ମଙ୍ଗଳବାରଠୁ ଖୋଲିବ ଘଟଗାଁ ତାରିଣୀ ମନ୍ଦିର

କେନ୍ଦୁଝର/ଘଟଗାଁ,୯ା୮(ସ୍ବ.ପ୍ର./ଡି.ଏନ୍‌.ଏ.): ମଙ୍ଗଳବାରଠାରୁ କୋଭିଡ୍‌ କଟକଣାରେ ଖୋଲିବ କେନ୍ଦୁଝର ଜିଲାର ପ୍ରସିଦ୍ଧ ଘଟଗାଁ ତାରିଣୀ ମନ୍ଦିର। ଏନେଇ ଜିଲା ପ୍ରଶାସନ ପକ୍ଷରୁ ଗାଇଡ୍‌ଲାଇନ ଜାରି କରାଯାଇଛି। ଶ୍ରଦ୍ଧାଳୁମାନେ ମାସ୍କ ପରିଧାନ ଓ ସାମାଜିକ ଦୂରତ୍ୱ ରକ୍ଷାକରି ମା’ଙ୍କ ଦର୍ଶନ କରିପାରିବେ। ୨ଟି ପର୍ଯ୍ୟାୟରେ ଦର୍ଶନ ବ୍ୟବସ୍ଥା କରାଯାଇଛି। ସକାଳ ସାଢ଼େ ୭ଟାରୁ ମଧ୍ୟାହ୍ନ ସାଢ଼େ ୧୨ଟା ଏବଂ ଅପରାହ୍ନ ୪ଟାରୁ ସନ୍ଧ୍ୟା ୭ଟା ପର୍ଯ୍ୟନ୍ତ ମନ୍ଦିର ଖୋଲା ରହିବ। ଭକ୍ତମାନେ ୩ନମ୍ବର ଗେଟ୍‌ରେ ଧାଡ଼ି ହୋଇ ପ୍ରବେଶ କରି ୪ନଂ. ଗେଟ୍‌ରେ ପ୍ରସ୍ଥାନ କରିବେ।

ମନ୍ଦିରରେ କୌଣସି ଭୋଗ, ନଡ଼ିଆ ଲାଗି କରାଯିବ ନାହିଁ। କେବଳ ଭକ୍ତମାନେ ମା’ଙ୍କ ଦର୍ଶନ କରିପାରିବେ। ମନ୍ଦିରକୁ ୧୦ବର୍ଷରୁ କମ୍‌ ବୟସର ପିଲା ଓ ୬୫ ବର୍ଷରୁ ଊର୍ଦ୍ଧ୍ୱ ବୟସର ବ୍ୟକ୍ତି ପ୍ରବେଶ କରିପାରିବେ ନାହିଁ। ମନ୍ଦିରରେ ହେଉଥିବା ଦୈନନ୍ଦିନ ଅନ୍ନପ୍ରସାଦ ବିକ୍ରି କିମ୍ବା ପାର୍ସଲ ପରବର୍ତ୍ତୀ ନିର୍ଦ୍ଦେଶନାମା ପର୍ଯ୍ୟନ୍ତ ବନ୍ଦ ରହିବ। ମନ୍ଦିରର ସେବାୟତ, କର୍ମଚାରୀ, କର୍ମକର୍ତ୍ତାମାନେ କୋଭିଡ୍‌ ନିୟମ ଅନୁସାରେ ମାସ୍କ, ସାନିଟାଇଜର୍‌ ବ୍ୟବହାର କରିବେ। ମନ୍ଦିର ପରିସରରେ ଥିବା ସମସ୍ତ ଦୋକାନ ପରବର୍ତ୍ତୀ ନିର୍ଦ୍ଦେଶନାମା ପର୍ଯ୍ୟନ୍ତ ବନ୍ଦ ରହିବ। ଅନ୍ୟାଦେଶ ପର୍ଯ୍ୟନ୍ତ ମନ୍ଦିରରେ ବିବାହ, ବ୍ରତ ଓ କଲ୍ୟାଣ ମଣ୍ଡପ ବନ୍ଦ ରହିବ। ମନ୍ଦିର କମିଟି ଓ ଟ୍ରଷ୍ଟ ବୋର୍ଡ କୋଭିଡ୍‌ ଗାଇଡ୍‌ଲାଇନ ପାଳନର ତଦାରଖ କରିବାକୁ ନିର୍ଦ୍ଦେଶନାମାରେ କୁହାଯାଇଛି। ଥରକେ ୫୦ ଜଣ ଭକ୍ତଙ୍କ ପ୍ରବେଶ ପାଇଁ ଅନୁମତି ମିଳିବ। ତାରିଣୀ ମନ୍ଦିର ସମେତ ଜିଲାର ସମସ୍ତ ମନ୍ଦିର, ମସ୍‌ଜିଦ, ଚର୍ଚ୍ଚ, ଗୁରୁଦ୍ୱାର ଆଦି ଧାର୍ମିକ ଅନୁଷ୍ଠାନ ମଧ୍ୟ ଖୋଲିବ ବୋଲି ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

କୋସଲୀ ସାଂସ୍କୃତିକ ମହୋତ୍ସବ ଆରମ୍ଭ

ନୂଆପଡ଼ା,୨୦ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆ ରଙ୍ଗମଞ୍ଚଠାରେ କୋସଲୀ ସାଂସ୍କୃତିକ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ସୁରଜିତସିଂ ମହାରଥାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ଘାଟନୀ...

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...

ଆଶେସ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୦ା୧୨: ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ବିପର୍ଯ୍ୟୟ ପରେ ଅଷ୍ଟ୍ରେଲିଆ ଆଶେସ ସିରିଜ ବିଜୟ ପଥରେ ଅଗ୍ରସର ହେଉଛି। ନାଥାନ ଲିଅନ ଇଂଲଣ୍ଡର ୩ଟି ଉଇକେଟର ପତନ...

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

ନୋରା ଫତେହିଙ୍କ କାର ଦୁର୍ଘଟଣା: ମଦ୍ୟପ ଚାଳକଙ୍କ ଧକ୍କାରେ…

ମୁମ୍ବାଇ,୨୦।୧୨: ଲୋକପ୍ରିୟ ବଲିଉଡ ଅଭିନେତ୍ରୀ ତଥା ନୃତ୍ୟଶିଳ୍ପୀ ନୋରା ଫତେହି ଶନିବାର ମୁମ୍ବାଇରେ ଏକ ସଡ଼କ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ବିଶ୍ୱପ୍ରସିଦ୍ଧ ମ୍ୟୁଜିକ୍ ପ୍ରୋଗ୍ରାମ ‘ସୁନବର୍ଣ୍ଣ...

ଇସ୍ରୋର ବଡ଼ ପଦକ୍ଷେପ: ଗଗନୟାନ ମିଶନ ପାଇଁ ସଫଳ ହେଲା ପାରାଚ୍ୟୁଟ୍‌ ପରୀକ୍ଷା

ନୂଆଦିଲ୍ଲୀ,୨୦ା୧୨: ମହାକାଶକୁ ଭାରତର ପ୍ରଥମ ମାନବ ପ୍ରେରଣ ଦିଗରେ ଶନିବାର ଆଉ ଏକ ବଡ଼ ପଦକ୍ଷେପ ସଫଳ ହୋଇଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)...

ଟ୍ୟୁଶନରୁ ଫେରୁଥିବା ବେଳେ ନାବାଳିକାଙ୍କୁ ଟେକିନେଇ ବଳାତ୍କାର ପରେ ଫିଙ୍ଗି ଚାଲିଯାଇଥିଲେ, ଅଭିଯୁକ୍ତଙ୍କୁ ୨୦ ବର୍ଷ…

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏକ ଅପହରଣ ଓ ବଳାତ୍କାର ମାମଲାର ବିଚାର କରି ଅତିରିକ୍ତ ଜିଲ୍ଲା ସେସନ ଜର୍ଜ ବିଭୁ ପ୍ରସାଦ ପଣ୍ଡା ପୋକ୍ସୋ ଆକ୍ଟର ଧାରା...

ଅଣ୍ଡା ଖାଇଲେ ହେବେ କି କ୍ୟାନ୍ସର ? ସ୍ପଷ୍ଟୀକରଣ ଦେଲା FSSAI

ନୂଆଦିଲ୍ଲୀ,୨୦।୧୨: ଦେଶରେ ବିକ୍ରି ହେଉଥିବା ଅଣ୍ଡା ସମ୍ପୂର୍ଣ୍ଣ ସୁରକ୍ଷିତ। ଏଥିରେ କ୍ୟାନ୍ସର ସୃଷ୍ଟିକାରୀ ଉପାଦାନ ଥିବା ନେଇ ଚର୍ଚ୍ଚା ହେଉଥିବା ଖବରକୁ ଭାରତୀୟ ଖାଦ୍ୟ ସୁରକ୍ଷା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri