Posted inଖେଳ

କ୍ରିକେଟ୍‌ରେ ‘ଅଜବ ଆଉଟ୍‌’, ଆପଣା ଛାଏଁ ଖସିପଡିଲା ଷ୍ଟମ୍ପ ବେଲ୍‌: ଦେଖନ୍ତୁ ଭିଡିଓ

ହରାରେ,୨୭।୭: ଜିମ୍ବାୱେ ଏବଂ ବାଂଲାଦେଶ ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି -୨୦ ଅନ୍ତର୍ଜାତୀୟ ମ୍ୟାଚ ସମୟରେ କ୍ୟାମେରାରେ ଏକ ଭୟାନକ ଘଟଣା ଦେଖିବାକୁ ମିଳିଥିଲା। ରହସ୍ୟମୟ ଭାବରେ ଷ୍ଟମ୍ପରୁ ବେଲ୍‌ ଆପଣା ଛାଏଁ ଖସିପଡିଥିଲା। ବାଂଲାଦେଶର ଇନିଂସର ୧୮ ତମ ଓଭରରେ ମହମ୍ମଦ ସୈଫୁଦ୍ଦିନ ଷ୍ଟ୍ରାଇକ ନେଉଥିବା ବେଳେ ଏହି ଘଟଣା ଘଟିଥିଲା। ତେନ୍ଦାଇ ଚତରା ତାଙ୍କର ପଞ୍ଚମ ବଲ ବୋଲିଂ କରୁଥିଲେ। ଏଭଳି ପରିସ୍ଥିତିରେ ସେ ଏକ ଭାଗ୍ୟଶାଳୀ ‘ସଫଳତା’ ପାଇଥିଲେ। ସୈଫୁଦ୍ଦିନ ଏକ ପୁଲ ସଟ ଖେଳିବାବେଳେ ଷ୍ଟମ୍ପରୁ ବେଲ୍‌ ଖସିପଡିଥିଲା। ଏହି ଅଜବ ପରିସ୍ଥିତିର ଅନୁସନ୍ଧାନ ପାଇଁ ଅମ୍ପାୟାରଙ୍କ ସହାୟତା ନିଆଯାଇଥିଲା। ଏହା ପରେ ଫୁଟେଜରେ ଏହା ଦେଖିବାକୁ ମିଳିଥିଲା ଯେ, ବେଲ୍‌ଗୁଡ଼ିକ ପବନରେ ଖସି ପଡିଛି। ରିପ୍ଲାଏରେ ଦେଖାଗଲା ଯେ ସୈଫୁଦ୍ଦିନ ଷ୍ଟମ୍ପଠାରୁ କିଛି ଇଞ୍ଚ ଦୂରରେ ଥିଲେ। ତେବେ ବେଲ୍‌ କିପରି ଖସିଗଲା ସେନେଇ ଏହି ରହସ୍ୟ ପ୍ରକାଶ ହୋଇପାରି ନାହିଁ।
ସୋସିଆଲ ମିଡିଆ ବ୍ୟବହାରକାରୀମାନେ ମଧ୍ୟ ଏହି ଘଟଣା ଉପରେ ନିଜର ମତାମତ ଦେଇଛନ୍ତି। ତେବେ ଟୁଇରରେ ପ୍ରଶଂସକମାନେ ଏହି ଘଟଣାକୁ ଭୂତ ବୋଲି କହିଛନ୍ତି। ଏହି ମଜାଳିଆ ଭିଡିଓ ଶେୟାର କରିବାବେଳେ ପ୍ରଶଂସକମାନେ କହିଥିଲେ ଯେ ଭୂତ ନେଇଥିବା ପ୍ରଥମ ଉଇକେଟ।


Enter your email to get our daily news in your inbox.

All Right Reserved By Dharitri.Com

ମୌଳିକ ସୁବିଧାରୁ ବଞ୍ଚିତ ୩ ଗାଁ: ଦୀପ ତଳ ଅନ୍ଧାର

ଦାରିଙ୍ଗବାଡି,୧୫।୮(ଅରୁଣ ସାହୁ): ରାଜ୍ୟ ଓ କେନ୍ଦ୍ର ସରକାର ସମସ୍ତ ଗାଁଠାରୁ ସହରକୁ ଯୋଡିବା ପାଇଁ କଚ୍ଚା ରାସ୍ତାକୁ ପକ୍କା ରାସ୍ତା ନିର୍ମାଣ କରୁଛନ୍ତି। କିନ୍ତୁ ଏଭଳି ୩ଟି…

ଇରାନ ଯୁଦ୍ଧ ମଧ୍ୟରେ ସ୍ବାଧିନତା ଦିବସରେ ବଡ଼ କଥା କହିଲେ ପ୍ରଧାନମନ୍ତ୍ରୀ , ସାରା ବିଶ୍ୱ ଚକିତ!

ନୂଆଦିଲ୍ଲୀ,୧୫।୮: ୮୦ତମ ସ୍ବାଧୀନତା ଦିବସ ଅବସରରେ ଦେଶବାସୀଙ୍କ ଉଦ୍ଦେଶ୍ୟରେ ତାଙ୍କ ଭାଷଣରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଇରାନ-ଆମେରିକା ଉତ୍ତେଜନାକୁ ଇଙ୍ଗିତ କରି କହିଥିଲେ ଯେ ଶକ୍ତି ସଙ୍କଟର…

ଇତିହାସ ରଚିଲେ ପ୍ରଧାନମନ୍ତ୍ରୀ ମୋଦି; ୧୩ ଥର ପାଇଁ ଲାଲକିଲ୍ଲାର ପ୍ରାଚୀରରୁ ତ୍ରିରଙ୍ଗା ଉତ୍ତୋଳନ କରି ସ୍ଥାପନ କଲେ ନୂଆ ରେକର୍ଡ

ନୂଆଦିଲ୍ଲୀ,୧୫।୮: ଦେଶ ଆଜି ତା’ର ୮୦ତମ ସ୍ବାଧୀନତା ଦିବସ ପାଳନ କରୁଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲାଲକିଲ୍ଲାରୁ ଲଗାତାର ୧୩ତମ ଥର ପାଇଁ ତ୍ରିରଙ୍ଗା ଉତୋଳନ କରିଛନ୍ତି।…

ଆଜି ଲଘୁୁଚାପକୁ ଫେରିବ ଅବପାତ, ଏହି ଦିନ ଯାଏ ପ୍ରବଳ ବର୍ଷିବ

ଭୁବନେଶ୍ୱର, ୧୫।୮ (ବନ୍ଦନା ସେଠୀ):ଝାଡ଼ଖଣ୍ଡ ଏବଂ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ସକ୍ରିୟ ଅବପାତ ଶନିବାର ସୁଦ୍ଧା ଅବପାତଟି ଦୁର୍ବଳ ହୋଇ ପୁଣି ଲଘୁଚାପ କ୍ଷେତ୍ରକୁ ଫେରିବାର…

ଆଜିଠାରୁ ଭାରତ-ଶ୍ରୀଲଙ୍କା ଟେଷ୍ଟ ସିରିଜ: ଜାଣନ୍ତୁ କେତେବେଳେ କେଉଁଠି ଦେଖିପାରିରେ ମ୍ୟାଚ୍‌

ଗାଲେ, ୧୫ା୮:ଭାରତ ଓ ଘରୋଇ ଶ୍ରୀଲଙ୍କା ମଧ୍ୟରେ ଦୁଇ ମ୍ୟାଚ୍‌ ବିଶିଷ୍ଟ କ୍ରିକେଟ ଟେଷ୍ଟ ସିରିଜ ଶନିବାରଠାରୁ ଆରମ୍ଭ ହେବ। ଗାଲେ ପ୍ରଥମ ମ୍ୟାଚ ଖେଳାଯିବ। ଉଭୟ…

୯ ଜଣଙ୍କୁ କୀର୍ତ୍ତି ଚକ୍ର, ୧୯ଙ୍କୁ ଶୌର୍ଯ୍ୟ ଚକ୍ର

ନୂଆଦିଲ୍ଲୀ,୧୫ା୮(ପି.ଟି.): ୮୦ତମ ସ୍ବାଧୀନତା ଦିବସର ଦିନକ ପୂର୍ବରୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶୁକ୍ରବାର ୭୮ଟି ସାହସିକତା ପୁରସ୍କାରକୁ ମଞ୍ଜୁରୀ ପ୍ରଦାନ କରିଛନ୍ତି। ସେଥିରୁ ୧୩ଟି ପୁରସ୍କାର ମରଣୋତ୍ତର…

ଲାଲ୍‌କିଲ୍ଲାରେ ପ୍ରଥମଥର ‘ବନ୍ଦେ ମାତରମ୍‌’: ବିକଶିତ ରାଷ୍ଟ୍ର ଗଢ଼ିବା ଦିଗରେ…

ନୂଆଦିଲ୍ଲୀ,୧୫।୮: ଚଳିତବର୍ଷ ସ୍ବାଧୀନତା ଦିବସ ପାଳନ ବେଳେ ଦିଲ୍ଲୀର ଲାଲ୍‌କିଲ୍ଲାରେ ପ୍ରଥମ ଥର ପାଇଁ ଜାତୀୟ ଗାନ ‘ବନ୍ଦେ ମାତରମ୍‌’ ଗାୟନ କରାଯିବ। ୨୦୪୭ ସୁଦ୍ଧା ଭାରତକୁ…

ଦୁର୍ବଳ ହେଲା ଅବପାତ; ରାଜ୍ୟରେ ୧୮ ଯାଏ ପ୍ରବଳ ବର୍ଷା, ଏସବୁ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୧୪।୮ (ବନ୍ଦନା ସେଠୀ)- ଝାଡ଼ଖଣ୍ଡ ଏବଂ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ଅବପାତ ସକ୍ରିୟ ରହିଛି। ଶୁକ୍ରବାର ପୂର୍ବାହ୍ନ ୧୧ଟା ୩୦ରେ ଏହା ଝାଡ଼ଖଣ୍ଡ ଉପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri