ଭଦ୍ରକ ବିଜେଡି କନ୍ଦଳ: ଶେଷରେ ମୁହଁ ଖୋଲିଲେ ଘଷିପୁରା ବିଧାୟକ

ଭଦ୍ରକ,୩।୧୨(ସନାତନ ରାଉତ): ଭଦ୍ରକ ବିଜେଡି କନ୍ଦଳ ନେଇ ରାଜନୀତି ସରଗରମ। ଶେଷରେ ମୁହଁ ଖୋଲିଲେ ଘଷିପୁରା ବିଜେଡି ବିଧାୟକ ବଦ୍ରି ନାରାୟଣ ପାତ୍ର। ସେ କହିଛନ୍ତି, ପ୍ରଫୁଲ୍ଲ ବାବୁ ସେମିତି ଲୋକ ନୁହଁନ୍ତି, ପୁଅ ହୁଏତ ସେମିତି କରିଥାଇ ପାରନ୍ତି। କିନ୍ତୁ ପ୍ରଫୁଲ୍ଲ ବାବୁ ଆଉ ସ୍ଥିତି ନିୟନ୍ତ୍ରଣ କରି ପାରିବା ଭଳି ଲାଗୁନି ବୋଲି ବଦ୍ରି କହିଛନ୍ତି।

ଭଦ୍ରକ ଜିଲାରେ ଇସ୍ତଫା ପର୍ବ ଚାଲିଥିଲା ବେଳେ ସୋମବାର ବିଜେଡି ସମର୍ଥିତ ବାସୁଦେବପୁର ବ୍ଲକ ଅଧ୍ୟକ୍ଷ ନଗେନ୍ଦ୍ର ପ୍ରସାଦ ବିଶ୍ୱାଳ ବିଜେଡିରୁ ଇସ୍ତଫା ଦେଇଥିଲେ । ଅନ୍ୟମାନଙ୍କ ପରି ନିଜର ବ୍ୟକ୍ତିଗତ କାରଣ ଦର୍ଶାଇ ତାଙ୍କର ଇସ୍ତଫା ପତ୍ର ଜିଲା ବିଜେଡି ସଭାପତି ଜଗନ୍ନାଥ ସ୍ବାଇଁଙ୍କୁ ପଠାଇଥିଲେ । ପୂର୍ବରୁ ବନ୍ତ, ଭଣ୍ଡାରିପୋଖରୀ ଓ ଭଦ୍ରକ ବ୍ଲକର ଅଧକ୍ଷାଅଧ୍ୟକ୍ଷ ଇସ୍ତଫା ଦେଇଥିବା ବେଳେ ବିଶ୍ୱାଳ ଇସ୍ତଫା ପ୍ରଦାନ କରିବା ଜିଲା ରାଜନୀତିକୁ ସରଗରମ କରିଛି । ଜିଲାରେ ବିଜେଡି ଏକ ପ୍ରକାର ଧରାଶାୟୀ ହୋଇଯାଇଛି । ଜିଲାର ସମସ୍ତ ୭ ବ୍ଲକ ଅଧ୍ୟକ୍ଷ ପଦ ବିଜେଡି ଅକ୍ତିଆର କରିଥିଲା । କିନ୍ତୁ ଏକାଥରେ ୪ ବ୍ଲକ ଅଧ୍ୟକ୍ଷ ଓ କିଛି କର୍ମକର୍ତ୍ତାଙ୍କ ଇସ୍ତଫା ବିଜେଡିକୁ ଦୁର୍ବଳ କରିଦେବ ବୋଲି ଆଲୋଚନା ହେଉଛି ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

୪୪ ରନ୍‌ ଆଗରେ ଅଷ୍ଟ୍ରେଲିଆ

ବ୍ରିସ୍‌ବେନ୍‌(ଅଷ୍ଟ୍ରେଲିଆ),୫ା୧୨: ଇଂଲଣ୍ଡ ବିପକ୍ଷ ଦ୍ୱିତୀୟ ଆଶେସ ଟେଷ୍ଟର ଶୁକ୍ରବାର ଖେଳ ଶେଷ ସୁଦ୍ଧା ଅଷ୍ଟ୍ରେଲିଆ ପ୍ରଥମ ଇନିଂସରେ ୪୪ ରନ୍‌ ଅଗ୍ରଣୀ ଲାଭ କରିଛି। ଭ୍ରମଣକାରୀ...

ଆରୋଗ୍ୟ କେନ୍ଦ୍ରରେ ନିଆଁ ଲାଗି ଲକ୍ଷାଧିକ ସାମଗ୍ରୀ ନଷ୍ଟ

କେସିଙ୍ଗା ,୫।୧୨( ତୁମେଶ୍ୱର୍‌ ସାହୁ ) : କଳାହାଣ୍ଡି ଜିଲ କେସିଙ୍ଗା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଅଧିନସ୍ଥ ତହଶିର ଗ୍ରାମ ସ୍ଥିତ ଆୟୁଷ୍ମାନ ଆରୋଗ୍ୟ କେନ୍ଦ୍ର...

ଶୀତରେ ଥରୁଛି ଉତ୍ତର ଭାରତ

ନୂଆଦିଲ୍ଲୀ,୫ା୧୨: ସମଗ୍ର ଉତ୍ତର ଭାରତ ଶୀତରେ ଥରୁଛି। ଶୁକ୍ରବାର ରାଜସ୍ଥାନ, ପଞ୍ଜାବ ଏବଂ ହରିୟାଣାର ଅଧିକାଂଶ ଅଞ୍ଚଳରେ ସର୍ବନିମ୍ନ ତାପମାତ୍ରା ସ୍ବାଭାବିକଠାରୁ ନିମ୍ନରେ ରହିଛି। ତେବେ...

ଭାରତର ସବୁଠୁ ବିଶ୍ବାସଯୋଗ୍ୟ ଏହି ୩ଟି ବ୍ୟାଙ୍କ, RBI କଲା ବଡ଼ ଘୋଷଣା

ନୂଆଦିଲ୍ଲୀ,୫।୧୨: ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) ଷ୍ଟେଟ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ (SBI), HDFC, ଏବଂ ICICI ବ୍ୟାଙ୍କକୁ ଦେଶର ସବୁଠାରୁ ସୁରକ୍ଷିତ ବ୍ୟାଙ୍କ ଭାବରେ...

ଫ୍ରାନ୍ସକୁ ହରାଇ ସେମିରେ ପହଞ୍ଚିଲା ଜର୍ମାନୀ

ଚେନ୍ନାଇ,୫ା୧୨: ସାତ ଥର ଚାମ୍ପିୟନ ଜର୍ମାନୀ ଶୁଟ୍‌ ଆଉଟ୍‌ରେ ଫ୍ରାନ୍ସକୁ ୩-୧ ଗୋଲ୍‌ରେ ପରାସ୍ତ କରି ଚଳିତ ଏଫ୍‌ଆଇଏଚ୍‌ ଜୁନିୟର ପୁରୁଷ ବିଶ୍ୱକପ୍‌ ହକି ଟୁର୍ନାମେଣ୍ଟର...

ଏହି ସବୁ ଅଞ୍ଚଳରେ ୯ ଘଣ୍ଟା ପାଇଁ ହେବ ବିଦ୍ୟୁତ୍‌ କାଟ, ସକାଳୁ…

ବରଗଡ଼,୪।୧୨(ପ୍ରେମାନନ୍ଦ ଖମାରୀ): ଓଡ଼ିଶା ବିଦ୍ୟୁତ୍‌ ଶକ୍ତି ସଞ୍ଚାରଣ ନିଗମ ଲିମିଟେଡ (ଓପିଟିସିଏଲ) ପକ୍ଷରୁ ୧୩୨/୩୩ କେ.ଭି. ପ୍ରଧାନପାଲି ଗ୍ରୀଡ ସବଷ୍ଟେସନରେ ବାର୍ଷିକ ରକ୍ଷଣାବେକ୍ଷଣ କାର୍ଯ୍ୟ ଲାଗି...

ପଡିବ ଶନିଙ୍କ ଭୟଙ୍କର ମହାଦଶା, ଏହି ରାଶି ଉପରେ ପଡିବ ଖରାପ ପ୍ରଭାବ

ଜ୍ୟୋତିଷ ଶାସ୍ତ୍ରରେ, ଶନି ଦେବଙ୍କୁ “କର୍ମଦାତା” ଏବଂ “ବିଚାରକ” ଭାବରେ ଜଣାଯାଏ। ସେ ବ୍ୟକ୍ତିମାନଙ୍କୁ ସେମାନଙ୍କ କାର୍ଯ୍ୟ ଆଧାରରେ ଶୁଭ କିମ୍ୱା ଅଶୁଭ ଫଳ ପ୍ରଦାନ...

ଶୀତ ପାଇଁ ସକାଳୁଆ ସ୍କୁଲ ବନ୍ଦ

କୋରାପୁଟ,୫ା୧୨(ଅମିତାଭ ବେହେରା)-କୋରାପୁଟ ଜିଲାରେ ଅସହ୍ୟ ଶୀତ ହେଉଥିବାରୁ ଫ୍ରେବୃଆରୀ ଯାଏ ସକାଳୁଆ କ୍ଲାସ ବନ୍ଦ ରଖିବାକୁ ଜିଲାପାଳ ମନୋଜ ସତ୍ୟବାନ ମହାଜନ ଏକ ନିର୍ଦ୍ଦେଶନାମା ଜାରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri