ଘୋଡାହାଡ ଡ଼୍ୟାମ କର୍ତ୍ତୃପକ୍ଷଙ୍କ ପକ୍ଷରୁ ନଦୀ ତଟବର୍ତ୍ତିି ଗ୍ରାମରେ ସତର୍କ ସୂଚନା ଜାରି

ଦିଗପହଣ୍ଡି,୨୨।୧୦(ଅଶେଷ ନାଥ ମିଶ୍ର) ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଘନୀଭୂତ ହୋଇଛି। ଏହାର ପ୍ରଭାବରେ ଶୁକ୍ରବାରଠାରୁ ଆସନ୍ତା ୩୦ ତାରିଖ ଯାଏ ପ୍ରବଳ ବର୍ଷା ହେବା ନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ଅନୁମାନ କରାଯାଇଛି। ଲଘୁଚାପ ଜନିତ ବର୍ଷାକୁ ଦୃଷ୍ଟିରେ ରଖି ଜଳସମ୍ପଦ ବିଭାଗ ଅଧିନ ଦିଗପହଣ୍ଡିସ୍ଥିତ ଘୋଡାହାଡ ଜଳସେଚନ ଉପ ବିଭାଜନ ସହକାରୀ ନିର୍ବାହୀ ଯନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଯେକୌଣସି ମୁହୂର୍ତ୍ତରେ ଘୋଡାହାଡ ଡ଼୍ୟାମରୁ ସ୍ପିଲ ୱେ ମୁଖ୍ୟ ଫାଟକ ଦେଇ ଘୋଡ଼ାହାଡ଼ ନଦୀ ମଧ୍ୟକୁ ପାଣି ଛଡ଼ା ଯାଇପାରେ ବୋଲି ନଦୀ ତଟବର୍ତ୍ତୀ ଗ୍ରାମବାସୀଙ୍କୁ ବୁଧବାର ସତର୍କସୂଚନା ଜାରି କରାଯାଇଛି। ଡ଼୍ୟାମର ଜଳଧାରଣ କ୍ଷମତା ୧୧୭.୮୦ ମିଟର ରହିଥିବା ବେଳେ ବର୍ତ୍ତମାନ ଜଳଭଣ୍ଡାରରେ ୮୯ ଭାଗ ଅର୍ଥାତ ୧୧୬.୭୧ ମିଟର ପାଣି ଗଚ୍ଛିତ ରହିଥିବା ଜଳସମ୍ପଦ ବିଭାଗ ଉପ ନିର୍ବାହୀ ଯନ୍ତ୍ରୀ ଇଂ. ନିରଞ୍ଜନ ସାହୁ ଜଣାଇଛନ୍ତି। ଏହି ପରିପ୍ରେକ୍ଷୀରେ ବର୍ଷା ପ୍ରଭାବରୁ ଆଗାମୀ ଶୁକ୍ରବାର ଠାରୁ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଅଛି । ତେଣୁ ଡ଼୍ୟାମର ସୁରକ୍ଷା ଦୃଷ୍ଟିରୁ ନଦୀ ମଧ୍ୟକୁ ପାଣି ଛଡ଼ାଯିବ। ପାଣି ରେ ଡ଼୍ୟାମ ଭିତରୁ କୁମ୍ଭୀର ମଧ୍ୟ ଚାଲି ଯାଇପାରେ ବୋଲି ଆଶଙ୍କା ରହିଛି। ତେଣୁ ନଦୀ ତଟବର୍ତ୍ତି ଗୋଲଣ୍ଡା,ମଧୁବନ, ସେବକ ଟିକରପଡ଼ା,କଇଠଖଣ୍ଡି, ବୁରିପଦର, ପେଣ୍ଠା, ତଲାସିଙ୍ଗି,ଗୁମା, ପନାଡ,ଜକମେରି ପଲ୍ଲୀ, ଜଲମେରି ପଲ୍ଲୀ, ଧେରେଣ୍ଡୀ, ମଳାଭଞ୍ଜା ,ଆମ୍ବ ଗାଁ, ତିଳେଶ୍ୱର,ମହାନଳା, ପଳାଶପୁର,ନୂଆଗଡ, ଖୁଲଡି, ଜଲମରା, ଭୁଇପଲ୍ଲୀ, ପାଟପୁର, ଗ୍ରାମବାସୀ ମାନେ ନଦୀ ମଧ୍ୟକୁ ନଯିବା ସହ ଗୃହପାଳିତ ପ୍ରାଣୀ ମାନଙ୍କୁ ନ ଛାଡ଼ିବା ପାଇଁ ଅନୁରୋଧ କରାଯାଇଥିବା ବେଳେ ଏନେଇ କାର୍ଯ୍ୟାଳୟ ପତ୍ର ସଂଖ୍ୟା – ୨୨୦ ଅନୁଯାୟୀ ବିଭିନ୍ନ ସରକାରୀ କାର୍ଯ୍ୟାଳୟ , ନିକଟସ୍ଥ ଥାନା ଓ ଦମକଳ କେନ୍ଦ୍ର ଗୁଡ଼ିକୁ ସୂଚନା ଦିଆଯାଇଥିବା ଜଣାପଡିଛି ।


Enter your email to get our daily news in your inbox.

All Right Reserved By Dharitri.Com

ବୁରୁଡ଼ି ଗ୍ରାମକୁ ନିର୍ମାଣ ହେବ ସ୍ଥାୟୀ ପକ୍କା ରାସ୍ତା: ସ୍ଥିତି ପରଖିଲେ ବିଡ଼ିଓ, ଖୁସି ପ୍ରକାଶ କଲେ…

ଗୁଡ଼ାରି, ୧୯/୯ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକ୍ ଅନ୍ତର୍ଗତ କଦମା ଗ୍ରାମପଞ୍ଚାୟତର ଆଦିବାସୀ ଅଧ୍ୟୁଷିତ ବୁରୁଡ଼ି ଗ୍ରାମବାସୀଙ୍କ ଦୀର୍ଘଦିନର ସମସ୍ୟାର ସମାଧାନ ହେବାକୁ…

ଚାଲାଣ ବେଳେ ଧରାପଡ଼ିଲା ୧୧୪୦ କେଜି ଗଞ୍ଜେଇ

ତୁମୁଡିବନ୍ଧ,୧୯ା୯(ଦୀପକ କୁମାର ପରାସେଠ): ଏକ ବଡ଼ ଧରଣର ଗଞ୍ଜେଇ ଚୋରା ଚାଲାଣକୁ ପଣ୍ଡ କରିଛି କନ୍ଧମାଳ ଜିଲା ତୁମୁଡିବନ୍ଧ ପୋଲିସ। ଚୋରା ଚାଲାଣ ହେବାକୁ ଥିବା ଗଞ୍ଜେଇ…

ମୁଜାଗଡ଼ରେ ବ୍ଲକ୍ ସ୍ତରୀୟ କ୍ରୀଡ଼ା ମହୋତ୍ସବ: ଚମକିଲେ ଯୁବ କ୍ରୀଡ଼ାବିତ୍‌, କୃତୀ ପ୍ରତିଯୋଗୀଙ୍କୁ ପୁରସ୍କାର

ମୁଜାଗଡ଼, ୧୯/୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ୍ ସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତା ଶନିବାର ମୁଜାଗଡ଼ସ୍ଥିତ ପି.ଏମ୍. ଶ୍ରୀ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ…

ବିକ୍ରମଦେବ ବିଶ୍ୱବିଦ୍ୟାଳୟରେ ପ୍ରଶ୍ନପତ୍ର ଲିକ୍‌: ସାଇବର ଥାନାରେ ମାମଲା, ତଦନ୍ତ ପାଇଁ ଗଠନ ହେଲା କମିଟି

କୋରାପୁଟ,୧୯(ଅମିତାଭ ବେହେରା): ବିକ୍ରମ ଦେବ ବିଶ୍ୱବିଦ୍ୟାଳୟର ଇଂଲିଶ ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌ ହୋଇଥିବା ଅଭିଯୋଗକୁ ନେଇ ଚର୍ଚ୍ଚା ଏବେ ଜୋର ଧରିଛି। ଘଟଣାର ଗମ୍ଭିରତା ଦୃଷ୍ଟିରୁ ବିଶ୍ୱବିଦ୍ୟାଳୟ…

ପାର୍ବଣ ଆସୁଛି, ଚୋରା ମଦ ବିକ୍ରି ବଢ଼ୁଛି: ଡବେରୀ ଗ୍ରାମବାସୀଙ୍କ ଚିନ୍ତା, ଆଇଆଇସିଙ୍କୁ ଭେଟି ଦେଲେ ଦାବିପତ୍ର

ଦାରିଙ୍ଗବାଡ଼ି, ୧୯।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅନ୍ତର୍ଗତ ଡବେରୀ ଗ୍ରାମରେ ଦିନକୁ ଦିନ ବେଆଇନ ମଦ କାରବାର ବୃଦ୍ଧି ପାଉଥିବାରୁ ଗ୍ରାମବାସୀଙ୍କ ମଧ୍ୟରେ…

କ୍ରସର ବେଲ୍ଟ ଭିତରେ ଲୁଚା ହୋଇଥିଲା ଗଞ୍ଜେଇ: ପଶ୍ଚିମବଙ୍ଗ ଚାଲାଣ ବେଳେ ଧରାପଡ଼ିଲେ, ୫୬ କେଜି ଗଞ୍ଜେଇ ସହ ୪ ଗିରଫ

ବ୍ରହ୍ମପୁର, ୧୯।୯ (ସୁବାସ ଚନ୍ଦ୍ର ପାଢ଼ୀ): ପାର୍ବଣ ଋତୁ ପାଖେଇ ଆସୁଥିବା ବେଳେ ବ୍ରହ୍ମପୁର ଅଞ୍ଚଳରେ ଗଞ୍ଜେଇ ମାଫିଆଙ୍କ ପ୍ରାଦୁର୍ଭାବ ବୃଦ୍ଧି ପାଇବାରେ ଲାଗିଛି। ତେବେ ଅବକାରୀ…

ଶେଶାନନ୍ଦଙ୍କ ଜନ୍ମୋତ୍ସବକୁ ନିଆରା ଢଙ୍ଗରେ ପାଳିଲା ଲୋହରାଖଣ୍ଡି ସାହିତ୍ୟ ସଂସଦ

ଭଞ୍ଜନଗର, ୧୯।୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ଶ୍ରୀ ଜଗନ୍ନାଥ ରିସର୍ଟଠାରେ ଶନିବାର ସନ୍ଧ୍ୟାରେ ଜଗନ୍ନାଥପ୍ରସାଦ ବ୍ଲକର ବରିଷ୍ଠ କର୍ମଚାରୀ ଶେଶାନନ୍ଦ ଆରୁଖଙ୍କ ଜନ୍ମଦିନ ଏକ…

ଧରାପଡ଼ିଲେ ନକଲି ଏମ୍‌ଭିଆଇ

ଫୁଲବାଣୀ,୧୯ା୯(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ସାରଙ୍ଗଡ ଥାନା ପୋଲିସ ଜଣେ ନକଲି ମୋଟର ଯାନ ନିରୀକ୍ଷକ(ଏମ୍‌ଭିଆଇ)ଙ୍କୁ ଗିରଫ କରିଛି। ସେ ହେଲେ ଚକାପାଦ ଥାନା ଅନ୍ତର୍ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?