ଘୋଡାହାଡ ଡ଼୍ୟାମ କର୍ତ୍ତୃପକ୍ଷଙ୍କ ପକ୍ଷରୁ ନଦୀ ତଟବର୍ତ୍ତିି ଗ୍ରାମରେ ସତର୍କ ସୂଚନା ଜାରି

ଦିଗପହଣ୍ଡି,୨୨।୧୦(ଅଶେଷ ନାଥ ମିଶ୍ର) ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଘନୀଭୂତ ହୋଇଛି। ଏହାର ପ୍ରଭାବରେ ଶୁକ୍ରବାରଠାରୁ ଆସନ୍ତା ୩୦ ତାରିଖ ଯାଏ ପ୍ରବଳ ବର୍ଷା ହେବା ନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ଅନୁମାନ କରାଯାଇଛି। ଲଘୁଚାପ ଜନିତ ବର୍ଷାକୁ ଦୃଷ୍ଟିରେ ରଖି ଜଳସମ୍ପଦ ବିଭାଗ ଅଧିନ ଦିଗପହଣ୍ଡିସ୍ଥିତ ଘୋଡାହାଡ ଜଳସେଚନ ଉପ ବିଭାଜନ ସହକାରୀ ନିର୍ବାହୀ ଯନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଯେକୌଣସି ମୁହୂର୍ତ୍ତରେ ଘୋଡାହାଡ ଡ଼୍ୟାମରୁ ସ୍ପିଲ ୱେ ମୁଖ୍ୟ ଫାଟକ ଦେଇ ଘୋଡ଼ାହାଡ଼ ନଦୀ ମଧ୍ୟକୁ ପାଣି ଛଡ଼ା ଯାଇପାରେ ବୋଲି ନଦୀ ତଟବର୍ତ୍ତୀ ଗ୍ରାମବାସୀଙ୍କୁ ବୁଧବାର ସତର୍କସୂଚନା ଜାରି କରାଯାଇଛି। ଡ଼୍ୟାମର ଜଳଧାରଣ କ୍ଷମତା ୧୧୭.୮୦ ମିଟର ରହିଥିବା ବେଳେ ବର୍ତ୍ତମାନ ଜଳଭଣ୍ଡାରରେ ୮୯ ଭାଗ ଅର୍ଥାତ ୧୧୬.୭୧ ମିଟର ପାଣି ଗଚ୍ଛିତ ରହିଥିବା ଜଳସମ୍ପଦ ବିଭାଗ ଉପ ନିର୍ବାହୀ ଯନ୍ତ୍ରୀ ଇଂ. ନିରଞ୍ଜନ ସାହୁ ଜଣାଇଛନ୍ତି। ଏହି ପରିପ୍ରେକ୍ଷୀରେ ବର୍ଷା ପ୍ରଭାବରୁ ଆଗାମୀ ଶୁକ୍ରବାର ଠାରୁ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଅଛି । ତେଣୁ ଡ଼୍ୟାମର ସୁରକ୍ଷା ଦୃଷ୍ଟିରୁ ନଦୀ ମଧ୍ୟକୁ ପାଣି ଛଡ଼ାଯିବ। ପାଣି ରେ ଡ଼୍ୟାମ ଭିତରୁ କୁମ୍ଭୀର ମଧ୍ୟ ଚାଲି ଯାଇପାରେ ବୋଲି ଆଶଙ୍କା ରହିଛି। ତେଣୁ ନଦୀ ତଟବର୍ତ୍ତି ଗୋଲଣ୍ଡା,ମଧୁବନ, ସେବକ ଟିକରପଡ଼ା,କଇଠଖଣ୍ଡି, ବୁରିପଦର, ପେଣ୍ଠା, ତଲାସିଙ୍ଗି,ଗୁମା, ପନାଡ,ଜକମେରି ପଲ୍ଲୀ, ଜଲମେରି ପଲ୍ଲୀ, ଧେରେଣ୍ଡୀ, ମଳାଭଞ୍ଜା ,ଆମ୍ବ ଗାଁ, ତିଳେଶ୍ୱର,ମହାନଳା, ପଳାଶପୁର,ନୂଆଗଡ, ଖୁଲଡି, ଜଲମରା, ଭୁଇପଲ୍ଲୀ, ପାଟପୁର, ଗ୍ରାମବାସୀ ମାନେ ନଦୀ ମଧ୍ୟକୁ ନଯିବା ସହ ଗୃହପାଳିତ ପ୍ରାଣୀ ମାନଙ୍କୁ ନ ଛାଡ଼ିବା ପାଇଁ ଅନୁରୋଧ କରାଯାଇଥିବା ବେଳେ ଏନେଇ କାର୍ଯ୍ୟାଳୟ ପତ୍ର ସଂଖ୍ୟା – ୨୨୦ ଅନୁଯାୟୀ ବିଭିନ୍ନ ସରକାରୀ କାର୍ଯ୍ୟାଳୟ , ନିକଟସ୍ଥ ଥାନା ଓ ଦମକଳ କେନ୍ଦ୍ର ଗୁଡ଼ିକୁ ସୂଚନା ଦିଆଯାଇଥିବା ଜଣାପଡିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଋଷିମାଳରେ କନ୍ଧମାଳ ଜିଲାପାଳ: ବ୍ରାହ୍ମଣୀଗାଁର ବିଭିନ୍ନ ଉନ୍ନୟନ କାର୍ଯ୍ୟ ଦେଖିଲେ

ଦାରିଙ୍ଗବାଡି,୩୦।୧(ଅରୁଣ ସାହୁ): କନ୍ଧମାଳ ଜିଲାପାଳ ବେଦ ଭୂଷଣ ଶୁକ୍ରବାର ଅପରାହ୍ନରେ ହଟାତ ଦାରିଙ୍ଗବାଡି ଗସ୍ତରେ ଆସିଥିଲେ। ସେ ଉକ୍ତ ବ୍ଲକର ଦୁର୍ଗମ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳ ହାତୀମୁଣ୍ଡା…

ଗଲା ଗୋଟିଏ ପରେ ଗୋଟିଏ ଜୀବନ: ୫ ମଇଁଷି ମୃତ

ଖଜୁରିପଡ଼ା,୩୦ା୧ ( ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ଅନ୍ତର୍ଗତ ଚାରିପଡ଼ା ଗ୍ରାମରେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ୫ଟି ମଇଁଷିଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ବିଦ୍ୟୁତ୍‌ ଖୁଣ୍ଟରୁ…

ପ୍ରବୋଧନ ତାଲିମ: ୨୯୪ ଶିକ୍ଷୟିତ୍ରୀ ଶିକ୍ଷକଙ୍କୁ…

ଦିଗପହଣ୍ଡି,୩୦ା୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଓଡିଶା ପାଠ୍ୟକ୍ରମ ଆଧାର ବିଦ୍ୟାଳୟ ଶିକ୍ଷା-୨୦୨୫ ଓ ୨୦୨୦ ଜାତୀୟ ଶିକ୍ଷା…

ବନୀକରଣ ପ୍ରକଳ୍ପରୁ ଲୁହାବାଡ଼ ଚୋରି: ବନ ବିଭାଗ ଜାଲରେ ୪ ଅନ୍ତଃଜିଲା ଚୋର

ଥୁଆମୂଳରାମପୁର,୩୦।୧(ଦୁର୍ଗା କୀର୍ତ୍ତି): ସରକାରୀ ସମ୍ପତ୍ତି ଲୁଟ କରିବା ଚୋରଙ୍କୁ ପଡ଼ଲା ମହଙ୍ଗା । କାଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଗୋପାଳପୁର ପଞ୍ଚାୟତସ୍ଥିତ ପାଟଜୋର ଡଙ୍ଗର ବନୀକରଣ…

Khandagiri Melaରେ ବିବାଦ ତୁଟୁନି: ପୁଣି ଚେତାବନୀ ଦେଲେ ମୀରା 

ଭୁବନେଶ୍ୱର,୩୦।୧: Khandagiri Melaରେ ବିଭିନ୍ନ ଯାତ୍ରା ପାର୍ଟି ଯାତ୍ରା ପରିବେଷଣ କରୁଛନ୍ତି। ଏହାରି ମଧ୍ୟରେ କାହ୍ନାଙ୍କ ପରେ ଯାତ୍ରା ଅଭିନେତା କ୍ଷୀତିଶ ବିଶ୍ବାଳଙ୍କୁ ମୀରା ପରିଡ଼ାଙ୍କ ଚେତାବନୀ।…

ଦିଗପହଣ୍ଡିରେ ମାତିଛି ଗୋଠଛଡ଼ା ହାତୀ: ଭୟଭୀତ ଅଞ୍ଚଳବାସୀ, ସନ୍ଧ୍ୟା ହେଲେ ପଡୁଛି ତାଟି କବାଟ…

ଦିଗପହଣ୍ଡି,୩୦।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ – ଗଜପତି ଜିଲା ସୀମାନ୍ତରେ ଗତ ୪ ଦିନ ହେବ ଗୋଟିଏ ଗୋଠଛଡ଼ା ହାତୀ ଘୁରି ବୁଲୁଛି। ସା ହେଲେ ହାତୀଟି…

ବିଦ୍ୟୁତ୍‌ ନେଲା ୫ ମଇଁଷିଙ୍କ ଜୀବନ: ବିଭାଗୀୟ ଅବହେଳାକୁ ଦାୟୀ କଲେ ଗ୍ରାମବାସୀ

ଖଜୁରିପଡ଼ା,୩୦ା୧(ବିଦୁର ବେହେରା): କନ୍ଧମାଳ ଜିଲା ଖଜୁରିପଡ଼ା ବ୍ଲକ୍‌ ଅଧୀନ ଚାରିପଡ଼ା ଗ୍ରାମରେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ୫ ମଇଁଷିଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ମିଳିଥିବା ସୂଚନା…

ବହୁ ଚର୍ଚ୍ଚିତ କ୍ଷୀର ବ୍ୟବସାୟୀ ହତ୍ୟା ମାମଲାର ରାୟ ପ୍ରକାଶ: ୫ ଅଭିଯୁକ୍ତଙ୍କୁ ଆଜୀବନ ଜେଲ

ବ୍ରହ୍ମପୁର,୩୦ା୧(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଗୋଷାଣିନୂଆଗାଁ ଥାନା ଅନ୍ତର୍ଗତ ହିଲପାଟଣାରେ କ୍ଷୀର ବ୍ୟବସାୟୀ ଲମ୍ବୋଦର ମୁନି ହତ୍ୟା ମାମଲାର ରାୟ ଶୁକ୍ରବାର ପ୍ରକାଶ ପାଇଛି। ବ୍ରହ୍ମପୁର ଅତିରିକ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri