ଇଣ୍ଡିଆ-୨୦୪୭ ମିଶନ ପାଇଁ ପ୍ରସ୍ତୁତ ହୁଅ

ବରଗଡ,୨୮।୧୧(ପ୍ରେମାନନ୍ଦ ଖମାରୀ):ବରଗଡ଼ ନେହେରୁ ଯୁବକେନ୍ଦ୍ର ସଙ୍ଗଠନ ଏବଂ ବିକାଶ ହାୟର ଏଜୁକେଶନାଲ ଇନଷ୍ଟିଚ୍ୟୁଶନ୍ସର ମିଳିତ ଆନୁକୂଲ୍ୟରେ ଯୁବ ଉତ୍ସବ-୨୦୨୪ ଉଦ୍‌ଯାପିତ ହୋଇଯାଇଛି। ବିକାଶ ହାୟର ଏଜୁକେଶନାଲ ଇନଷ୍ଟିଚ୍ୟୁଶନ୍ସର କନ୍‌ଭେନଶନ ହଲରେ ଅନୁଷ୍ଠିତ ହୋଇଥିବା ଏହି କାର୍ଯ୍ୟକ୍ରମରେ ବରଗଡ ଜିଲାର ବିଭିନ୍ନ କଲେଜରୁ ୨୫୦ରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ର ଭାଗ ନେଇଥିଲେ। କାର୍ଯ୍ୟକ୍ରମ ପ୍ରାରମ୍ଭରେ ବକ୍ତୃତା, ଚିତ୍ରାଙ୍କନ, କବିତା ଲିଖନ ଓ ପାଠ, ବିଜ୍ଞାନ ମେଳା ଏବଂ ସାଂସ୍କୃତିକ ନୃତ୍ୟ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା। ଏଥିରେ ୨୧୦ଜଣ ଛାତ୍ରୀଛାତ୍ର ଭାଗ ନେଇଥିଲେ। ପ୍ରତ୍ୟେକ ବିଭାଗରେ ଜିଲାର ବିଭିନ୍ନ ସ୍ଥାନରୁ ବିଭିନ୍ନ କ୍ଷେତ୍ରର ଦକ୍ଷ ବ୍ୟକ୍ତି ବିଚାରକ ଭାବେ ଯୋଗଦେଇ ଶ୍ରେଷ୍ଠ ପ୍ରଦର୍ଶକଙ୍କୁ ଚୟନ କରିଥିଲେ। ଲକ୍ଷ୍ମୀ ବିକାଶ ଗ୍ରୁପ୍‌ର ଚେୟାରମ୍ୟାନ ଡି. ନାଗେଶ୍ୱର ରାଓଙ୍କ ପୃଷ୍ଠପୋଷକତା ଏବଂ ଜିଲା ଯୁବକେନ୍ଦ୍ର ସଙ୍ଗଠନ ଅଧିକାରୀ ଆଦିତ୍ୟ ଭି. ଏନ୍‌. କୁମାରଙ୍କ ସଭାପତିତ୍ୱରେ ଆୟୋଜିତ ଉଦ୍‌ଯାପନୀ ଉତ୍ସବରେ ବିକାଶ ହାୟର ଏଜୁକେଶନାଲ ଇନଷ୍ଟିଚ୍ୟୁଶନ୍ସର ଚିଫ୍‌ ଆଡ୍‌ମିନିଷ୍ଟ୍ରେଟିଭ୍‌ ଅଫିସର୍‌ ଇଂ. ଅଜୟ କୁମାର ମହାପାତ୍ର ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ। ଡିନ୍‌ ଆର୍‌. ଏସ୍‌. ଭି. କ୍ରିଷ୍ଣା ସଂଯୋଜକ ଭାବେ ମଞ୍ଚାସୀନ ଥିଲେ। ଇଂ. ମହାପାତ୍ର ତାଙ୍କ ବକ୍ତବ୍ୟରେ ଯୁବ ସମାଜକୁ ସୃଜନାତ୍ମକ ଚିନ୍ତାଧାରା ସହିତ ‘ଇଣ୍ଡିଆ- ୨୦୪୭ ମିଶନ’ ପାଇଁ ପ୍ରସ୍ତୁତ ହେବାକୁ ଆହ୍ବାନ ଦେଇଥିଲେ। ଡିନ୍‌ କ୍ରିଷ୍ଣା ବିକାଶ ହାୟର ଏଜୁକେଶନାଲ ଇନଷ୍ଟିଚ୍ୟୁଶନ୍ସ ତରଫରୁ ନେହେରୁ ଯୁବକେନ୍ଦ୍ର ସଙ୍ଗଠନ କର୍ତ୍ତୃପକ୍ଷଙ୍କୁ ସାଧୁବାଦ ଜଣାଇବା ସହିତ ସହଯୋଗ କରିଥିବା ବିକାଶର ଅଧ୍ୟାପିକା, ଅଧ୍ୟାପକଙ୍କୁ ଧନ୍ୟବାଦ ଜଣାଇଥିଲେ। ଜିଲା ଯୁବକେନ୍ଦ୍ର ସଙ୍ଗଠନ ଅଧିକାରୀ କାର୍ଯ୍ୟକ୍ରମର ଲକ୍ଷ୍ୟ ପ୍ରକାଶ କରିବା ସହିତ ଲକ୍ଷ୍ମୀ ବିକାଶ ଗ୍ରୁପ୍‌ର ଚେୟାରମ୍ୟାନ ରାଓଙ୍କୁ ସମ୍ବର୍ଦ୍ଧିତ କରିଥିଲେ। ଏହି ମଞ୍ଚରେ ବିଭିନ୍ନ ପ୍ରତିଯୋଗିତାର କୃତୀ ଛାତ୍ରୀଛାତ୍ରଙ୍କୁ ପୁରସ୍କୃତ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଯେବେ ପେପର୍‌ ଲିକ୍‌କୁ ନେଇ ଧର୍ମେନ୍ଦ୍ର ନିଜେ ଖାଇଥିଲେ ମାଡ଼; ୨୯ ବର୍ଷ ପରେ ହେଉଛି ଚର୍ଚ୍ଚା

ନୂଆଦିଲ୍ଲୀ,୨୩।୭: ନୀଟ୍-ୟୁଜି (NEET-UG) ପ୍ରଶ୍ନପତ୍ର ଲିକ୍ ମାମଲାକୁ ନେଇ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆଜିକାଲି ବିରୋଧୀ ଦଳ ଏବଂ ଆନ୍ଦୋଳନରତ ଛାତ୍ରମାନଙ୍କ ନିଶାଣରେ ଅଛନ୍ତି।…

ଆଦିମାନବରୁ ଆଧୁନିକ ଭାରତୀୟ

ଲୋକଙ୍କୁ ଠିକ୍‌ ଭାବେ ବୁଝିଲେ ଆମେ ସେମାନଙ୍କ ସଂସ୍କୃତିକୁ ଜାଣିିପାରିବା। ଭାରତ ସମ୍ପର୍କରେ ସବିଶେଷ ଜାଣିବାକୁ ହେଲେ ଆମକୁ ଭାରତୀୟଙ୍କ ଜୀବନ ଧାରା, ଭାଷା ତଥା ସଂସ୍କୃତିକୁ…

କିଏ ସେହି ସୋନିଆ ସେହରାୱତ, ଯାହାଙ୍କ ଏକ ଇନଷ୍ଟାଗ୍ରାମ ଷ୍ଟୋରୀ ଉପରେ ହେଲା ହଙ୍ଗାମା, CJPକୁ କହିଲେ…

ନୂଆଦିଲ୍ଲୀ,୨୩।୭: ଦିଲ୍ଲୀରେ ଚାଲିଥିବା କକ୍ରୋଚ ଜନତା ପାର୍ଟି (CJP) ର ବିରୋଧ-ପ୍ରଦର୍ଶନ ମଧ୍ୟରେ ରାପିଡ ଆକ୍ସନ ଫୋର୍ସ (RAF)ର ଜଣେ ଅଧିକାରୀ ସୋନିଆ ସେହରାୱତ ଆଲୋଚନାର ବିଷୟ…

ଛାତ୍ର ଆନ୍ଦୋଳନକୁ ନେଇ ମୁହଁ ଖୋଲିଲେ ସଲମାନ ଖାନ୍‌, ଏମିତି କହିଲେ ରାଜନୀତିରେ ଚହଳ

ନୂଆଦିଲ୍ଲୀ,୨୩।୭: ବଲିଉଡ୍ ସୁପରଷ୍ଟାର୍ ସଲମାନ ଖାନ୍ ଛାତ୍ର ଆନ୍ଦୋଳନକୁ ନେଇ ପ୍ରଥମ ଥର ପାଇଁ ଖୋଲାଖୋଲି ଭାବେ ନିଜର ମତ ରଖିଛନ୍ତି। ସେ ସୋସିଆଲ ମିଡିଆରେ ଲେଖିଛନ୍ତି…

ସ୍ମାର୍ଟ ଓଡ଼ିଶା ହାକାଥନ ୩.୦ କାର୍ଯ୍ୟକ୍ରମ ଉଦ୍‌ଯାପିତ

ବରଗଡ଼,୨୩ା୭(ପ୍ରେମାନନ୍ଦ ଖମାରୀ); ବରଗଡ଼ ଜିଲାସ୍ତରୀୟ ସ୍ମାର୍ଟ ଓଡ଼ିଶା ହାକାଥନ ୩.୦ କାର୍ଯ୍ୟକ୍ରମ ସୋମବାର ବରଗଡ଼ ବିଜ୍ଞାନ କେନ୍ଦ୍ର ଟୁକୁର୍ଲାରେ ଉଦ୍‌ଯାପିତ ହୋଇଯାଇଛି। ଜିଲା ଶିକ୍ଷା ଅଧିକାରୀ ସରୋଜ…

ଶିକ୍ଷାନୁଷ୍ଠାନ ନିକଟରୁ ମଦ ଦୋକାନ ବନ୍ଦ ନିର୍ଦ୍ଦେଶ

ବରଗଡ଼,୨୩ା୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ପରିଷଦ ସମ୍ମିଳନୀ କକ୍ଷରେ ବୁଧବାର ଷଷ୍ଠ ଜିଲା ପରିଷଦର ଅଷ୍ଟମ ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲା ପରିଷଦ ଅଧ୍ୟକ୍ଷା ମାନିନୀ ଭୋଇ…

ଚାଷକାର୍ଯ୍ୟ ଆରମ୍ଭରୁ ସାର କଳାବଜାର: ଚାଷୀ ହଟହଟା

ବରଗଡ଼,୨୩।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗତମାସରୁ ଖରିଫ ଚାଷକାର୍ଯ୍ୟ ଆରମ୍ଭ ହୋଇଛି। ଜମିରେ ଧାନ ବିହୁଡ଼ା, ପହ୍ଲାରୁଆ କାର୍ଯ୍ୟ ଏବେ ଜୋରସୋର୍‌ରେ ଚାଲିଛି। ଅନ୍ୟପଟେ ଚାଷ ଆରମ୍ଭରୁ…

ବିଦ୍ରୋହ ଭିତରେ ସୁପ୍ରିମକୋର୍ଟର CJI ସୂର୍ଯ୍ୟକାନ୍ତଙ୍କ ବିସ୍ଫୋରକ ବୟାନ, ସୋସିଆଲ ମିଡିଆରେ ଫେମସ୍‌ ହୁଅ ନାହିଁ…

ନୂଆଦିଲ୍ଲୀ,୨୩।୭: ଦେଶର ରାଜଧାନୀ ଦିଲ୍ଲୀରେ ଛାତ୍ର ଆନ୍ଦୋଳନ ଓ policeର କାର୍ଯ୍ୟାନୁଷ୍ଠାନକୁ ନେଇ ସୃଷ୍ଟି ହୋଇଥିବା ବିବାଦ ଏବେ ଦେଶର ସୁପ୍ରିମକୋର୍ଟରେ ପହଞ୍ଚିଛି । ବଡ଼ କଥା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri