Posted inଜାତୀୟ

ନୂଆ ଦଳ ଘୋଷଣା କଲେ ଗୁଲାମ ନବୀ ଆଜାଦ

ଶ୍ରୀନଗର,୨୬।୯: ଜମ୍ମୁ କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ଗୁଲାମ ନବୀ ଆଜାଦ ଏକ ନୂତନ ଦଳ ଘୋଷଣା କରିଛନ୍ତି। ତାଙ୍କ ଦଳର ନାମ ହେଉଛି ‘ଡେମୋକ୍ରାଟିକ ଆଜାଦ ପାର୍ଟି’। ଜମ୍ମୁରେ ଏକ ଖବରଦାତା ସମ୍ମିଳନୀ କରି ସେ ଏହି ନାମ ଘୋଷଣା କରିଛନ୍ତି। ଗତ ମାସରେ ଆଜାଦ କଂଗ୍ରେସ ସହିତ ପାଞ୍ଚ ଦଶନ୍ଧିରୁ ଅଧିକ ପୁରୁଣା ସମ୍ପର୍କ ଛିନ୍ନ କରିଦେଇଥିଲେ। ସେ ତିନି ଦିନିଆ ଗସ୍ତରେ ରବିବାର ଜମ୍ମୁ ଆସିଛନ୍ତି।
ସେ କହିଛନ୍ତି, ଦଳର ଆଦର୍ଶ ଏହାର ନାମ ପରି ହେବ ଏବଂ ସମସ୍ତ ଧର୍ମନିରପେକ୍ଷ ବ୍ୟକ୍ତି ଏଥିରେ ଯୋଗ ଦେଇପାରିବେ। ଜମ୍ମୁ କଶ୍ମୀର କଂଗ୍ରେସ କମିଟିର ଅଧିକାଂଶ ବରିଷ୍ଠ ନେତା ଦଳ ଛାଡି ଆଜାଦଙ୍କ ସମର୍ଥନରେ ଆସିଛନ୍ତି। ସେ ଦଳର ଏଜେଣ୍ଡା ସ୍ପଷ୍ଟ କରିସାରିଛନ୍ତି। ଜମ୍ମୁ କଶ୍ମୀରରେ ପୂର୍ଣ୍ଣ ରାଜ୍ୟତା ପୁନଃ ସ୍ଥାପିତ କରିବା, ସ୍ଥାନୀୟ ଲୋକଙ୍କ ପାଇଁ ଜମି ଏବଂ ଚାକିରି ଅଧିକାର ପାଇବା ପାଇଁ ସଂଗ୍ରାମ ଜାରି ରଖିବା ଏଥିରେ ସାମିଲ ଅଛି।
ମାର୍ଚ୍ଚ ୨୦୨୨ରେ ଗୁଲାମ ନବୀ ଆଜାଦ ତତ୍କାଳୀନ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କଠାରୁ ପଦ୍ମ ଭୂଷଣ ଗ୍ରହଣ କରିଥିଲେ। ୧୯୭୩ରେ ଆଜାଦ ଡୋଡା ଜିଲାର ଭାଲେସା ବ୍ଲକ କଂଗ୍ରେସ କମିଟିର ସଚିବ ଭାବରେ ରାଜନୀତି ଆରମ୍ଭ କରିଥିଲେ। ଏହା ପରେ ତାଙ୍କର ସକ୍ରିୟତା ଏବଂ ଶୈଳୀ ଦେଖି କଂଗ୍ରେସ ତାଙ୍କୁ ଯୁବ କଂଗ୍ରେସର ସଭାପତି ଭାବରେ ମନୋନୀତ କଲା।
ସେ ୧୯୮୦ରେ ମହାରାଷ୍ଟ୍ରରୁ ପ୍ରଥମ ବିଧାନସଭା ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିଥିଲେ ଏବଂ ଜିତିଥିଲେ। ୧୯୮୨ରେ ତାଙ୍କୁ କେନ୍ଦ୍ର ମନ୍ତ୍ରୀ ଭାବରେ କ୍ୟାବିନେଟରେ ଅନ୍ତର୍ଭୁକ୍ତ କରାଯାଇଥିଲା। ଡକ୍ଟର ମନମୋହନ ସିଂଙ୍କ ନେତୃତ୍ୱରେ ଦ୍ୱିତୀୟ ୟୁପିଏ ସରକାରରେ ଆଜାଦ ଦେଶର ସ୍ବାସ୍ଥ୍ୟମନ୍ତ୍ରୀ ଭାବରେ ଦାୟିତ୍ୱ ଗ୍ରହଣ କରିଥିଲେ। ୨୦୦୫ରେ ସେ ଜମ୍ମୁ କଶ୍ମୀରର ମୁଖ୍ୟମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଖୁବ ଖୁସି ଅଛନ୍ତି ଅଧିନାୟକ ଶ୍ରେୟସ ଆୟର, ହେଲେ ଏହା ପଛର କାରଣ କ’ଣ ଜାଣନ୍ତୁ

ନୂଆଦିଲ୍ଲୀ,୧୨।୧୦: ରବିବାର ଭାରତ ୱେଷ୍ଟଇଣ୍ଡିଜକୁ ୧୪ ରନରେ ପରାସ୍ତ କରି ସିରିଜରେ ୨-୧ରେ ଅଗ୍ରଣୀ ହାସଲ କରିଛି। ଅଭିଷେକ ଶର୍ମାଙ୍କ ଅର୍ଦ୍ଧଶତକ ଏବଂ ଅନ୍ୟ ଖେଳାଳିଙ୍କ ଉପଯୋଗୀ…

ଏହି ଖେଳାଳିଙ୍କ ରେକର୍ଡ ଭାଙ୍ଗି ଇତିହାସ ରଚିଲେ ଅଭିଷେକ ଶର୍ମା,ସମସ୍ତେ କରୁଛନ୍ତି ଖୁବ ପ୍ରଶଂସା

ନୂଆଦିଲ୍ଲୀ,୧୨।୧୦: ଇନ୍ଦୋରରେ ୱେଷ୍ଟଇଣ୍ଡିଜ ବିପକ୍ଷ ମ୍ୟାଚରେ ଅଭିଷେକ ଶର୍ମା ୫ଟି ଛକା ଓ ୬ଟି ଚୌକା ସହାୟତାରେ ୬୯ ରନର ଏକ ଚମତ୍କାର ଇନିଂସ ଖେଳିଥିଲେ। ୨୩୦ର…

ଭୁବନେଶ୍ବରରେ ଚାଞ୍ଚଲ୍ୟ! ନେତ୍ରୀଙ୍କୁ ଯୌନ ନିର୍ଯାତନା; ହାବିଲ୍‌ଦାର ଗିରଫ, ଅଭିଯୋଗ ଚାପିଥିଲା ବଡ଼ଗଡ଼ ପୋଲିସ

ଭୁବନେଶ୍ୱର,୧୨ା୧୦(ତ୍ରିନାଥ ମହାନ୍ତି): ମହିଳାଙ୍କୁ ସୁରକ୍ଷା ବଦଳରେ ଇଜ୍ଜତ ଲୁଟୁଛି ପୋଲିସ। ଖୋଦ୍‌ ଜଣେ ରାଜନେତ୍ରୀଙ୍କୁ ୬ ମାସ ହେବ ଯୌନ ନିର୍ଯାତନା ଦେଉଥିଲେ ପୋଲିସ କର୍ମଚାରୀ। ରାତି…

କେସିଙ୍ଗା ଛାତ୍ର ସଂସଦ ନିର୍ବାଚନ, ବିଜେଡି ପ୍ରାର୍ଥୀ ଅନୁଭବଙ୍କ ନାମାଙ୍କନ କାୟମ

କେସିଙ୍ଗା,୧୨ା୧୦(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ମହାବିଦ୍ୟାଳୟର ବିଜେଡି ସମର୍ଥିତ ଛାତ୍ର ନେତା ଅନୁଭବ ପଟ୍ଟନାୟକ ସଭାପତି ପଦ ପାଇଁ ନାମାଙ୍କନ କାୟମ୍ କଲେ ମହାବିଦ୍ୟାଳୟର ନିର୍ବାଚନ…

କମୁଛି କେନ୍ଦ୍ରୀୟ ସହାୟତା, ପୌରାଞ୍ଚଳକୁ ଟଙ୍କାଟିଏ ମିଳିନି

ଭୁବନେଶ୍ୱର,୧୨ା୧୦(ରବିନାରାୟଣ ଜେନା): କେନ୍ଦ୍ର ସରକାରଙ୍କ ପକ୍ଷରୁ କେନ୍ଦ୍ରୀୟ ପ୍ରବର୍ତ୍ତିତ ଯୋଜନା(ସିଏସ୍‌ଏସ୍‌), ଷୋଡ଼ଶ ଅର୍ଥ ଆୟୋଗଙ୍କ ସୁପାରିସ ଓ ରାଜ୍ୟଗୁଡ଼ିକୁ ସ୍ବତନ୍ତ୍ର ସହାୟତା ଯୋଜନା(ଏସ୍‌ଏଏସ୍‌ସିଆଇ)ଭଳି ବିଭିନ୍ନ ପ୍ରକାରରେ ଆର୍ଥିକ…

ଏଇ ଭାରତରେ

ବିନୟ ଦାସ ଦିଲ୍ଲୀର ଓ୍ବାଜିରପୁରରେ ରହୁଥିବା ପ୍ରବାସୀ ଶ୍ରମିକଙ୍କ ପିଲାଙ୍କୁ ମାଗଣାରେ ପଢ଼ାଉଛନ୍ତି। ସେ ୨୦୧୩ରେ ପ୍ରଥମେ ତାଙ୍କ ପଡ଼ିଶା ଘର ପିଲାଙ୍କୁ ପଢ଼ାଇବା ଆରମ୍ଭ କରିଥିଲେ।…

ସୈନିକଙ୍କୁ ଟେଷ୍ଟୋଷ୍ଟେରୋନ୍‌ ଚିକିତ୍ସା

ଦୀର୍ଘଦିନ ହେଲା ଚାଲିଆସିଛି ଆମେରିକା-ଇରାନ ଯୁଦ୍ଧ। ଏଥିପାଇଁ ବିଦେଶ ଭୂଇଁରେ ଥିବା ଆମେରିକୀୟ ସୈନ୍ୟମାନଙ୍କ ମଧ୍ୟରୁ ଅନେକଙ୍କଠାରେ ସୃଷ୍ଟି ହେଉଛି ମାନସିକ ଚାପ। ଏକଥା ଅନୁଭବ କରି…

ଛାତ୍ର ଆନ୍ଦୋଳନ ଓ ପୋଲିସ କାର୍ଯ୍ୟାନୁଷ୍ଠାନ

ସ୍ବାଧୀନତା ପରେ ବିଭିନ୍ନ ସ୍ଥାନୀୟ ଓ ଜାତୀୟ ସମସ୍ୟା ପାଇଁ ଛାତ୍ରମାନେ ଅଣ୍ଟା ଭିଡ଼ିଛନ୍ତି ଏବଂ ପୋଲିସ କାର୍ଯ୍ୟାନୁଷ୍ଠାନର ଶିକାର ହୋଇଛନ୍ତି। ୧୯୬୩ ମସିହାରେ ତତ୍କାଳୀନ କେନ୍ଦ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?