ଜେଲ୍‌ରୁ ବାହାରି ଶୋଭାଯାତ୍ରାରେ ଯିବା ମହଙ୍ଗା ପଡ଼ିଲା: ୪ ଗିରଫ

ଭୁବନେଶ୍ୱର,୧୫।୯ (ବ୍ୟୁରୋ)ଏୟାରଫିଲ୍ଡ ଥାନାଞ୍ଚଳରେ ଘଟିଥିବା ବହୁ ଚର୍ଚ୍ଚିତ ଅମରେଶ ନାୟକ ହତ୍ୟା ମାମଲାରେ ୪ ଅଭିଯୁକ୍ତଙ୍କୁ ଜାମିନ ମିଳିବା ପରେ ଗତ ଗୁରୁବାର ଝାରପଡ଼ା ଜେଲରୁ ମୁକୁଳିଥିଲେ। ବିନା ପୋଲିସ ଅନୁମତି ତଥା କୋଭିଡ୍‌ ନିୟମକୁ ଉଲ୍ଲଂଘନ କରି ସେମାନେ ବାଇକ୍‌ ଶୋଭାଯାତ୍ରା କରିଥିଲେ। ଏନେଇ ‘ଧରିତ୍ରୀ’ରେ ଖବର ପ୍ରକାଶ ପାଇବା ପରେ ଏୟାରଫିଲ୍ଡ ଥାନା ପୋଲିସ ୪ଜଣଙ୍କୁ ଗିରଫ କରିବା ସହ ୩ ବାଇକ୍‌ ଏବଂ ଗୋଟିଏ ଜିପ୍‌ ଜବତ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ସୁନ୍ଦରପଦାର କାଶୀନାଥ ବାରିକ, ରୋଶନ ଜେନା, ଜ୍ଞାନରଞ୍ଜନ ବଡ଼ଜେନା ଓ ଚିତ୍ତରଞ୍ଜନ ପ୍ରଧାନ। ଏନେଇ ଥାନାରେ ଏକ ମାମଲା (ନଂ.୧୭୮/୨୦)ରୁଜୁ କରିଛି। ହେଲେ ଜାମିନରେ ଆସିଥିବା ୪ଅଭିଯୁକ୍ତଙ୍କ ବିରୋଧରେ ପୋଲିସ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିନାହିଁ। ଅମରେଶ ହତ୍ୟା ମାମଲାରେ ପୋଲିସର ଦୁର୍ବଳ ତଦନ୍ତ ଏବଂ ଅଭିଯୁକ୍ତମାନଙ୍କୁ ଅନୁକମ୍ପା ଦେଖାଇ କୋହଳ ଚାର୍ଜଶିଟ୍‌ କୋର୍ଟରେ ଦାଖଲ କରିଥିଲେ। ଫଳରେ ୪ ଅଭିଯୁକ୍ତ ଜାମିନ ପାଇଥିଲେ। ପୋଲିସ ଜାଣିଶୁଣି ପ୍ରତ୍ୟକ୍ଷଦର୍ଶୀଙ୍କ ବୟାନ ବଦଳାଇବା ପାଇଁ ଚାପ ପକାଇଥିବା ଅମରେଶଙ୍କ ପରିବାର ଏବଂ ସାଙ୍ଗମାନେ କହିଛନ୍ତି। ଏନେଇ ଡିସିପି ଡା.ଉମାଶଙ୍କର ଦାଶ କହିଛନ୍ତି, ପ୍ରଥମେ କୋର୍ଟଙ୍କ ଜାମିନ ଅର୍ଡରକୁ ପରଖିବୁ। କେଉଁ ଗ୍ରାଉଣ୍ଡରେ କୋର୍ଟ ଜାମିନ ଦେଲେ ତାହା ଦେଖିବା ପରେ ଆଇନ ବିଭାଗର ପରାମର୍ଶ ନେବୁ। ଯଦି ଆଇନରେ ସେଭଳି କିଛି ବାଟ ଥିବ ତେବେ ସେହି ଅନୁସାରେ ଅଭିଯୁକ୍ତମାନଙ୍କୁ ଜାମିନ ଖାରଜ ପାଇଁ କୋର୍ଟଙ୍କୁ ପ୍ରାର୍ଥନା କରିବୁ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଉ ଏକ ଲଘୁଚାପ, ୬ ଦିନ ଯାଏ ପ୍ରବଳ ବର୍ଷା, ଏସବୁ ଜିଲାକୁ ରେଡ୍‌ ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୮ା୮(ବନ୍ଦନା ସେଠୀ) – ଉତ୍ତର ବଙ୍ଗୋପସାଗର ଓ ସଂଲଗ୍ନ ପଶ୍ଚିମବଙ୍ଗ-ବାଂଲାଦେଶ ଉପକୂଳ ଅଞ୍ଚଳରେ ଉପରିବାୟୁ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଶନିବାର ଏହା ପ୍ରଭାବରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗର…

ଏମ୍‌ପି ସୁଜିତ କୁମାରଙ୍କଠାରୁ ୫୦ ଲକ୍ଷର ଠକେଇ: ପୂର୍ବତନ ମନ୍ତ୍ରୀଙ୍କ ପୁଅ ଗିରଫ

ଭୁବନେଶ୍ୱର,୨୮ା୮(ତ୍ରିନାଥ ମହାନ୍ତି): ଜମି ଠକେଇ ମାମଲାରେ ପୂର୍ବତନ ମନ୍ତ୍ରୀ ତଥା ଢେଙ୍କାନାଳ ଜିଲା ପରଜଙ୍ଗ ବିଧାନସଭା କ୍ଷେତ୍ରର ପୂର୍ବତନ ବିଜେଡି ବିଧାୟକ ନୃସିଂହ ଚରଣ ସାହୁଙ୍କ ପୁଅ…

ଯଜ୍ଞସ୍ଥଳରୁ ଆନ୍ଦୋଳନକାରୀ ହିରାମଲ୍‌ଙ୍କୁ ଉଠାଇ ନେଲା ପୋଲିସ: କୋର୍ଟ ଚାଲାଣ ନକରି ଥାନାରେ ରଖିବାକୁ ନେଇ…

ଥୁଆମୂଳ ରାମପୁର, ୨୮।୮ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଅଞ୍ଚଳର ଡିଜିମାଳି ପାହାଡ଼ରେ ଖଣି ଖନନକୁ ନେଇ ବିରୋଧ ଓ ଆନ୍ଦୋଳନ ଚାଲିଥିବା ବେଳେ…

ବାରାହା ଫାସରେ ଶାଳୀ-ଭିଣୋଇ: ମୃତ ଶରୀରରକୁ ଉଠାଇ ନେଇ ଗୁମ୍ଫା ଭିତରେ….

ବଲାଙ୍ଗୀର, ୨୮/୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଲରମ୍ଭା ଥାନା ଅନ୍ତର୍ଗତ ଗୁଞ୍ଜାଡ଼ିହି ଜଙ୍ଗଲରେ ବାରାହା ଶିକାର ପାଇଁ ବିଛାଯାଇଥିବା ବିଦ୍ୟୁତ୍ ତାରରେ ଲାଗି ଜଣେ…

୫ ଦିନ ହେଲା ଅନ୍ଧାରରେ ଗାଁ

ନବରଙ୍ଗପୁର,୨୮।୮(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲା ତେନ୍ତୁଳିଖୁଣ୍ଟି ବ୍ଲକ୍‌ ବିରିଗୁଡ଼ା ଗାଁ ଗତ ୫ ଦିନ ହେଲା ଅନ୍ଧକାରରେ ରହିଛି। ଲଗାଣ ବର୍ଷା ଓ ପବନ ଯୋଗୁ ଟ୍ରାନ୍ସଫର୍ମରରୁ…

ଛାତ୍ରଙ୍କ ମୃତଦେହ ଜବତ ପରେ ହଷ୍ଟେଲ ଛାଡ଼ିଲେ ୫୪ ପିଲା

ବୋରିଗୁମ୍ମା,୨୮ା୮(ଗୋପାଳ ହରିଜନ): କୋରାପୁଟ ଜିଲା ବୋରିଗୁମ୍ମା ବ୍ଲକ୍‌ ଗୁମୁଡ଼ା ଏସ୍‌ଏସ୍‌ଡି ସରକାରୀ ଉଚ୍ଚ ବିଦ୍ୟାଳୟ ପଛ ପଟେ ଥିବା ନାଳରୁ ଗତ ବୁଧବାର ଜଣେ ୮ମ ଶ୍ରେଣୀ…

ବରଗଡ଼ରେ ଟ୍ରାଫିକ ସମସ୍ୟା: ଏସପିଙ୍କୁ ଫେରାଦ ହେଲା ଅଭିଭାବକ ମହାସଂଘ

ବରଗଡ଼,୨୮।୮(ପ୍ରେମାନନ୍ଦ ଖମାରୀ): ବରଗଡ ସହରର ଟ୍ରାଫିକ ସମସ୍ୟା ନେଇ ଓଡିଶା ଅଭିଭାବକ ମହାସଂଘ, ବରଗଡ଼ ଜିଲା ଶାଖା ଉଦବେଗ ପ୍ରକାଶ କରିଛି। ଏହି କ୍ରମରେ ଶୁକ୍ରବାର ମହାସଂଘର…

ମହିଳା ଡାକ୍ତରଙ୍କୁ ଗାଳିଗୁଲଜ, ସରପଞ୍ଚ ଗିରଫ

ମାର୍ଶାଘାଇ, ୨୮ା୮ (ଶୁଭେନ୍ଦୁ ପ୍ରସାଦ ଚୌଧୁରୀ ): କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ କାର୍ଯ୍ୟରତ ଜଣେ ମହିଳା ଡାକ୍ତରଙ୍କୁ ଗାଳିଗୁଲଜ, ଧମକ ଦେବା ଅଭିଯୋଗରେ ପୋଲିସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri