ଘାଗରା ନଦୀ ବଡ଼ ପୋଲ ଅଧାପନ୍ତରିଆ

ନୀଳଗିରି,୨୧ା୮(ପ୍ରଶାନ୍ତ ବିଶ୍ୱାଳ):ବାଲେଶ୍ୱର ଜିଲା ସେରଗଡ଼, ନୀଳଗିରି, ଝରଣଘାଟି ୧୯ନଂ. ରାଜ୍ୟ ରାଜପଥର ଘାଗରା ନଦୀ ଉପରେ ନିର୍ମାଣାଧୀନ ବଡ଼ ପୋଲ ଅଧାପନ୍ତରିଆ ଅବସ୍ଥାରେ ପଡ଼ିରହିଛି। ଶିଳାନ୍ୟାସକୁ ୪ ବର୍ଷ ବିତିଥିଲେ ମଧ୍ୟ ସଂଯୋଗୀକରଣ ରାସ୍ତା ହୋଇପାରୁନି। ଏଠାରେ ଥିବା ପୁୁରୁଣା ପୋଲଟି ବିପଦସଙ୍କୁଳ ଅବସ୍ଥାରେ ଥିବାରୁ ନୂତନ ପୋଲ ନିର୍ମାଣ କାର୍ଯ୍ୟ ତୁରନ୍ତ ଶେଷ କରିବା ଜରୁରୀ ହୋଇପଡ଼ିଛି।
ବାଲେଶ୍ୱର ଜିଲାରୁ ମୟୂରଭଞ୍ଜକୁ ସଂଯୋଗ କରୁଥିବା ଏହି ରାଜ୍ୟ ରାଜପଥ ପୂର୍ତ୍ତ ବିଭାଗ ଅଧୀନରେ ରହିଛି। ଏପରିକି ଦୈନନ୍ଦିନ ହଜାର ହଜାର ଯାନବାହନ ସମେତ ଆମ୍ବୁଲାନ୍ସ, ସ୍କୁଲ ଗାଡ଼ି ଓ ପଥଚାରୀମାନେ ଉକ୍ତ ରାସ୍ତାରେ ଯାଇଥାନ୍ତି। ବର୍ଷା ଋତୁରେ ପୁରୁଣା ପୋଲ ଉପରେ ପାଣି ନିଷ୍କାସନ ପାଇଁ ସୁବିଧା ନ ଥିବାରୁ ବାରିକେଡ୍‌ ଖସିପଡ଼ିଲାଣି। ପୁରୁଣା ପୋଲର ଅବସ୍ଥା ଶୋଚନୀୟ ହୋଇ ପଡ଼ିଥିବା ବେଳେ ବିପଜ୍ଜନକ ଭାବେ ଲୋକେ ଯାତାୟାତ କରୁଛନ୍ତି। ସୂଚନାଯୋଗ୍ୟ, ରାଜ୍ୟ ସରକାରଙ୍କ ପକ୍ଷରୁ ଘାଗରା ନଦୀ ଉପରେ ବଡ଼ ପୋଲ ନିର୍ମାଣ ପାଇଁ ଗତ ୨୦୧୯ରେ ୩ କୋଟି ଟଙ୍କା ମଞ୍ଜୁର କରାଯାଇଥିଲା। ନୀଳଗିରି ବିଧାୟକ ଇଂ. ସୁକାନ୍ତ କୁମାର ନାୟକ ପୋଲର ଶିଳାନ୍ୟାସ କରିଥିଲେ।  ଏ ସମ୍ପର୍କରେ ପୂର୍ତ୍ତ ବିଭାଗର ଯନ୍ତ୍ରୀ ଲକ୍ଷ୍ମଣ ସିଂଙ୍କୁ ପଚାରିବାରୁ ଘାଗରା ପୋଲକୁ ସଂଯୋଗ କରୁଥିବା ରାସ୍ତାରେ କିଛି ଘରୋଇ ଜମିର ଅଧିଗ୍ରହଣ ସମାଧାନ ହୋଇଥିବା ବେଳେ ଉକ୍ତ ରାସ୍ତା ମଝିରେ କେତୋଟି ବଡ଼ ବଡ଼ ଗଛ ରହିଛି। ବନବିଭାଗ ଉକ୍ତ ଗଛଗୁଡ଼ିକ ଇଏସ୍‌ଜେଡ୍‌ ଜୋନ୍‌ରେ ଯାଉଛି ବୋଲି କହି କାଟିବାକୁ ଅନୁମତି ଦେଉ ନ ଥିବାରୁ ପୋଲ କାମ ସରିବାରେ ବିଳମ୍ବ ହେଉଛି ବୋଲି କହିଛନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମନ୍ତ୍ରୀ

ବରଗଡ଼,୧।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଚିଖିଲି ସମେତ ବିଭିନ୍ନ ଗ୍ରାମରେ ଗତ ୨୭ ତାରିଖରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଉପରମୁଣ୍ଡରେ ପ୍ରବଳ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଘରୋଇ କଲେଜ ସିଲ୍‌ କଲା ପ୍ରଶାସନ, ତଦନ୍ତ ଆରମ୍ଭ

ବଲାଙ୍ଗୀର,୧।୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରର ଶାନ୍ତିପଡ଼ାରେ ଥିବା ଏକ ଘରୋଇ କଲେଜରେ ଗୁରୁବାର ପ୍ରଶାସନିକ ଟିମ ଚଢ଼ାଉ କରିଥିଲା। ଡିସିପିଓ, cwc, ପୋଲିସ ଓ ଶିକ୍ଷା…

ଯୁବକଙ୍କୁ ଆକ୍ରମଣ ପରେ ଛିନ ତାଇ ଘଟଣା: ଜଣେ ଅଭିଯୁକ୍ତ ଗଲେ ଜେଲ, ସମ୍ପୃକ୍ତ ୩ ନାବାଳକ ଗଲେ ବାଳ ସୁଧାର ଗୃହ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଚୁଡୁଙ୍ଗପୁର ଗ୍ରାମ ଶ୍ରୀ ଗଣେଶ ମନ୍ଦିର ସମ୍ମୁଖ ୩୨୬ ନଂ ଜାତୀୟ ରାଜପଥରେ ବାଇକ ଅଟକାଇ ବୁଗୁଡ଼ା…

ମା’ ତାରାତାରିଣୀ ପୀଠରେ ଷୋଡ଼ଶ ପୂଜା ଲାଗି ପ୍ରସ୍ତୁତି ଆରମ୍ଭ, ଭକ୍ତଙ୍କ ଦର୍ଶନ, ସୁରକ୍ଷାକୁ ଗୁରୁତ୍ୱ

ପୁରୁଷୋତ୍ତମପୁର,୧।୧୦(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ପୀଠରେ ଆସନ୍ତା ୩ ତାରିଖରୁ ଆରମ୍ଭ ହେବାକୁ ଥିବା ଷୋଡଶ ପୂଜାକୁ ନେଇ ପ୍ରଶାସନ…

‘ବରିଷ୍ଠ ନାଗରିକ ଦେଶର ଅମୂଲ୍ୟ ସମ୍ପଦ’

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିଶନ ଶକ୍ତି ଭବନଠାରେ ଗୁରୁବାର ଆନ୍ତର୍ଜାତିକ ବରିଷ୍ଠ ନାଗରିକ ଦିବସ ପାଳିତ ହୋଇଯାଇଛି। ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?