Posted inଖେଳ

ୟୁଏଇ କଣ୍ଡିଶନ ସହ ଅଭ୍ୟସ୍ତ ହେବା ବଡ଼ ଚ୍ୟାଲେଞ୍ଜ: ବୋଲ୍ଟ

ଦୁବାଇ, ୧୫ା୯ (ପି.ଟି.)-ସଂଯୁକ୍ତ ଆରବ ଏମିରେଟ୍ସ (ୟୁଏଇ)ର ଆର୍ଦ୍ର ଓ ଉତ୍ତାପ କଣ୍ଡିଶନ ସହ ଅଭ୍ୟସ୍ତ ହେବା ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ସମସ୍ତ ଦଳ ପାଇଁ ଏକ ବଡ଼ ଚ୍ୟାଲେଞ୍ଜ ହେବ। ଏକଥା କହିଛନ୍ତି ମୁମ୍ବାଇ ଇଣ୍ଡିଆନ୍ସର ବାମହାତି ପେସ୍‌ ବୋଲର ଟ୍ରେଣ୍ଟ ବୋଲ୍ଟ। ନ୍ୟୁଜିଲାଣ୍ଡର ଏହି କ୍ରିକେଟର ଗତବର୍ଷ ଦିଲ୍ଲୀ କ୍ୟାପିଟାଲ୍ସ ତରଫରୁ ଖେଳୁଥିଲେ। ମୁମ୍ବାଇ ଇଣ୍ଡିଆନ୍ସ ତରଫରୁ ସେ ପ୍ରଥମଥର ଖେଳିବାକୁ ଯାଉଛନ୍ତି। ବ୍ୟକ୍ତିଗତ କାରଣ ଦର୍ଶାଇ ଶ୍ରୀଲଙ୍କା ପେସ୍‌ ବୋଲର ଲସିଥ୍‌ ମାଲିଙ୍ଗା ଏଥର ଆଇପିଏଲ୍‌ରୁ ଓହରିଯାଇଛନ୍ତି। ଫଳରେ ବୋଲ୍ଟଙ୍କୁ ୪ଥର ଚାମ୍ପିୟନ ମୁମ୍ବାଇ ଇଣ୍ଡିଆନ୍ସର ବୋଲିଂ ନେତୃତ୍ୱ ନେବାକୁ ପଡ଼ିବ। ତେବେ ଏହି ଦଳରେ ବହୁ ବ୍ୟାଟିଂ ହେଭିଓ୍ବେଟ୍‌ ରହିଥିବାରୁ ସେ ଅନେକ ପରିମାଣରେ ଆଶ୍ୱସ୍ତ ବୋଲି କହିଛନ୍ତି। ବୋଲ୍ଟ କହିଛନ୍ତି, ନ୍ୟୁଜିଲାଣ୍ଡ ଭଳି ଏକ କ୍ଷୁଦ୍ର ଦେଶରୁ ସେ ଆସିଛନ୍ତି। ବର୍ତ୍ତମାନ ସେଠାରେ ଶୀତଋତୁ ଚାଲିଛି। ସେଠାରେ ତାପମାତ୍ରା ୭ରୁ ୮ ଡିଗ୍ରୀ ରହିଛି। ମାତ୍ର ଏଠାରେ ମରୁଭୂମିର ମଧ୍ୟଭାଗରେ ରହିଥିବା ଷ୍ଟାଡିୟମରେ ୪୫ଡିଗ୍ରୀ ସେଲସିଅସ୍‌ ତାପମାତ୍ରାରେ ଅଭ୍ୟାସ କରିବା ଏକ ବଡ଼ ଚ୍ୟାଲେଞ୍ଜ। ସ୍ବଳ୍ପ ହେଲେ ମଧ୍ୟ ପୂର୍ବରୁ ୟୁଏଇରେ କ୍ରିକେଟ ଖେଳିଛନ୍ତି। ବର୍ଷର ବିଭିନ୍ନ ସମୟରେ ସ୍ଥାନୀୟ ପରିବେଶ ଖେଳ ଉପରେ ପ୍ରଭାବ ପକାଇଥାଏ ବୋଲି ୩୧ ବର୍ଷୀୟ ନ୍ୟୁଜିଲାଣ୍ଡ ବୋଲର କହିଛନ୍ତି। ମୁମ୍ବାଇ ଇଣ୍ଡିଆନ୍ସର ବୋଲିଂ ୟୁନିଟ୍‌ରେ ପ୍ରଚୁର ବିଭିନ୍ନତା ରହିଛି। ଦଳ ପାଇଁ ଏହା ଏକ ଭଲ ଲକ୍ଷଣ। ଆଇପିଏଲ୍‌ ୨୦୨୦ର ଉଦ୍‌ଘାଟନୀ ମ୍ୟାଚ୍‌ ସେପ୍ଟେମ୍ବର ୧୯ରେ ଆବୁଧାବିରେ ଖେଳାଯିବ। ଏଥିରେ ଗତଥରର ଚାମ୍ପିୟନ ମୁମ୍ବାଇ ଇଣ୍ଡିଆନ୍ସ ରନର୍ସଅପ୍‌ ଚେନ୍ନାଇ ସୁପର କିଙ୍ଗ୍ସକୁ ଭେଟିବ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ପାକିସ୍ତାନକୁ ହରାଇ ଭାରତର ଲଗାତର ତୃତୀୟ ବିଜୟ

ଦୁବାଇ,୫ା୯: ମହିଳା ଏସିଆ କପ୍‌ ଟି୨୦ ପ୍ରତିଯୋଗିତାରେ ଶନିବାର ଅନୁଷ୍ଠିତ ମ୍ୟାଚ୍‌ରେ ଭାରତ ୭ ଉଇକେଟରେ ପାକିସ୍ତାନକୁ ପରାସ୍ତ କରିଛି। ପୂର୍ବରୁ ସେମିଫାଇନାଲରେ ସ୍ଥାନ ପକ୍କା କରିଥିବା…

ଦୁଲୀପ ଟ୍ରଫି ଖେଳିବାର ୩ ଦିନ ମଧ୍ୟରେ ଟି୨୦ ଖେଳିବା ଚାଲେଞ୍ଜିଂ ହେବ: ଇଶାନ

ଚେନ୍ନାଇ,୫ା୯: ଦୁଲୀପ ଟ୍ରଫି ଫାଇନାଲ ଶେଷ ହେବାର ୩ ଦିନ ମଧ୍ୟରେ ଭାରତୀୟ ଦଳ ପାଇଁ ଟି୨୦ ଖେଳିବା ଚାଲେଞ୍ଜିଂ ହେବ ବୋଲି ତିଲକ ବର୍ମା ଏବଂ…

ପରିବର୍ତ୍ତନ ହେବ କି RCBର ନାମ? ମୁହଁ ଖୋଲିଲେ ଚେୟାରମ୍ୟାନ ଆର୍ଯ୍ୟମାନ ବିର୍ଲା

ନୂଆଦିଲ୍ଲୀ,୫।୯: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) IPL 2026 ଟାଇଟଲ ଜିତିଲା। ଏହା ଦଳର ଲଗାତାର ଦ୍ୱିତୀୟ ଟ୍ରଫି। ପୂର୍ବ ସିଜିନ ଆରମ୍ଭ ହେବା ପୂର୍ବରୁ ଫ୍ରାଞ୍ଚାଇଜର…

Teachers Dayରେ ଭାବପ୍ରବଣ ହେଲେ ସଚିନ ତେନ୍ଦୁଲକର; ପିତାଙ୍କ ସ୍ମୃତିରେ ଆରମ୍ଭ କଲେ ଏକ ଅନନ୍ୟ ପ୍ରୟାସ

ମୁମ୍ବାଇ,୫।୯: ‘କ୍ରିକେଟର ଭଗବାନ’ ଭାବରେ ସମ୍ମାନିତ ସଚିନ ତେନ୍ଦୁଲକର ଆଜି ତାଙ୍କ ପିତାଙ୍କୁ ମନେ ପକାଇ ଭାବପ୍ରବଣ ହୋଇଗଲେ। ଶିକ୍ଷକ ଦିବସ ଅବସରରେ, ସେ ତାଙ୍କ ପିତା…

ଫାଇନାଲ ମ୍ୟାଚ ପୂର୍ବରୁ ବୈଭବଙ୍କୁ ନେଇ ଏ କ’ଣ କହିଦେଲେ ଇଶାନ କିଶନ, ଚାରିଆଡେ ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ, ୫।୯: ଇଷ୍ଟ ଜୋନ ଓ ସାଉଥ ଜୋନ ମଧ୍ୟରେ ରବିବାରଠାରୁ ଦୁଲୀପ ଟ୍ରଫି ୨୦୨୬ର ଫାଇନାଲ ମ୍ୟାଚ ଖେଳାଯିବ। ଚେନ୍ନାଇର ଏମଏ ଚିଦମ୍ବରମ ଷ୍ଟାଡିୟମରେ ଏହି…

ରୋହିତ ଶର୍ମାଙ୍କ ଭବିଷ୍ୟତ ବିଷୟରେ BCCI କେବେ ନେବ ନିଷ୍ପତ୍ତି? ସାମ୍ନାକୁ ଆସିଲା ତାରିଖ

ନୂଆଦିଲ୍ଲୀ,୫।୯: ଭାରତୀୟ ODI ଦଳରେ ରୋହିତ ଶର୍ମାଙ୍କ ଭବିଷ୍ୟତ କ’ଣ ଅଛି, ଏବଂ ସେ କ’ଣ 2027 ODI ବିଶ୍ୱକପ ପାଇଁ ଯୋଜନାର ଅଂଶ ହେବେ? ଏହି…

ଆଜି ଭାରତ-ପାକିସ୍ତାନ ମ୍ୟାଚ: କିଏ ଜିତିବ ବାଜି

ଦୁବାଇ, ୫।୯ (ପି.ଟି.):ଚଳିତ ଏସିଆ କପ୍‌ ମହିଳା କ୍ରିକେଟରେ ପ୍ରତୀକ୍ଷିତ ଭାରତ-ପାକିସ୍ତାନ ମ୍ୟାଚ ଶନିବାର ଅନୁଷ୍ଠିତ ହେବ। ପ୍ରଥମ ଦୁଇ ମ୍ୟାଚରେ ବିଜୟୀ ହୋଇ ସେମିଫାଇନାଲରେ ପ୍ରବେଶ…

‘ମୋ ପତ୍ନୀ ମଧ୍ୟ…’, ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ଏମିତି କାହିଁକି କହିଲେ ପୂର୍ବତନ ଭାରତୀୟ କ୍ରିକେଟର, ବଢିଲା ଚର୍ଚ୍ଚା

ନୂଆଦିଲ୍ଲୀ,୫।୯: ମାତ୍ର ୧୫ ବର୍ଷ ବୟସରେ କ୍ରିକେଟ ଜଗତରେ ନିଜର ଗଭୀର ଛାପ ଛାଡ଼ିଛନ୍ତି ବୈଭବ ସୂର୍ଯ୍ୟବଂଶୀ। ଏହି ଯୁବ କ୍ରିକେଟରଙ୍କ ପ୍ରତିଭାକୁ ନେଇ ଏବେ ପୂର୍ବତନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri