Posted inଜାତୀୟ

ନୂଆ ଦଳ ଘୋଷଣା କଲେ ଗୁଲାମ ନବୀ ଆଜାଦ

ଶ୍ରୀନଗର,୨୬।୯: ଜମ୍ମୁ କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ଗୁଲାମ ନବୀ ଆଜାଦ ଏକ ନୂତନ ଦଳ ଘୋଷଣା କରିଛନ୍ତି। ତାଙ୍କ ଦଳର ନାମ ହେଉଛି ‘ଡେମୋକ୍ରାଟିକ ଆଜାଦ ପାର୍ଟି’। ଜମ୍ମୁରେ ଏକ ଖବରଦାତା ସମ୍ମିଳନୀ କରି ସେ ଏହି ନାମ ଘୋଷଣା କରିଛନ୍ତି। ଗତ ମାସରେ ଆଜାଦ କଂଗ୍ରେସ ସହିତ ପାଞ୍ଚ ଦଶନ୍ଧିରୁ ଅଧିକ ପୁରୁଣା ସମ୍ପର୍କ ଛିନ୍ନ କରିଦେଇଥିଲେ। ସେ ତିନି ଦିନିଆ ଗସ୍ତରେ ରବିବାର ଜମ୍ମୁ ଆସିଛନ୍ତି।
ସେ କହିଛନ୍ତି, ଦଳର ଆଦର୍ଶ ଏହାର ନାମ ପରି ହେବ ଏବଂ ସମସ୍ତ ଧର୍ମନିରପେକ୍ଷ ବ୍ୟକ୍ତି ଏଥିରେ ଯୋଗ ଦେଇପାରିବେ। ଜମ୍ମୁ କଶ୍ମୀର କଂଗ୍ରେସ କମିଟିର ଅଧିକାଂଶ ବରିଷ୍ଠ ନେତା ଦଳ ଛାଡି ଆଜାଦଙ୍କ ସମର୍ଥନରେ ଆସିଛନ୍ତି। ସେ ଦଳର ଏଜେଣ୍ଡା ସ୍ପଷ୍ଟ କରିସାରିଛନ୍ତି। ଜମ୍ମୁ କଶ୍ମୀରରେ ପୂର୍ଣ୍ଣ ରାଜ୍ୟତା ପୁନଃ ସ୍ଥାପିତ କରିବା, ସ୍ଥାନୀୟ ଲୋକଙ୍କ ପାଇଁ ଜମି ଏବଂ ଚାକିରି ଅଧିକାର ପାଇବା ପାଇଁ ସଂଗ୍ରାମ ଜାରି ରଖିବା ଏଥିରେ ସାମିଲ ଅଛି।
ମାର୍ଚ୍ଚ ୨୦୨୨ରେ ଗୁଲାମ ନବୀ ଆଜାଦ ତତ୍କାଳୀନ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କଠାରୁ ପଦ୍ମ ଭୂଷଣ ଗ୍ରହଣ କରିଥିଲେ। ୧୯୭୩ରେ ଆଜାଦ ଡୋଡା ଜିଲାର ଭାଲେସା ବ୍ଲକ କଂଗ୍ରେସ କମିଟିର ସଚିବ ଭାବରେ ରାଜନୀତି ଆରମ୍ଭ କରିଥିଲେ। ଏହା ପରେ ତାଙ୍କର ସକ୍ରିୟତା ଏବଂ ଶୈଳୀ ଦେଖି କଂଗ୍ରେସ ତାଙ୍କୁ ଯୁବ କଂଗ୍ରେସର ସଭାପତି ଭାବରେ ମନୋନୀତ କଲା।
ସେ ୧୯୮୦ରେ ମହାରାଷ୍ଟ୍ରରୁ ପ୍ରଥମ ବିଧାନସଭା ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିଥିଲେ ଏବଂ ଜିତିଥିଲେ। ୧୯୮୨ରେ ତାଙ୍କୁ କେନ୍ଦ୍ର ମନ୍ତ୍ରୀ ଭାବରେ କ୍ୟାବିନେଟରେ ଅନ୍ତର୍ଭୁକ୍ତ କରାଯାଇଥିଲା। ଡକ୍ଟର ମନମୋହନ ସିଂଙ୍କ ନେତୃତ୍ୱରେ ଦ୍ୱିତୀୟ ୟୁପିଏ ସରକାରରେ ଆଜାଦ ଦେଶର ସ୍ବାସ୍ଥ୍ୟମନ୍ତ୍ରୀ ଭାବରେ ଦାୟିତ୍ୱ ଗ୍ରହଣ କରିଥିଲେ। ୨୦୦୫ରେ ସେ ଜମ୍ମୁ କଶ୍ମୀରର ମୁଖ୍ୟମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

F1: ଲାଣ୍ଡୋ ନରିସ୍ ବିଶ୍ୱ ଚାମ୍ପିଅନ୍, ମ୍ୟାକ୍‌ଲାରେନ୍‌ର ୧୭ ବର୍ଷର ଅପେକ୍ଷା ଶେଷ

ଆବୁଧାବି,୭ା୧୨: ଫର୍ମୁଲା ୱାନ୍‌ର ରୋମାଞ୍ଚକର ଶେଷ ରେସ୍‌ରେ ମ୍ୟାକ୍‌ଲାରେନ୍‌ର ଡ୍ରାଇଭର୍ ଲାଣ୍ଡୋ ନରିସ୍ (୨୬) ପ୍ରଥମ ଥର ପାଇଁ ବିଶ୍ୱ ଚାମ୍ପିଅନ୍ ଟାଇଟଲ୍ ଜିତିଛନ୍ତି ।...

ବାରବାଟୀରେ ଏକାକୀ ପ୍ରାକ୍ଟିସ କଲେ ହାର୍ଦ୍ଦିକ ପାଣ୍ଡ୍ୟା

କଟକ,୭ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମ୍‌ରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯିବାକୁ ଥିବା ପ୍ରଥମ ଟି-୨୦ ମ୍ୟାଚ ପାଇଁ କ୍ରିକେଟ୍‌...

ପୁତ୍ର ବିଚ୍ଛେଦରୁ ମୁକୁଳି ପାରୁନାହାନ୍ତି ହ୍ୟୁମାନଙ୍କ ମାଆ, ସ୍ତ୍ରୀ କହିଲେ ”ମୁଁ ୩୦ ବର୍ଷରେ ସ୍ବାମୀ ହରାଇଲି”

ବଲାଙ୍ଗୀର,୭ା୧୨: ଲୋକପ୍ରିୟ ଗାୟକ ହ୍ୟୁମାନ ସାଗରଙ୍କ ଶ୍ରଦ୍ଧାଞ୍ଜଳି ସଭାରେ ପୁଣି ଥରେ ପୁଅର ମୃତ୍ୟୁ ପାଇଁ ପୂର୍ବରୁ କରିଥିବା ଅଭିଯୋଗକୁ ଦୋହରାଇଛନ୍ତି ତାଙ୍କ ମାଆ ।...

ହତ୍ୟା ପରେ ବ୍ୟକ୍ତିଙ୍କୁ ଜାଳିଦେଲେ ଦୁର୍ବୃତ୍ତ, ଦୁର୍ଗନ୍ଧ ହେବାରୁ…

ଖଲ୍ଲିକୋଟ,୭ା୧୨(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ ଚିକିଲି ନିକଟସ୍ଥ ମେଦିପୁର-ଆଲିପୁର ରାସ୍ତା ସୁଳିଆ ପାହାଡ଼ ନିକଟରୁ ଜଣେ ଅଜଣା ବ୍ୟକ୍ତିଙ୍କ ଗଳିତ...

ପୁଟିନ୍‌ଙ୍କ ପାଇଁ ଭୋଜିରେ ଥିଲା ୪୦,୦୦୦ ଟଙ୍କା କେଜିର ଛତୁ, ଜାଣନ୍ତୁ ଏହାର ବିଶେଷତ୍ୱ

ନୂଆଦିଲ୍ଲୀ,୭ା୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ୍ ତାଙ୍କ ଭାରତ-ରୁଷିଆ ଶିଖର ସମ୍ମିଳନୀ ପାଇଁ ନୂଆଦିଲ୍ଲୀରେ ପହଞ୍ଚିଥିଲେ। ରାଷ୍ଟ୍ରପତି ଭବନରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆୟୋଜନ କରିଥିବା...

ରାୟପୁର-ଭାଇଜାଗ୍‌ କରିଡର: ଓଡ଼ିଶା ସମେତ ୩ ରାଜ୍ୟରେ ଆଣିବ ବିକାଶର ଧାରା

ଭୁବନେଶ୍ୱର,୭ା୧୨: କେନ୍ଦ୍ର ସଡ଼କ ପରିବହନ ଓ ରାଜପଥ ମନ୍ତ୍ରଣାଳୟ ଦ୍ୱାରା ନିର୍ମାଣାଧୀନ ୬-ଲେନ୍ ବିଶିଷ୍ଟ ରାୟପୁର–ବିଶାଖାପାଟଣା ଅର୍ଥନୈତିକ କରିଡର ଆଗାମୀ ଦିନରେ ଓଡ଼ିଶା ସମେତ ତିନୋଟି...

‘ସିଦ୍ଧୁଙ୍କୁ କରାଯାଉ ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ, ତାହେଲେ ରାଜନୀତିକୁ ଫେରିବେ,’ ନବଜୋତ କୌରଙ୍କ ଅଜବ ଦାବି

ଚଣ୍ଡିଗଡ଼,୭।୧୨: ପଞ୍ଜାବ ବିଧାନସଭା ନିର୍ବାଚନକୁ ଏବେ ବି ଗୋଟିଏ ବର୍ଷରୁ ଅଧିକ ସମୟ ବାକି ଅଛି, କିନ୍ତୁ ରାଜନୀତି ଏବେଠାରୁ ଉଷ୍ମ ହେଉଛି। ପୂର୍ବତନ କ୍ୟାବିନେଟ...

ବାରବାଟୀ T20: ମ୍ୟାଚ୍ ଦେଖବାକୁ ଆସୁଥିଲେ ଏସବୁ ସ୍ଥାନରେ କରନ୍ତୁ ପାର୍କିଂ

କଟକ,୭ା୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା କ୍ରିକେଟ ଟିମ୍ ବାରବାଟୀରେ ଆୟୋଜିତ ହେବାକୁ ଥିବା T20 ମ୍ୟାଚ୍ ପାଇଁ ଭୁବନେଶ୍ୱରରେ ପହଞ୍ଚିଛନ୍ତି। ଉଭୟ ଦଳକୁ କଡ଼ା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri