ବିପଦରେ ଗାଜଲବାଡି ଘାଟି: ଖସୁଛି ମାଟି ଅତଡ଼ା, ଯାତ୍ରୀ ଭୟଭୀତ

ଦାରିଙ୍ଗବାଡି, ୩।୯(ଅରୁଣ ସାହୁ): କନ୍ଧମାଳ-ଗଞ୍ଜାମକୁ ସଂଯୋଗ କରୁଥିବା ଗାଜଲବାଡି ଘାଟି ଏବେ ବିପଦରେ। ଗତ କିଛି ଦିନ ହେଲା ଅଞ୍ଚଳରେ ତୁହାକୁ ତୁହା ବର୍ଷା ଚାଲିଥିବାବେଳେ ଏବେ କନ୍ଧମାଳ ଜିଲାର ବିଭିନ୍ନ ରାସ୍ତା କଡ଼ରେ ବିପଦ ଦେଖାଯାଇଛି। ୫୯ନଂ ଜାତୀୟ ରାଜପଥର ଗାଜଲବାଡି ଘାଟିରେ ଏକାଧିକ ସ୍ଥାନରେ ପାହାଡ଼ରୁ ମାଟି ଅତଡ଼ା ଖସିବା ସହ ଗଛ ଓ ପଥର ରାସ୍ତାକୁ ଖସି ଆସୁଥିବା ଦେଖୁବାକୁ ମିଳିଛି। ଫଳରେ ସେହି ରାଜପଥ ଦେଇ ଯାତାୟାତ କରୁଥିବା ଯାତ୍ରୀଙ୍କ ମଧ୍ୟରେ ଭୟ ଓ ଆତଙ୍କ ସୃଷ୍ଟି ହୋଇଛି।
ପ୍ରକାଶ ଯେ, ଉକ୍ତ ରାଜପଥର ଘାଟି ରାସ୍ତାକୁ କେନ୍ଦ୍ର ସରକାର ସମ୍ପ୍ରସାରଣ କରିବା ପାଇଁ ୭ ଶହ ୨୦ କୋଟି ଅନୁଦାନ ପ୍ରଦାନ କରିଛନ୍ତି। କିନ୍ତୁ ଏବେ ସୁଦ୍ଧା କାର୍ଯ୍ୟ ଆରମ୍ଭ ହୋଇ ନ ଥିବାବେଳେ ୨୦୨୮ ସୁଦ୍ଧା ଉକ୍ତ ରାଜପଥର ଘାଟି ରାସ୍ତା କାର୍ଯ୍ୟ ସମ୍ପନ୍ନ କରାଯିବାକୁ ଲକ୍ଷ୍ୟ ରଖାଯାଇଥିବା ସରକାର ଘୋଷଣା କରିଥିବା ଜଣାପଡିଛି।

ସୂଚନାଯୋଗ୍ୟ ଯେ, ୨୦୧୮ ଅକ୍ଟୋବର ୮ରେ ତିତଲି ବାତ୍ୟାରେ ଉକ୍ତ ଘାଟିରେ ଭୂସ୍ଖଳନ ହୋଇ ପ୍ରାୟ ୨ ମାସରୁ ଉର୍ଦ୍ଧ୍ୱ ସମୟ ଧରି ରାଜପଥ ଅବରୋଧ ହୋଇ ରହିଥିଲା ଉକ୍ତ ଘାଟିରେ ସେହି ସମୟରେ ଏତେ ବଡ଼ ଭୂସ୍ଖଳନ ହୋଇଥିଲେ ମଧ୍ୟ ସେହି ବିପଦ ଏବେ ମଧ୍ୟ ଟଳି ନ ଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

୨୯୧ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା TMC: ନନ୍ଦିଗ୍ରାମ ନୁହେଁ, ଏହି ଆସନରୁ ଲଢିବେ ମମତା ବାନାର୍ଜୀ

କୋଲକାତା,୧୭।୫: ତୃଣମୂଳ କଂଗ୍ରେସ ବିଧାନସଭା ନିର୍ବାଚନ ପାଇଁ ପ୍ରାର୍ଥୀଙ୍କ ପ୍ରଥମ ତାଲିକା ପ୍ରକାଶ କରିଛି। କାଳିଘାଟସ୍ଥିତ ଟିଏମସି କାର୍ଯ୍ୟାଳୟରେ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ଦଳର ସୁପ୍ରିମୋ…

ଡେଲାଙ୍ଗରେ ଭୟଙ୍କର ବୋମା ବିସ୍ଫୋରଣ: ହାତ ପାପୁଲି ଛିଣ୍ଡି…

ପିପିଲି,୧୭।୩: ପୁରୀ ଜିଲା ଡେଲାଙ୍ଗ ଥାନା ଅଧୀନ ଏକ ଜଙ୍ଗଲରେ ମଙ୍ଗଳବାର ଅଘଟଣ ଘଟିଛି। ବୋମା ଭିଡୁଥିବା ବେଳେ ବିସ୍ଫୋରଣ ଘଟି ଜଣେ ଯୁବକ ଗୁରୁତର ଆହତ…

କ୍ଷୁଦ୍ର ବ୍ୟବସାୟୀଙ୍କୁ ଥଇଥାନ କରାଯାଉ: ଜିଲାପାଳଙ୍କୁ ଦାବିପତ୍ର

ଛତ୍ରପୁର,୧୭।୩(ଦିଲ୍ଲୀପ ସାମଲ): ବ୍ରହ୍ମପୁର ନୂତନ ବସଷ୍ଟାଣ୍ଡର କ୍ଷୁଦ୍ର ବ୍ୟବସାୟୀ ମାଙ୍ଗଳିକ ସଂଘ ଥଇଥାନ ନିମନ୍ତେ ଜିଲାପାଳଙ୍କୁ ସାକ୍ଷାତ କରି ଦାବିପତ୍ର ପ୍ରଦାନ କରିଛନ୍ତି। ସୂଚନା ଥାଉକି, ଦୀର୍ଘ…

ଭାରତରେ ୨ଟା ପହଞ୍ଚିବା ପରେ ହରମୁଜରେ ଫସିଲା ୧୯ ଜାହାଜ, LPG ଜାହାଜକୁ ଘେରିଗଲେ…

ନୂଆଦିଲ୍‌ଲୀ,୧୭।୩: ଚାଲିଥିବା ବିବାଦ ମଧ୍ୟରେ, ଇରାନ ହରମୁଜରେ ଜାହାଜ ଚଳାଚଳ ରାସ୍ତା ଅବରୋଧ କରିଛି। ଆମେରିକା ସମେତ ବିଶ୍ୱର ବିଭିନ୍ନ ରାଷ୍ଟ୍ରର ଜାହାଜଗୁଡ଼ିକ ହରମୁଜରେ ଫସି ରହିଥିବା…

ରୁଷିକୂଲ୍ୟାରେ ବୁଡ ପକାଇଲେ ହଜାର ହଜାର ଭକ୍ତ: ପିତୃପୁରୁଷଙ୍କୁ ପିଣ୍ଡ ଦାନ

ପୁରୁଷୋତ୍ତମପୁର,୧୭।୩(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଅନ୍ତର୍ଗତ କିମ୍ବଦନ୍ତୀପୂର୍ଣ୍ଣ ପ୍ରତାପୁର ଗ୍ରାମ ଋଷିକୁଲ୍ୟା ନଦୀ ଉତ୍ତରବାଙ୍କ ତୁମ୍ବେଶ୍ବର ଘାଟରେ ମହାବାରୁଣୀ ସ୍ନାନ ଅବସରରେ ମଙ୍ଗଳବାର ହଜାର…

ଯୁଦ୍ଧ ଭିତରେ ଚାଇନା ପାଇଁ ବଡ଼ ଘୋଷଣା କଲା ଭାରତ, ବିଶ୍ୱରେ ଚହଳ!

ନୂଆଦିଲ୍ଲୀ,୧୭।୩: ମଧ୍ୟପ୍ରାଚ୍ୟରେ ବର୍ତ୍ତମାନ ଗୁରୁତ୍ୱପୂର୍ଣ୍ଣ ଉତ୍ତେଜନା ଜାରି ରହିଛି। ଆମେରିକା ଏବଂ ଇସ୍ରାଏଲ ଇରାନ ବିରୁଦ୍ଧରେ ନିରନ୍ତର ଆକ୍ରମଣ କରୁଛନ୍ତି, ଯେତେବେଳେ ଇରାନ ସେନା ଡ୍ରୋନ ଆକ୍ରମଣ…

ଏକୁଟିଆ ପଡ଼ିଗଲେ ଟ୍ରମ୍ପ: ସାହାଯ୍ୟ କରିବାକୁ ସିଧା ସିଧା ମନା କରିଦେଲେ ଏସବୁ ଦେଶ

ଓ୍ବାଶିଂଟନ୍‌,୧୭।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ତାଙ୍କ ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ସେ କହିଛନ୍ତି, ଇରାନ ସହିତ ଚାଲିଥିବା ସଂଘର୍ଷ ମଧ୍ୟରେ ହର୍ମୁଜ ଷ୍ଟ୍ରେଟ୍‌କୁ ସୁରକ୍ଷିତ…

ଦୁଇ ଭାଇଙ୍କ ଝଗଡ଼ାରୁ ବଳି ପଡିଲେ ଶାଶୁ, ସାନଭାଇର କାଠ ଫାଳିଆ ମାଡ଼ରେ…

ବ୍ରହ୍ମଗିରି,୧୭।୩(ସ୍ୱାଧୀନ ଚମ୍ପତିରାୟ): ପୁରୀ ଜିଲା ଆରଖକୁଦ ମେରାନି ଥାନା ଅନ୍ତର୍ଗତ ପାଣ୍ଡାପୋଖରୀ ଗ୍ରାମରେ ଲୋମଟାଙ୍କୁରା ହତ୍ୟାକାଣ୍ଡ ହୋଇଛି । ସାନ ଭାଇର ଠେଙ୍ଗା ମାଡ଼ରେ ବଡ଼ ଭାଇର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri