ଭୋଜି ଖାଇ ଫେରୁଥିଲେ, ବାଟରେ ଜଗିଥିଲା ମୃତ୍ୟୁ: ଘାଟିରେ ବାଇକ୍ ଦୁର୍ଘଟଣାଗ୍ରସ୍ତ, ବଡ଼ ଭାଇ ମୃତ, ସାନ ଭାଇ…

ଗୁଡାରି,୨୧।୪(ପ୍ରମୋଦ କୁମାର ପତି): ଭୋଜି ଖାଇ ଝିଅ ଘରୁ ନାତୁଣୀକୁ ଧରି ଫେରୁଥିଲେ, ହେଲେ ବାଟରେ ଜଗିଥିଲା ମୃତ୍ୟୁ। ଚନ୍ଦ୍ରପୁର ବ୍ଲକ ବକାଗୁଡା ନିକଟସ୍ଥ ଘାଟିରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଜଣେ ଗୁରୁତର ହୋଇଛନ୍ତି। ସୌଭାଗ୍ୟବଶତଃ ଏହି ଦୁର୍ଘଟଣାରେ ୩ ବର୍ଷର ନାତୁଣୀ ଅଳ୍ପକେ ବର୍ତ୍ତି ଯାଇଛନ୍ତି।

ସୂଚନା ଅନୁଯାୟୀ, ଗୁଡାରି ବ୍ଲକ ଏମ୍‌.କେ. ରାଇ ପଞ୍ଚାୟତ ଜଳନିଧି ଗ୍ରାମର ଦୁଇ ଭାଇ କନ୍ଧମାଳ ଜିଲାର ମିଡ଼ିଆଘାଟି ଅଞ୍ଚଳକୁ ଭୋଜି ଖାଇବାକୁ ଯାଇଥିଲେ। ଫେରିବା ବାଟରେ ସେମାନେ ଚନ୍ଦ୍ରପୁର ବ୍ଲକ କମାରଗୁଡ଼ି ଗ୍ରାମରେ ରହୁଥିବା ନିଜ ବିବାହିତ ଝିଅ ଘରକୁ ଯାଇଥିଲେ। ସେଠାରେ ଝିଅ ସହ କଥାବାର୍ତ୍ତା ହେବା ପରେ ନିଜ ୩ ବର୍ଷର ନାତୁଣୀକୁ ସାଙ୍ଗରେ ଧରି ବାଇକ୍‌ରେ ନିଜ ଗାଁକୁ ବାହାରିଥିଲେ।

ତେବେ ଚନ୍ଦ୍ରପୁର ବ୍ଲକର ବକାଗୁଡା ଘାଟିରେ ବାଇକ୍‌ଟି ଭାରସାମ୍ୟ ହରାଇ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ଦୁର୍ଘଟଣା ଏତେ ଭୟଙ୍କର ଥିଲା ଯେ, ବଡ଼ ଭାଇଙ୍କର ଘଟଣାସ୍ଥଳରେ ହିଁ ମୃତ୍ୟୁ ଘଟିଥିଲା। ଏହି ଦୁର୍ଘଟଣାରେ ସାନ ଭାଇ ଗୁରୁତର ଆହତ ହୋଇଛନ୍ତି। ତାଙ୍କୁ ସ୍ଥାନୀୟ ଲୋକଙ୍କ ସହାୟତାରେ ପ୍ରଥମେ ଗୁଡାରି ମେଡିକାଲରେ ଭର୍ତ୍ତି କରାଯାଇଥିଲା। ସେଠାରେ ପ୍ରାଥମିକ ଚିକିତ୍ସା ପରେ ଅବସ୍ଥା ସଙ୍କଟାପନ୍ନ ଥିବାରୁ ତାଙ୍କୁ ରାୟଗଡା ଜିଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି। ଅନ୍ୟପଟେ ବାଇକ୍‌ରେ ଥିବା ୩ ବର୍ଷର ଶିଶୁ କନ୍ୟାଟି ସମ୍ପୂର୍ଣ୍ଣ ସୁରକ୍ଷିତ ଥିବା ଚିକିତ୍ସା କରୁଥିବା ଡାକ୍ତର ସୂଚନା ଦେଇଛନ୍ତି।

ଦୁର୍ଘଟଣା ଖବର ପାଇବା ପରେ ଗ୍ରାମବାସୀମାନେ ମେଡିକାଲ ଓ ଦୁର୍ଘଟଣା ସ୍ଥଳରେ ପହଞ୍ଚିଥିଲେ। ଭୋଜି ଖାଇ ହସଖୁସିରେ ଫେରୁଥିବା ବେଳେ ଏଭଳି ଅଘଟଣ ଜଳନିଧି ଗ୍ରାମରେ ଶୋକାକୁଳ ପରିବେଶ ସୃଷ୍ଟି କରିଛି। ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ସିସିଟିଭିକୁ ବି ଖାତିର ନାହିଁ! ହୁମାରେ ଖୁଲମ୍‌ଖୁଲା ବାଇକ୍ ଚୋରି, ଗୋଟିଏ ରାତିରେ ୩ ବାଇକ୍ ଗାଏବ, ଆତଙ୍କିତ ବ୍ୟବସାୟୀ

ହୁମା, ୫।୯(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମା ଅଞ୍ଚଳରେ ବାଇକ୍ ଚୋରିର ଆତଙ୍କ ଖେଳିଯାଇଛି। କିଛି ଦିନର ବ୍ୟବଧାନ ପରେ ପୁଣି ଥରେ ସକ୍ରିୟ ହୋଇଉଠିଛନ୍ତି…

ଗୁରୁଦିବସରେ ୧୭୬ ଶିକ୍ଷକଙ୍କୁ ମିଳିଲା ପଦୋନ୍ନତି, ଛୁଟିଲା ଶୁଭେଚ୍ଛା ବାର୍ତ୍ତା…

ମାଲକାନଗିରି,୫ା୯(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ଶିକ୍ଷା କାର୍ଯ୍ୟାଳୟ ପକ୍ଷରୁ ଗୁରୁଦିବସ ଅବସରରେ ୧୭୬ଜଣ ଲେବଲ-୪ ପ୍ରାରମ୍ଭିକ ଶିକ୍ଷକଙ୍କୁ ଲେବଲ-୩କୁ ଶନିବାର ପଦୋନ୍ନତି ଦିଆଯାଇଛି। ଜିଲା ଶିକ୍ଷା ଅଧିକାରୀ…

ଗୁରୁଦିବସରେ ଗୁରୁଙ୍କ ପ୍ରତିବାଦ: କଳା ବ୍ୟାଚ୍ ପିନ୍ଧି ‘କଳା ଦିବସ’ ପାଳିଲେ ଅଂଶୁପା ସ୍ନାତକ ମହାବିଦ୍ୟାଳୟ ଅଧ୍ୟାପକ

ବାଙ୍କୀ,୫।୯(ଶୁଭେନ୍ଦୁ ମହାପାତ୍ର): ଗୋଟିଏ ପଟେ ସାରା ରାଜ୍ୟରେ ଗୁରୁଦିବସ ପାଳିତ ହୋଇଯାଇଥିବା ବେଳେ ବାଙ୍କୀ ଉପଖଣ୍ଡ ଅଂଶୁପା ସ୍ନାତକ ମହାବିଦ୍ୟାଳୟଠାରେ ଦେଖିବାକୁ ମିଳିଛି ଭିନ୍ନ ଚିତ୍ର। ଓସ୍ନେଲିଆ…

ପାଟଣାରେ ଗୁରୁଦିବସ: ଅବସରପ୍ରାପ୍ତ ଗୁରୁଙ୍କୁ ମାନପତ୍ର ଓ ଅଙ୍ଗବସ୍ତ୍ର ଦେଇ ସମ୍ବର୍ଦ୍ଧନା

ପାଟଣା,୫।୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ମୁଖ୍ୟାଳୟ ଓ ଏହାର ଆଖପାଖ ଅଞ୍ଚଳର ବିଭିନ୍ନ ଶିକ୍ଷାନୁଷ୍ଠାନରେ ପୂର୍ବତନ ରାଷ୍ଟ୍ରପତି ତଥା ମହାନ ଦାର୍ଶନିକ ଡକ୍ଟର ସର୍ବପଲ୍ଲୀ…

ଆଖି ବୁଜିଛନ୍ତି ଗୁରୁ, ହେଲେ ଆଦର୍ଶକୁ ଭୁଲିନାହାନ୍ତି ଶିଷ୍ୟ: ପ୍ରତିମୂର୍ତ୍ତୀ ଗଢ଼ି ଗୁରୁଦିବସ ପାଳିଲା…

ପୁରୁଷୋତ୍ତମପୁର,୫।୯ (ସବିତା ମିଶ୍ର): ଗୁରୁଙ୍କ ଶରୀର ନ ଥାଇପାରେ, କିନ୍ତୁ ତାଙ୍କ ଆଦର୍ଶ ଆଜି ବି ଜୀବନ୍ତ। ଏହି ବାକ୍ୟକୁ ସତ୍ୟରେ ପରିଣତ କରିଛନ୍ତି ଗଞ୍ଜାମ ଜିଲା…

ଗୁରୁଦିବସରେ ଶିକ୍ଷା,ଶିକ୍ଷକ ଓ ଶିକ୍ଷାୟତନ

ଦିଗପହଣ୍ଡି,୫|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୁଞ୍ଜିକଂୟା ଛକ ସ୍ଥିତ ନନ୍ଦିଘୋଷ କଲ୍ୟାଣ ମଣ୍ଡପ ସଭାଗୃହରେ ସ୍ଥାନୀୟ ଗଣ ଅଧିକାର ଓ ଆଇନ ସୁରକ୍ଷା ମଞ୍ଚ…

ବଞ୍ଜାରା ଗ୍ୟାଙ୍ଗର ୫ ମହିଳାଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୫।୯: ନୟାପଲ୍ଲୀ ପୋଲିସ ଶନିବାର ବଞ୍ଜାରା ଲୁଟେରା ଗ୍ୟାଙ୍ଗର ୫ଜଣ ମହିଳାଙ୍କୁ ଧରିବାରେ ସକ୍ଷମ ହୋଇଛି। ଗରଫ ସମସ୍ତ ମହିଳା ମହାରାଷ୍ଟ୍ରର ବୋଲି ସୂଚନା ମିଳିଛି। ପୋଲିସ…

୫ ଦିନ ହେଲା ‘ଆଜି ନୁହେଁ, କାଲି ଦେବୁ’ କହି ଭଣ୍ଡାଉଛନ୍ତି ଗ୍ୟାସ ବିତରକ: ସିଲିଣ୍ଡର ରଖି ଗ୍ରାହକଙ୍କ ରାସ୍ତାରୋକ

ରାଜନଗର, ୫।୯(ଭାସ୍କର ରାଉତରାୟ): ଦୀର୍ଘଦିନ ଧରି ରାଜନଗର ଅଞ୍ଚଳରେ ଗ୍ୟାସ ଯୋଗାଣକୁ ନେଇ ଗ୍ରାହକମାନେ ନାନା ସମସ୍ୟାର ସମ୍ମୁଖୀନ ହେଉଥିବା ଅଭିଯୋଗ ହୋଇଛି। ଗ୍ୟାସ ବିତରକମାନେ ବିଭିନ୍ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri