୫ ବର୍ଷ ପୂର୍ବେ ହୋଇଯାଇଥିଲେ ଛାଡ଼ପତ୍ର: ହେଲେ ସ୍ବାମୀଙ୍କ ହୋଇଛି ହୃଦଘାତ, ତା’ପରେ…

ଗାଜିଆବାଦ,୧।୧୨: କୁହାଯାଏ ସ୍ବାମୀ-ସ୍ତ୍ରୀ ଗୋଟିଏ ମୁଦ୍ରାର ଦୁଇ ପାର୍ଶ୍ୱ ପରି। ଦୁଇ ଜଣଙ୍କ ଭିତରେ କେବେକେବେ ବୁଝାମଣା ବାଟବଣା ହେଲେ ବି ସମୟ ଆସିଲେ ପରସ୍ପର ପରସ୍ପର ପାଇଁ ସାହାରା ପାଲଟନ୍ତି। ଏହାର ଜ୍ୱଳନ୍ତ ଉଦାହରଣ ଦେଖିବାକୁ ମିଳିଛି ଉତ୍ତରପ୍ରଦେଶର ଗାଜିଆବାଦରେ। ଜିଲାର ଅଧିବାସୀ ସ୍ବାମୀ-ସ୍ତ୍ରୀ ୫ବର୍ଷ ପୁର୍ବେ କୋର୍ଟରେ କେସ୍‌ ଲଢି ପରସ୍ପର ଅଲଗା ହୋଇଯାଇଥିଲେ। ହେଲେ ନିକଟରେ ଯେବେ ସ୍ବାମୀଙ୍କ ଉପରେ ବିପଦ ଆସିଲା ସ୍ତ୍ରୀ ଛାଇ ଭଳି ଆସି ସାହାରା ହେଲେ।

ପ୍ରୟାଗରାଜର ବିନୟ ଜଏସଓ୍ବାଲ ସ୍ତ୍ରୀ ପୂଜା ଚୌଧୁରୀଙ୍କର ୨୦୧୨ରେ ବିବାହ ହୋଇଥିଲା। ବର୍ଷକ ମଧ୍ୟରେ ଦୁହିଁଙ୍କ ଭିତରେ ମତଭେଦ ଯୋଗୁ ୨୦୧୮ରେ ଛାଡପତ୍ର ହୋଇଥିଲା। ଛାଡପତ୍ର ମାମଲା ନେଇ ୩ଟି କୋର୍ଟରେ ଫଇସଲା ହୋଇଥିଲା। ପ୍ରଥମେ ଗାଜିଆବାଦ କୋର୍ଟ, ହାଇକୋର୍ଟ ପରେ ସୁପ୍ରିମକୋର୍ଟ ପର୍ଯ୍ୟନ୍ତ କଥା ଯାଇଥିଲା। ୫ବର୍ଷର ଲମ୍ବା ଲଢେଇ ପରେ ଦୁହେଁ ଅଲଗା ହୋଇଯାଇଥିଲେ।

ଯେତେବେଳେ ବିନୟଙ୍କ ହୃଦଘାତ ଆସିଲା ହାର୍ଟ ସର୍ଜରୀ ହୋଇଥିଲା, ପୂଜା ଏହି ଖବର ଶୁଣି ସ୍ବାମୀଙ୍କ ପାଖକୁ ଚାଲି ଆସିଥିଲେ। ସେ ସିଧା ହସ୍ପିଟାଲରେ ପହଞ୍ଚିବା ସହ ବିନୟଙ୍କ ସେବା ଶ୍ରୁଶଷା କରିଥିଲେ। ଏହାରି ଭତରେ ଦୁହିଁଙ୍କ ଭିତରେ ମଳିନ ପଡିଯାଇଥିବା ପ୍ରେମ ପୁଣି ଚହଟି ଉଠିଲା। ସବୁ ପ୍ରକାର ମତଭେଦ ଭୁଲି ଦୁହେଁ ନଭେମ୍ବର ୨୩ରେ ପରିବାର ଉପସ୍ଥିତିରେ ଗାଜିଆବାଦର ଏକ ଆର୍ଯ୍ୟ ମନ୍ଦିରରେ ବିବାହ କରିଛନ୍ତି। ତାଙ୍କ ବିବାହ ଫଟୋକୁ ବିନୟ ସୋସିଆଲ ମିଡିଆରେ ଶେୟାର କରିଛନ୍ତି। ଫଟୋରେ ଦୁହେଁ ଖୁବ୍‌ ଖୁସି ଲାଗୁଛନ୍ତି। ଫଟୋଟି ଏବେ ଖୁବ୍‌ ଭାଇରାଲ ହେବାରେ ଲାଗିଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?