‘ଘରେ ଘରେ ତ୍ରିରଙ୍ଗା ଅଭିଯାନ’ ପଦଯାତ୍ରାରେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୫।୮(ସୁନିତ୍‌ ମିଶ୍ର): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଭୁବନେଶ୍ୱରଠାରେ ଆୟୋଜିତ ‘ଘରେ ଘରେ ତ୍ରିରଙ୍ଗା ଅଭିଯାନ’ ପଦଯାତ୍ରାରେ ସାମିଲ ହୋଇଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ଏହି ଅଭିଯାନ ଆମ ସମସ୍ତଙ୍କୁ ଦେଶପ୍ରେମର ସୂତ୍ରରେ ବାନ୍ଧି ରଖିବାରେ ସଫଳ ହେଉଛି। ସ୍ବାଧୀନତା ଦିବସର ଅବ୍ୟବହିତ ପୂର୍ବରୁ ବୁଧବାର ପୂର୍ବାହ୍ନରେ ଭୁବନେଶ୍ୱର ଲିଙ୍ଗରାଜ ମନ୍ଦିରଠାରୁ ମୁକ୍ତେଶ୍ୱର ମନ୍ଦିର ପର୍ଯ୍ୟନ୍ତ ‘ଘରେ ଘରେ ତ୍ରିରଙ୍ଗା ଅଭିଯାନ’ ପଦଯାତ୍ରାର ଆୟୋଜନ କରାଯାଇଥିଲା। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଉଦ୍‌ବୋଧନ ଦେଇ କହିଛନ୍ତି, ଜାତୀୟ ପତାକା ଆମ ଦେଶ ତଥା ପ୍ରତ୍ୟେକ ଦେଶବାସୀଙ୍କ ପାଇଁ ବହୁ ସମ୍ମାନ ଓ ଗୌରବ ବହନ କରିଥାଏ। ତ୍ରିରଙ୍ଗାର ୩ ରଙ୍ଗ ଆମକୁ ଶ୍ରଦ୍ଧା ଓ ସୌହାର୍ଦ୍ଦ୍ୟର ଆଦର୍ଶରେ ଅନୁପ୍ରାଣିତ କରିଥାଏ। ଆମ ଜାତୀୟ ପତାକା ଆମର ସଂକଳ୍ପ, ସଂଘର୍ଷ, ବଳିଦାନ ଓ ତ୍ୟାଗର ପ୍ରେରଣାଦାୟୀ ମୂକସାକ୍ଷୀ। ଏହା ମଧ୍ୟ ରାଷ୍ଟ୍ରୀୟ ଏକତା, ସହିଷ୍ଣୁତା ଓ ବନ୍ଧୁତ୍ୱର ପ୍ରତୀକ। ପ୍ରତ୍ୟେକ ଦେଶବାସୀ ଆମ ଜାତୀୟ ପତାକାକୁ ନେଇ ଗର୍ବ ଅନୁଭବ କରିଥାଆନ୍ତି ବୋଲି ସେ କହିଛନ୍ତି।
ମୁଖ୍ୟମନ୍ତ୍ରୀ କହିଛନ୍ତି, ୨୦୨୨ ଅଗଷ୍ଟ ୧୫ରେ ସ୍ବାଧୀନତାର ୭୫ତମ ପୂର୍ତ୍ତି ପାଳନ ଓ ଆଜାଦୀ କା ଅମୃତ ମହୋତ୍ସବ ଅବସରରେ ଭାରତ ସରକାରଙ୍କ ପକ୍ଷରୁ ଆମ ଜାତୀୟ ପତାକାର ସମ୍ମାନାର୍ଥେ ‘ଘରେ ଘରେ ତ୍ରିରଙ୍ଗା’ ଅଭିଯାନର ଶୁଭାରମ୍ଭ କରାଯାଇଥିଲା। ପ୍ରତି ବର୍ଷ ସ୍ବାଧୀନତା ଦିବସ ପାଳନର କିଛିଦିନ ପୂର୍ବରୁ ଦେଶବାସୀଙ୍କ ମନରେ ଜାତିପ୍ରେମକୁ ଜାଗ୍ରତ କରିବା ଉଦ୍ଦେଶ୍ୟରେ ଘରେ ଘରେ ତ୍ରିରଙ୍ଗା ଅଭିଯାନ ଆୟୋଜିତ ହେଉଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆହ୍ବାନରେ ଦେଶର କୋଣ ଅନୁକୋଣରେ ରହୁଥିବା ପ୍ରତ୍ୟେକ ଭାରତୀୟ ଏହି ଅଭିଯାନରେ ସାମିଲହୋଇ ଘରେ ଘରେ ଆମ ଜାତୀୟ ପତାକା ତ୍ରିରଙ୍ଗା ଉଡ଼ାଇ ଦେଶପ୍ରେମର ନିଦର୍ଶନ ପ୍ରତିଫଳିତ କରୁଛନ୍ତି। ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ଆହ୍ବାନ ଦେଇ କହିଛନ୍ତି, ଆମେ ସମସ୍ତେ ଏକତାର ସୂତ୍ରରେ ବାନ୍ଧିହୋଇ ସବ୍‌କା ସାଥ୍‌, ସବ୍‌କା ବିକାଶ, ସବ୍‌କା ବିଶ୍ବାସ, ସବ୍‌କା ପ୍ରୟାସ ମନ୍ତ୍ରରେ ଦୀକ୍ଷିତ ହୋଇ ଦେଶ ପାଇଁ ଆସନ୍ତୁ ନିଜର ଅବଦାନ ରଖିବା। ଏହି ପଦଯାତ୍ରାରେ ମୁଖ୍ୟମନ୍ତ୍ରୀଙ୍କ ସମେତ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା, ସରକାରୀ ଦଳର ମୁଖ୍ୟ ସଚେତକ ସରୋଜ କୁମାର ପ୍ରଧାନ, ବିଧାୟକ ବାବୁ ସିଂ, ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ଏବଂ ରାଜ୍ୟ ସରକାରଙ୍କର ଅନ୍ୟ ବରିଷ୍ଠ ପ୍ରଶାସନିକ ଅଧିକାରୀଙ୍କ ସମେତ ବହୁ ସଂଖ୍ୟାରେ ଜନସାଧାରଣ ଯୋଗଦେଇଥିଲେ। ପଦଯାତ୍ରାରେ ସାମିଲ ସମସ୍ତଙ୍କ ହାତରେ ଥିଲା ଜାତୀୟ ପତାକା ଏବଂ ଭାରତ ମାତା କି ଜୟ ଧ୍ୱନିରେ ପଦଯାତ୍ରା ପ୍ରକମ୍ପିତ ହେଉଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କୋରାପୁଟରେ ପ୍ରବଳ ବର୍ଷା ସମ୍ଭାବନା, ଅଧିକାରୀଙ୍କୁ ମୁଖ୍ୟାଳୟ ନଛାଡ଼ିବା ନିର୍ଦ୍ଦେଶ

କୋରାପୁଟ, ୨୧/୯( ଅମିତାଭ ବେହେରା ): ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇ ଏହା ଅବପାତର ରୂପ ନେବା ନେଇ ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) ପକ୍ଷରୁ ସତର୍କ…

୧୪୦ ଅନ୍ତେବାସୀ ହଷ୍ଟେଲ ଛାଡ଼ିବା ଘଟଣା: ୪୬ ଦିନ ପରେ ଉଚ୍ଚସ୍ତରୀୟ ତଦନ୍ତ

ଝରିଗାଁ,୨୧।୯(କିଶୋର ଚନ୍ଦ୍ର ମଣ୍ଡଳ): ମୌଳିକ ସୁବିଧା-ସୁଯୋଗର ଅଭାବ ଏବଂ ନିମ୍ନମାନର ଖାଦ୍ୟ ଯୋଗାଣ ଯୋଗୁ ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ସାନରଟମରା ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ…

ଗଭୀର ଅବପାତ ପ୍ରଭାବ: ୩ ଦିନ ବନ୍ଦ ରହିବ ଗଞ୍ଜାମର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର

ଛତ୍ରପୁର, ୨୧/୯ (ଦିଲ୍ଲୀପ ସାମଲ/ଦ୍ଵାରକା ପଟ୍ଟନାୟକ) : ଗଭୀର ଅବପାତ ଯୋଗୁ ସମ୍ଭାବ୍ୟ ପ୍ରତିକୂଳ ପାଣିପାଗ ପରିସ୍ଥିତିକୁ ଦୃଷ୍ଟିରେ ରଖି ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଆଗୁଆ…

ପ୍ରକାଶ ପାଇଲା ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬: ବରଗଡ଼ ଜିଲାରେ ୧୧.୧୧ ଲକ୍ଷ ଭୋଟର

ବରଗଡ,୨୧।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସଭାଗୃହଠାରେ ସୋମବାର ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସଆଇଆର) ପ୍ରକ୍ରିୟା ଅନ୍ତର୍ଗତ ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬ ଆନୁଷ୍ଠାନିକ ଭାବେ…

ଫୁଟ୍‌ବଲ ମ୍ୟାଚ୍‌ ଦେଖି ଫେରୁଥିଲେ ୨ ଯୁବକ, ଧକ୍କା ଦେଲା ଅଜଣା ଗାଡ଼ି: ଘଟଣାସ୍ଥଳରେ…

ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶୁଳିଆପଦା ବ୍ଲକ କାଳିଆଶୋଳ ନିକଟରେ ସୋମବାର ରାତିରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି ଏକ ଅଜଣା ଗାଡ଼ି ଧକ୍କା…

ପୋଖରୀକୁ ଗାଧୋଇବାକୁ ଯାଇଥିଲେ ନିହାରିକା, ଖସିଗଲା ଗୋଡ଼: ଆଉ ତା’ପରେ…

ଲାଞ୍ଜିଗଡ,୨୧।୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜି ପଞ୍ଚାୟତ ବିଶ୍ୱନାଥପୁର ଥାନା ଅନ୍ତର୍ଗତ ସିନ୍ଧିପଦର ଗ୍ରାମର ଜଣେ ନାବାଳିକାର ପାଣିରେ ବୁଡି ମୃତ୍ୟୁ ଘଟିଛି…

ସମ୍ଭାବ୍ୟ ବାତ୍ୟାକୁ ନେଇ ବଡ଼ ଅପଡେଟ୍‌: ଏହି ବାଟ ଦେଇ ଅତିକ୍ରମ କରିବ ସ୍ଥଳଭାଗ!

ଭୁବନେଶ୍ୱର, ୨୧।୯: ସଷ୍ଟି ହେଲା ଅବପାତ। ପୁରୀଠାରୁ ଦକ୍ଷିଣ-ପୂର୍ବ ଦିଗ ଓ ଗୋପାଳପୁରଠାରୁ ପୂର୍ବ-ଦକ୍ଷିଣ-ପୂର୍ବ ଦିଗରେ ୩୧୦ କି.ମି ଦୂରରେ ଅବପାତ କେନ୍ଦ୍ରୀଭୂତ। କଳିଙ୍ଗପାଟନମରୁ ୩୯୦ କି.ମି…

ବହୁମୁଖୀ ଭବନ ଲୋକାର୍ପଣ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର: ବାଣ୍ଟିଲେ ଭତ୍ତା

ଦିଗପହଣ୍ଡି, ୨୧।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ଅଞ୍ଚଳରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ ଅନୁଷ୍ଠିତ ହୋଇଛି। ସୋମବାର ଦିଗପହଣ୍ଡି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?