ବିଳମ୍ବରେ ମିଳୁଛି ଦରମା

ମୋହନା,୨୧ା୪(ମନ୍ମଥ ମିଶ୍ର)ମୋହନା ବ୍ଲକ ଅନ୍ତର୍ଗତ ଚନ୍ଦ୍ରଗିରି ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ କର୍ମଚାରୀଙ୍କ ଅଶାନ୍ତି ଦେଖାଦେଇଛି । ଦିନରାତି ପରିଶ୍ରମ କଲେ ବି କର୍ମଚାରୀଙ୍କୁ ମିଳୁନି ଠିକ ସମୟରେ ଦରମା। ଏଭଳି ସଙ୍ଗିନ୍‌ ଅଭିଯୋଗ କରିଛନ୍ତି ସ୍ବାସ୍ଥ୍ୟ କେନ୍ଦ୍ରର ଡାକ୍ତର, ନର୍ସ ଓ କର୍ମଚାରୀ। ଗଜପତି ଜିଲାର ଏକ ଆଦର୍ଶ ସ୍ବାସ୍ଥ୍ୟକେନ୍ଦ୍ର ଭାବେ ଚନ୍ଦ୍ରଗିରି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ପକ୍ଷରୁ ସୁନାମ ଓ ପୁରଷ୍କୃତ ମଧ୍ୟ ହୋଇଛି। ହେଲେ ଏଠାକାର ପାରିପାର୍ଶ୍ୱିକ ସ୍ଥିତି ଉନ୍ନତମାନର ଥିବା ବେଳେ ଆକାଉଣ୍ଟାଣ୍ଟଙ୍କ ଖାମଖିଆଲି ମନୋଭାବ ଯୋଗୁ କର୍ମଚାରୀମାନେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ସେମାନଙ୍କ ଦରମା ଠିକ ସମୟରେ ମିଳୁନଥିବା ଅଭିଯୋଗ ନେଇ ଧାରଣାରେ କର୍ମଚାରୀ। ବାରମ୍ବାର ଉପରିସ୍ଥ ଅଧିକାରୀଙ୍କୁ ଏ ସମ୍ପର୍କରେ ଜଣାଇଲେ ମଧ୍ୟ କୌଣସି ସୁଫଳ ମିଳୁନାହିଁ। ତେବେ ରାଜ୍ୟ ଓ କେନ୍ଦ୍ର ସରକାର ସ୍ବାସ୍ଥ୍ୟକେନ୍ଦ୍ରର ଉନ୍ନତିକରଣ ପାଇଁ ବିଭିନ୍ନ ଯୋଜନାରେ କୋଟି କୋଟି ଟଙ୍କା ପାଣି ଭଳି ଖର୍ଚ୍ଚ କରୁଥିବା ବେଳେ ଏଠାକାର ପରିସ୍ଥିତି ସମ୍ପୂର୍ଣ୍ଣ ଓଲଟା। ବିଡ଼ମ୍ବନାର ବିଷୟ ଦୀର୍ଘ ଦିନ ବିତିଯାଇଥିଲେ ମଧ୍ୟ ଦରମା ଠିକ ସମୟରେ ପାଇବାରୁ ବଞ୍ଚିତ ଥିବା ସ୍ବାସ୍ଥ୍ୟକେନ୍ଦ୍ର କର୍ମଚାରୀମାନେ ଅଭିଯୋଗ କରିଛନ୍ତି। କର୍ମଚାରୀମାନଙ୍କଠାରୁ ଆରମ୍ଭ କରି ଭାରପ୍ରାପ୍ତ ଚିକିତ୍ସା ଅଧିକାରୀଙ୍କୁ ଆଜି ଯାଏ ମିଳିନି ପାଉଣା। ଚନ୍ଦ୍ରଗିରି ଓ ମୋହନା ଉଭୟ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଦାୟିତ୍ୱରେ ରହିଥିବା ଡିଡିଓ ଡ଼ା. ଜୟ ପଣ୍ଡାଙ୍କୁ ଲିଖିତ ଅଭିଯୋଗ ଦେଇଛନ୍ତି କର୍ମଚାରୀ। ଏ ସମ୍ପର୍କରେ ମୋହନା ଗୋଷ୍ଠୀ ସ୍ବାସ୍ଥ୍ୟ ଅଧିକାରୀ ଜୟରାମ ପଣ୍ଡାଙ୍କୁ ଯୋଗାଯୋଗ କରାଯିବାରୁ ଚନ୍ଦ୍ରଗିରି ଆକାଉଣ୍ଟାଣ୍ଟ ପ୍ରାୟ ଅଧିକାଂଶ ସମୟ ଅନୁପସ୍ଥିତ ରହିଥିବାରୁ କର୍ମଚାରୀଙ୍କ ଠିକ ସମୟରେ ପାଉଣା ପାଇବାରୁ ବଞ୍ଚିତ ହେଉଛନ୍ତି। ଅନ୍ୟପକ୍ଷରେ ଚନ୍ଦ୍ରଗିରି ଆକାଉଣ୍ଟାଣ୍ଟ ପି ଭି ରାମଣା ରାଓ ମାର୍ଚ୍ଚ ମାସ ପାଇଁ ବିଳମ୍ବ ହୋଇଛି ଆଗକୁ ଏହିଭଳି ଦେଖାଦେବ ନାହିଁ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦୂଷିତ ପାଣି ବ୍ୟବହାର କରି ସେବାଶ୍ରମ ବିଦ୍ୟାଳୟର ଛାତ୍ରୀଛାତ୍ର ଅସୁସ୍ଥ, ମେଡିକାଲ ଟିମ୍‌ ପହଞ୍ଚି…

ବାଙ୍କୀ,୨୬ା୩(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ବ୍ଲକ ଅନ୍ତର୍ଗତ କଦଳୀବାଡ଼ି ପଞ୍ଚାୟତସ୍ଥିତ ସେବାଶ୍ରମ ସରକାରୀ ବିଦ୍ୟାଳୟର ଛାତ୍ରୀଛାତ୍ର ଜଣ୍ଡିସ୍‌ ରୋଗରେ ଆକ୍ରାନ୍ତ ଥିବା ଅଭିଭାବକ ଓ ଗ୍ରାମବାସୀ ଅଭିଯୋଗ କରିଛନ୍ତି।…

ବ୍ରିଜ୍‌ ଉପରେ ହଠାତ୍‌ ଫାଟିଲା ପାନୀଳ ଜଳ ପାଇପ୍‌, ଆଉ ତା’ ପରେ…

ଗୁଣପୁର,୨୬ା୩(ସଂକେତ ପାତ୍ର): ସ୍ଥାନୀୟ ଗୁଣପୁର-ବିକ୍ରମପୁରକୁ ସଂଯୋଗ କରୁଥିବା ବ୍ରିଜ୍‌ ଉପରେ ଥିବା ପାନୀୟଜଳ ପାଇପ୍‌ ଫାଟିଯାଇ ଅଧିକ ସମୟ ଧରି ପାଣି ବହୁଥିବା ଦେଖାଯାଇଛି। ସୂଚନାନୁସାରେ, କେନ୍ଦ୍ର…

ଯୁଦ୍ଧ ଭିତରେ ଚାଇନା ଯିବେ ଟ୍ରମ୍ପ, ତାରିଖ ଘୋଷଣା କଲା ହ୍ବାଇଟ ହାଉସ

ଓ୍ବାଶିଂଟନ,୨୬।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ମେ ୧୪ ରୁ ୧୫ ମଧ୍ୟରେ ଚାଇନା ଗସ୍ତ କରିବେ ଏବଂ ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗଙ୍କ ସହ ସାକ୍ଷାତ…

ଇରାନକୁ ନୂଆ ଧମକ ଦେଲେ ଟ୍ରମ୍ପ, ଇରାନୀ କୋଠରୀ ଭିତରେ ନିବେଦନ କରନ୍ତି କିନ୍ତୁ…

ନୂଆଦିଲ୍ଲୀ,୨୬ା୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବେ ଅତ୍ୟନ୍ତ ଆକ୍ରମଣାତ୍ମକ ହୋଇଯାଇଛନ୍ତି। ତାଙ୍କ ପ୍ଲାଟଫର୍ମ, ଟ୍ରୁଥ୍ ସୋସିଆଲରେ, ସେ ଇରାନକୁ ଏକ ନୂତନ ଧମକ ଦେଇଛନ୍ତି। ସେ…

ହୋଟେଲ, ରେଷ୍ଟୁରାଣ୍ଟରେ ବଡ଼ ଧରଣର ଚଢ଼ାଉ

ନୂଆପଡ଼ା,୨୬ା୩ (ମକାରୁ ବେମାଲ): ନୂଆପଡ଼ା ଜିଲାରେ ଘରୋଇ ଏଲ୍‌ପିଜି ସିଲିଣ୍ଡରର କୃତ୍ରିମ ଅଭାବ ଦେଖାଦେଇଥିବା ବେଳେ ବିଭିନ୍ନ ହୋଟେଲ ଓ ରେଷ୍ଟୁରାଣ୍ଟରେ ଅବୈଧ ବ୍ୟବହାର କରାଯାଉଥିବା ଅଭିଯୋଗ…

ଚୌକା-ଛକାରେ ଝୁମି ଉଠୁଥିବା ଚିୟରଲିଡର୍ସଙ୍କୁ କେତେ ମିଳେ ଦରମା… ଗୋଟିଏ ମ୍ୟାଚର ପାରିଶ୍ରମିକ ସହ ବିଳାସପୂର୍ଣ୍ଣ ସୁବିଧା ପଛର କାହାଣୀ ଜାଣନ୍ତୁ…

ନୂଆଦିଲ୍ଲୀ,୨୬।୩: ଆଇପିଏଲର ୧୯ତମ ସିଜିନ ୨୮ ମାର୍ଚ୍ଚରୁ ଆରମ୍ଭ ହେଉଛି। ଫାଇନାଲ ମ୍ୟାଚ ୩୧ ମଇରେ ଖେଳାଯିବ। ପଡ଼ିଆରେ ଖେଳାଳିମାନେ ସେମାନଙ୍କ ବିଡ ଏବଂ ଦୌଡ଼ ପାଇଁ…

ନିଜର ସୁରକ୍ଷା ନେଇ ଆଗେଇ ଆସିଲେ ଛାତ୍ରୀ, ଆତ୍ମରକ୍ଷା ପାଇଁ କଲେ…

ଦିଗପହଣ୍ଡି,୨୬ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମସ୍ଥିତ ରାମଜୀ ଡିଗ୍ରୀ କଲେଜରେ ଗୁରୁବାର ଅଧ୍ୟକ୍ଷ ନିହାର ରଞ୍ଜନ କରଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ‘ଛାତ୍ରୀ…

ଆସନ୍ତାକାଲି ଭକ୍ତଙ୍କୁ ଦର୍ଶନ ଦେବେ ନାହିଁ ମହାପ୍ରଭୁ, ୫ ଘଣ୍ଟା ବନ୍ଦ ରହିବ ଶ୍ରୀମନ୍ଦିର

ପୁରୀ,୨୬ା୩(ଅଜିତ କୁମାର ମହାନ୍ତି):  ଆସନ୍ତାକାଲି ଅର୍ଥାତ୍‌ ଶୁକ୍ରବାର ଭଗବାନ ଆଉ ଭକ୍ତଙ୍କ ମଧ୍ୟରେ ବଢ଼ିବ ଦୂରତା। ୫ ଘଣ୍ଟା ଭକ୍ତଙ୍କୁ ଦର୍ଶନ ଦେବେ ନାହିଁ ମହାପ୍ରଭୁ। ଚୈତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri