ଜିଲାପାଳଙ୍କ ବଡ଼ ଆହ୍ବାନ: ପାଳନ ହେବ ‘ଘରେ ଘରେ ତ୍ରିରଙ୍ଗା’ କାର୍ଯ୍ୟକ୍ରମ

ଛତ୍ରପୁର,୧୦।୮(ଦିଲ୍ଲୀପ ସାମଲ/ଦାରିକା ପଟ୍ଟନାୟକ): ପବିତ୍ର ସ୍ବାଧୀନତା ଦିବସ ଏବଂ ଜାତୀୟ ସଙ୍ଗୀତ ‘ବନ୍ଦେ ମାତରମ’ର ୧୫୦ତମ ବର୍ଷପୂର୍ତ୍ତି ଅବସରରେ ଦେଶରେ ‘ଘରେ ଘରେ ତ୍ରିରଙ୍ଗା-୨୦୨୬’ କାର୍ଯ୍ୟକ୍ରମ ପାଳନ କରାଯାଉଛି।

କାର୍ଯ୍ୟକ୍ରମକୁ ଗଞ୍ଜାମ ଜିଲାରେ ଜନଭାଗିଦାରୀ ମାଧ୍ୟମରେ ସଫଳ କରିବା ପାଇଁ ଜିଲାପାଳ ଭି. କୀର୍ତ୍ତି ଭାସନ ଜିଲାବାସୀଙ୍କୁ ଆହ୍ବାନ କରିଛନ୍ତି। ‘ଘରେ ଘରେ ତ୍ରିରଙ୍ଗା’ କେବଳ ଏକ ସରକାରୀ କାର୍ଯ୍ୟକ୍ରମ ନୁହେଁ, ବରଂ ପ୍ରତ୍ୟେକ ଭାରତୀୟଙ୍କ ଗର୍ବ, ଗୌରବ ଓ ଦେଶପ୍ରେମର ପ୍ରତୀକ ବୋଲି ଜିଲାପାଳ କହିଛନ୍ତି।

ଏହି ଅବସରରେ ଗଞ୍ଜାମ ଜିଲାରେ ଅଗଷ୍ଟ ୧୦ରୁ ୧୫ ତାରିଖ ପର୍ଯ୍ୟନ୍ତ ବିଭିନ୍ନ ଜଲାସ୍ତରୀୟ କାର୍ଯ୍ୟକ୍ରମ ଆୟୋଜନ କରାଯିବ। ଅଗଷ୍ଟ ୧୦ ତାରିଖରେ ସୋସିଆଲ ମିଡିଆ ଅଭିଯାନର ଶୁଭାରମ୍ଭ। ଅଗଷ୍ଟ ୧୧ରେ ତ୍ରିରଙ୍ଗା ରଙ୍ଗୋଲି ପ୍ରତିଯୋଗିତା, ସ୍ବଚ୍ଛତା ଅଭିଯାନ ଏବଂ ଛତ୍ରପୁରସ୍ଥିତ ଆଞ୍ଚଳିକ କଳା ଗ୍ୟାଲେରୀରେ ମ୍ୟୁରାଲ ଓ ଚିତ୍ରକଳା ପ୍ରତିଯୋଗିତା। ଅଗଷ୍ଟ ୧୨ରେ ଛତ୍ରପୁରସ୍ଥିତ ସ୍ବାଧୀନତା ସଂଗ୍ରାମୀ ସ୍ମୃତିପୀଠରେ ପ୍ରଦର୍ଶନୀ ଏବଂ ପ୍ରାୟ ୫,୦୦୦ ଅଂଶଗ୍ରହଣକାରୀଙ୍କୁ ନେଇ ବ୍ରହ୍ମପୁର ଷ୍ଟାଡିୟମରୁ ଖଲ୍ଲିକୋଟ କଲେଜ ପଡ଼ିଆ ପର୍ଯ୍ୟନ୍ତ ତ୍ରିରଙ୍ଗା ରାଲି ଆୟୋଜିତ ହେବ।

ଅଗଷ୍ଟ ୧୩ରେ ବିଜୟଦ୍ୱାରରୁ ଗୋପାଳପୁର ବେଳାଭୂମି ପର୍ଯ୍ୟନ୍ତ ମାରାଥନ ଏବଂ ଛତ୍ରପୁର ସଂସ୍କୃତି ଭବନରେ ଦେଶପ୍ରେମ ଭିତ୍ତିକ ନାଟକ ପରିବେଷଣ କରାଯିବ। ଅଗଷ୍ଟ ୧୪ରେ ଶୋଭାଯାତ୍ରା, ବିଭିନ୍ନ ସ୍କ୍ରିନରେ ଡକ୍ୟୁମେଣ୍ଟାରୀ ପ୍ରଦର୍ଶନ ଏବଂ ବାଲୁକା କଳା ପ୍ରଦର୍ଶନ କରାଯିବ। ଅଗଷ୍ଟ ୧୫ରେ ଜାତୀୟ ପତାକା ଉତ୍ତୋଳନ ଓ ସ୍ବାଧୀନତା ଦିବସ ପାଳନ ସହ ସନ୍ଧ୍ୟାରେ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ। ସମସ୍ତ ବ୍ଲକ ଓ ପୌରାଞ୍ଚଳରେ ବିଡିଓ ଓ ତହସିଲଦାରଙ୍କ ନେତୃତ୍ୱରେ ରାଲି ଆୟୋଜନ କରାଯିବ। ‘ବନ୍ଦେ ମାତରମ’ର ସମବେତ ଗାୟନ କରାଯିବ। ଏଥିସହ ‘ସେଲ୍ଫି ୱିଥ ତ୍ରିରଙ୍ଗା’ ମାଧ୍ୟମରେ ଜାତୀୟ ପତାକା ସହ ସେଲ୍ଫି ନେଇ ସୋସିଆଲ ମିଡିଆରେ ଅପଲୋଡ କରିବାକୁ ମଧ୍ୟ ଜନସାଧାରଣଙ୍କୁ ପ୍ରୋତ୍ସାହିତ କରାଯିବ।

ଶିକ୍ଷାନୁଷ୍ଠାନମାନଙ୍କରେ ଜାତୀୟ ପତାକାର ବିକାଶ ଯାତ୍ରା ଏବଂ ସ୍ବାଧୀନତା ସଂଗ୍ରାମୀଙ୍କ ଅବଦାନ ସମ୍ବଳିତ ‘ତ୍ରିରଙ୍ଗା’ ଓ ‘ବନ୍ଦେ ମାତରମ’ ପ୍ରଦର୍ଶନୀ ଆୟୋଜନ କରାଯିବ। ଅଗଷ୍ଟ ୧ରୁ ୧୫ ତାରିଖ ପର୍ଯ୍ୟନ୍ତ ମାଈ ଗମେଣ୍ଟ ପୋର୍ଟାଲରେ ଆୟୋଜିତ ଅନଲାଇନ କୁଇଜ୍‌ରେ ଛାତ୍ରଛାତ୍ରୀଙ୍କ ସକ୍ରିୟ ଅଂଶଗ୍ରହଣ ମଧ୍ୟ ସୁନିଶ୍ଚିତ କରାଯିବ।

ଆୟୋଜିତ ଖବରତାଦା ସମ୍ମିଳନୀରେ ଜିଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ସମୀର କୁମାର ଜେନା, ଜିଲା ସଂସ୍କୃତି ଅଧିକାରିଣୀ ଅଦିତି ଆଚାର୍ଯ୍ୟ ଏବଂ ଜିଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ସୌରଭ ପ୍ରଧାନ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସନ୍ଦେହଜନକ କାରକୁ ଗୋଡ଼ାଇ ଧରିଲା ନନ୍ଦିପଦା ପୋଲିସ: ଚାଳକ-ଅନ୍ୟମାନେ ଫେରାର, ତଦନ୍ତ ଜାରି

ହାଟଡିହୀ, ୨୫।୯ (ଶୁଭକାନ୍ତ ନାୟକ): ଭଦ୍ରକ ପାର୍ଶ୍ୱରୁ କେନ୍ଦୁଝର ଜିଲା ଆନନ୍ଦପୁର ଅଭିମୁଖେ ୫୩ ନମ୍ବର ରାଜ୍ୟ ରାଜପଥରେ ଶୁକ୍ରବାର ରାତି ପ୍ରାୟ ୯ଟା ସମୟରେ ଯାଉଥିବା…

ଦିଗପହଣ୍ଡିରେ ଜଳବନ୍ଦୀ ସମସ୍ୟା: ପୂର୍ତ୍ତବିଭାଗ ବୈଷୟିକ ଟିମ୍ ର ଅନୁଧ୍ୟାନ

ଦିଗପହଣ୍ଡି,୨୫|୯(ଅଶେଷ ନାଥ ମିଶ୍ର) ଲଘୁଚାପ ଜନିତ ଲଗାଣ ବର୍ଷାରେ ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ପୁରୁଣା ବସଷ୍ଟାଣ୍ଡ ମୁଖ୍ୟ ରାସ୍ତାରେ ପ୍ରାୟ ୨ ଫୁଟ ଉଚ୍ଚତାରେ ବର୍ଷାଜଳ…

ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ; ଚାଷୀଙ୍କ ପାଇଁ ବଡ଼ ଘୋଷଣା

ଭୁବନେଶ୍ୱର,୨୫।୯: ରାଜ୍ୟରେ କୃଷି ଓ କୃଷକଙ୍କ ବିକାଶ ପାଇଁ ସମବାୟ କ୍ଷେତ୍ରରେ ଏକ ନୂତନ ଯୁଗର ଆରମ୍ଭ ହୋଇଛି। ମୁଖ୍ୟମନ୍ତ୍ରୀ ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଆନୁଷ୍ଠାନିକ…

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଟ୍ରକ୍‌ ଧକ୍କାରେ ମହିଳା ଶ୍ରମିକ ମୃତ, ୭ ଆହତ

ସମ୍ବଲପୁର, ୨୫।୯ (ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ଯୁଯୋମୁରା ଥାନା ଅନ୍ତର୍ଗତ କଂସର ଗ୍ରାମ ନିକଟ ଜିଓ ପେଟ୍ରୋଲ ପମ୍ପ ସମ୍ମୁଖ ଜାତୀୟ ରାଜପଥ ନଂ. ୫୫…

ନଦୀରେ ଭାସିଯିବାବେଳେ ସାହାରା ହେଲା ଗଛଡାଳ: ପୋଲ ଉପରୁ ଖସିପଡ଼ି ଅଧ କି.ମି. ଭାସିଗଲେ ବୃଦ୍ଧ

ଝରିଗାଁ,୨୫।୯(କିଶୋର ଚନ୍ଦ୍ର ମଣ୍ଡଳ): ଝରିଗାଁ ବ୍ଲକ୍‌ ତେଲକନାଡି ଗ୍ରାମର ସୁବାସ ଭତ୍ରା (୫୫) ଭାସ୍କେଲ ନଦୀ ପୋଲ ଉପରେ ଠିଆ ହୋଇଥିବାବେବେଳେ ଗୋଡ଼ ଖସିଯିବାରୁ ତଳକୁ ପଡ଼ିଯାଇଥିଲେ।…

ଛାତ୍ରାବାସରେ ପଶିଲା ପାଣି

ଝରିଗାଁ,୨୫।୯(କିଶୋର ଚନ୍ଦ୍ର ମଣ୍ଡଳ): ଝରିଗାଁ ସ୍ଥିତ ସରକାରୀ ଭୂତପୂର୍ବ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଡ୍ରେନେଜ ସୁବିଧା ନ ଥିବା ଯୋଗୁ ଛାତ୍ରାବାସରେ ବର୍ଷାପାଣି ପ୍ରବେଶ କରିଥିଲା। ପ୍ରଧାନଶିକ୍ଷକ…

ଲଗାଣ ବର୍ଷା ପାଇଁ କାଲି ୫ ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା: ଭଦ୍ରକର ୭ ବ୍ଲକରେ ୩୯୯ ସ୍କୁଲ ବନ୍ଦ

ଭୁବନେଶ୍ୱର,୨୫।୯: ରାଜ୍ୟରେ ଜାରି ରହିଥିବା ଲଗାଣ ବର୍ଷାକୁ ଦୃଷ୍ଟିରେ ରଖି ଆସନ୍ତାକାଲି (ଶନିବାର) ରାଜ୍ୟର ୫ଟି ଜିଲାରେ ସ୍କୁଲଗୁଡ଼ିକୁ ଛୁଟି ଘୋଷଣା କରାଯାଇଛି। ପିଲାମାନଙ୍କ ସୁରକ୍ଷାକୁ ଆଖିଆଗରେ…

ପାଣି ସୁଅରେ ଭାସିଗଲା କାର, ଦୁଇ ଘଣ୍ଟା ଫସିଲେ ୨ ଜଣ

ଉଦଳା, ୨୫/୯(ସନ୍ତୋଷ ବାଛିନୀ): ଅଚାନକ ରାସ୍ତାରେ ପାଣି ପ୍ରବାହିତ ହେବାରୁ ପାଣି ସୁଅରେ ଏକ କାର ଭାସିଯାଇଥିବାବେଳେ ଏଥିରେ ଥିବା ଦୁଇ ଜଣ ପ୍ରାୟ ଦୁଇ ଘଣ୍ଟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?