ତାରିଣୀଙ୍କ ସନ୍ଧ୍ୟା ଆଳତି ଅଧାରୁ ବନ୍ଦ

ଘଟଗାଁ, ୪।୭(ରାଜେନ୍ଦ୍ର କୁମାର ପଟ୍ଟନାୟକ): କେନ୍ଦୁଝର ଜିଲା ଘଟଗାଁବାସିନୀ ମା’ ତାରିଣୀଙ୍କ ନୀତିକାନ୍ତିରେ ବିଶୃଙ୍ଖଳା ଦେଖାଯାଇଛି। ସନ୍ଧ୍ୟା ଆଳତି ସମୟରେ ଲାଇଟ୍‌ ଓ ବାଜା ବନ୍ଦ କରିଦିଆଯାଇଥିବା ଅଭିଯୋଗ ହୋଇଛି। ଫଳରେ ଅଧାରୁ ଆଳତି ବନ୍ଦ ହୋଇଯିବାରୁ ଭକ୍ତ ଉତ୍ତେଜିତ ହୋଇ ମନ୍ଦିର କାର୍ଯ୍ୟାଳୟ ଘେରି ପାଟିତୁଣ୍ଡ କରିଥିଲେ। ମା’ଙ୍କ ଆଳତିରେ ବିଭ୍ରାଟକୁ ନେଇ ଭକ୍ତଙ୍କ ମହଲରେ ଅସନ୍ତୋଷ ଦେଖାଯାଇଛି।
ଖବର ଅନୁଯାୟୀ, ରବିବାର ସା ଆଳତି ନିର୍ଦ୍ଧାରିତ ସମୟ ୭.୩୦ ମିନିଟ୍‌ରେ ଆରମ୍ଭ ହୋଇଥିଲା। ମା’ଙ୍କୁ କର୍ପୂର ଆଳତି ସମୟରେ ଲାଇଟ୍‌ ଓ ବାଜା ପିଟିବା ବନ୍ଦ କରିଦିଆଯାଇଥିଲା। ଏ ନେଇ ପୂଜକ ଓ ଉପସ୍ଥିତ ଭକ୍ତ ମନ୍ଦିର ପରିଚାଳନା କାର୍ଯ୍ୟାଳୟକୁ ଯାଇଥିଲେ। ସେଠାରେ କୌଣସି ଅଧିକାରୀଙ୍କୁ ନ ପାଇ ପାଟିତୁଣ୍ଡ କରିଥିଲେ। ଆଳତି ସମୟରେ ଘଟଗଁା ଥାନା ଅଧିକାରୀ ପ୍ରତିଭା ମଞ୍ଜରୀ ସାହୁ ଉପସ୍ଥିତ ଥିବା ବେଳେ ଘଟଣା ଦେଖି ଆଶ୍ଚର୍ଯ୍ୟ ପ୍ରକଟ କରିଥିଲେ। ମନ୍ଦିର କର୍ମଚାରୀ ହରେକୃଷ୍ଣ ବେହେରାଙ୍କୁ ଆଳତି ସମ୍ପୂର୍ଣ୍ଣ କରିବା ପାଇଁ କହିବା ପରେ ଆଉ ଥରେ ଆଳତି ହୋଇଥିଲା। ମନ୍ଦିର କାର୍ଯ୍ୟନିର୍ବାହୀ ଅଧିକାରୀ ସଞ୍ଜୀବ କୁମାର ମହାପାତ୍ର ଆଳତିରେ ବିଭ୍ରାଟ କଥା ସ୍ବୀକାର କରିଥିଲେ। ଲାଇଟ୍‌ ବନ୍ଦ କରାଯାଇ ନ ଥିଲା। କୌଣସି କାରଣରୁ ବନ୍ଦ ହୋଇଯାଇଥିଲା। ସଙ୍ଗେ ସଙ୍ଗେ ଆଳତି ବ୍ୟବସ୍ଥା କରାଯାଇଥିବା ସେ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗୁଣିଆଙ୍କ ଔଷଧ ଖାଇ ଚାଲିଗଲା ନିଃସନ୍ତାନ ଦମ୍ପତିଙ୍କ ଜୀବନ

ଫୁଲବାଣୀ,୨୫।୮: କନ୍ଧମାଳ ଜିଲା ଗୋଚ୍ଛାପଡ଼ା ଥାନା ନେଡ଼ିପଙ୍ଗାରେ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ଗୁଣିଆଙ୍କ ନିକଟରୁ ଔଷଧ ଖାଇ ନିଃସନ୍ତାନ ଦମ୍ପତିଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି।…

ଏନସିସି ଆର୍ମି ୱିଙ୍ଗର କ୍ୟାଡେଟ ଚୟନ ଶିବିର: ଛାତ୍ରୀଛାତ୍ରଙ୍କ ମଧ୍ୟରେ ବୃଦ୍ଧି ପାଉଛି ଆଗ୍ରହ

ଭଞ୍ଜନଗର, ୨୫।୮ (ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ମଙ୍ଗଳବାର ଏନସିସି ଆର୍ମି ୱିଙ୍ଗର କ୍ୟାଡେଟ ଚୟନ ଶିବିର ଅନୁଷ୍ଠିତ…

ବ୍ୟବସାୟୀଙ୍କ ଘରୁ ଚୋରି ଘଟଣାରେ ୬ ଗିରଫ: ସୁନା-ରୁପା ଜବତ

କେସିଙ୍ଗା,୨୫।୮(ତୁମେଶ୍ୱର ସାହୁ) : କେସିଙ୍ଗା ସହର ୱାର୍ଡ ନଂ-୩ର ବ୍ୟବସାୟୀ ପୁନମ ଜୈନଙ୍କ ଘରୁ ଗତ ଜୁଲାଇ ୨୧ ତାରିଖରେ ତାଲା ଭାଙ୍ଗି ସୁନା, ରୁପା ଓ…

ପନିର ଅପମିଶ୍ରଣ ନେଇ କଟକରେ ରେଡ୍‌ ପରେ ଏବେ ପାହାଳ ପାଳି: ମିଠା କିଣୁଥିଲେ ଜାଣି ରଖନ୍ତୁ….

ଭୁବନେଶ୍ୱର,୨୫।୮: ପାର୍ବଣ ପୂର୍ବରୁ ରାଜଧାନୀ ଭୁବନେଶ୍ୱରରେ ଛେନା ଓ ପନିରର ଗୁଣବତ୍ତାକୁ ନେଇ ଚିନ୍ତା ବଢ଼ିଛି। ନକଲି ଓ ଅପମିଶ୍ରିତ ଛେନା-ପନିର ବିକ୍ରି ଅଭିଯୋଗକୁ ନେଇ BMC…

ସ୍ବାମୀଙ୍କ ଆଗରେ ଚାଲିଗଲା ସାବିତ୍ରୀଙ୍କ ଜୀବନ: ନାତୁଣୀ ଜନ୍ମଦିନ ସାରି ଫେରୁଥିବାବେଳେ ଘଟିଲା…

ତାଳଚେର,୨୫।୮(ମନୋଜ ନନ୍ଦ): ଅନୁଗୋଳ ଜିଲା ତାଳଚେର ଚାଇଁପାଳ ଓଭର ବ୍ରିଜ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଠାରେ ଏକ ସ୍କୁଟିକୁ ଧକ୍କା ଦେଇଛି ଟ୍ରକ।…

ଡଙ୍ଗା ଚଢୁଥିଲେ ପରେଶ୍ୱର,ଟାଣିନେଲା କୁମ୍ଭୀର: ଆଉ ତା’ପରେ ଘଟିଲା…

ରାଜକନିକା,୨୫।୮(ସଞ୍ଜୟ କୁମାର ଦାଶ): କେନ୍ଦ୍ରାପଡ଼ା ଜିଲା ରାଜକନିକା ବ୍ଲକ ତ୍ରୈଲୋକ୍ୟପୁର ପଞ୍ଚାୟତ ଗଙ୍ଗାଧର ପ୍ରସାଦ ଡିଆ ଗାଁ ସନ୍ନିକଟ ଖରସ୍ରୋତା ନଦୀର ଭରାନଦୀରେ ମଙ୍ଗଳବାର ସକାଳେ ସମୟରେ…

ବିଧାୟକଙ୍କ ଉପସ୍ଥିତିରେ ଆପୋଷ ବୁଝାମଣାରେ ତୁଟିଲା ଉଠାଦୋକାନୀ ବିବାଦ

ଛତ୍ରପୁର,୨୫।୮(ଦିଲ୍ଲୀପ ସାମଲ): ଛତ୍ରପୁର ସହର ବାଳିକା ଉଚ୍ଚ ବିଦ୍ୟାଳୟ ନିକଟ ପରିବା ବଜାର ଉଠାଦୋକାନୀ ମଙ୍ଗଳବାର ବନ୍ଦ ଡାକରା ଦେଇଥିବା ବେଳେ ଛତ୍ରପୁର ବିଧାୟକ କୃଷ୍ଣଚନ୍ଦ୍ର ନାୟକଙ୍କ…

ଅଙ୍ଗନୱାଡି ସଂଘର ଅନଶନ ଆରମ୍ଭ, ଉପଜିଲାପାଳଙ୍କୁ ଦେଲେ ଦାବିପତ୍ର

ଗୁଣପୁର,୨୫।୮(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ଅଙ୍ଗନୱାଡି କର୍ମୀମାନେ ଅନଶନ ଆରମ୍ଭ କରିଛନ୍ତି । ବିଭିନ୍ନ ଦାବି ନେଇ ମଙ୍ଗଳବାର ଠାରୁ ଏହି ବିକ୍ଷୋଭ ଆରମ୍ଭ କରିଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri