ପିଲାଙ୍କ ପାଇଁ ପ୍ରସ୍ତୁତି କର

ଭୁବନେଶ୍ୱର,୧୩ା୮(ବ୍ୟୁରୋ): ରାଜ୍ୟରେ କୋଭିଡ୍‌-୧୯ ଦ୍ୱିତୀୟ ଲହର ଶେଷ ହୋଇନାହିଁ। ପୁଣି ତୃତୀୟ ଲହର ଆସିବା ନେଇ ସ୍ବାସ୍ଥ୍ୟ ବିଶେଷଜ୍ଞମାନେ ସତର୍କ କରାଇଲେଣି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ମଧ୍ୟ ପ୍ରସ୍ତୁତି ଆରମ୍ଭ କରିଛନ୍ତି। ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ୍ତ କୁମାର ମହାପାତ୍ର ପିଲାମାନଙ୍କ ଲାଗି ପ୍ରସ୍ତୁତି ଆରମ୍ଭ କରିବା ସକାଶେ ସମସ୍ତ ଜିଲାପାଳ, ମହାନଗର ନିଗମ କମିଶନର, କ୍ୟାପିଟାଲ ହସ୍ପିଟାଲ ନିର୍ଦ୍ଦେଶକ, ସରକାରୀ ମେଡିକାଲ କଲେଜ ସୁପରିଟେଣ୍ଡେଣ୍ଟଙ୍କୁ ଚିଠି ଲେଖିଛନ୍ତି। ଚିଠିରେ ଉଲ୍ଲେଖ କରାଯାଇଛି, ଶୂନରୁ ୧୮ ବର୍ଷ ପିଲାମାନଙ୍କ କୋଭିଡ୍‌-୧୯ ଟିକାକରଣ ହୋଇ ନାହିଁ। ତେଣୁ ତୃତୀୟ ଲହରରେ ଉକ୍ତ ବୟସର ପିଲାମାନେ ଅଧିକ ସଂଖ୍ୟାରେ ସଂକ୍ରମିତ ହେବେ ବୋଲି ସ୍ବାସ୍ଥ୍ୟ ବିଶେଷଜ୍ଞମାନେ ଆଶଙ୍କା କରୁଛନ୍ତି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସମ୍ପୂର୍ଣ୍ଣ ପ୍ରସ୍ତୁତ ରହିବା ଆବଶ୍ୟକ। ତଦାରଖ କରିବାକୁ ଜିଲାସ୍ତରରେ ଜିଲାପାଳଙ୍କ ଅଧ୍ୟକ୍ଷତାରେ ଟାସ୍କଫୋର୍ସ ଗଠନ କରାଯିବ। କମିଟି ନିମୟିତ ଭାବେ ତଦାରଖ, ପ୍ରତିକାର ମୂଳକ ପଦକ୍ଷେପ ନେବ। ଆସନ୍ତା ସପ୍ତାହ ମଧ୍ୟରେ ଜିଲାପାଳମାନେ ଏ ସଂକ୍ରାନ୍ତରେ ବୈଠକ ଡାକିବାକୁ ନିର୍ଦ୍ଦେଶ ଦିଆଯାଇଛି। ଶିଶୁ ରୋଗ ବିଭାଗର ୫୦ ପ୍ରତିଶତ ଆଇସିୟୁ, ପିଆଇସିୟୁ, ଏନଆଇସିୟୁ ବେଡ୍‌ କୋଭିଡ୍‌ ସଂକ୍ରମିତ ଶିଶୁଙ୍କ ପାଇଁ ସଂରକ୍ଷିତ ରଖିବାକୁ କୁହାଯାଇଥିବା ଅତିରିକ୍ତ ମୁଖ୍ୟ ଶାସନ ସଚିବ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଧରାତିରେ ଘର ଉପରକୁ ମାଡ଼ିଗଲା ଟ୍ରକ୍, ପରିବାର ଲୋକେ…

ପଦ୍ମପୁର,୩୦ା୮(ପ୍ରଦୀପ୍ତ ଦାଶ): ପଦ୍ମପୁର-ପାଟଣାଗଡ଼ ରାସ୍ତାର ରଜାପଡ଼ାଠାରେ ଏକ ବଡ଼ ଅଘଟଣ ଘଟିଯାଇଛି । ରବିବାର ରାତି ପ୍ରାୟ ୧ଟା ସମୟରେ ଏକ ମାଲବୋଝେଇ ଟ୍ରକ ଭାରସାମ୍ୟ ହରାଇ…

ଗୁଟଖା ପ୍ରେମୀଙ୍କୁ ଝଟକା; ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ, ବ୍ୟବସାୟ ବନ୍ଦ….

କଟକ,୩୦ା୮(ପ୍ରଭୁକଲ୍ୟାଣ ପାଲ୍): ଗୁଟଖା ପ୍ରେମୀଙ୍କୁ ଝଟକା। ରାଜ୍ୟରେ ଗୁଟଖା ବ୍ୟବସାୟ ବନ୍ଦ ହେବ । ରାଜ୍ୟରେ ଚିୱିଙ୍ଗ୍ ଟବାକୋ ବନ୍ଦ ବିଜ୍ଞପ୍ତି ଉପରେ ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ…

ପାଟଣାରେ ଚାଞ୍ଚଲ୍ୟ: କାଠ ଫାଳିଆରେ ପିଟି ସ୍ତ୍ରୀଙ୍କୁ ହତ୍ୟା, ସ୍ୱାମୀ ଅଟକ

ପାଟଣା, ୨୯/୮ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅଧୀନ ମଲ୍ଲିପଶି ଭୂମିଜ ସାହିରେ ଶନିବାର ବିଳମ୍ବିତ ରାତିରେ ଜଣେ ମହିଳାଙ୍କୁ ତାଙ୍କ ସ୍ୱାମୀ…

ନେପାଳ ପରେ, ଚାଇନାରେ ବିପର୍ଯ୍ୟୟ; ୪୯ ଭାରତୀୟ ନିଖୋଜ, ହେଲ୍ପଲାଇନ ନମ୍ବର ଜାରି

ବେଜିଂ,୩୦।୮: ଅଗଷ୍ଟ ୨୬ ରେ ଚାଇନା-ନେପାଳ ସୀମାରେ ଥିବା ଗାଇରୋଙ୍ଗ ବନ୍ଦରରେ ହୋଇଥିବା ଭୂସ୍ଖଳନ ପରେ ପରିସ୍ଥିତି ଜଟିଳ ରହିଛି। ଦକ୍ଷିଣ-ପଶ୍ଚିମ ଚାଇନାର ଜିଜାଙ୍ଗ ସ୍ବୟଂଶାସିତ ଅଞ୍ଚଳର…

ନବାଗତ ଛାତ୍ରୀଛାତ୍ରଙ୍କୁ ସ୍ୱାଗତ: ସାମ୍ବାଦିକତା କେବଳ ଏକ ବିଷୟ ନୁହେଁ, ଏହା ସମାଜ ପ୍ରତି ଦାୟିତ୍ୱବୋଧ ସହ…

ଭଞ୍ଜନଗର, ୩୦/୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ କବିସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟର ସାମ୍ବାଦିକତା ଓ ଗଣଯୋଗାଯୋଗ ବିଭାଗ ପକ୍ଷରୁ ଯୁକ୍ତ ୩ର ନବାଗତ ଛାତ୍ରୀଛାତ୍ରଙ୍କୁ…

ସେକ୍ଟର ମିଟିଂ ଚାଲିଥିବା ବେଳେ ଅଙ୍ଗନବାଡ଼ି କେନ୍ଦ୍ର ଉପରେ ବଜ୍ରପାତ, ୯ କର୍ମୀ…

ପାଟଣା,୩୦ା୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମଲ୍ଲିପୋଷି ଅଙ୍ଗନୱାଡ଼ି କେନ୍ଦ୍ରରେ ବୈଠକ ଚାଲିଥିବା ବେଳେ ବଜ୍ରପାତ ହୋଇଛି । ଶନିବାର ୨୩ ଜଣ ଅଙ୍ଗନୱାଡ଼ି…

ଆଜି ମେଷ-ସିଂହ ରାଶି ଉପରେ ବର୍ଷିବ କୃପା: ଧନଲାଭ ସହ ମିଳିବ ବଡ଼ ଖୁସି ଖବର

୩୦ ଅଗଷ୍ଟ, ରବିବାର ଦିନ ଗ୍ରହ-ନକ୍ଷତ୍ରମାନଙ୍କର ଚାଲ ଦୃଷ୍ଟିରୁ ଅନେକ ରାଶି ପାଇଁ ବିଶେଷ ରହିବାକୁ ଯାଉଛି। ଆଜି କିଛି ଜାତକଙ୍କୁ କ୍ୟାରିୟର ଏବଂ ବ୍ୟବସାୟରେ ଅଗ୍ରଗତିର…

ପୂର୍ବତନ ମନ୍ତ୍ରୀଙ୍କ ଦେହାନ୍ତ, ଅଞ୍ଚଳରେ ଶୋକର ଛାୟା

ନବରଙ୍ଗପୁର,୩୦ା୮(ସଦାଶିବ ପ୍ରହରାଜ): ପୂର୍ବତନ ମନ୍ତ୍ରୀ ଡମ୍ବରୁଧର ମାଝୀ (୮୭)ଙ୍କ ରବିବାର ସକାଳ ପ୍ରାୟ ୫ଟା ସମୟରେ ତାଙ୍କର ଦେହାନ୍ତ ହୋଇଛି । ଚିକିତ୍ସାଧୀନ ଅବସ୍ଥାରେ ସେ ଶେଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri