ଯୁବ ଗବେଷକଙ୍କୁ ଉତ୍ସାହିତ କରିବା ଲାଗି ପ୍ରୟାସ

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ)-ଘୁମୁସର ଗବେଷଣା ପ୍ରତିଷ୍ଠାନ (ଜିଜିପି) ତାର ୫ମ ବାର୍ଷିକ ଅଧିବେଶନ ମେ’ ଶେଷ ସପ୍ତାହରେ ପାଳନ କରିବ । ତେଣୁ ଏନେଇ ସୋମବାର ଏକ ପ୍ରସ୍ତୁତି ବୈଠକ ସ୍ଥାନୀୟ କାର୍ଯ୍ୟାଳୟରେ ଅନୁଷ୍ଠିତ ହୋଇଥିଲା। ଏଥିରେ ସଭାପତି ଡ. ସନ୍ତୋଷ କୁମାର ଆପଟ ଅଧ୍ୟକ୍ଷତା କରିଥିଲେ। ସମ୍ପାଦକ ତପନ କୁମାର ମିଶ୍ର ବିବରଣୀ ପଠନ କରିଥିଲେ।

ଆଲୋଚନାରେ ଡ ଶ୍ୟାମା ପ୍ରସାଦ ମିଶ୍ର, ଡ ଦାମୋଦର ଷଡ଼ଙ୍ଗୀ, ଡ ଶିରିଷ କୁମାର ଷଡଙ୍ଗୀ, ଡ ଜୟଦେବ ଗୌଡ, ଡ ଦେବେନ୍ଦ୍ର ନାଥ ରଥ, ସନ୍ତୋଷ ଜେନା, ଜଗବନ୍ଧୁ ଜେନା, ଅଧ୍ୟାପକ ଲୋକନାଥ ମହାନ୍ତି, ଅଧ୍ୟାପକ ଅଶୋକ ସ୍ବାଇଁ, ନେତାଜୀ ବିଷୋୟୀ, ଡ ରବିନ୍ଦ୍ର କୁମାର ମିଶ୍ର, ଅଧ୍ୟାପକ ଅଜୟ କୁମାର ବିଶ୍ୱାଳ ପ୍ରମୁଖ ଆଲୋଚନାରେ ଭାଗ ନେଇ ନିଜ ନିଜର ମତ ରଖିଥିଲେ। ବାର୍ଷିକ ଉତ୍ସବରେ ଅନୁଷ୍ଠାନର ଗବେଷଣା ଧର୍ମୀ ଗ୍ରନ୍ଥ ଉନ୍ମୋଚିତ କରିବା ପାଇଁ ବୈଠକରେ ନିଷ୍ପତ୍ତି ହୋଇଥିଲା। ଏଥିସହ ଭାଷା ଆନ୍ଦୋଳନ ଉପରେ ମଧ୍ୟ ଆଲୋଚନା ହୋଇଥିଲା। ସ୍ବାଗତ ସଙ୍ଗୀତ ଲୋକନାଥ ମହାନ୍ତି, ଅଶୋକ ସ୍ବାଇଁ ଗାନ କରିଥିଲେ। ନେତାଜୀ ବିଷୋୟୀ, ଚକରା ବିଷୋୟୀଙ୍କ ବିରତ୍ୱ ଉପରେ କବିତା ପାଠ କରିଥିଲେ। ଅବସରପ୍ରାପ୍ତ ପ୍ରଫେସର ଡ ବିଷ୍ଣୁ ଚରଣ ଚୌଧୁରୀଙ୍କୁ ବାର୍ଷିକ ଅଧିବେଶନରେ ସମ୍ବର୍ଦ୍ଧିତ କରିବା ପାଇଁ ସଭାରେ ନିଷ୍ପତ୍ତି ହୋଇଥିଲା। ଏଥିସହ ଅନୁଷ୍ଠାନର ପଞ୍ଜିକରଣ ଉପରେ ଆଲୋଚନା ହୋଇଥିଲା। ଶେଷରେ ଘୁମୁସର ସଂସ୍କୃତି, ଇତିହାସ ଏବଂ ପରମ୍ପରା ଉପରେ ଗବେଷଣାଧର୍ମି ପ୍ରବନ୍ଧ ପ୍ରକାଶନ ପାଇଁ ନିଷ୍ପତ୍ତି ହୋଇଥିଲା। ଏଥିରେ ଯୁବ ଗବେଷକଙ୍କୁ ଉତ୍ସାହିତ କରିବା ପାଇଁ ନିଷ୍ପତ୍ତି ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଅଭିନବ ଉପାୟରେ ହୋମ ଯଜ୍ଞ କରି ଦାବି ଜଣାଇଲେ ଛାତ୍ରୀଛାତ୍ର, କହିଲେ ସରକାରଙ୍କୁ ଭଗବାନ ସଦବୁଦ୍ଧି ଦିଅନ୍ତୁ…

ବଲାଙ୍ଗୀର, ୯।୧୨ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସରକାରୀ ଆୟୁର୍ବେଦିକ କଲେଜ ଓ ହସ୍ପିଟାଲ ସମ୍ମୁଖରୁ ନିଖିଳ ଓଡ଼ିଶା ଆୟୁଷ ଛାତ୍ର ସଙ୍ଗଠନ ପକ୍ଷରୁ ଦାବି...

ସବୁଜ ଆମୋନିଆ ପ୍ଲାଣ୍ଟ ନିର୍ମାଣ ସ୍ଥାନ ଦେଖିଲା ଜିଲା ପ୍ରଶାସନ

ମହାକାଳପଡ଼ା, ୯ା୧୨(ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲାରେ ସ୍ବାଧୀନତା ପରେ ଛୁଞ୍ଚତ୍ କାରଖାନାଟିଏ ନାହିଁ। ୨୪ବର୍ଷ ଶାସନ ବିଜେଡି ଅମଳରେ ଷ୍ଟିଲ ପ୍ଲାଣ୍ଟ ନିର୍ମାଣ ହେବା ପୂର୍ବରୁ...

ବାରବାଟୀ ଲଢେଇ ପୂର୍ବରୁ ମହାପ୍ରଭୁଙ୍କ ଶରଣ ପଶିଲେ ଟିମ୍‌ ଇଣ୍ଡିଆର ଖେଳାଳି

ଭୁବନେଶ୍ୱର,୯।୧୨: ବାରବାଟୀ ଲଢେଇ ପୂର୍ବରୁ ମହାପ୍ରଭୁ ଶୀ ଜଗନ୍ନାଥଙ୍କ ଶରଣ ପଶିଛନ୍ତି ଟିମ ଇଣ୍ଡିଆର ଖେଳାଳି। ପୁରୀ ଅଭିମୁଖେ ଟିମ ଇଣ୍ଡିଆର ୪ ଖେଳାଳି ବାହାରିଛନ୍ତି।...

ପ୍ଲାଷ୍ଟିକ-ମୁକ୍ତ ପିକନିକ ଚ୍ୟାଲେଞ୍ଜ୍‌: ଶାଳ ପତ୍ର ବ୍ୟବହାର ପାଇଁ ସଂକଳ୍ପ

ଦାରିଙ୍ଗବାଡି, ୯/୧୨(ଅରୁଣ ସାହୁ):ଓଡିଶାର କଶ୍ମୀର ଦାରିଙ୍ଗବାଡିକୁ ଦୈନିକ ହଜାର ସଂଖ୍ୟାରେ ପର୍ଯ୍ୟଟକ ବୁଲିବାକୁ ଆସୁଛନ୍ତି । ଅଞ୍ଚଳରେ ବହୁଳ ପ୍ଲାଷ୍ଟିକ ବ୍ୟବହାର ପର୍ଯ୍ୟଟନ କ୍ଷେତ୍ରର ପରିବେଶ...

ଘରୋଇ ହସ୍ପିଟାଲରେ ଅସ୍ତ୍ରୋପଚାରରେ ତ୍ରୁଟି: ମହିଳାଙ୍କ ଚାଲିଗଲା ଜୀବନ

ଧର୍ମଶାଳା,୯।୧୨(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅଧୀନରେ ଥିବା ଜାରକାସ୍ଥିତ ଏକ ଘରୋଇ ହସ୍ପିଟାଲରେ ତ୍ରୁଟିଜନିତ ଅସ୍ତ୍ରୋପଚାର ଯୋଗୁ ଜଣେ ମହିଳାଙ୍କ ମୃତ୍ୟୁ ହୋଇଥିବା...

ୟୁଟ୍ୟୁବରୁ ଶିଖି ୫ ଏକର ଜମି କଲେ ଚାଷ: ଦୁଇମାସରେ…

ଭବାନୀପାଟଣା,୯ା୧୨(ଉତ୍ତମ କୁମାର ଦାଶ):ନେପିଆର୍‌ ଘାସ ଚାଷ କଳାହାଣ୍ଡି ଜିଲା ଭବାନୀପାଟଣା ସଦର ବ୍ଲକ ସିକେରଗୁଡା ଗାଁର ଅଜିତ ପ୍ରଧାନଙ୍କୁ ସ୍ବାବଲମ୍ବୀ କରିଛି। ଏଥିରେ ସେ ଆତ୍ମ...

ଆଦର୍ଶ ବିଦ୍ୟାଳୟରେ ପାଠପଢ଼ା ସହ ଖାଦ୍ୟ ସମସ୍ୟା, ତେଜିଲେ ଅଭିଭାବକ

ଅତାବିରା,୯ା୧୨(ଯୁଧିଷ୍ଠିର ମହାପାତ୍ର):ଅତାବିରା ଏନ୍‌ଏସି ଅନ୍ତର୍ଗତ ଭୋଇପୁରା ଆଦର୍ଶ ବିଦ୍ୟାଳୟରେ ପିଲାଙ୍କ ପାଠପଢ଼ାରେ ବ୍ୟାଘାତ ହେବା ସହିତ ରନ୍ଧା ଖାଦ୍ୟ ସମସ୍ୟା ଦେଖାଦେଇଛି। ସୋମବାର କେତେକ ପିଲାମାନେ...

ଆଇପିଏଲ ନାଁରେ ଏନଏଚଆରସିରେ ଅଭିଯୋଗ: ଦୂଷିତ ପାଣି ଗନ୍ଧରେ ଫାଟି ପଡୁଛି ଅଞ୍ଚଳ

ଭବାନୀପାଟଣା,୯।୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ ବ୍ଲକ ତଳଜାରିଙ୍ଗରେ ଅବସ୍ଥାପିତ ଥିବା ଆଇପିଏଲ (ଇଣ୍ଡିଆନ ପଟାସ ଲିମିଟେଡ) କମ୍ପାନୀ ଇଥାନଲ ଉତ୍ପାଦନ କରୁଥିବା ସମୟରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri