ଭୂତକୋଠି ପାଲଟିଛି ଖଡ଼ଇଣ୍ଟା ପ୍ରାଣୀ ଚିକିତ୍ସା କେନ୍ଦ୍ର

ପଟ୍ଟାମୁଣ୍ଡାଇ, ୨୧ା୮ (କଳ୍ପତରୁ ନାୟକ):ଗ୍ରାମାଞ୍ଚଳରେ ଗୋରୁ, ଛେଳି, ମେଣ୍ଢା, କୁକୁଡ଼ା, ମଇଁଷି ଆଦି ପ୍ରାଣୀ ସମ୍ପଦଙ୍କ ଚିକିତ୍ସା ଦିଗରେ ସରକାରଙ୍କ ବିଭିନ୍ନ ପଦକ୍ଷେପ କେବଳ କାଗଜକଲମରେ ହିଁ ସୀମିତ ହୋଇ ରହିଯାଉଥିବା ଅଭିଯୋଗ ହେଉଛି। ଏପରି ଏକ ଜ୍ୱଳନ୍ତ ଉଦାହରଣ ଦେଖିବାକୁ ମିଳିଛି କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ଖଡିଅଣ୍ଟା ପ୍ରାଣୀ ଚିକିତ୍ସା କେନ୍ଦ୍ର କ୍ଷେତ୍ରରେ। ଏଠାରେ ଲକ୍ଷାଧିକ ଟଙ୍କା ବ୍ୟୟରେ ନିର୍ମିତ ଗୃହଟି ବ୍ୟବହାର ହେଉ ନ ଥିବାରୁ ଚାରି ପାଖରେ ଅନାବନା ଗଛ ଉଠିଗଲାଣି। ଏବେ ଏହା ଭୂତକୋଠିରେ ପରିଣତ ହୋଇଛି।
ବୁଦ୍ଧିଜୀବୀ ପ୍ରଭାକର ସେଠୀ କହିଛନ୍ତି, ୨୦୧୨ରେ ତକତ୍ାଳୀନ ବିଧାୟକ ଖଡିଅଣ୍ଟାଠାରେ ୪ ଲକ୍ଷ ୨୫ ହଜାର ଟଙ୍କା ବ୍ୟୟ ଅଟକଳରେ ଏକ ପ୍ରାଣୀ ଚିକିତ୍ସା କେନ୍ଦ୍ର ଉଦ୍‌ଘାଟନ କରିଥିଲେ। ସେବେଠାରୁ ଏହି ଚିକିତ୍ସା କେନ୍ଦ୍ରରେ ପ୍ରାଣୀ ସମ୍ପଦଙ୍କ ଚିକିତ୍ସା କରାଯାଇନାହିଁ। ଆଜି ଯାଏ କୌଣସି ପ୍ରାଣୀ ଚିକିତ୍ସକଙ୍କ ଉପସ୍ଥିତି ଏଠାରେ ପରିଲକ୍ଷିତ ହୋଇନାହିଁ। ଯାହାକି ଅତ୍ୟନ୍ତ ଦୁର୍ଭାଗ୍ୟଜନକ ବୋଲି ମନେହୁଏ। ଏହି ପଞ୍ଚାୟତରେ ପାଖାପାଖି ୧୦ ହଜାରରୁ ଊଦ୍ଧର୍‌ବ ଗୃହପାଳିତ ପ୍ରାଣୀ ରହିଥିବାବେଳେ ଡାକ୍ତର ନ ଥିବାରୁ ସେମାନଙ୍କ ଚିକିତ୍ସା ଲାଗି ବିଭିନ୍ନ ସମସ୍ୟାରେ ସମ୍ମୁଖୀନ ହେଉଛନ୍ତି। ଅଦିନିଆ ରୋଗ କିମ୍ବା ପ୍ରାଣୀଙ୍କର ହଠାତ୍‌ କିଛି ହେଲେ ସେମାନଙ୍କୁ ପଟ୍ଟାମୁଣ୍ଡାଇ ନଚେତ୍‌ ବଡ଼ପଡ଼ାରୁ ଡାକ୍ତର ଡାକିବାକୁ ପଡୁଛି। ଯାହାଦ୍ୱାରା ସେମାନେ ଅଧିକ ଖର୍ଚ୍ଚାନ୍ତ ହେବାକୁ ପଡୁଥିବା ବେଳେ ଠିକ୍‌ ସମୟରେ ସେବା ପାଇ ପାରୁନାହାନ୍ତି। ଚିକିତ୍ସା ଅଭାବରୁ ଅନେକ ସମୟରେ ପ୍ରାଣୀଙ୍କ ପ୍ରାଣହାନି ଘଟୁଥିବା ମଧ୍ୟ ନଜିର ରହିଛି। ସେହିପରି ସାମାଜିକ କର୍ମୀ ସୁଶାନ୍ତ ସାମଲ, ପୂର୍ବତନ ସରପଞ୍ଚ କଳାକାର ପ୍ରଧାନ, ଅଜୟ ନାୟକ, ଅଶୋକ ମହାନ୍ତି, ପ୍ରଶାନ୍ତ ନାୟକ, ନରେଶ ଜେନା, ଭରତ ବଳ ପ୍ରମୁଖ କହିଛନ୍ତି, ଆଜକୁ ପ୍ରାୟ ୧୦ ବର୍ଷ ହେବ ଏହି ପ୍ରାଣୀ ଚିକିତ୍ସା କେନ୍ଦ୍ରଟି ପୂର୍ଣ୍ଣାଙ୍ଗ ହୋଇଥିଲେ ବି କାର୍ଯ୍ୟକ୍ଷମ ପୂର୍ବରୁ ବିଭାଗୀୟ ଅଧିକାରୀଙ୍କ ଦାୟିତ୍ୱହୀନତାରୁ ତାହା ଏବେ ପରିତ୍ୟକ୍ତ ଅବସ୍ଥାକୁ ଆସି ଯାଇଛି। ଏଥିପ୍ରତି ଜିଲା ପ୍ରଶାସନ ଦୃଷ୍ଟି ଦେଇ ଖଡିଅଣ୍ଟା ପଞ୍ଚାୟତରେ ଥିବା ପ୍ରାଣୀ ଚିକିତ୍ସା କେନ୍ଦ୍ରକୁ ଚାଲୁ କରିବାକୁ ଡାକ୍ତର ନିଯୁକ୍ତି ସହ ପ୍ରାଣୀ ସମ୍ପଦଙ୍କ ଚିକିତ୍ସା ସୁବିଧା ଦିଗରେ ତୁରନ୍ତ ପଦକ୍ଷେପ ନେବାକୁ ଅଞ୍ଚଳବାସୀ ଦାବି କରିଛନ୍ତି। ଏ ସମ୍ପର୍କରେ ପଟ୍ଟମୁଣ୍ଡାଇ ପ୍ରାଣୀ ଚିକିତ୍ସାଳୟର ଭିଏଏସ୍‌ ଭାବେ ଡା.ପ୍ରଦୀପ ଜେନାଙ୍କୁ ପଚାରିବାରେ ପଟ୍ଟାମୁଣ୍ଡାଇ ପ୍ରାଣୀ ଚିକିତ୍ସାଳୟ ଅଧୀନରେ ୫ଟି ପ୍ରାଣୀ ସହାୟକ କେନ୍ଦ୍ର ରହିଛି। ସେଥିମଧ୍ୟରୁ ଦାଣ୍ଡିସାହି, ଅଣ୍ଢରା, ଚନ୍ଦନନଗର, ଅଠରବାଟିଆ, ନପଙ୍ଗ ପ୍ରାଣୀ ସହାୟକ କେନ୍ଦ୍ରରେ ଲାଇଫଷ୍ଟକ୍‌ ଇନ୍ସପେକ୍ଟର(ଏଲ୍‌ଆଇ)ଙ୍କୁ ନିଯୁକ୍ତି ଦିଆଯାଇଛି। ଖଡିଅଣ୍ଟାରେ ଅଛି ବୋଲି ମୋ ନଜରକୁ ଆସିନାହିଁ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସଡ଼କ ଦୁର୍ଘଟଣାରେ ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କ ପରଲୋକ

ଭଦ୍ରକ,୭ା୧୨: ଓଡ଼ିଶାର ଜଣାଶୁଣା ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କର ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ପରଲୋକ ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ଗୁରୁ ପୃଷ୍ଟି...

ନୂଆପଡ଼ା ସହରରେ ବୁଲୁଛନ୍ତି ଭାଲୁ

ନୂଆପଡ଼ା,୭।୧୨(ମକାରୁ ବେମାଲ): ନୂଆପଡ଼ା ସହରକୁ ୨ଟି ଭାଲୁ ପଶି ଆସିଥିଲେ। ସହରର ବିଭିନ୍ନ ସ୍ଥାନରେ ବୁଲାବୁଲି କରି ଅଇଠାପତ୍ର, ଫଳ ଦୋକାନରେ ଫିଙ୍ଗି ଦିଆଯାଉଥିବା ଫଳ...

RSFI ରାଜ୍ୟ ଚାମ୍ପିଅନସିପରେ ଗଜପତି ସ୍କେଟର୍ସଙ୍କ ଚମକ: ଜାତୀୟ ପାଇଁ ୭ ଜଣ ଯୋଗ୍ୟତା ହାସଲ

ଗଜପତି,୭ା୧୨(ଗିରିଧାରୀ ପରିଛା): ଜିଲା ପାଇଁ ଏକ ଗର୍ବର ମୁହୂର୍ତ୍ତରେ, ଗଜପତିର ସ୍କେଟର୍ସମାନେ RSFI ରାଜ୍ୟ ସ୍କେଟିଂ ଚାମ୍ପିଅନସିପରେ ଉତ୍କୃଷ୍ଟ ପ୍ରଦର୍ଶନ କରି ଅନେକ ପଦକ ହାସଲ...

ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡିର ସାଇକ୍ରିଷ୍ଣା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର) ଜଗତସିଂହପୁରରେ ଆୟୋଜିତ ୬୯ତମ ଆନ୍ତଃ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡି ବ୍ଳକ ଅଧୀନ ବମକୋଇ ଗ୍ରାମ ଶିବାନନ୍ଦ ନୋଡାଲ...

ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...

ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି

ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...

ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ

ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...

ଚାଷୀ ସଂଗଠନର ରଣହୁଙ୍କାର: ମଣ୍ଡିରୁ ଧାନ ଉଠା ନ ଗଲେ ଆନ୍ଦୋଳନ

ବରଗଡ଼,୭।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗତମାସ ୨୮ ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। କିନ୍ତୁ ଏପର୍ଯ୍ୟନ୍ତ ଧାନ ବିକ୍ରିରେ ଅଚଳାବସ୍ଥା ଜାରି ରହିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri