ମୋ ସହିତ ଲାଗନି ସବୁ ଭଣ୍ଡୁର କରିଦେବି: ତାରାପ୍ରସାଦ ବାହିନୀପତି

କୋରାପୁଟ,୧୪ା୧୨(ଅମିତାଭ ବେହେରା): କୋରାପୁଟରେ ଲକ୍ଷ୍ମୀ ବସ୍‌ ସେବା ଉଦ୍‌ଘାଟନ ଅବସରରେ କେତେକ କାରଣ ଯୋଗୁ ଜୟପୁର ବିଧାୟକ ତାରାପ୍ରସାଦ ବାହିନୀପତି ଅସନ୍ତୋଷ ପ୍ରକାଶ କରିଛନ୍ତି। ମଞ୍ଚରେ ସମସ୍ତଙ୍କ ସମ୍ମୁଖରେ ସେ ମୋ ସହିତ ଲାଗନି ସବୁ ଭଣ୍ଡୁର କରିଦେବି ବୋଲି ଚେତାବନୀ ଦେଇଥିଲେ। ତାରା ଭାଷଣ ଦେବାକୁ ଯାଉଥିବା ବେଳେ ମଞ୍ଚ ଆଗରେ ବସିଥିବା କିଛି ବିଜେଡ଼ି କର୍ମୀ ନବୀନ ପଟ୍ଟନାୟକ ଜିନ୍ଦାବାଦ ବୋଲି ସ୍ଲୋଗାନ ଦେଇଥିଲେ।

ସରକାରୀ କାର୍ଯ୍ୟକ୍ରମରେ ବିଜେଡ଼ି କର୍ମୀ ନବୀନ ପଟ୍ଟନାୟକ ସ୍ଲୋଗାନ ଦେଇ ତାଙ୍କ ଭାଷଣ ଭଣ୍ଡୁର କରିବାକୁ ଉଦ୍ୟମ କରିଥିଲେ ବୋଲି ବିଧାୟକ ଅଭିଯୋଗ କରିଛନ୍ତି। ନବୀନ ପଟ୍ଟନାୟକ ନାରା ଦେଇସାର, ମୁଁ ତା’ପରେ ଭାଷଣ ଦେବି ବୋଲି କହି ତାରା ଅପେକ୍ଷା କରିଥିଲେ। ପରେ ମୋ ସହିତ ଲାଗନି ସବୁ କାର୍ଯ୍ୟକ୍ରମ ଭଣ୍ଡୁର କରିଦେବି। ଭାଲୁ ଭାଇନାକୁ ଚ୍ୟାଲେଞ୍ଜ କଲେ ଭାଲୁ ବରଦାସ୍ତ କରେନାହିଁ ବୋଲି ତାରା କହିଥିଲେ। ମଞ୍ଚ ସମ୍ମୁଖରେ ବସିଥିବା ବିଜେଡ଼ି କର୍ମୀମାନଙ୍କୁ ଲକ୍ଷ୍ୟ କରି ସେ କହିଲେ, ନିର୍ବାଚନ ଭୋଟ ବ୍ୟାଙ୍କ ରାଜନୀତିକୁ ମୁଁ ଡରୁନି। ପୂର୍ବରୁ ସରକାରଙ୍କ ବିଜୁ ଗାଁ ଗାଡି, ସିଟି ବସ୍‌ ସେବା ଜିଲାରେ ବିଫଳ ହୋଇଛି। ଏବେ ତୃତୀୟ ଥର ପାଇଁ ସରକାର ଘରେ ଘରେ ଲକ୍ଷ୍ମୀ ବସ୍‌ ସେବା କୋରାପୁଟବାସୀଙ୍କୁ ଦେଲେ। ଏହାକୁ ସ୍ବାଗତ କରୁଛି ବୋଲି ପ୍ରକାଶ କରି ତାରା କହିଲେ, ସରକାରଙ୍କ ଏହି ଯୋଜନା ଫେଲ୍‌ ନ ମାରୁ। ଲୋକେ ଉପକୃତ ହୁଅନ୍ତୁ।

ଏହି ସମୟରେ ମଞ୍ଚରେ କୋରାପୁଟ ବିଧାୟକ ରଘୁରାମ ପଡାଲ, ପଟ୍ଟାଙ୍ଗି ବିଧାୟକ ପ୍ରୀତମ ପାଢୀ, ଲକ୍ଷ୍ମୀପୁର ବିଧାୟକ ପ୍ରଭୁ ଜାନି, ଜିଲା ପରିଷଦ ଅଧ୍ୟକ୍ଷ ସସ୍ମିତା ମେଲକାଙ୍କ ସମେତ ଅନ୍ୟମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅମିନ ଚାକିରି କରାଇଦେବା ନାଁରେ ୭ ଲକ୍ଷ ଠକେଇ: ଟଙ୍କା ମାଗିବାରୁ ହତ୍ୟା ଉଦ୍ୟମ, ଅଭିଯୁକ୍ତ…

ଦିଗପହଣ୍ଡି,୨୧।୪(ଅଶେଷ ନାଥ ମିଶ୍ର): ଚାକିରି କରାଇଦେବା ନାଁରେ ଲକ୍ଷ ଲକ୍ଷ ଟଙ୍କା ଠକେଇ ଏବଂ ପରବର୍ତ୍ତୀ ସମୟରେ ଅର୍ଥ ଫେରସ୍ତ ମାଗିବାରୁ ହତ୍ୟା ଉଦ୍ୟମ ଭଳି ଏକ…

ଥୁଆମୂଳ ରାମପୁରରେ ଖଣି ଖନନ ନେଇ ଜନଗର୍ଜନ: ବିରାଟ ଶୋଭାଯାତ୍ରା, ମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ…

ଥୁଆମୂଳ ରାମପୁର,୨୧ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ପ୍ରସ୍ତାବିତ ସିଜିମାଲି ଖଣି ଖନନକୁ ନେଇ ମଙ୍ଗଳବାର ଅଞ୍ଚଳର ଶତାଧିକ ସଚେତନ ନାଗରିକ କମ୍ପାନୀ…

ମଧ୍ୟାହ୍ନ ଭୋଜନରେ ବିଦ୍ୟାର୍ଥୀଙ୍କୁ ପରସା ଗଲା ଶୁଖିଲା ଭାତ-ଲୁଣ; ଶିକ୍ଷା ବିଭାଗର କଠୋର କାର୍ଯ୍ୟାନୁଷ୍ଠାନ, ଶିକ୍ଷକ…

ତୁମୁଡିବନ୍ଧ,୨୧।୪ (ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକର ଏକ ପ୍ରାଥମିକ ବିଦ୍ୟାଳୟରେ ଅଭାବନୀୟ ଘଟଣା ଏବେ ସାମ୍ନାକୁ ଆସିଛି। ମଧ୍ୟାହ୍ନ ଭୋଜନରେ ପିଲାଙ୍କୁ କେବଳ…

ନୟାଗଡ଼ରୁ ଛତ୍ରପୁର ଆସୁଥିଲେ, ଡିଭାଇଡର ସହ ବାଇକ୍‌ ପିଟି ହେବା ପରେ ଛିଟିକି ପଡ଼ିଲେ; ମା’ବାପା ଗୁରୁତର, ୨ ବର୍ଷର ଶିଶୁକନ୍ୟା…

ଛତ୍ରପୁର, ୨୧।୪(ଦିଲ୍ଲୀପ ସାମଲ):  ଛତ୍ରପୁର ଥାନା ଅଧିନ ଜାତୀୟ ରାଜପଥ ଭାଗ୍ୟଲକ୍ଷ୍ମୀ ନଗର ନିକଟରେ ସଡକ ଦୁର୍ଘଟଣା । ଏଥିରେ ସ୍ବାମୀ ଓ ସ୍ତ୍ରୀ ଗୁରୁତର ଆହତ ହୋଇଥିବା…

ସମ୍ପର୍କୀୟଙ୍କ ବିବାହ ଉତ୍ସବକୁ ଯାଉଥିଲେ ଦମ୍ପତି, ବାଇକ ଧକ୍କାରେ ଚାଲିଗଲା ଜୀବନ

ଆନନ୍ଦପୁର,୨୧।୪(ସୁଶାନ୍ତ କୁମାର ସାହୁ ): ସମ୍ପର୍କୀୟଙ୍କ ବିବାହ ଉତ୍ସବକୁ ଯାଉଥିବା ବେଳେ ବାଟରେ ଭୟଙ୍କର ଦୁର୍ଘଟଣା । ସ୍ବାମୀ, ସ୍ତ୍ରୀଙ୍କର ମୃତ୍ୟୁ ହୋଇଥିବା ବେଳେ ଜଣେ ଆହତ…

୫ ବର୍ଷ ତଳେ ହୋଇଥିଲା ବିବାହ, ଭଡ଼ା ଘରୁ ମହିଳାଙ୍କ ମୃତଦେହ ଉଦ୍ଧାର; ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ଆଣିଲେ…

କୋକସରା,୨୧।୪(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ଲଡୁଗାଁ ଗ୍ରାମର ଏକ ଭଡ଼ା ଘରୁ ମଙ୍ଗଳବାର ଜଣେ ମହିଳାଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ମୃତ…

ଏମିତି ରାଗ ଯେ ଛାତ୍ରଙ୍କୁ ବିଛୁଆତିରେ ମାଡ଼ ମାରି ପ୍ୟାଣ୍ଟରେ ପୁରାଇ ଦେଇଥିଲେ, ଚାକିରିରୁ ନିଲମ୍ବିତ ହେଲେ ପ୍ରଧାନଶିକ୍ଷକ 

କଳିଙ୍ଗନଗର,୨୧।୪(ଶୁଭାଶିଷ ରାଉତ): ଶିକ୍ଷାର ମନ୍ଦିରରେ ଗୁରୁଙ୍କ ଅମାନବୀୟ କାଣ୍ଡ। କୋମଳମତି ପିଲାଙ୍କୁ ଦଣ୍ଡ ଦେବା ନାଁରେ ପିଲାଙ୍କ ପ୍ୟାଣ୍ଟ ଭିତରେ ବିଛୁଆତି ପୁରାଇ ନିର୍ଯାତନା ଦେଇଥିବା ଅଭିଯୋଗରେ…

ବାରିପଦାର ନିଖୋଜ ଶିକ୍ଷୟିତ୍ରୀ ବାଲେଶ୍ବରରୁ ଉଦ୍ଧାର, ଜନଗଣନା କାର୍ଯ୍ୟ ଚାପରେ…

ବାରିପଦା,୨୧ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାରିପଦା ସଦର ଥାନା ଅଞ୍ଚଳ ଢେଙ୍କିନେଞ୍ଜିଆ ୟୁପିଟିଓ ସ୍କୁଲର ଜନଗଣନା କାର୍ଯ୍ୟରେ ନିୟୋଜିତ ଥିବା ଶିକ୍ଷୟିତ୍ରୀ ନିଖୋଜ ଘଟଣା ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri