Posted inଜାତୀୟ

ବଦଳିଲା ଗୁଲାମ ନବି ଆଜାଦଙ୍କ ସ୍ବର

ନୂଆଦିଲ୍ଲୀ,୬।୧୧: କଂଗ୍ରେସର ପୂର୍ବତନ ନେତା ଗୁଲାମ ନବୀ ଆଜାଦଙ୍କ ସ୍ବର ବଦଳିଯାଇଛି। ଏଥର ସେ କଂଗ୍ରେସକୁ ଟାର୍ଗେଟ କରିବା ପରିବର୍ତ୍ତେ ସେ ଦଳର ଭଲ ପ୍ରଦର୍ଶନ କାମନା କରଛନ୍ତି। ଆଗାମୀ ହିମାଚଳ ପ୍ରଦେଶ ଏବଂ ଗୁଜରାଟରେ ଦଳ ଭଲ ପ୍ରଦର୍ଶନ କରୁ ବୋଲି ରବିବାର ସେ ଏକ ସାକ୍ଷାତକାର କହିଛନ୍ତି।
ଗୁଲାମ ନବୀ ଆଜାଦ କହିଛନ୍ତି, ଯଦିଓ ମୁଁ କଂଗ୍ରେସଠାରୁ ଅଲଗା ହୋଇସାରିଛି, ତଥାପି ମୁଁ ସେମାନଙ୍କ ଧର୍ମନିରପେକ୍ଷତା ନୀତି ବିରୋଧରେ ନୁହେଁ। ମୁଁ ଦଳ ଛାଡିବାର କାରଣ ହେଉଛି ପାର୍ଟି ବ୍ୟବସ୍ଥାର ଦୁର୍ବଳତା। ମୁଁ ତଥାପି ଚାହୁଁଛି ଗୁଜରାଟ ଏବଂ ହିମାଚଳ ପ୍ରଦେଶ ବିଧାନସଭା ନିର୍ବାଚନରେ କଂଗ୍ରେସ ଭଲ ପ୍ରଦର୍ଶନ କରୁ। ଆମ ଆଦମୀ ପାର୍ଟି (ଏଏପି) ଗୁଜରାଟରେ ବିଜୟ ହାସଲ କରିବାରେ ସକ୍ଷମ ନୁହେଁ। କେବଳ ଦିଲ୍ଲୀର ଏକ ଦଳ। ସେ ମଧ୍ୟ ପଞ୍ଜାବକୁ ଦକ୍ଷତାର ସହିତ ଚଳାଇବାକୁ ସକ୍ଷମ ନୁହଁନ୍ତି। କେବଳ କଂଗ୍ରେସ ହିମାଚଳ ଏବଂ ଗୁଜରାଟରେ ଭାଜପାକୁ ଚ୍ୟାଲେଞ୍ଜ କରିପାରିବ।
ସୂଚନାଯୋଗ୍ୟ,୭୩ ବର୍ଷିୟ ଗୁଲାମ ନବୀ ଆଜାଦ ୨୬ ଅଗଷ୍ଟରେ କଂଗ୍ରେସରୁ ଇସ୍ତଫା ଦେଇଥିଲେ। ସେ କଂଗ୍ରେସକୁ କଡ଼ା ସମାଲୋଚନା କରିଥିଲେ। ପରେ ସେ ‘ଡେମୋକ୍ରାଟିକ ଆଜାଦ ପାର୍ଟି’ ନାମକ ଏକ ଦଳ ଗଢିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗାଡି ଧକ୍କାରେ ଚାଲିଗଲା ମହିଳାଙ୍କ, କ୍ଷତିପୂରଣ ଦାବିରେ ରାସ୍ତାରୋକୋ

ଲାଞ୍ଜିଗଡ଼, ୧ା୧(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଆଶ୍ରମପଡା ନିକଟରେ ଗୁରୁବାର ଏକ ଅଜଣା ଗାଡି ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି।...

ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣ: ଚାଲିଗଲା ୨୪ ଜୀବନ

କିଭ୍‌,୧ା୧ରୁଷିଆ ଅଧିକୃତ ଖେର୍‌ସନ ଅଞ୍ଚଳର ଏକ ଗ୍ରାମରେ ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣରେ ୨୪ ଜଣଙ୍କ ମୃତ୍ୟୁ ଘଟିବା ସହ ଅନୂ୍ୟନ ୫୦ ଜଣ ଆହତ ହୋଇଛନ୍ତି।...

Self Care Routine:୨୦୨୬ରେ ନିଜର ଯତ୍ନ ନେବାକୁ କରିଛନ୍ତି କି ପ୍ରତିଜ୍ଞା? ଜାଣି ରଖନ୍ତୁ କିଛି ଟିପ୍ସ

ଆଜିର ବ୍ୟସ୍ତବହୁଳ ଜୀବନଚର୍ଯ୍ୟା ମଧ୍ୟରେ ନିଜର ଯତ୍ନ(ସେଲ୍ଫ କେୟାର) ଅତ୍ୟନ୍ତ ଜରୁରୀ। କାରଣ ଯେତେବେଳେ ଆମେ ନିଜର ଯତ୍ନ ନେଉନା, ସେତେବେଳେ ଧୀରେ ଧୀରେ ଥକାପଣ,...

ନୂଆବର୍ଷରେ ସ୍ତ୍ରୀଙ୍କୁ ହତ୍ୟା କଲା ସ୍ୱାମୀ

ସୁନ୍ଦରଗଡ଼,୧।୧(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ହେମଗିର ଥାନା ଅଧୀନ ଖୁଟିପାନି ଗ୍ରାମରେ ଗୁରୁବାର ନୁଆବର୍ଷ ଅବସରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ୱାମୀଙ୍କ...

ହୋଇପାରେ ସାମୀଙ୍କ ପ୍ରତ୍ୟାବର୍ତ୍ତନ, ସଙ୍କଟରେ ଏହି ଖେଳାଳିଙ୍କ ସ୍ଥାନ

ନୂଆଦିଲ୍ଲୀ,୧।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଆସନ୍ତା ଜାନୁଆରୀ ୧୧ ତାରିଖରୁ ଆରମ୍ଭ ହେବ। ଏହି ତିନି ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜ୍ ପାଇଁ ଭାରତୀୟ...

ଜାନୁଆରୀ ୨୦୨୬ରେ କ’ଣ କରିବେ ଏବଂ କ’ଣ ନ କରିବେ; ରାଶି ଅନୁସାରେ ଜାଣନ୍ତୁ…

ନୂଆବର୍ଷ ୨୦୨୬ ଆରମ୍ଭ ହୋଇସାରିଛି ଏବଂ ଜାନୁଆରି ମାସ ସବୁ ରାଶି ପାଇଁ ଗୁରୁତ୍ୱପୂର୍ଣ୍ଣ ସନ୍ଦେଶ ଆଣିଛି। ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ, ଏହି ମାସରେ ଗ୍ରହମାନଙ୍କ...

ନାତୁଣୀଙ୍କୁ ଦୁର୍ବ୍ୟବହାର, ପ୍ରତିବାଦ କରିବାରୁ ଗାଁ ଦାଣ୍ଡରେ ବୃଦ୍ଧଙ୍କୁ ପିଟି ପିଟି ହତ୍ୟା; ମୃତଦେହ…

ଦିଗପହଣ୍ଡି,୧।୧(ଅଶେଷ ନାଥ ମିଶ୍ର): ନୂଆବର୍ଷରେ ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷା ନିମଖଣ୍ଡି ପଞ୍ଚାୟତ ସିନ୍ଧବା ଗ୍ରାମରେ ଜଣେ ବୃଦ୍ଧ ସନିଆ ଗୌଡ଼(୮୫)ଙ୍କୁ ଗୁରୁବାର ସକାଳ...

ଫେବୃଆରୀ ୧ରୁ FASTag ନିୟମରେ ହେବ ବଡ଼ ପରିବର୍ତ୍ତନ

ନୂଆଦିଲ୍ଲୀ,୧।୧: କେନ୍ଦ୍ର ସରକାର FASTag ନିୟମରେ ବଡ଼ ପରିବର୍ତ୍ତନ କରିବାକୁ ଯାଉଛନ୍ତି। ଏହା ଅଧୀନରେ, ଗାଡ଼ି ମାଲିକଙ୍କୁ FASTag ପାଇବା ପାଇଁ ଆଉ KYC ପୂରଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri