Posted inଜାତୀୟ

୩ ନେତାଙ୍କୁ ଦଳରୁ ବିଦା କଲେ ଗୁଲାମ ନବୀ ଆଜାଦ୍‌

ଶ୍ରୀନଗର,୨୨।୧୨: କଂଗ୍ରେସରୁ ଇସ୍ତଫା ପରେ ନୂତନ ଦଳ ଗଠନ କରିଥିବା ଗୁଲାମ ନବୀ ଆଜାଦ୍‌ ଗୁରୁବାର ୩ ନେତାଙ୍କୁ ଡେମୋକ୍ରାଟିକ୍‌ ଆଜାଦ୍‌ ପାର୍ଟିରୁ ବହିଷ୍କାର କରିଛନ୍ତି। ସେମାନେ ହେଲେ ତାରାଚାନ୍ଦ, ମନୋହର ଲାଲ ଶର୍ମା ଏବଂ ବଳୱାନ ସିଂ ଅଛନ୍ତି। ଏଥିମଧ୍ୟରୁ ତାରାଚାନ୍ଦ ଜମ୍ମୁ-କଶ୍ମୀରର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ଥିବା ବେଳେ ମନୋହର ଲାଲ ଶର୍ମା ମନ୍ତ୍ରୀ ରହିଥିଲେ। ତେବେ ବହିଷ୍କାରର କାରଣ ଦଳ ପକ୍ଷରୁ ସୂଚନା ଦିଆଯାଇନାହିଁ। କିଛି ଦିନ ପୂର୍ବରୁ ଗୁଲାମ ନବୀ ଆଜାଦ୍‌ ଡେମୋକ୍ରାଟିକ୍‌ ଆଜାଦ୍‌ ପାର୍ଟି ନାମରେ ଦଳ ଗଠନ କରିଥିଲେ। ଦଳର ସମ୍ପ୍ରସାରଣ ବେଳେ ଆଜାଦ ତିନିଜଣ ପୂର୍ବତନ ମନ୍ତ୍ରୀ ତାରାଚାନ୍ଦ, ପିରଜାଦା ମହମ୍ମଦ ସୟିଦ ଏବଂ ଜିଏମ ସରୁରିଙ୍କୁ ଦଳର ଉପାଧ୍ୟକ୍ଷ ଭାବରେ ନିଯୁକ୍ତ କରିଥିଲେ। ଏଥିସହ ଗତ ଶନିବାର ସଲମାନ ନିଜାମୀଙ୍କୁ ଡିଏପିର ମୁଖପାତ୍ର ଦାୟିତ୍ୱ ଦିଆଯାଇଥିବା ଖବର ସାମ୍ନାକୁ ଆସିଥିଲା। ନିକଟରେ ଦଳ ୧୦ଟି ନୂତନ ମହାସଚିବ, ୧୨ଜଣ ସଚିବ, ୬ଜଣ ମୁଖପାତ୍ର ଏବଂ ୪ଟି ସୋସିଆଲ ମିଡିଆ ସଂଯୋଜକଙ୍କ ନାମ ଘୋଷଣା କରିଥିଲା। ଚଳିତ ବର୍ଷ ଅଗଷ୍ଟ ୨୬ରେ କଂଗ୍ରେସ ଛାଡିଥିବା ଆଜାଦ୍‌ ସେପ୍ଟେମ୍ବର ୨୬ରେ ଡେମୋକ୍ରାଟିକ୍‌ ଆଜାଦ୍‌ ପାର୍ଟି ଆରମ୍ଭ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସ୍ଥଗିତ ରହିଲା ଏମସିଡି ମେୟର, ଡେପୁଟି ମେୟର ନିର୍ବାଚନ

ନୂଆଦିଲ୍ଲୀ,୨୫।୪: ଏପ୍ରିଲ ୨୬ରେ ଦିଲ୍ଲୀରେ ଅନୁଷ୍ଠିତ ହେବାକୁ ଥିବା ମ୍ୟୁନିସିପାଲିଟି କର୍ପୋରେସନ ମେୟର ଏବଂ ଡେପୁଟି ମେୟରଙ୍କ ପାଇଁ ନିର୍ବାଚନ ସ୍ଥଗିତ ରଖାଯାଇଛି। ଏହାର କାରଣ...

ଦ୍ୱିତୀୟ ପର୍ଯ୍ୟାୟ ମତଦାନ ପ୍ରସ୍ତୁତି ଶେଷ: ରାହୁଲ, ଓମ୍‌ ବିର୍ଲା, ହେମା ମାଳିନୀଙ୍କ ହେବ ଭାଗ୍ୟ ପରୀକ୍ଷା

ନୂଆଦିଲ୍ଲୀ,୨୫ା୪: ଶୁକ୍ରବାର ଦ୍ୱିତୀୟ ପର୍ଯ୍ୟାୟ ଲୋକ ସଭା ନିର୍ବାଚନ। ୧୩ ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳର ୮୮ ଆସନରେ ମତଦାନ ହେବ। ଏହି ପର୍ଯ୍ୟାୟରେ କଂଗ୍ରେସ...

ଅଣ୍ଡା, ଚିକେନ ଖାଉଥିବା ଲୋକେ ହୁଅନ୍ତୁ ସାବଧାନ

ନୂଆଦିଲ୍ଲୀ,୨୫।୪: ଝାଡ଼ଖଣ୍ଡର ରାଜଧାନୀ ରାଞ୍ଚିରେ ବାର୍ଡଫ୍ଲୁ ରୋଗ ସଂକ୍ରମଣ ହୋଇଥିବା ଜଣାପଡିଛି। ସେଠାରେ ଅନେକ ନମୁନା ପରୀକ୍ଷା କରାଯାଇଥିଲା ଯେଉଁଥିରେ ଏଭିୟନ ଇନଫ୍ଲୁଏନଞ୍ଜା H5N1 ଚିହ୍ନଟ...

ନିର୍ବାଚନ ଲଢିବେ କଳ୍ପନା

ରାଞ୍ଚି,୨୫।୪: ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ସ୍ତ୍ରୀ କଳ୍ପନା ସୋରେନ ନିର୍ବାଚନ ମଇଦାନରେ ପ୍ରବେଶ କରିଛନ୍ତି। ଗାଂଡେୟ ବିଧାନସଭା ଆସନରୁ ଉପ-ନିର୍ବାଚନରେ ଝାଡ଼ଖଣ୍ଡ ମୁକ୍ତି...

୧୧ ବର୍ଷ ହେବ ଜେଲରେ ବନ୍ଦୀଥିବା ଝିଅକୁ ଭେଟିବାକୁ ଭାରତରୁ ୟେମେନ ପହଞ୍ଚିଲେ ମା’, ହତ୍ୟା ମାମଲାରେ ମିଳିଛି ମୃତ୍ୟୁଦଣ୍ଡ

ନୂଆଦିଲ୍ଲୀ/ସନା,୨୫।୪: ଦୀର୍ଘ ୧୧ ବର୍ଷ ଧରି ୟେମେନ ଜେଲରେ ବନ୍ଦୀ ଥିବା ଝିଅକୁ ଭେଟିବା ପାଇଁ ତାଙ୍କ ମା’ ଭାରତରୁ ୟେମେନ ଆସିଥିଲେ। ଦୁହେଁ ପରସ୍ପରକୁ...

ଆଉ ଏକ ପ୍ରାର୍ଥୀ ତାଲିକା ଜାରି କଲା ବିଏସପି, ରାଏବରେଲିରୁ ଲଢିବେ…

ଲକ୍ଷ୍ନୌ,୨୫।୪: ଉତ୍ତରପ୍ରଦେଶରେ ହେବାକୁ ଥିବା ଲୋକ ସଭା ନିର୍ବାଚନ ପାଇଁ ବହୁଜନ ସମାଜ ପାର୍ଟି (ବିଏସପି) ଗୁରୁବାର ଆଉ ଏକ ପ୍ରାର୍ଥୀ ତାଲିକା ଜାରି କରିଛି।...

ଗୁଗୁଲ ସର୍ଚ୍ଚର ସମସ୍ତ ରେକର୍ଡ ଭାଙ୍ଗିଲା ଉତ୍ତରାଧିକାର ଟ୍ୟାକ୍ସ, ସାମ ପିଟ୍ରୋଡାଙ୍କୁ ବି କରିଛନ୍ତି ଖୁବ ସର୍ଚ୍ଚ

ଓ୍ବାଶିଂଟନ/ନୂଆଦିଲ୍ଲୀ,୨୫।୪: ବର୍ତ୍ତମାନ, ଭାରତୀୟ ବିଦେଶ କଂଗ୍ରେସ ସଭାପତି ସାମ ପିଟ୍ରୋଡାଙ୍କ ଉତ୍ତରାଧିକାର ଟ୍ୟାକ୍ସ ସମ୍ପର୍କରେ ଦେଇଥିବା ବିବୃତ୍ତି ଉପରେ ରାଜନୀତି ବନ୍ଦ ହେଉନାହିଁ। ଗୁରୁବାର (ଏପ୍ରିଲ...

‘କାନ ଖୋଲି ଶୁଣି ନିଅ, ଯେପର୍ଯ୍ୟନ୍ତ ମୋଦି ବଞ୍ଚିଛନ୍ତି’

ନୂଆଦିଲ୍ଲୀ,୨୫ା୪: ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ଭୋଟ୍‌ ଶୁକ୍ରବାର ଉତ୍ତରପ୍ରଦେଶର ୮ଟି ଆସନରେ ଅନୁଷ୍ଠିତ ହେବ। ଏହି ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କଂଗ୍ରେସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri