Posted inଖେଳ

ବସ୍‌ ଉପରକୁ ଗୁଳିମାଡ଼: ଚାଲିଗଲା ଫୁଟବଲ୍‌ ଖେଳାଳିଙ୍କ ଜୀବନ

ଘାନା,୧୩ା୪: ଡକାୟତଙ୍କ ଆକ୍ରମଣରେ ଘାନାନିଆନ ପ୍ରିିମିୟର ଲିଗ୍‌ କ୍ଲବର ଫୁଟବଲ ଖେଳାଳି ବେରେକୁମ୍‌ ଚେଲ୍‌ସୀର ଡୋମିନିକ୍‌ ଫ୍ରିମ୍‌ପଙ୍ଗ୍‌ ନିହତ ହୋଇଛନ୍ତି।

କ୍ଲବ ସୂତ୍ରରୁ ପ୍ରକାଶ ଘାନାର ଦକ୍ଷିଣାଞ୍ଚଳରେ ଅବସ୍ଥିତ ସାମ୍‌ରେବୋଇଠାରେ ସମରଟେକ୍ସ ବିପକ୍ଷ ମ୍ୟାଚ ଖେଳି ବେରେକୁମ୍‌ ଚେଲ୍‌ସୀ ଦଳ ଟିମ୍‌ ବସ୍‌ ଯୋଗେ ଫେରୁଥିବା ବେଳେ ସଶସ୍ତ୍ର ଡକାୟତଙ୍କ ଆକ୍ରମଣର ଶିକାର ହୋଇଥିଲେ। ମୁଖାପିନ୍ଧା ବନ୍ଧୁକଧାରୀ ବସ୍‌ ଉପରୁ ଗୁଳିମାଡ଼ କରିବାରୁ ଜୀବନ ବଞ୍ଚାଇବାକୁ ଯାଇ ଡ୍ରାଇଭର ବସ୍‌କୁ ପଛୁଆ ଚଳାଇଥିଲେ।

ଏପରିକି ଖେଳାଳି ଓ ଷ୍ଟାଫ୍‌ ନିକଟସ୍ଥ ଘଞ୍ଚ ବୁଦାରେ ଆତ୍ମଗୋପନ କରିଥିଲେ। କ୍ଲବ ତରଫରୁ ପ୍ରଥମେ କୁହାଯାଇଥିଲା ଯେ, ଜଣେ ଖେଳାଳି ଗୁରୁତର ଭାବେ ଆହତ ହୋଇ ନିକଟସ୍ଥ ହସ୍ପିଟାଲରେ ଯାଇ ଚିକିତ୍ସିତ ହେଉଛନ୍ତି। ହେଲେ ପରବର୍ତ୍ତୀ ସମୟରେ ଛାନାନିଆନ ଫୁଟ୍‌ବଲ ଆସୋସିଏଶନ ପକ୍ଷରୁ ଆକ୍ରମଣ ଘଟଣାରେ ୨୦ ବର୍ଷୀୟ ଓ୍ବିଙ୍ଗର ଡୋମିନିକ ଫ୍ରିମ୍‌ପଙ୍ଗ୍‌ ନିହତ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରେଗନେନ୍ସି ପରେ କାହିଁକି ବଢ଼େ ଅଣ୍ଟା ବିନ୍ଧା ?

Why does lower back pain increase after pregnancy? ୮ରୁ ୧୦ ଘଣ୍ଟା ଅଫିସରେ ବସି କାମ କଲେ ବି ହେବନି ବ୍ୟାକ୍ ପେନ୍ ।…

ରାସ୍ତା ଭାଙ୍ଗୁଛି ବାହାଘର: ମୌଳିକ ସୁବିଧାରୁ ବଞ୍ଚତ୍ତ କୁଆଡ଼ବାସୀ

ହାଟଡିହୀ,୬।୯(ଶୁଭକାନ୍ତ ନାୟକ):: ସ୍ବାଧୀନତାର ୮୦ ବର୍ଷ ପରେ ବି ଗାଁକୁ ଭଲ ରାସ୍ତା ନାହିଁ। ରାସ୍ତା ଯୋଗୁ ଗ୍ରାମବାସୀ ବହୁ ସମସ୍ୟାର ସମ୍ମୁଖୀନ ହେଉଥିବା ବେଳେ ମୁଖ୍ୟତଃ…

କର୍ମଚାରୀଙ୍କ ପାଇଁ ବଡ଼ ଖୁସି ଖବର! ୩% ବଢ଼ିଲା DA

ନୂଆଦିଲ୍ଲୀ,୬ା୯: ପ୍ରାୟ ୫୪ ହଜାର କର୍ମଚାରୀଙ୍କ ପାଇଁ ଆସିଛି ବଡ଼ ଖୁସି ଖବର। କେନ୍ଦ୍ର ସରକାରଙ୍କ ଇସ୍ପାତ ମନ୍ତ୍ରଣାଳୟ ଅଧୀନରେ ଥିବା ଷ୍ଟିଲ୍ ଅଥରିଟି ଅଫ୍ ଇଣ୍ଡିଆ…

ଟଙ୍କା କମାଇବାରେ ଧୁରନ୍ଧର ଏହି ୪ ରାଶି, କୁବେରଙ୍କ ଭଳି ଖଟାନ୍ତି ମୁଣ୍ଡ…

ଆପଣ ମଧ୍ୟ ବୋଧହୁଏ ଲକ୍ଷ୍ୟ କରିଥିବେ ଯେ କିଛି ଲୋକ ଯେକୌଣସି କାମରେ ହାତ ଦିଅନ୍ତୁ ନା କାହିଁକି, ସେଥିରେ ସଫଳତା ଓ ପ୍ରଚୁର ଟଙ୍କା ଅର୍ଜନ…

ଚାଲାଣ କରୁଥିଲେ କଫ୍ ସିରପ୍, ମାଡ଼ି ବସିଲା ପୋଲିସ

ଭେଡେନ, ୬/୯ (ହୃଷୀକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଥାନା ଋଷୁଡ଼ା ଫାଣ୍ଡି ପୋଲିସ ଶନିବାର ବିପୁଳ ପରିମାଣର କଫ୍ ସିରପ୍ ଜବତ କରିଛି। ଏହି ଘଟଣାରେ…

୯/୧୧ ପରବର୍ତ୍ତୀ ଯୁଦ୍ଧ

ଆଉ ଦିନ କେଇଟା ପରେ ସେପ୍ଟେମ୍ୱର ୧୧ ଆକ୍ରମଣକୁ ୨୫ ବର୍ଷ ହୋଇଯିବ। ଆମେରିକୀୟମାନେ ଶୋକ ପ୍ରକାଶ କରିବେ ଏବଂ ଅନ୍ୟ ଏକ ଯୁଦ୍ଧ ଯୋଗୁ ସେମାନଙ୍କ…

ଜୋହିରି ମୋଲା ମିସ୍ ୱାର୍ଲ୍ଡ

ହାନୋଇ,୬ା୯: ଭିଏଟନାମ୍‌ର ନା ତ୍ରାଙ୍ଗ୍‌ ସହରରେ ଶନିବାର ଅନୁଷ୍ଠିତ ୭୩ତମ ଅନ୍ତର୍ଜାତୀୟ ବିଶ୍ୱ ସୁନ୍ଦରୀ ପ୍ରତିଯୋଗିତାର ଗ୍ରାଣ୍ଡ ଫିନାଲେରେ ଡୋମିନିକାନ୍‌ ରିପବ୍ଲିକ୍‌ର ଜୋହିରି ମୋଲା ମିସ୍‌ ଓ୍ୱାଲର୍‌ଡ…

ନୂଆଁଖାଇ ଲଗ୍ନ ଧାର୍ଯ୍ୟ

ସମ୍ୱଲପୁର, ୬ା୯ (ବି.ଶଙ୍କର): ପରମ୍ପରା ଓ ରୀତିନୀତି ଅନୁସାରେ ପଶ୍ଚିମଓଡ଼ିଶାର କୃଷିଭିତ୍ତିକ ଗଣପର୍ୱ ନୂଆଁଖାଇ ପାଇଁ ଶନିବାର ଲଗ୍ନ ଧାର୍ଯ୍ୟ ହୋଇଛି। ଇଷ୍ଟ ଦେବୀ ସମଲେଇଙ୍କ ରାଶି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri