Posted inଜାତୀୟ

ମୁଖତାର ଅଂସାରିଙ୍କୁ ଗ୍ୟାଙ୍ଗଷ୍ଟର ଆକ୍ଟ ମାମଲାରେ ୧୦ ବର୍ଷ ଜେଲ

ଗାଜିପୁର,୧୫ ।୧୨; ମଉର ପୂର୍ବତନ ବିଧାୟକ ଓ ମାଫିଆ ମୁଖତାର ଅଂସାରିଙ୍କୁ ଗୁରୁବାର କୋର୍ଟ ୧୦ ବର୍ଷ ଜେଲ ଦଣ୍ଡରେ ଦଣ୍ଡିତ କରିଛନ୍ତି । ପୁର୍ବତନ ବିଧାୟକଙ୍କୁ ଏହି ସଜା ଗାଜିପୁରର ଏମପି-ଏମଏଲଏ କୋର୍ଟ ଶୁଣାଇଛନ୍ତି । କୋର୍ଟରେ ଗୁରୁବାର ଗ୍ୟାଙ୍ଗଷ୍ଟର ଆକ୍ଟରେ ମୁଖତାର ଅଂସାରି ଓ ଭିମ ସିଂଙ୍କୁ ଦୋଷୀ ସାବ୍ୟସ୍ତ କରିବା ପରେ ସଜା ଶୁଣାଇଛନ୍ତି ।ଏଥିରେ ତାଙ୍କୁ ୧୦ ବର୍ଷ ଜେଲ ସହ ୫ ଲକ୍ଷ ଟଙ୍କାର ଜରିମାନା କରାଯାଇଛି ।
ପୂର୍ବାଞ୍ଚଳର ମାଫିଆ ବିଧାୟକ ମୁଖତାର ଅଂସାରିଙ୍କ ବିରୋଧରେ ୧୯୯୬ରେ ଗ୍ୟାଙ୍ଗଷ୍ଟର ମାମଲାରେ ଗୁରୁବାର କୋର୍ଟ ସଜା ଶୁଣାଇଛନ୍ତି । ଗାଜିପୁରର ସ୍ପେଶାଲ ଏମପି ଏମଏଲଏ କୋର୍ଟ ଦିନ ପ୍ରାୟ ୨ଟା ୩୦ରେ ରାୟ ଶୁଣାଇଥିଲେ । ରାୟ ଶୁଣାଣି ସମୟରେ କୋର୍ଟରେ ମୁଖତାର ଅଂସାରି ଉପସ୍ଥିତ ନ ଥିଲେ । ମୁଖତାର ଅଂସାରି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) କଷ୍ଟଡିରେ ଥିବା ସହ ସୁରକ୍ଷା ଦୃଷ୍ଟିରୁ ତାଙ୍କୁ ଗାଜିପୁର କୋର୍ଟକୁ ପଠାଯାଇ ନ ଥିଲା । ସେଥିପାଇଁ ପ୍ରୟାଗରାଜରେ ଥିବା ଇଡି କାର୍ଯ୍ୟାଳୟରେ ଭିଡିଓ କନଫରେନ୍ସିଂର ବ୍ୟବସ୍ଥା କରାଯାଇଥିଲା ।
ସୂଚନାଯୋଗ୍ୟ, ୧୯୯୬ରେ ମୁଖତାର ଅଂସାରଙ୍କ ବିରୋଧରେ ଏହି ଗ୍ୟାଙ୍ଗଷ୍ଟର ମାମଲା ଦାୟର କରାଯାଇଥିଲା । ୫ଟି ମାମଲା ଆଧାରରେ ମୁଖତାରଙ୍କ ବିରୋଧରେ ଗ୍ୟାଙ୍ଗଷ୍ଟର ଆକ୍ଟରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଥିଲା । କଂଗ୍ରେସ ନେତା ଅଜୟ ରାୟଙ୍କ ବଡ ଭାଇ ଅବଧେଶ ରାୟଙ୍କ ହତ୍ୟା ମାମଲା ଓ ଆଡିସନାଲ ଏସପିଙ୍କ ଉପରେ ହୋଇଥିବା ମରଣାନ୍ତକ ଆକ୍ରମଣ ଉକ୍ତ ୫ ମାମଲା ମଧ୍ୟରୁ ଅନ୍ୟତମ ।
ଅନ୍ୟପଟେ ମୁଖତାର ଅଂସାରି ଇଡି ଅଧିକାରୀଙ୍କୁ ମାମଲାର ଶୁଣାଣି ନ ହେବା ପର୍ଯ୍ୟନ୍ତ ତାଙ୍କୁ ପଚରା ଉଚରା କରନ୍ତୁ ନାହିଁ ବୋଲି ଅନୁରୋଧ କରିଥିଲେ । ବିଶେଷ ସୂତ୍ରରୁ ମିଳିଥିବା ଖବର ଅନୁଯାୟୀ, ଇଡିର ଅଧିକାରୀମାନେ ମୁଖତାରଙ୍କ ଏହି କଥାକୁ ଗ୍ରହଣ କରିଥିଲେ । ତେଣୁ ଗୁରୁବାର ତାଙ୍କୁ ପଚରା ଉଚରା କରାଯାଇ ନାହିଁ ।


Enter your email to get our daily news in your inbox.

All Right Reserved By Dharitri.Com

ତରଳୁଛି ହିମବାହ, ବିଶ୍ୱକୁ ବିପଦ

ଲଣ୍ଡନ୍‌/ ନୂଆଦିଲ୍ଲୀ,୧୬ା୨(ଏଜେନ୍ସି): ସାରା ବିଶ୍ୱରେ ପ୍ରାୟ ୩,୧୦୦ ହିମବାହ ଦ୍ରୁତଗତିରେ ତରଳୁଛି, ଯାହାକି ଅତ୍ୟନ୍ତ ବିରଳ ଘଟଣା। ବିଶ୍ୱରେ ଥିବା ମୋଟ ହିମବାହର ଏହା ମାତ୍ର ୧%…

‘ଭାରତ ରୁଷରୁ ତେଲ କିଣିବ ନାହିଁ’, ଆମେରିକା ଦାବିର କଡ଼ା ଜବାବ ଦେଲେ ଏସ ଜୟଶଙ୍କର

କଲମ୍ବୋ,୧୫।୨: ରୁଷିଆରୁ ତେଲ ଆମଦାନୀକୁ ନେଇ ଆମେରିକା ଏବଂ ଭାରତ ମଧ୍ୟରେ ପୁଣି ଥରେ କୂଟନୈତିକ ବାକ୍‌ଯୁଦ୍ଧ ଦେଖିବାକୁ ମିଳିଛି। ଜର୍ମାନୀରେ ଅନୁଷ୍ଠିତ ମ୍ୟୁନିକ୍ ସୁରକ୍ଷା ସମ୍ମିଳନୀରେ…

ଅପହରଣର ୬୫ ବର୍ଷ ପରେ ଘରକୁ ଫେରିଲେ ବୃଦ୍ଧା; ବର୍ତ୍ତମାନର ବୟସ ୮୦, କାହାଣୀ ଜାଣିଲେ…

ଲକ୍ଷ୍ନୌ,୧୫।୨: ଉତ୍ତର ପ୍ରଦେଶର ହରଦୋଇ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯେତେବେଳେ ଜଣେ ୮୦ ବର୍ଷୀୟ ବୃଦ୍ଧା ତାଙ୍କ ପିତାମାତାଙ୍କ ଘରକୁ ଫେରିଲେ, ସେତେବେଳେ…

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ପାକିସ୍ତାନ ଅଧିନାୟକଙ୍କ ମାଷ୍ଟରଷ୍ଟ୍ରୋକ୍‌ରେ ଫସିଲା ଭାରତ: ଖାତା ଖୋଲିବା ପୂର୍ବରୁ ଅଭିଷେକ ଆଉଟ୍

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତକୁ ଝଟକା ଦେବାରେ ସଫଳ ହୋଇଛି ପାକିସ୍ତାନ । ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଘାଙ୍କ ଏକ ଚତୁର ରଣନୀତି…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ଏପ୍ରିଲରୁ ଲାଗୁ ହୋଇପାରେ ଭାରତ-ୟୁକେ ଚୁକ୍ତି, କଣ ଶସ୍ତା କଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୨: ଭାରତ ଏବଂ ୟୁକେ ମଧ୍ୟରେ ଜୁଲାଇ ୨୦୨୫ ରେ ସ୍ୱାକ୍ଷରିତ ହୋଇଥିବା ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଏପ୍ରିଲ ୨୦୨୬ ରେ କାର୍ଯ୍ୟକାରୀ ହେବା ନେଇ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri