଗ୍ରେସ ସଭାପତି ସୁନେଶ ଧୀର ପୁଣି କେନ୍ଦୁଝର ଜିଲା...

ପୁତ୍ର ବିଚ୍ଛେଦରୁ ମୁକୁଳି ପାରୁନାହାନ୍ତି ହ୍ୟୁମାନଙ୍କ ମାଆ, ସ୍ତ୍ରୀ କହିଲେ ”ମୁଁ ୩୦ ବର୍ଷରେ ସ୍ବାମୀ ହରାଇଲି”

ବଲାଙ୍ଗୀର,୭ା୧୨: ଲୋକପ୍ରିୟ ଗାୟକ ହ୍ୟୁମାନ ସାଗରଙ୍କ ଶ୍ରଦ୍ଧାଞ୍ଜଳି ସଭାରେ ପୁଣି ଥରେ ପୁଅର ମୃତ୍ୟୁ ପାଇଁ ପୂର୍ବରୁ କରିଥିବା ଅଭିଯୋଗକୁ ଦୋହରାଇଛନ୍ତି ତାଙ୍କ ମାଆ ।...

ଜାନୁୟାରୀ ୮ରୁ ଶ୍ରୀରାମଚରିତ ମାନସ ପାରାୟଣ: ଯୋଗଦେବେ ସୁନାମଧନ୍ୟ ପ୍ରବକ୍ତା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବଡ଼ ବ୍ରାହ୍ମଣସାହି ସ୍ଥିତ ଶ୍ରୀ ଗୋପାଳଜୀ ମଠ ପରିସରରେ ରବିବାର ଶ୍ରୀ ରାମଦୟା ପରିଷଦ ଦିଗପହଣ୍ଡି ଶାଖା...

ହତ୍ୟା ପରେ ବ୍ୟକ୍ତିଙ୍କୁ ଜାଳିଦେଲେ ଦୁର୍ବୃତ୍ତ, ଦୁର୍ଗନ୍ଧ ହେବାରୁ…

ଖଲ୍ଲିକୋଟ,୭ା୧୨(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ ଚିକିଲି ନିକଟସ୍ଥ ମେଦିପୁର-ଆଲିପୁର ରାସ୍ତା ସୁଳିଆ ପାହାଡ଼ ନିକଟରୁ ଜଣେ ଅଜଣା ବ୍ୟକ୍ତିଙ୍କ ଗଳିତ...

ପ୍ରାକ୍ଟିସ ପାଇଁ ବାରବାଟୀରେ ପହଞ୍ଚିଲେ ହାର୍ଦ୍ଦିକ

କଟକ,୭ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ ଖେଳାଯିବ। ଏନେଇ ଦୁଇ ଦଳର...

‘ସିଦ୍ଧୁଙ୍କୁ କରାଯାଉ ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ, ତାହେଲେ ରାଜନୀତିକୁ ଫେରିବେ,’ ନବଜୋତ କୌରଙ୍କ ଅଜବ ଦାବି

ଚଣ୍ଡିଗଡ଼,୭।୧୨: ପଞ୍ଜାବ ବିଧାନସଭା ନିର୍ବାଚନକୁ ଏବେ ବି ଗୋଟିଏ ବର୍ଷରୁ ଅଧିକ ସମୟ ବାକି ଅଛି, କିନ୍ତୁ ରାଜନୀତି ଏବେଠାରୁ ଉଷ୍ମ ହେଉଛି। ପୂର୍ବତନ କ୍ୟାବିନେଟ...

ହ୍ୟୁମାନଙ୍କ ସମାଧି ପୀଠରେ ଭୋ ଭୋ ହୋଇ କାନ୍ଦିଲେ ସ୍ତ୍ରୀ ଶ୍ରୀୟା, କହିଲେ ଏମିତି ଚାଲିଗଲ…

ବଲାଙ୍ଗୀର,୭ା୧୨(ସୁନିଲ କୁମାର ମହାନ୍ତି): ହ୍ୟୁମାନ ସାଗରଙ୍କ ସ୍ମୃତି ଉଦ୍ଦେଶ୍ୟରେ ରବିବାର ଅର୍ଥାତ୍‌ ଆଜି ସନ୍ଧ୍ୟାରେ ଟିଟିଲାଗଡ଼ ବଏଜ୍‌ ହାଇସ୍କୁଲ ପଡ଼ିଆଠାରେ ଓଡିଶା କଳାକାର ଏକତା ମଞ୍ଚ...

ଇନ୍‌ଷ୍ଟାଗ୍ରାମରେ ପରସ୍ପରକୁ ଅନ୍‌ଫଲୋ କଲେ ପଲାଶ-ସ୍ମୃତି

ମୁମ୍ବାଇ: ଗାୟକ ତଥା ଫିଲ୍ମ ନିର୍ମାତା ପଲାଶ ମୁଛଲ ଏବଂ ମହିଳା କ୍ରିକେଟର ସ୍ମୃତି ମନ୍ଧାନା ରବିବାର  ଅଫିସିଆଲି ସେମାନଙ୍କ ବିବାହ ଭାଙ୍ଗିବା ସମ୍ପର୍କରେ ନିଶ୍ଚିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri