Posted inଜାତୀୟ

ପରୀକ୍ଷା ଦେଇପାରିଲେନି ଯୁବକ, ରାଜରାସ୍ତାରେ ଉଲଗ୍ନ ହୋଇ ବୁଲିଲେ, ଜାଣନ୍ତୁ ସମ୍ପୂର୍ଣ୍ଣ ଘଟଣା

ଲକ୍ଷ୍ନୌ,୧୨।୨: ଉତ୍ତରପ୍ରଦେଶରୁ ଏକ ଆଶ୍ଚର୍ଯ୍ୟଜନକ ମାମଲା ସାମ୍ନାକୁ ଆସିଛି। ଜଣେ ଯୁବକ ରାଜରାସ୍ତାରେ ବିନା ପୋଷାକରେ ଦୌଡୁଥିବାର ଦେଖାଯାଇଛି। କେବଳ ଏତିକି ନୁହେଁ ସେ ଅନେକ କିଲୋମିଟର ଉଲଗ୍ନ ହୋଇ ପୋଲିସ ଷ୍ଟେଶନରେ ପହଞ୍ଚିଛନ୍ତି।

ରାଜ୍ୟର ଗାଜୀପୁର ଜିଲାର ଜଣେ ଯୁବକ ଠିକ୍‌ ସମୟରେ ପରୀକ୍ଷା କେନ୍ଦ୍ରରେ ପହଞ୍ଚି ପାରି ନ ଥିଲେ, ଯାହା ଫଳରେ ସେ ରାଗିଯାଇ ରାଜରାସ୍ତାରେ ଉଲଗ୍ନ ହୋଇଥିଲେ। କେବଳ ଏତିକି ନୁହେଁ ଯୁବକ ଜଣଙ୍କ ମଧ୍ୟ କିଛି ତୀକ୍ଷ୍ଣ ବସ୍ତୁରେ ନିଜକୁ ଆଘାତ କରିଥିଲେ। ତାଙ୍କ ହାତରେ ମୋବାଇଲ ଫୋନ, ପାଦରେ ଜୋତା ଏବଂ ଦେହରେ ଗୋଟିଏ ବି ପୋଷାକ ନ ଥିଲା।

ସେ ଉଲଗ୍ନ ଅବସ୍ଥାରେ ପୋଲିସ ଷ୍ଟେସନରେ ପହଞ୍ଚିବା ପରେ ସମସ୍ତେ ତାଙ୍କୁ ଦେଖି ଆଶ୍ଚର୍ଯ୍ୟ ହୋଇଯାଇଥିଲେ। ତେବେ ପୋଲିସ ତାଙ୍କୁ ସୈଦପୁର ପୋଲିସ ଷ୍ଟେଶନ ବାହାରେ ଅଟକାଇ ତାଙ୍କୁ ବୁଝାଇବାକୁ ଚେଷ୍ଟା କରିଥିଲା। ଯେଉଁଥିରେ ଯୁବକ ଜଣଙ୍କ ସମାନ ଅବସ୍ଥାରେ ତାଙ୍କ ଘରକୁ ଯାଇଥିଲେ। ଏହି ସମୟରେ ଅନେକ ଲୋକ ତାଙ୍କୁ ମନାଇବା ପାଇଁ ଚେଷ୍ଟା କରିଥିଲେ କିନ୍ତୁ ସେ କିଛି ଶୁଣିବାକୁ ପ୍ରସ୍ତୁତ ନ ଥିଲେ ।

ସୂଚନାନୁସାରେ, ଗାଜିପୁର ଖାନପୁର ଥାନା ଅଞ୍ଚଳରେ ଗୋପାଳପୁର ଗ୍ରାମର ବାସିନ୍ଦା ସୁରଜ ଯାଦବ ରବିବାର ସକାଳେ ଏକ ଘରୋଇ ବସ୍‌ ଯୋଗେ ସମୀକ୍ଷା ଅଧିକାରୀ (ଆରଓ ପରୀକ୍ଷା) ପରୀକ୍ଷା ଦେବା ପାଇଁ ଯାଉଥିଲେ। ବସ୍‌ ଅଧାବାଟରେ ଅଟକିବା ପରେ ସୁରଜ ଶୌଚ ପାଇଁ ଓହ୍ଲାଇ ଥିଲେ। ଶୌଚ ହୋଇ ଫେରିବା ପରେ ତାଙ୍କ ବସ୍‌ ଚାଲି ଯାଇଥିବା ସେ ଜାଣିବାକୁ ପାଇଥିଲେ। ଉକ୍ତ ବସ୍‌ରେ ତାଙ୍କର ପରୀକ୍ଷା ଆଡମିଟ କାର୍ଡ ରହି ଯାଇଥିଲା। ଏସବୁ ଘଟଣା ପରେ ସୁରଜ ଠିକ୍‌ ସମୟରେ ପରୀକ୍ଷା କେନ୍ଦ୍ରରେ ପହଞ୍ଚି ପାରି ନ ଥିବାରୁ ରାଗରେ ବିବସ୍ତ୍ର ହୋଇ ରାସ୍ତାରେ ଦୌଡିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

‘ଜ୍ଞାନେଶ କୁମାର କିପରି ଇସ୍ତଫା ଦେବେ ନାହିଁ?’ CWC ବୈଠକରେ କିଏ କହିଲେ ଏମିତି, ଜାଣନ୍ତୁ…

ନୂଆଦିଲ୍ଲୀ,୨୯।୯: ମଙ୍ଗଳବାର ନୂଆଦିଲ୍ଲୀରେ କଂଗ୍ରେସ କାର୍ଯ୍ୟକାରୀ କମିଟି (CWC)ର ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ଏହି ବୈଠକରେ ଭୋଟର ତାଲିକାର ‘ସ୍ବତନ୍ତ୍ର ଘନିଷ୍ଠ ସଂଶୋଧନ’ (SIR), ନିର୍ବାଚନ…

ନିଜ କଥା ରଖିପାରିଲେନି ଶୋଏବ ଅଖତର! ପାକିସ୍ତାନ କ୍ରିକେଟରେ ନୂଆ ଭୂମିକାରେ ଆସିପାରନ୍ତି ନଜର

ଇସଲାମାବାଦ,୨୯।୯: ଶୋଏବ ଅଖତର ଅନେକ ବର୍ଷ ପରେ ପାକିସ୍ତାନ କ୍ରିକେଟକୁ ଫେରିପାରନ୍ତି। ଗତ ସପ୍ତାହରେ, ଏହି ପୂର୍ବତନ ଦ୍ରୁତ ବୋଲର ପାକିସ୍ତାନ କ୍ରିକେଟ ବୋର୍ଡ (PCB)ର ଅଧ୍ୟକ୍ଷ…

ମୃତକଙ୍କ ପରିବାର ଲୋକଙ୍କୁ ଭେଟିଲେ ଗଣ୍ଡ ସମାଜ ପ୍ରତିନିଧି ଦଳ, ବଢ଼ାଇଲେ ସହାୟତାରେ ହାତ

ତୁମୁଡିବନ୍ଧ,୨୯।୯:(ଦୀପକ କୁମାର ପରାସେଠ): ରାଜ୍ୟସ୍ତରୀୟ ଗଣ୍ଡ ସମାଜର ଏକ ପ୍ରତିନିଧି ଦଳ କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ଲଙ୍କାଗଡ଼ ପଞ୍ଚୟତ ଗସ୍ତକରି ଏକ ମର୍ମନ୍ତୁଦ ଦୁର୍ଘଟଣାରେ ପ୍ରାଣ…

ଐଶ୍ୱର୍ଯ୍ୟାଙ୍କ ରୟାଲ ଲୁକ୍‌ ଦେଖି ଅଟକିଗଲା ସମସ୍ତଙ୍କ ନଜର

ବଲିଉଡ ଅଭିନେତ୍ରୀ ଐଶ୍ୱର୍ଯ୍ୟା ରାୟ ବଚ୍ଚନ ପୁଣିଥରେ ନିଜ ଗ୍ଲାମରସ ଲୁକ୍‌କୁ ନେଇ ଚର୍ଚ୍ଚାରେ ଅଛନ୍ତି। ଆଇଫେଲ ଟାୱାର୍‌ର ଚମତ୍କାର ପୃଷ୍ଠଭୂମିରେ ଆୟୋଜିତ ‘ଲୋରିଆଲ ପ୍ୟାରିସ ଲେ…

ଖେଳିବାକୁ ଆସି ପୋଖରୀରେ ବୁଡ଼ି ଚାଲିଗଲା ଦଶମ ଶ୍ରେଣୀ ଛାତ୍ରଙ୍କ ଜୀବନ, ଖେଳ ଶିକ୍ଷକ ନିଲମ୍ବିତ

ଖୋର୍ଦ୍ଧା,୨୯।୯(ପ୍ରଭାତ ପାଣିଗ୍ରାହୀ): ଖେଳିବାକୁ ଆସି ପୋଖରୀରେ ବୁଡ଼ି ଚାଲିଗଲା ଦଶମ ଶ୍ରେଣୀ ଛାତ୍ରଙ୍କ ଜୀବନ । ଖୋର୍ଦ୍ଧା ଜିଲା ନରଣଗଡ଼ସ୍ଥିତ ଚିନ୍ତାମଣି ବିଦ୍ୟା ନିକେତନ ନିକଟରେ ଘଟିଛି…

ବନ୍ଦ ହେଲା ହୀରାକୁଦର ୬ ଗେଟ୍‌, ଏତିକି ଗେଟ୍‌ ଦେଇ ନିଷ୍କାସନ ହେଉଛି ବନ୍ୟାଜଳ

ସମ୍ବଲପୁର,୨୯।୯(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ ହ୍ରାସ ପାଇବା ପରେ ମଙ୍ଗଳବାର ୪ଟି ଗେଟ୍‌ ବନ୍ଦ କରି ଦିଆଯାଇଛି। ଫଳରେ ହୀରାକୁଦ ଜଳଭଣ୍ଡାରର ବାମ…

ସଭା କଲେ ନାଁ ନେଲେନି

ଭୁବନେଶ୍ୱର, ୨୯।୯(ସୁନିତ୍‌ ମିଶ୍ର): ଏମ୍‌ଏମ୍‌ଡିଆର୍‌ ସଂଶୋଧନ ବିଲ୍‌ ଏକ ସାଧାରଣ କଥା ନୁହେଁ। ରାଜ୍ୟର ଅଧିକାର ସହିତ ଏହି ବିଲ୍‌ ଜଡ଼ିତ। ଓଡ଼ିଶାର ଖଣି, ଜମି ଉପରେ…

ଗୋବିନ୍ଦା-କୋମଲ ରାଣୀଙ୍କ ସମ୍ପର୍କକୁ ନେଇ ଚର୍ଚ୍ଚା; ପୁଣି ମୁହଁ ଖୋଲିଲେ ସୁନିତା, କହିଲେ ସେ ଖୁସିରେ…

ମୁମ୍ବାଇ,୨୯।୯: ବଲିଉଡ୍‌ ଅଭିନେତା ଗୋବିନ୍ଦା ଏବଂ ତାଙ୍କ ପତ୍ନୀ ସୁନିତା ଆହୁଜାଙ୍କ ବିବାହିତ ଜୀବନକୁ ନେଇ କିଛି ସମୟ ଧରି ବିଭିନ୍ନ ଚର୍ଚ୍ଚା ହେଉଛି। ଏହାରି ମଧ୍ୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?