ତୃତୀୟ ଲହର ପାଇଁ ପ୍ରସ୍ତୁତ ରୁହ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨ା୬(ବ୍ୟୁରୋ):ଆଗାମୀ ସପ୍ତାହ ମଧ୍ୟରେ ରାଜ୍ୟରେ କୋଭିଡ୍‌ ଦ୍ବିତୀୟ ଲହରର ରୋଗୀଙ୍କ ସଂଖ୍ୟା ହ୍ରାସ ପାଇବ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଶାବ୍ୟକ୍ତ କରିଛନ୍ତି। ଅଭିଜ୍ଞତାକୁ ଉପଯୋଗ କରି ଆମକୁ ତୃତୀୟ ଲହର ପାଇଁ ପ୍ରସ୍ତୁତ ରହିବାକୁ ହେବ। ପ୍ରତ୍ୟେକ ଜିଲାରେ ପିଲାଙ୍କ ସ୍ବାସ୍ଥ୍ୟ ଉପରେ ସ୍ବତନ୍ତ୍ର ଫୋକସ୍‌ ରଖି ବ୍ୟବସ୍ଥା କରିବା ପାଇଁ ମଧ୍ୟ ମୁଖ୍ୟମନ୍ତ୍ରୀ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ।
କୋଭିଡ୍‌ରେ ସ୍ବାମୀଙ୍କୁ ହରାଇଥିବା ମହିଳା ଏବଂ ମା’ବାପାଙ୍କୁ ହରାଇଥିବା ପିଲାମାନଙ୍କୁ ପ୍ରାଥମିକତାଭିତ୍ତିରେ ଚିହ୍ନଟ କରାଯିବ। ଆଗାମୀ ୨ ସପ୍ତାହ ମଧ୍ୟରେ ମଧୁବାବୁ ପେନ୍‌ସନ ଯୋଜନାରେ ସେମାନଙ୍କୁ ସାମିଲ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ସେହିପରି ସମସ୍ତ ସାମାଜିକ ନିରାପତ୍ତା ଯୋଜନାର ହିତାଧିକାରୀମାନଙ୍କୁ ଆଗୁଆ ୩ ମାସର ପେନ୍‌ସନ ନଗଦ ଆକାରରେ ହିତାଧିକାରୀଙ୍କ ଗାଁରେ ଦେବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ମୁଖ୍ୟମନ୍ତ୍ରୀ ମଙ୍ଗଳବାର ସନ୍ଧ୍ୟାରେ ରାଜ୍ୟରେ କୋଭିଡ୍‌ ପରିସ୍ଥିତି ସମ୍ପର୍କରେ ସମୀକ୍ଷା କରିଛନ୍ତି। ଦେଶର ବିଭିନ୍ନ ରାଜ୍ୟରେ ବର୍ତ୍ତମାନ ବ୍ଲାକ୍‌ ଫଙ୍ଗସ୍‌ ରୋଗୀ ବହୁ ସଂଖ୍ୟାରେ ବାହାରୁଥିବାରୁ ମୁଖ୍ୟମନ୍ତ୍ରୀ ଉଦ୍‌ବେଗ ପ୍ରକାଶ କରିବା ସହିତ ରାଜ୍ୟରେ ଏହାର ମୁକାବିଲା ପାଇଁ ସମ୍ପୂର୍ଣ୍ଣ ପ୍ରସ୍ତୁତ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି। ତାଲିମପ୍ରାପ୍ତ ଡାକ୍ତର ଓ ଔଷଧ ମହଜୁଦ ରଖିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ସେହିପରି ରାଜ୍ୟର ମେଡିକାଲ କଲେଜ ସମେତ ସବୁ ଜିଲା ମୁଖ୍ୟ ଚିକିତ୍ସାଳୟରେ କୋଭିଡ୍‌ ଓ ନନ୍‌-କୋଭିଡ୍‌ ବ୍ଲାକ୍‌ ଫଙ୍ଗସ୍‌ ରୋଗୀଙ୍କୁ ଚିହ୍ନଟ କରି ଅଲଗା ଅଲଗା ୱାର୍ଡରେ ସେମାନଙ୍କୁ ଚିକିତ୍ସା କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।
ବୈଠକରେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର କହିଛନ୍ତି ଯେ ଗ୍ରାମାଞ୍ଚଳରେ ସଂକ୍ରମଣ ରୋକିବା ପାଇଁ ସ୍ବତନ୍ତ୍ର ଗୁରୁତ୍ୱ ଦିଆଯାଉଛି। କୋଭିଡ୍‌ ପରୀକ୍ଷାକୁ ଆହୁରି ଜୋରଦାର କରାଯିବ ବୋଲି ସେ କହିଛନ୍ତି। ସ୍ବାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ୍ତ ମହାପାତ୍ର କହିଛନ୍ତି ଯେ ରାଜ୍ୟର ଦକ୍ଷିଣ ଓ ପଶ୍ଚିମ ଭାଗରେ ପଜିଟିଭି ହାର ହ୍ରାସ ପାଇଥିବାବେଳେ ଉପକୂଳବର୍ତ୍ତୀ ୧୧ ଜିଲାରୁ ରାଜ୍ୟର ମୋଟ ପଜିଟିଭ ସଂଖ୍ୟାର ୬୩ ପ୍ରତିଶତ ରହୁଛି। ତେଣୁ ଉପକୂଳ ଓଡ଼ିଶାରେ ଅଧିକ ଟେଷ୍ଟିଂ ଉପରେ ଜୋର ଦିଆଯିବ। ପୋଲିସ ମହାନିର୍ଦ୍ଦେଶକ ଅଭୟ ଓ ଅଗ୍ନିଶମ ସେବା ମହାନିର୍ଦ୍ଦେଶକ ଏମ୍‌. ଅକ୍ଷୟ ସେମାନଙ୍କ ବିଭାଗର କାର୍ଯ୍ୟକ୍ରମ ସମ୍ପର୍କରେ ସୂଚନା ଦେଇଥିଲେ। ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ ବୈଠକ ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱର ଟପ୍‌-୩ ଧନୀ କ୍ରିକେଟର, ନେଟ୍‌ୱର୍ଥ ଜାଣିଲେ ଉଡିଜିବ ହୋସ୍‌

ନୂଆଦିଲ୍ଲୀ,୫।୮: କ୍ରିକେଟ ବିଶ୍ୱର ଦ୍ୱିତୀୟ ସବୁଠାରୁ ଲୋକପ୍ରିୟ ଖେଳ। କିନ୍ତୁ ବର୍ତ୍ତମାନ ଏହା କେବଳ ଏକ ଖେଳ ନୁହେଁ, ବରଂ କୋଟି କୋଟି ଟଙ୍କାର ଏକ ବିଶାଳ…

ଉଦୟନିଧିଙ୍କୁ କଡ଼ା ସମାଲୋଚନା କଲେ କଙ୍ଗନା, କହିଲେ-ଏହା ଏକ ଭଲ…

ନୂଆଦିଲ୍ଲୀ,୫।୮: ଡିଏମକେ ନେତା ଉଦୟନିଧି ଷ୍ଟାଲିନ ଅଭିନେତ୍ରୀ ତ୍ରିଶା କୃଷ୍ଣନଙ୍କୁ ନେଇ ଦେଇଥିବା କଥିତ ଡବଲ ମିନିଂ ମନ୍ତବ୍ୟକୁ ନେଇ ବିବାଦରେ ଫସିଛନ୍ତି। ବର୍ତ୍ତମାନ ଅଭିନେତ୍ରୀ କଙ୍ଗନା…

ଜୁକରବର୍ଗଙ୍କୁ ଅଲ୍ଟିମେଟମ ଦେଲେ ସରକାର: କ୍ଷମା ମାଗ ନଚେତ୍‌…

ନୂଆଦିଲ୍ଲୀ,୫।୮: ଫେସବୁକରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଭିଡିଓ ଡିଲିଟ କରିବା ସମ୍ପର୍କରେ ସଂସଦୀୟ କମିଟି କଡ଼ା ଆଭିମୁଖ୍ୟ ଗ୍ରହଣ କରିଛି। ସୂତ୍ର ଅନୁଯାୟୀ, ଯୋଗାଯୋଗ ଏବଂ ସୂଚନା…

ଏଭଳି କାମ କରିବାକୁ ଯାଉଛନ୍ତି ଶେଖ ହାସିନା, ଶୁଣିକି ଛାନିଆ ହେଲା ବାଂଲାଦେଶ, ଭାରତ କହିଲା…

ଢାକା,୫।୮: ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନାଙ୍କ ଏକ ନୂଆ ପଦକ୍ଷେପ ଢାକାରେ ଚହଳ ସୃଷ୍ଟି କରିଛି। ଭାରତରେ ଆଶ୍ରୟ ନେଇଥିବା ଶେଖ ହାସିନା ଦୁଇ ବର୍ଷ…

ବ୍ଲକ୍‌ ଅଫିସରେ ଚାଲିଛି ପିସି କାରବାର: ଡ୍ରେନ୍‌ କାମର ବିଲ୍‌ କରିଦେବା ପାଇଁ…

ଖଡ଼ିଆଳ,୫ା୮ (ସୁଜିତ କୁମାର ପ୍ରଧାନ): ଖଡ଼ିଆଳ ବ୍ଲକ୍‌ କାର୍ଯ୍ୟାଳୟରେ ପିସି କାରବାର ହେଉଥିବାର ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି। ଭିଡିଓରେ ଜଣେ ବ୍ୟକ୍ତିଙ୍କଠାରୁ ଅଫିସ କର୍ମଚାରୀ…

୧୮ ବର୍ଷର ଛାତ୍ର ହେଲେ କଲେଜ ପ୍ରଫେସର: ଭାଙ୍ଗିଗଲା ୩୦୬ ବର୍ଷର ପୁରୁଣା ରେକର୍ଡ

ଯେଉଁ ବୟସରେ ଅଧିକାଂଶ ଛାତ୍ର ସେମାନଙ୍କର କଲେଜ ଶିକ୍ଷା ଆରମ୍ଭ କରୁଛନ୍ତି, ସେହି ବୟସରେ ଆମେରିକାର ଜଣେ ଯୁବକ କଲେଜ ପ୍ରଫେସର ଭାବରେ ଛାତ୍ରମାନଙ୍କୁ ପାଠ ପଢ଼ାଉଛନ୍ତି।…

RBIର ବଡ଼ ନିଷ୍ପତ୍ତି, ଅପରିବର୍ତ୍ତିତ ରହିଲା ରେପୋ ରେଟ୍‌; ଋଣଗ୍ରାହକଙ୍କୁ ଆଶ୍ୱସ୍ତି

ନୂଆଦିଲ୍ଲୀ,୫।୮: ଭାରତୀୟ ରିଜର୍ଭ ବ୍ୟାଙ୍କ (RBI)ର ମୌଦ୍ରିକ ନୀତି କମିଟି (MPC) ବୈଠକ ପରେ ଏକ ବଡ଼ ନିଷ୍ପତ୍ତି ନିଆଯାଇଛି। ଆରବିଆଇ ରେପୋ ରେଟ୍‌କୁ ୫.୨୫ ପ୍ରତିଶତରେ…

ଭାଙ୍ଗିଲା କେନାଲ: ଉଜୁଡିଲା ଚାଷୀଙ୍କ ଫସଲ

ରିଷିଡା,୫।୮(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା ଉତେଇ ଜଳସେଚନ ବିଭାଗ ପକ୍ଷରୁ କର୍ଲାମୁଣ୍ଡା ବ୍ଲକ ରାଜପୁର ଗ୍ରାମର ଭୋରପଡା( ଆର ୧) ସବମାଇନର କେନାଲ ବିଭିନ୍ନ ସ୍ଥାନରେ ନୂତନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri