ଘେଁସ୍ କଲେଜର ନାମ ବଦଳିଲା: ସ୍ୱାଧୀନତା ସଂଗ୍ରାମୀ ଶହୀଦ ମାଧୋ ସିଂହଙ୍କ ନାମରେ ହେଲା ନାମିତ

ବରଗଡ଼, ୭।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ସୋହେଲା ବ୍ଲକ ଅନ୍ତର୍ଗତ ଘେଁସ୍ ସ୍ଥିତ ‘ଘେଁସ୍ କଲେଜ’ର ନାମ ସୋମବାରଠାରୁ ଆନୁଷ୍ଠାନିକ ଭାବେ ବଦଳିଛି। ଏହି ଅଞ୍ଚଳର ମହାନ ସ୍ୱାଧୀନତା ସଂଗ୍ରାମୀଙ୍କ ସ୍ମୃତିରେ ଏଣିକି ଏହାକୁ ‘ଶହୀଦ ମାଧୋ ସିଂହ କଲେଜ’ ନାମରେ ନାମିତ କରାଯାଇଛି। ସମ୍ବଲପୁର ଆଞ୍ଚଳିକ ଶିକ୍ଷା ନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟର ପତ୍ର ସଂଖ୍ୟା- ୧୬୫୯, ତାଙ୍ଗ-୦୬/୦୭/୨୦୨୬ ଅନୁଯାୟୀ ଏହି ନାମ ପରିବର୍ତ୍ତନ କରାଯାଇଥିବା ଜଣାପଡ଼ିଛି।

ଉଲ୍ଲେଖନୀୟ ଯେ, ବିପ୍ଳବୀ ଶହୀଦ୍ ମାଧୋ ସିଂହ ଘେଁସ୍ ମାଟିର ବୀର ସନ୍ତାନ ଥିଲେ। ଦେଶର ସ୍ୱାଧୀନତା ସଂଗ୍ରାମରେ ତାଙ୍କର ଏବଂ ତାଙ୍କ ସମ୍ପୂର୍ଣ୍ଣ ପରିବାରର ତ୍ୟାଗ ଓ ବଳିଦାନ ଅତୁଳନୀୟ ଥିଲା। ଏହି ମହାନ ବୀରଙ୍କ ସ୍ମୃତି ଓ ଗୌରବକୁ ବଜାୟ ରଖିବା ପାଇଁ ଦୀର୍ଘ ଦିନରୁ ଦାବି ହୋଇ ଆସୁଥିଲା। ପ୍ରଶାସନର ଏହି ନିଷ୍ପତ୍ତି କ୍ରମେ କଲେଜଟି ଶହୀଦ ମାଧୋ ସିଂହଙ୍କ ନାମରେ ନାମିତ ହେବା ପରେ ସ୍ଥାନୀୟ ଅଞ୍ଚଳବାସୀ, ବୁଦ୍ଧିଜୀବୀ ଓ ଛାତ୍ରଛାତ୍ରୀଙ୍କ ମଧ୍ୟରେ ଆନନ୍ଦର ଲହରୀ ଖେଳିଯାଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଏକ ମାଈ ହାତୀର ମୃତଦେହ ଠାବ: ବଚ୍ଛେଦ ରିପୋର୍ଟ ଆସିବା ପରେ ହିଁ….

ରିଆମାଳ, ୨୨/୮ (ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ବନାଞ୍ଚଳ କୁଣ୍ଢେଇଗୋଳା ସେକ୍ସନ ଅନ୍ତର୍ଗତ ଚେଢ଼ଇମରା ଗ୍ରାମ ପଞ୍ଚାୟତର ଝରାବେରେଣୀ ଗ୍ରାମ ନିକଟସ୍ଥ ସଂରକ୍ଷିତ ଜଙ୍ଗଲରୁ ବନ…

ଜୁଆ ଆଡ୍ଡାରେ ଚଢାଉ: ପୋଲିସ କର୍ମଚାରୀଙ୍କୁ ହତ୍ୟା ଉଦ୍ୟମ କରି ଗଲେ ଜେଲ୍

ଦିଗପହଣ୍ଡି,୨୨|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଡ଼ଭାର ଗ୍ରାମ ମା ‘ କାଳୀ ମନ୍ଦିର ନିକଟ ଆମ୍ବ ତୋଟାରେ ଚାଲିଥିବା ଜୁଆଆଡ୍ଡାରେ ପୋଲିସ ଟିମ୍…

ପୁଣି ଲଘୁଚାପ ସମ୍ଭାବନା: ୨୪ ଘଣ୍ଟାରେ ସ୍ପଷ୍ଟ ହେବ ଚିତ୍ର

ଭୁବନେଶ୍ୱର, ୨୨।୮: ଉତ୍ତର ବଙ୍ଗୋପସାଗର ଉପରେ ପୁଣି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ଦେଖାଦେଇଛି। ଉତ୍ତର ବଙ୍ଗୋପସାଗର ସଂଲଗ୍ନ ପଶ୍ଚିମବଙ୍ଗ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ…

ମୃତ୍ୟୁପରେ ରୋଗୀଙ୍କୁ ରେଫର କଲେ ଡାକ୍ତର: ତ୍ରୁଟିପୂର୍ଣ୍ଣ ଚିକିତ୍ସା ଅଭିଯୋଗ

ତିହିଡି଼,୨୨।୮(ସଞ୍ଜିତ ବଳ):ଭଦ୍ରକ ଜିଲା ତିହିଡି଼ ଥାନା ଭାଟପ ପଞ୍ଚାୟତ ଅଧୀନ ବଉଳପାଳ ଗ୍ରାମର ମାୟାଧର ତ୍ରିପାଠୀ (୬୫)ନାମକ ଜଣେ ବୃଦ୍ଧଙ୍କ ତ୍ରୁଟିପୂର୍ଣ୍ଣ ଚିକିତ୍ସା ପାଇଁ ମୃତ୍ୟୁ ଘଟିଥିବା…

କୁଲାଙ୍ଗି ଗାଁରେ ବୃଦ୍ଧଙ୍କୁ ହତ୍ୟା: ପିଟିପିଟି ମାରିଦେଲେ…

ବେଲଗୁଣ୍ଠା, ୨୨।୮: ଗଞ୍ଜାମ ଜିଲା ଗାଙ୍ଗପୁର ଥାନା ଅନ୍ତର୍ଗତ କୁଲାଙ୍ଗି ଗାଁରେ ଜଣେ ବୃଦ୍ଧଙ୍କୁ ପିଟିପିଟି ହତ୍ୟା କରାଯାଇଥିବା ନେଇ ଅଭିଯୋଗ ହୋଇଛି। ଗ୍ରାମର ଅଙ୍ଗନଓ୍ୱାଡି କେନ୍ଦ୍ର…

ସ୍କୁଲ ନା ଗୋଦାମ ଘର, ନିଜ ଖର୍ଚ୍ଚରେ ଜେନେରେଟର ଚଳାଉଛନ୍ତି ଶିକ୍ଷକ: ଶ୍ରେଣୀକୋଠରି ଅଭାବରୁ ୧୮୩ ଛାତ୍ରୀଛାତ୍ର

ଜମନକିରା, ୨୨।୮ (ରବିନ୍ଦ୍ର ପ୍ରସାଦ ଦାନୀ): ରାଜ୍ୟ ସରକାର ଶିକ୍ଷା ବ୍ୟବସ୍ଥାର ଉନ୍ନତିକରଣ ତଥା ବିଦ୍ୟାଳୟ ରୂପାନ୍ତରଣ ପାଇଁ କୋଟି କୋଟି ଟଙ୍କା ବ୍ୟୟ କରୁଥିବା ବେଳେ…

ସାପକାମୁଡ଼ାରେ ଗଲା କକା-ପୁତୁରାଙ୍କ ଜୀବନ: ଶ୍ରମିକ ଗୁରୁତର

ଖଡ଼ିଆଳ, ୨୨।୮ (ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ସିନାପାଲି ଥାନା ଅଞ୍ଚଳରେ ସାପକାମୁଡ଼ାରେ କକା-ପୁତୁରାଙ୍କ ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଜଣେ ଶ୍ରମିକ ଗୁରୁତର ହୋଇଥିବା…

ମହଙ୍ଗା ପଡ଼ିବ ସରକାରୀ ଜମି ଜବରଦଖଲ: ପୁଣି କବ୍‌ଜା କଲା ବିଡିଏ

ଭୁବନେଶ୍ୱର,୨୨ା୮(ରବିନାରାୟଣ ଜେନା):ଶଙ୍କରପୁର ମୌଜାରେ ସରକାରୀ ଜମି ଜବରଦଖଲ କରିବା ଏବଂ ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ(ବିଡିଏ)ର ପାଚେରି ଭାଙ୍ଗିବା ଜଣେ ଜବରଦଖଲକାରୀଙ୍କ ପାଇଁ ମହଙ୍ଗା ସାବ୍ୟସ୍ତ ହେବ। ଏନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri