ଏପ୍ରିଲ ୧୮ରେ ‘ଘାଟି’

ହାଇଦ୍ରାବାଦ: ‘ବାହୁବଲୀ’ ଚଳଚ୍ଚିତ୍ରରେ ଦେବସେନା ଭୂମିକାରେ ଅଭିନୟ କରି ଦର୍ଶକଙ୍କ ହୃଦୟରେ ରାଜ୍‌ କରିଥିବା ଦକ୍ଷିଣ ଭାରତୀୟ ଅଭିନେତ୍ରୀ ଅନୁଷ୍କା ଶେଟ୍ଟୀଙ୍କୁ ଆଗାମୀ ଦିନରେ ‘ଘାଟି’ ଚଳଚ୍ଚିତ୍ରରେ ଦେଖିବାକୁ ମିଳିବ। ରବିବାର ଫିଲ୍ମ ନିର୍ମାତାଙ୍କ ପକ୍ଷରୁ ଏହି ଆକ୍ସନ କ୍ରାଇମ୍‌ ଡ୍ରାମା ଫିଲ୍ମର ଏକ ପୋଷ୍ଟର ରିଲିଜ୍‌ କରାଯାଇ ଫିଲ୍ମର ରିଲିଜ୍‌ ତାରିଖ ଉପରୁ ପରଦା ଉଠାଯାଇଛି।
ଅନୁଷ୍କାଙ୍କ ଆଗାମୀ ଚଳଚ୍ଚିତ୍ର ‘ଘାଟି’ ଆସନ୍ତା ବର୍ଷ ଏପ୍ରିଲ ୧୮ରେ ରିଲିଜ୍‌ ହେବ। ଅନୁଷ୍କା କିପରି ଜଣେ ପୀଡିତା ମହିଳାରୁ ଏକ ଆପରାଧିକ ଗ୍ୟାଙ୍ଗ୍‌ର ମାଷ୍ଟର ମାଇଣ୍ଡ ଭାବେ ପରିଣତ ହେଉଛନ୍ତି, ତାହାକୁ ନେଇ ଏହି ଫିଲ୍ମର କାହାଣୀ ଗତି କରିଛି। ଚଳଚ୍ଚିତ୍ରରେ ଅନୁଷ୍କା ଶତ୍ରୁମାନଙ୍କର ସଂହାର କରୁଥିବା ନଜରକୁ ଆସିବେ। ଫିଲ୍ମରେ ଅନୁଷ୍କାଙ୍କର ଅନେକ ଆକ୍ସନ ଦୃଶ୍ୟ ଦେଖିବାକୁ ମିଳିବ। କ୍ରିଶ୍‌ ଜଗରଲାମୁଦିଙ୍କ ନିର୍ଦ୍ଦେଶନା ଏବଂ ରାଜୀବ ରେଡ୍ଡୀ ଓ ସାଇ ବାବୁ ଜଗରଲାମୁଦିଙ୍କ ପ୍ରଯୋଜନାରେ ହେବାକୁ ଥିବା ଏହି ଫିଲ୍ମରେ ଅଭିନେତ୍ରୀ ରମ୍ୟା କ୍ରିଷ୍ଣନ ଓ ଅଭିନେତା ଜଗପଥି ବାବୁ ମଧ୍ୟ ନଜରକୁ ଆସିବେ। ଫିଲ୍ମ ନିର୍ମାତାଙ୍କ ପକ୍ଷରୁ ଜାରି ପୋଷ୍ଟରରେ ଅନୁଷ୍କା ଛୁରି ଧରିଥିବା ସହ ତାଙ୍କ ମୁହଁରେ ରକ୍ତଛିଟା ଲାଗିଥିବା ଦେଖିବାକୁ ମିଳିଛି। ଏହି ପୋଷ୍ଟ’ର କ୍ୟାପ୍‌ଶନରେ ଲେଖାଯାଇଛି, କୁଇନ୍‌ ଅନୁଷ୍କା ନିଜର ସର୍ବଶ୍ରେଷ୍ଠ ପ୍ରଦର୍ଶନ ସହ ବକ୍ସ ଅଫିସରେ ପୁଣି ଥରେ ରାଜ୍‌ କରିବାକୁ ଯାଉଛନ୍ତି। ‘ଘାଟି’ ଫିଲ୍ମ ତେଲୁଗୁ, ତାମିଲ, କନ୍ନଡ, ମାଲୟାଲମ ଓ ହିନ୍ଦୀ ଭାଷାରେ ରିଲିଜ୍‌ ହେବ। ଫିଲ୍ମର ରିଲିଜ୍‌ ତାରିଖ ସାମ୍‌ନାକୁ ଆସିବା ପରେ ଅନୁଷ୍କାଙ୍କ ଆକ୍ସନ ଅବତାର ଦେଖିବାକୁ ତାଙ୍କ ପ୍ରଶଂସକମାନେ ଉତ୍ସାହର ସହ ଅନାଇ ବସିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଥାନା ହାଜତରେ ରେଳ କର୍ମଚାରୀଙ୍କୁ ନିର୍ଯାତନା: ହାତ, ଗୋଡ଼ ଭାଙ୍ଗିଦେଲେ, ଯୌନାଙ୍ଗରେ…

ପୁରୁଣା ଭୁବନେଶ୍ୱର,୫ା୯(ସୁବାସ ଚନ୍ଦ୍ର ପ୍ରଧାନ): ବ୍ରହ୍ମପୁର ରେଳ ସୁରକ୍ଷା ବଳ (ଆର୍‌ପିଏଫ୍‌) ଦ୍ୱାରା ଅମାନୁଷିକତାର ସବୁ ସୀମା ଟପିଯାଇଛି। ଚୋରି ସନ୍ଦେହରେ ସୌମ୍ୟରଞ୍ଜନ ମିଶ୍ର ନାମକ ଜଣେ…

ହିନ୍ଦୁତ୍ୱ ଇନ୍‌ଫ୍ଲୁଏନ୍ସର ସ୍ବତନ୍ତ୍ର ଭରଦ୍ୱାଜ ଗିରଫ

ନୂଆଦିଲ୍ଲୀ,୫ା୯:ଦିଲ୍ଲୀର ଯନ୍ତରମନ୍ତରରେ ଗତ ଜୁଲାଇରେ କକ୍‌ରୋଚ୍‌ ଜନତା ପାର୍ଟି (ସିଜେପି) ନେତୃତ୍ୱରେ ଛାତ୍ର ଆନ୍ଦୋଳନ ବେଳେ ଜଣେ ଛାତ୍ରୀଙ୍କ ବାପାଙ୍କୁ ଆକ୍ରମଣ କରିଥିବା ହିନ୍ଦୁତ୍ୱ ଇନ୍‌ଫ୍ଲୁଏନ୍ସର ସ୍ବତନ୍ତ୍ର…

ବିଡ଼ା ବିଡ଼ା ଟଙ୍କା ଗଣାଚାଲିଛି

ପୁରୀ,୫ା୯(ଅଜିତ୍‌ କୁମାର ମହାନ୍ତି): ପୁରୀ ପୋଲିସ ଚଢ଼ାଉ କରି ବିପୁଳ ପରିମାଣର ଗଞ୍ଜେଇ ଜବତ କରିବା ସହ ଘଟଣାରେ ସମ୍ପୃକ୍ତ ୨ ଯୁବକଙ୍କୁ ଗିରଫ କରିଛି। ପୋଲିସ…

ଭୂପର୍ଯ୍ୟବେକ୍ଷକ ସାଟେଲାଇଟ୍‌ ଉତ୍‌କ୍ଷେପଣ କଲା ଇସ୍ରୋ

ଶ୍ରୀହରିକୋଟା,୫ା୯: ଭାରତୀୟ ମହାକାଶ ଗବେଷଣା ସଂସ୍ଥା (ଇସ୍ରୋ) ଶୁକ୍ରବାର ଦେଶର ପ୍ରଥମ ଇମେଜିଂ ସାଟେଲାଇଟ୍‌କୁ ସଫଳତାର ସହ ଭୂସ୍ଥିର କକ୍ଷରେ ସ୍ଥାପନ କରି ଆଉ ଏକ ଇତିହାସ…

ଚାଷୀଙ୍କ ଶ୍ରମକୁ ଉଚିତ ସମ୍ମାନ ମିଳୁଛି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୫।୯ (ସୁନିତ୍‌ ମିଶ୍ର): ଜନ୍ମାଷ୍ଟମୀ ଅବସରରେ ରାଜ୍ୟର ଚାଷୀମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର ଓୟୁଏଟିର କୃଷି ଶିକ୍ଷା ସଦନଠାରେ ସିଏମ୍‌ କିଷାନ ଯୋଜନାର…

ବୈଭବ ସୂର୍ଯ୍ୟବଂଶୀଙ୍କ ସହ ଓପନିଂ କରିବେ ସଞ୍ଜୁ? ବୋଲରଙ୍କ ମୁଣ୍ଡବିନ୍ଧାର କାରଣ ସାଜିବେ ଏହି ଯୋଡ଼ି

ନୂଆଦିଲ୍ଲୀ,୪।୮: ଶ୍ରୀଲଙ୍କା ବିପକ୍ଷ ଟେଷ୍ଟ ସିରିଜ୍‌ ଶେଷ ହେବା ପରେ ଏବେ ପୁଣି ଥରେ ଟି-୨୦ ଫର୍ମାଟ୍‌ରେ ମଇଦାନକୁ ଓହ୍ଲାଇବାକୁ ପ୍ରସ୍ତୁତ ହେଉଛି ଭାରତୀୟ ଦଳ। ଏହି…

୨୦୨୯ରେ ବିଜୟ ହେବେ PM ପ୍ରାର୍ଥୀ? TVK ଦଳର ବଡ଼ ଦାବି, କଂଗ୍ରେସ ଶିବିରରେ ହଇଚଇ!

ଚେନ୍ନାଇ,୪।୯: ୨୦୨୯ ସାଧାରଣ ନିର୍ବାଚନରେ ପ୍ରଧାନମନ୍ତ୍ରୀ ପଦ ଲାଗି ପ୍ରାର୍ଥୀ ଚୟନକୁ ନେଇ ତାମିଲନାଡୁର ଶାସକ ଦଳ ‘ତାମିଲଗା ଭେଟ୍ରି କାଝାଗାମ’ (TVK) ଏବଂ ସହଯୋଗୀ ଦଳ…

ଚାକିରି ଦେବା ନାଁରେ ଠକେଇ: ମୁଖ୍ୟ ଅଭିଯୁକ୍ତଙ୍କ ସମେତ ୪ ଗିରଫ

ଛତ୍ରପୁର,୪।୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଯୁବପିଢ଼ିଙ୍କୁ ଚାକିରି କରାଇ ଦେବା ନାଁରେ ଠକେଇ ଅଭିଯୋଗରେ ଛତ୍ରପୁର ଥାନା ପୋଲିସ ମୁଖ୍ୟ ଅଭିଯୁକ୍ତଙ୍କ ସମେତ ୪ ଜଣଙ୍କୁ ଗିରଫ କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri