Posted inଜାତୀୟ

ଗୁଲାମ ନବି ଆଜାଦଙ୍କ ପଦ୍ମ ସମ୍ମାନକୁ ନେଇ କଂଗ୍ରେସରେ ତିକ୍ତତା

ନୂଆଦିଲ୍ଲୀ,୨୭ ।୧: କଂଗ୍ରେସର ବରିଷ୍ଠ ନେତା ତଥା ଜମ୍ମୁ-କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ଗୁଲାମ ନବି ଆଜାଦଙ୍କୁ ମିଳିବ ପଦ୍ମ ଭୂଷଣ ସମ୍ମାନ । ଏହା ଘୋଷଣା ହେବା ପରେ ଏବେ କଗ୍ରେସରେ ତିକ୍ତତା ଆରମ୍ଭ ହୋଇଛି । ପୂର୍ବତନ କେନ୍ଦ୍ରମନ୍ତ୍ରୀ ଜୟରାମ ରମେଶ ଏହି ସମ୍ମାନନୁ ଦେଇ ଗୁଲାମ ନବିଙ୍କୁ କଟାକ୍ଷ କରିଥିବା ବେଳେ ଅନ୍ୟପଟେ ଦଳର ‘ଜି ୨୩’ନେତାଙ୍କ ମଧ୍ୟରେ ସାମିଲ କେତେଜଣ ନେତା ଗୁଲାମ ନବି ଆଜାଦଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ହେଲେ କଂଗ୍ରେସର ଅସ୍ଥାୟୀ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ଓ ପୂର୍ବତନ କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ଏପର୍ଯ୍ୟନ୍ତ ଗୁଲାମ ନବିଙ୍କୁ ଶୁଭେଚ୍ଛା ଜଣାଇ ନାହାନ୍ତି ।

ଜୟରାମ ରମେଶ ଟୁଇଟ୍ କରି କହିଛନ୍ତି, ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ବୁଦ୍ଧଦେବ ଭଟ୍ଟାଚାର୍ଜ ପଦ୍ମ ଭୂଷଣ ସମ୍ମାନ ନେବାକୁ ମନା କରି ଉଚିତ କରିଛନ୍ତି । କାରଣ ସେ ଆଜାଦ ରହିବାକୁ ଚାହାନ୍ତି ଗୁଲାମ ନୁହେଁ । ଏବେ ରମେଶଙ୍କ ଏହି ଟିପ୍ପଣିକୁ ନେଇ ଅନ୍ୟ କଂଗ୍ରେସ ନେତାକାନେ ତାଙ୍କୁ ସାମଲୋଚନା କରିଛନ୍ତି । କଂଗ୍ରେସ ଏସବୁ ଚିନ୍ତାଧାରା ଉପରକୁ ଯିବା ଦରକାରବୋଲି କହିଛନ୍ତି ପୂର୍ବତନ ଆଇନ ମନ୍ତ୍ରୀ ଅଶ୍ୱିନି କୁମାର । ସେହିପରି କଂଗ୍ରେସର ପୂର୍ବତନ ନେତା ସୁସ୍ମିତା ଦେବ କହିଛନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ ତରୁଣ ଗୋଗୋଇଙ୍କୁ ପଦ୍ମ ଭୂଷଣ ଓ ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀଙ୍କୁ ଭାରତ ରତ୍ନ ମିଳିବା କ’ଣ ସେମାନଙ୍କୁ ଗୁଲାମ କରିଦେଇଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା: ଭଞ୍ଜନଗର ଆଇଆରବି ବାଟାଲିୟନ ରନର୍ସ ଅପ୍‌

ଭଞ୍ଜନଗର, ୨ ୮।୧୨(ବାବୁଲା ପ୍ରଧାନ): ସ୍ପେଶାଲ ଅପରେଶନ ଗ୍ରୁପ (ଏସଓଜି) ଚନ୍ଦକା ଠାରେ ୮ମ ରାଜ୍ୟ ପୋଲିସ ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା ଉଦ୍‌ଯାପିତ ହୋଇଯାଇଛି...

ମ୍ଭାରୀଗୁଡା ରାସ୍ତାପଟେ ବୃଦ୍ଧା ଯାଉଥିବା ବେଳେ ହଠାତ୍‌ ଆସିଲା ଭାଲୁ : ପରେ…

ନୂଆପଡ଼ା/ସିନାପାଲି,୨୮ା୧୨ (ମକାରୁ ବେମାଲ/ମନଫୁଲ ମେହେର): ନୂଆପଡ଼ା ଜିଲା ସିନାପାଲି ଥାନା ଗଣ୍ଡାବାହାଲି ଗାଁରେ ଶୁକ୍ରବାର ଭାଲୁ ଆକ୍ରମଣରେ ଜଣେ ବୃଦ୍ଧାଙ୍କ ମୁତ୍ୟୁ ଘଟିଛି। ସେ ହେଲେ...

ସର୍ୱୋତ୍ତମ ପ୍ରତିନିଧିତ୍ୱ ବ୍ୟବସ୍ଥା

କ୍ଷତା, ଯୋଗ୍ୟତା ଓ ଲୋକପ୍ରିୟତା ନିର୍ୱିଶେଷରେ ହାତୀ ସୁନାକଳସ ଢାଳିଲା ପରି ଆମ ଲୋକପ୍ରତିନିଧିମାନେ ସଦନକୁ ନିର୍ୱାଚିତ ହୋଇଯାଉଛନ୍ତି। ନିର୍ୱାଚନର ନୀତି ନିୟମ ଅନୁଯାୟୀ ଜଣେ...

ସଙ୍କଟରେ ପକ୍ଷୀକୁଳ

ବତ୍ତର୍ର୍ନର ସ୍ତରକୁ ଲକ୍ଷ୍ୟ କଲେ ଜଣାଯାଏ ମଣିଷ ଆଗମନର ଢେର ଆଗରୁ ସୃଷ୍ଟି ହୋଇଥିଲେ ଉଦ୍ଭିଦମାନେ ଆଉ କ୍ରମେ ଉଦ୍ଭବ ହୋଇଥିଲେ ବିବିଧ ପ୍ରାଣୀ। ମଣିଷ...

ଉଦ୍ଦେଶ୍ୟ ଓ ଉଦାସୀନତା

ଭାରତୀୟ ଜନତା ପାର୍ଟି (ଭାଜପା) ଏହାର ବିଚାରଧାରାକୁ କାର୍ଯ୍ୟକାରୀ କରିବା ପାଇଁ ଦୃଢ଼ ସଂକଳ୍ପ ନେଇଛି ଏବଂ ଏହା ତାହାର ମୂଳ ଉଦ୍ଦେଶ୍ୟ। ଦଳ କ୍ଷମତାରେ...

କାଠଗଡ଼ାକୁ ଯିବେ ରହମାନ୍‌ ଡକୈତ

ମୁମ୍ୱାଇ,୨୮ା୧୨: ‘ଧୁରନ୍ଧର’ ଫିଲ୍ମର ସୁପରହିଟ୍‌ ସଫଳତା ପରେ ଅଭିନେତା ଅକ୍ଷୟ ଖାନ୍ନାଙ୍କ ଡିମାଣ୍ଡ ରାତାରାତି ବଢ଼ିଯାଇଛି। ସେ ନିଜ ସାଲାରି ୩ ଗୁଣା ବଢ଼ାଇଦେଇଛନ୍ତି। ଏପରି...

ପୁରୀ, ଭୁବନେଶ୍ୱରରେ ରେଳ ଚଳାଚଳ ଦୁଇଗୁଣା ବଢ଼ିବ

ଭୁବନେଶ୍ୱର,୨୮ା୧୨(ଅନୁରାଧା ମହାରଣା): ଆସନ୍ତା ୫ ବର୍ଷରେ ଅର୍ଥାତ୍‌ ୨୦୩୦ ସୁଦ୍ଧା ଭୁବନେଶ୍ୱର, ପୁରୀ ଏବଂ ବିଶାଖାପାଟଣାରେ ରେଳ ଚଳାଚଳ କ୍ଷମତା ଦ୍ୱିଗୁଣା କରାଯିବ। ଏଥିପାଇଁ ପ୍ରମୁଖ...

ପ୍ରତିଷ୍ଠା ଦିବସର ଦିନକ ପରେ ବଡ଼ ଘୋଷଣା କଲା ବିଜେଡି

ଭୁବନେଶ୍ୱର,୨୮ା୧୨(ସୁନିତ୍‌ ମିଶ୍ର): ବିଜେଡି ପ୍ରତିଷ୍ଠା ଦିବସ ପାଳନର ଦିନକ ପରେ ୧୧ ସାଙ୍ଗଠନିକ ଜିଲା ପାଇଁ ଦଳ ସଭାପତି ନବୀନ ପଟ୍ଟନାୟକ ଶନିବାର ତାଲିକା ପ୍ରକାଶ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri