Posted inଜାତୀୟ

‘ନିର୍ବାଚନ ପାଇଁ ପ୍ରସ୍ତୁତ ରୁହ’

ନୂଆଦିଲ୍ଲୀ, ୧୪।୮:ନିର୍ବାଚନ ପାଇଁ ପ୍ରସ୍ତୁତ ରହିବାକୁ ରାଜସ୍ଥାନର ଭାଜପା ବିଧାୟକମାନଙ୍କୁ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଦଳର ବରିଷ୍ଠ ନେତ୍ରୀ ବସୁନ୍ଧରା ରାଜେ ପରାମର୍ଶ ଦେଇଥିବା ଜଣାପଡିଛି। ଗୋଷ୍ଠୀବିବାଦ ଦେଖାଦେଇଥିବା ରାଜ୍ୟର କଂଗ୍ରେସ ସରକାର ଅସ୍ଥିର ଏବଂ ଏହା ବେଶିଦିନ ତିଷ୍ଠିବ ନାହିଁ ବୋଲି ସେ କହିଛନ୍ତି।
ଶୁକ୍ରବାର ବିଧାନସଭାର ସ୍ବତନ୍ତ୍ର ଅଧିବେଶନ ଆରମ୍ଭ ହେବାକୁ ଯାଉଥିବାବେଳେ ଏହା ପୂର୍ବରୁ ଭାଜପା ରାଜ୍ୟ ଶାଖାର ବରିଷ୍ଠ ନେତା ଓ ବିଧାୟକଙ୍କ ବୈଠକ ବସି ଦଳୀୟ ରଣକୌଶଳ ସମ୍ପର୍କରେ ଆଲୋଚନା ହୋଇଥିଲା। ଶୁକ୍ରବାର ସରକାରଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆଣିବା ପାଇଁ ନିଷ୍ପତ୍ତି ହୋଇଥିବା ରାଜ୍ୟ ଭାଜପା ସଭାପତି ସତୀଶ ପୁନିଆ ଗଣମାଧ୍ୟମକୁ କହିଛନ୍ତି। ବୈଠକରେ ବରିଷ୍ଠ ନେତା ତଥା କେନ୍ଦ୍ରମନ୍ତ୍ରୀ ନରେନ୍ଦ୍ର ସିଂ ତୋମାର, ସାଧାରଣ ସମ୍ପାଦକ ମୁରଲୀଧର ରାଓ, ରାଜ୍ୟ ପ୍ରଭାରୀ ଅବିନାଶ ଖାନ୍ନା, ବସୁନ୍ଧରା ରାଜେ ପ୍ରମୁଖ ଉପସ୍ଥିତ ଥିଲେ। ୩ ଘଣ୍ଟା ଧରି ଚାଲିଥିବା ଏହି ବୈଠକରେ ଭାଜପାର ସମସ୍ତ ବିଧାୟକ ଯୋଗଦେଇଥିଲେ। ରାଜସ୍ଥାନରେ ଗତମାସରୁ ରାଜନୈତିକ ସଙ୍କଟ ଲାଗି ରହିଥିବାବେଳେ ଭାଜପା ବିଧାୟକମାନଙ୍କର ଏହା ଥିଲା ପ୍ରଥମ ବୈଠକ। ରାଜ୍ୟରେ କରୋନା ସଂକ୍ରମଣ ବଢ଼ିଚାଲିଥିବାବେଳେ ଆଇନ ଶୃଙ୍ଖଳା ପରିସ୍ଥିତି ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ ହୋଇପଡ଼ିଛି। ସରକାର ଭାଙ୍ଗିବା ପାଇଁ ଭାଜପା ସହ ମିଶି ଷଡ଼ଯନ୍ତ୍ର କରିଥିବା ଅଭିଯୋଗରେ କେତେଜଣ ନେତାଙ୍କୁ ଗିରଫ କରାଯାଇଛି। ସେମାନଙ୍କ ମୁଣ୍ଡରେ ଦୋଷ ଲଦିବା ଲାଗି ସରକାର ଉଦ୍ୟମ କରୁଛନ୍ତି। ତାହା ହେବାକୁ ଦିଆଯିବ ନାହିଁ ବୋଲି ଭାଜପା କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀ-ଏନ୍‌ସିଆର୍‌ରେ ଭୂକମ୍ପ ଝଟ୍‌କା: ଭୟରେ ଘରୁ ବାହାରି ଆସିଲେ ଲୋକେ

ନୂଆଦିଲ୍ଲୀ,୬।୧୦: ଦିଲ୍ଲୀ-ଏନ୍‌ସିଆର୍‌ (Delhi-NCR) ସମେତ ଉତ୍ତର ଭାରତର ବିଭିନ୍ନ ଅଞ୍ଛଳରେ ମୃଦୁ ରୁ ମଧ୍ୟମ ଧରଣର ଭୂକମ୍ପ ଝଟ୍‌କା ଅନୁଭୂତ ହୋଇଛି। ରାତି ୧୦ଟା ୨୩ ମିନିଟ୍‌ରେ…

BCCIର ମାଷ୍ଟରଷ୍ଟ୍ରୋକ୍: ସ୍ମୃତି ମନ୍ଧାନାଙ୍କୁ କରାଗଲା ଅଧିନାୟକ, ଜାଣନ୍ତୁ କାହିଁକି ଏହି ନିଷ୍ପତ୍ତି ନେଲା…

ଗୁଆହାଟୀ,୬।୧୦: ଭାରତୀୟ ମହିଳା କ୍ରିକେଟ୍ ଦଳରେ ଏକ ବଡ଼ ଧରଣର ପରିବର୍ତ୍ତନ କରାଯାଇଛି। ହରମନ୍‌ପ୍ରୀତ କୌରଙ୍କ ସ୍ଥାନରେ ଷ୍ଟାର୍ ବ୍ୟାଟର ସ୍ମୃତି ମନ୍ଧାନାଙ୍କୁ ଭାରତୀୟ ମହିଳା କ୍ରିକେଟ୍…

BCCIର ବଡ଼ ଘୋଷଣା; ରିଷଭ ପନ୍ତ ନୁହଁନ୍ତି, ଧ୍ରୁବ ଜୁରେଲଙ୍କୁ କରାଗଲା ଅଧିନାୟକ, ଏହା ହେଉଛି କାରଣ

ନୂଆଦିଲ୍ଲୀ,୬।୧୦: ନ୍ୟୁଜିଲାଣ୍ଡ ‘ଏ’ ବିପକ୍ଷରେ ହେବାକୁ ଥିବା ୩ ଟିକିଆ ଅନଅଫିସିଆଲ୍ ଟେଷ୍ଟ ସିରିଜ୍ ପାଇଁ ଭାରତୀୟ କ୍ରିକେଟ୍ କଣ୍ଟ୍ରୋଲ ବୋର୍ଡ (BCCI) ୧୫ ଜଣିଆ ଇଣ୍ଡିଆ…

LPG ଗ୍ରାହକଙ୍କ ପାଇଁ ବଡ଼ ଖବର, ଗ୍ୟାସ ସିଲିଣ୍ଡର ଫେରାଇଲେ ସିଧା ମିଳିବ ୫୦୦ଟଙ୍କା!

ନୂଆଦିଲ୍ଲୀ,୬।୧୦: ଯଦି ଆପଣ ଚାକିରି କିମ୍ୱା ପାଠପଢ଼ା ପାଇଁ ବାହାରେ କୌଣସି ଅନ୍ୟ ସହରରେ ରହୁଛନ୍ତି ଏବଂ ଆପଣଙ୍କ ପାଖରେ ସେଠାକାର ସ୍ଥାନୀୟ ଠିକଣା ପ୍ରମାଣପତ୍ର (Local…

ତପ୍ତପାଣି ଜଙ୍ଗଲରେ ପ୍ରେମର କରୁଣ ଅନ୍ତ: କୀଟନାଶକ ପିଇ ଆତ୍ମହତ୍ୟା କଲେ ପ୍ରେମୀଯୁଗଳ,କାନ୍ଦବୋବାଳିରେ ଫାଟି ପଡ଼ୁଛି…

ଦିଗପହଣ୍ଡି,୬।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ-ଗଜପତି ସୀମାନ୍ତ ସାନଖେମୁଣ୍ଡି ବ୍ଲକର ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ତପ୍ତପାଣି ଜଙ୍ଗଲ ନିକଟସ୍ଥ ପାଳୁଖଳା ଗ୍ରାମ ନିକଟରେ ମଙ୍ଗଳବାର ଏକ ହୃଦୟବିଦାରକ ଘଟଣା…

ଶୁକ୍ରାଦିତ୍ୟ ଯୋଗ ବଦଳାଇବ ୩ ରାଶିଙ୍କ ଭାଗ୍ୟ: ପ୍ରଚୁର ଧନଲାଭ ସହ କ୍ୟାରିୟରରେ ମିଳିବ ବଡ଼ ସଫଳତା

ତୁଳା ରାଶିରେ ସୂର୍ଯ୍ୟଙ୍କ ଗୋଚର ବେଶ ସ୍ୱତନ୍ତ୍ର ହେବାକୁ ଯାଉଛି, କାରଣ ଏହି ରାଶିର ଅଧିପତି ଶୁକ୍ର ବୋଲି ବିବେଚନା କରାଯାଏ। ଅନ୍ୟପକ୍ଷରେ, ସଂଯୋଗବଶତଃ ବର୍ତ୍ତମାନ ଶୁକ୍ର…

ଅଲିମ୍ପିକ୍ସ-୨୦୩୬ ଆୟୋଜନ ପାଇଁ ଭାରତ ବ୍ୟତୀତ ଏହି ୬ ଦେଶ ଆଗ୍ରହୀ, ଜାଣନ୍ତୁ…

ଲାଉସାନେ, ୬ା୧୦: ଅଲିମ୍ପିକ୍‌ ଗେମ୍ସ-୨୦୩୬ର ଆୟୋଜନ ପାଇଁ ଭାରତ ବ୍ୟତୀତ ଅନ୍ୟ ୬ଟି ଦେଶ ଆଗ୍ରହ ପ୍ରକାଶ କରିଛନ୍ତି। ଏହି ଦେଶଗୁଡ଼ିକ ନଭେମ୍ବରରେ ସେମାନଙ୍କ ପ୍ରୋଜେକ୍ଟଗୁଡ଼ିକ ଫ୍ୟୁଚର…

ଶ୍ରମିକଙ୍କୁ ପାର୍ବଣ ଭେଟି ଦେଲେ ସରକାର, ଏତେ ବଢିଲା ମଜୁରୀ!

ନୂଆଦିଲ୍ଲୀ,୬।୧୦: ଦୀପାବଳି ପୂର୍ବରୁ ଦେଶର ଲକ୍ଷ ଲକ୍ଷ ଶ୍ରମିକଙ୍କ ପାଇଁ ଉପହାର ଦେଇଛନ୍ତି କେନ୍ଦ୍ର ସରକାର। ଭେରିଏବଲ୍ ଡିଅରନେସ୍ ଆଲାଉନ୍ସ (VDA)କୁ ବୃଦ୍ଧି କରିଛନ୍ତି ସରକାର। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?