Posted inଜାତୀୟ

ପ୍ରଥମେ ନିଜ ଘର ସଜାଡ଼: ବିରୋଧୀ ଏକତା ନେଇ କଂଗ୍ରେସକୁ ଦେବ ଗୌଡାଙ୍କ ପରାମର୍ଶ…

ନୂଆଦିଲ୍ଲୀ,୨।୪ : ଲୋକସଭା ନିର୍ବାଚନ ପୂର୍ବରୁ ବିରୋଧୀ ଏକତା ଗଠନ ନେଇ ଚାଲିଥିବା ଆଲୋଚନା ମଧ୍ୟରେ ଜନତା ଦଳ (ସେକୁଲାର) ପୃଷ୍ଠପୋଷକ ତଥା ପୂର୍ବତନ ପ୍ରଧାନମନ୍ତ୍ରୀ ଏଚଡି ଦେବ ଗୌଡା ରବିବାର କଂଗ୍ରେସକୁ ପରାମର୍ଶ ଦେଇଛନ୍ତି। ସେ କହିଛନ୍ତି, କଂଗ୍ରେସ ପ୍ରଥମେ ନିଜ ଘରକୁ ସଜାଡିବା ଉଚିତ। ନ୍ୟୁଜ ଏଜେନ୍ସିକୁ ଦେଇଥିବା ଏକ ସାକ୍ଷାତକାରରେ ସେ ଏହା ମଧ୍ୟ କହିଛନ୍ତି ବିରୋଧୀ ଦଳଙ୍କ ଆଗରେ ଅନେକ ବିକଳ୍ପ ଅଛି ଏବଂ ଦେଶରେ ନେତୃତ୍ୱର ଅଭାବ ନାହିଁ।

କର୍ନାଟକରେ ହେବାକୁ ଥିବା ମେ ’୧୦ ବିଧାନସଭା ନିର୍ବାଚନରେ ଜେଡି (ଏସ)ା ଆଶାକୁ ନେଇ ଉତ୍ସାହିତ ହୋଇ ବରିଷ୍ଠ ନେତା ଦେବ ଗୌଡା କହିଛନ୍ତି, ଏହି ନିର୍ବାଚନ ଚଳିତ ବର୍ଷ ଅନ୍ୟ ରାଜ୍ୟରେ ହେବାକୁଥିବା ମତଦାନ ଏବଂ ୨୦୨୪ ଲୋକସଭା ନିର୍ବାଚନ ପାଇଁ ଏକ ନୂତନ ସ୍ବର ସୃଷ୍ଟି କରିବ।

ଦୁଇ ଜାତୀୟ ଦଳ ଭାଜପା ଏବଂ କଂଗ୍ରେସ ମଧ୍ୟରେ ଚାଲିଥିବା କଡ଼ା ନିର୍ବାଚନ ମୁକାବିଲା ମଧ୍ୟରେ ଗୌଡା ତାଙ୍କ ଦଳ ଜେଡି (ଏସ) କ୍ଷମତାକୁ ଆସିବା ଉପରେ ଆତ୍ମବିଶ୍ୱାସ ପ୍ରକାଶ କରିବା ସହ କହିଛନ୍ତିତାଙ୍କ ଦଳ ଏକ ସାମାଜିକ ତଥା ବିକାଶ ଦୃଷ୍ଟିକୋଣ, ପଞ୍ଚରତ୍ନ କାର୍ଯ୍ୟକ୍ରମ ନାମରେ ଭୋଟ ମାଗିବ। ତାଙ୍କ ଦଳ ପୁରୁଣା ମହୀଶୂର ଅଞ୍ଚଳ ମଧ୍ୟରେ ସୀମିତ ରହିଛି ବୋଲି କହି ଜାତୀୟ ଦଳ ଅତି ଚତୁରତାର ସହିତ ପ୍ରଚାର କରୁଛନ୍ତି। ମାତ୍ର ସେମାନଙ୍କର ଏଭଳି ମିଥ୍ୟା କଥାରେ ରାଜ୍ୟ ଭୋଟର ପ୍ରଭାବିତ ହେବେ ନାହିଁ। ଜାତୀୟ ଦଳମାନେ ବଡ଼ ବଡ଼ ଏବଂ ମିଥ୍ୟା ଦାବି କରୁଛନ୍ତି । ମାତ୍ର ସେଥିରେ କୌଣସି ସତ୍ୟତା ନାହିଁ। ବୟସ ସମ୍ବନ୍ଧୀୟ ଅସୁସ୍ଥତା ହେତୁ ସେ ବର୍ତ୍ତମାନ ସକ୍ରିୟ ପ୍ରଚାର ଠାରୁ ଦୂରରେ ଅଛନ୍ତି ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶ୍ରଦ୍ଧା ଭୟଙ୍କର ଅବତାର ଦେଖି ପ୍ରଶଂସକ ଆଶ୍ଚର୍ଯ୍ୟ

ବକ୍ସ ଅଫିସରେ ଫିଲ୍ମ ‘ସ୍ତ୍ରୀ’ ଜରିଆରେ ହୃଦୟ ଜିତିଥିବା ଶ୍ରଦ୍ଧା କପୁର ପୁଣି ବଡ଼ ପରଦାକୁ ଜବରଦସ୍ତ ଭାବେ ଏଣ୍ଟ୍ରି କରିଛନ୍ତି। ମ୍ୟାଡକ୍‌ ଫିଲ୍ମସର ବହୁ ପ୍ରତୀକ୍ଷିତ…

କେନ୍ଦ୍ର ସରକାର ବଦଳାଇଲେ ରାଶନ ନିୟମ! ଏବେ ପରିବାର ନୁହେଁ, ସଦସ୍ୟଙ୍କ ସଂଖ୍ୟା ଆଧାରରେ ମିଳିବ…

ନୂଆଦିଲ୍ଲୀ, ୨୪।୬: ଦେଶର ସାର୍ବଜନୀନ ବଣ୍ଟନ ବ୍ୟବସ୍ଥା (PDS) ଏବଂ ରାଶନ ବ୍ୟବସ୍ଥାରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିପାରେ। କେନ୍ଦ୍ର ସରକାର ଜାତୀୟ ଖାଦ୍ୟ ସୁରକ୍ଷା…

ପୁରୀ ହତ୍ୟାକାଣ୍ଡ: ମୁଖ୍ୟ ଅଭିଯୁକ୍ତଙ୍କୁ ଏନ୍‌କାଉଣ୍ଟର କଲା ପୋଲିସ

ପୁରୀ,୨୪ା୬(ଅଜିତ କୁମାର ମହାନ୍ତି): ପୁରୀରେ ମଙ୍ଗଳବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ବଳିଆପଣ୍ଡା ଥାନା ଅଞ୍ଚଳରେ ଜଣେ ହୋଟେଲ ମାଲିକଙ୍କୁ ବୀଭତ୍ସ ହତ୍ୟା…

ହ୍ରାସ ପାଉଛି ଜମିର ଉର୍ବରତା: ଜୈବିକ ପଦ୍ଧତିରେ ଚାଷ କରିବାକୁ ଆହ୍ବାନ

ଦାରିଙ୍ଗବାଡ଼ି,୨୪ା୬(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ କାର୍ଯ୍ୟାଳୟ ପରିସରରେ ବିକାଶର ଧାରା ଓଡ଼ିଶା ସାରା କାର୍ଯ୍ୟକ୍ରମର ଶେଷ ଦିବସ ଅବସରରେ ବିଡିଓ ପ୍ରୀତିରଞ୍ଜନ ରଥଙ୍କ ତତ୍ତ୍ୱାବଧାନରେ…

ଅବସରର ସପ୍ତାହେ ପୂର୍ବରୁ ଗିରଫ ହେଲେ ନିର୍ବାହୀ ଯନ୍ତ୍ରୀ: ୨ ଲକ୍ଷ ଟଙ୍କା ଲାଞ୍ଚ ନେଉଥିବାବେଳେ ମାଡ଼ିବସିଲା ଭିଜିଲାନ୍ସ

ରାୟଗଡା,୨୪।୬: ରାୟଗଡ଼ା ଗ୍ରାମ୍ୟ ଉନ୍ନୟନ ବିଭାଗ ନିର୍ବାହୀ ଯନ୍ତ୍ରୀ ପ୍ରସନ୍ନ ପଟ୍ଟନାୟକ ଗିରଫ କରିଛି। ଭିଜିଲାନ୍ସ। ୨ ଲକ୍ଷ ଟଙ୍କା ଲାଞ୍ଚ ନେବାବେଳେ ଧରାପଡ଼ିଥିଲେ ପ୍ରସନ୍ନ। କାର୍ଯ୍ୟ…

ବନ୍ଦ ହୋଇଯିବ ବରଗଡ଼ ସିମେଣ୍ଟ କାରଖାନା, ତେଜିଲା ଅସନ୍ତୋଷ

ବରଗଡ଼,୨୪ା୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ସିମେଣ୍ଟ କାରଖାନା ଆସନ୍ତା ଅଗଷ୍ଟ ୧୯ରୁ କାରଖାନା ସମ୍ପୂର୍ଣ୍ଣ ବନ୍ଦ ହୋଇଯିବ। କାରଖାନା କର୍ତ୍ତୃପକ୍ଷ ଏ ନେଇ ଗତ ୧୯ ତାରିଖ ଭାରତ…

ସଂଶୋଧିତ ତାଲିକାରେ ବି ବଢ଼ିଲା ତ୍ରୁଟି: ଦକ୍ଷତାକୁ ନେଇ ବଡ଼ ପ୍ରଶ୍ନବାଚୀ

ଭୁବନେଶ୍ୱର,୨୪ା୬(ସୁଚିସ୍ମିତା ସାହୁ): ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପାଇଁ ବଢ଼ୁଛି ବିବାଦ। ପ୍ରତିଦିନ ପାଠ୍ୟପୁସ୍ତକରେ ତ୍ରୁଟି ନେଇ ନୂଆ ନୂଆ ତଥ୍ୟ ପଦାକୁ ଆସୁଛି। ପାଠ୍ୟପୁସ୍ତକରେ ତ୍ରୁଟି…

ପଳାତକ ନୀରବ ମୋଦିଙ୍କୁ ଲାଗିଲା ଜୋରଦାର ଝଟକା: ଫେରାଇବେ ୧୦୦ କୋଟି ଟଙ୍କା

ନୂଆଦିଲ୍ଲୀ,୨୪।୬: ପଳାତକ ହୀରା ବ୍ୟବସାୟୀ ନୀରବ ମୋଦିଙ୍କୁ ଲଣ୍ଡନ ହାଇକୋର୍ଟରୁ ଏକ ବଡ଼ ଝଟକା ଲାଗିଛି। ଏକ ଋଣ ବିବାଦରେ ବ୍ୟାଙ୍କ ଅଫ ଇଣ୍ଡିଆ ସପକ୍ଷରେ ରାୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri