Posted inଜାତୀୟ

ବଦଳିଲା ଗୁଲାମ ନବି ଆଜାଦଙ୍କ ସ୍ବର

ନୂଆଦିଲ୍ଲୀ,୬।୧୧: କଂଗ୍ରେସର ପୂର୍ବତନ ନେତା ଗୁଲାମ ନବୀ ଆଜାଦଙ୍କ ସ୍ବର ବଦଳିଯାଇଛି। ଏଥର ସେ କଂଗ୍ରେସକୁ ଟାର୍ଗେଟ କରିବା ପରିବର୍ତ୍ତେ ସେ ଦଳର ଭଲ ପ୍ରଦର୍ଶନ କାମନା କରଛନ୍ତି। ଆଗାମୀ ହିମାଚଳ ପ୍ରଦେଶ ଏବଂ ଗୁଜରାଟରେ ଦଳ ଭଲ ପ୍ରଦର୍ଶନ କରୁ ବୋଲି ରବିବାର ସେ ଏକ ସାକ୍ଷାତକାର କହିଛନ୍ତି।
ଗୁଲାମ ନବୀ ଆଜାଦ କହିଛନ୍ତି, ଯଦିଓ ମୁଁ କଂଗ୍ରେସଠାରୁ ଅଲଗା ହୋଇସାରିଛି, ତଥାପି ମୁଁ ସେମାନଙ୍କ ଧର୍ମନିରପେକ୍ଷତା ନୀତି ବିରୋଧରେ ନୁହେଁ। ମୁଁ ଦଳ ଛାଡିବାର କାରଣ ହେଉଛି ପାର୍ଟି ବ୍ୟବସ୍ଥାର ଦୁର୍ବଳତା। ମୁଁ ତଥାପି ଚାହୁଁଛି ଗୁଜରାଟ ଏବଂ ହିମାଚଳ ପ୍ରଦେଶ ବିଧାନସଭା ନିର୍ବାଚନରେ କଂଗ୍ରେସ ଭଲ ପ୍ରଦର୍ଶନ କରୁ। ଆମ ଆଦମୀ ପାର୍ଟି (ଏଏପି) ଗୁଜରାଟରେ ବିଜୟ ହାସଲ କରିବାରେ ସକ୍ଷମ ନୁହେଁ। କେବଳ ଦିଲ୍ଲୀର ଏକ ଦଳ। ସେ ମଧ୍ୟ ପଞ୍ଜାବକୁ ଦକ୍ଷତାର ସହିତ ଚଳାଇବାକୁ ସକ୍ଷମ ନୁହଁନ୍ତି। କେବଳ କଂଗ୍ରେସ ହିମାଚଳ ଏବଂ ଗୁଜରାଟରେ ଭାଜପାକୁ ଚ୍ୟାଲେଞ୍ଜ କରିପାରିବ।
ସୂଚନାଯୋଗ୍ୟ,୭୩ ବର୍ଷିୟ ଗୁଲାମ ନବୀ ଆଜାଦ ୨୬ ଅଗଷ୍ଟରେ କଂଗ୍ରେସରୁ ଇସ୍ତଫା ଦେଇଥିଲେ। ସେ କଂଗ୍ରେସକୁ କଡ଼ା ସମାଲୋଚନା କରିଥିଲେ। ପରେ ସେ ‘ଡେମୋକ୍ରାଟିକ ଆଜାଦ ପାର୍ଟି’ ନାମକ ଏକ ଦଳ ଗଢିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ମଧୁବୈଶ୍ଯ ସମାଜର ବାର୍ଷିକ ସମ୍ମିଳନୀ ; ପାରମ୍ପରିକ ବ୍ୟବସାୟର ପ୍ରଚାର ପ୍ରସାର ଉପରେ ବିଧାୟକଙ୍କ ଗୁରୁତ୍ୱ

ଦିଗପହଣ୍ଡି,୧୬।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ହାଟତୋଟା ସ୍ଥିତ ଗୁପ୍ତେଶ୍ବର ଶୈବପୀଠ ପରିସରରେ ବଡଖେମୁଣ୍ଡି ତାଲୁକା ମଧୁବୈଶ୍ଯ (ଗୁଡିଆ) ସମାଜର ବାର୍ଷିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି…

ବାପାଙ୍କ ଛୁରାମାଡ଼ରେ ପୁଅଙ୍କ ଚାଲିଗଲା ଜୀବନ, ନୂଆଁଖାଇରେ ହୋଇଥିଲା ରକ୍ତପାତ

ଝରିଗାଁ,୧୬।୯(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ କୁସୁମପାଣି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଯାଇଛି । ଗତ ମଙ୍ଗଳବାର ରାତିରେ ବାପାର ଛୁରା ମାଡ଼ରେ…

କନ୍ନଡ ଅଭିନେତା ଅନନ୍ତ ନାଗ୍‌ ପାଇବେ ଦାଦା ସାହେବ ଫାଲ୍‌କେ ଆୱାର୍ଡ

ନୂଆଦିଲ୍ଲୀ,୧୬।୯: ଭାରତୀୟ ସିନେମାରେ ନିଜର ଦୀର୍ଘ ଓ ସ୍ମରଣୀୟ ଅବଦାନ ପାଇଁ ଦାଦାସାହେବ ଫାଲ୍‌କେ ପୁରସ୍କାର ପାଇବେ କନ୍ନଡ଼ ସିନେମାର ଭେଟେରାନ୍‌ ଅଭିନେତା ଅନନ୍ତ ନାଗ ।…

ଦେଶରେ ହଇଚଇ! Gen-Z ଙ୍କୁ ନୂଆ ମେସେଜ୍ ଦେଲେ ଓୱେସି, ଯିଏ ସ୍ତ୍ରୀଙ୍କ କଥା ମାନି ଚଳେ….

ଭୋପାଳ,୧୬।୯: ୟୁନିଫର୍ମ ସିଭିଲ୍ କୋଡ୍ (UCC) ବିରୋଧରେ ଭୋପାଳରେ ଆୟୋଜିତ ରାଲିରେ AIMIM ମୁଖ୍ୟ ତଥା ଲୋକସଭା ଏମପି ଅସଦୁଦ୍ଦିନ ଓୱେସି Gen Z ଯୁବପିଢ଼ିଙ୍କୁ ସମ୍ବୋଧିତ…

ଆଶାକର୍ମୀଙ୍କୁ ବଡ଼ ଉପହାର, ୨ଗୁଣା ବଢିଲା ଦରମା; ଏବେ ମିଳିବ…

ନୂଆଦିଲ୍‌ଲୀ,୧୬।୯: ଆଶା କର୍ମୀ (ASHA Workers) ମାନଙ୍କୁ ଏକ ବଡ଼ ଉପହାର। ଦିଲ୍ଲୀ ସରକାର ଆଶା କର୍ମୀମାନଙ୍କୁ ମିଳୁଥିବା ମାସିକ ପ୍ରୋତ୍ସାହନ ଭତ୍ତାକୁ ୩,୦୦୦ ଟଙ୍କାରୁ ବୃଦ୍ଧି…

ଛତ୍ରପୁର ବ୍ଲକ ପ୍ରାଥମିକ ଶିକ୍ଷକ ସଂଘର ନୂଆ କର୍ମକର୍ତ୍ତା: ଭୁବନେଶ୍ୱର ରାଲିରେ ଯୋଗ ଦେବାକୁ ଆହ୍ବାନ

ଛତ୍ରପୁର,୧୬ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ପ୍ରାଥମିକ ଶିକ୍ଷକ ସଂଘ (ଏକ୍ସ-କ୍ୟାଡର)ର ଏକ ଜରୁରୀ ବୈଠକ ବୁଧବାର ଯଜ୍ଞଶାଳା କଳ୍ପବଟ ଆଶ୍ରମ ପରିସରରେ ସଂଘର…

ଗଣେଶ ମୂର୍ତ୍ତି ବିସର୍ଜନ ବେଳେ ଅଘଟଣ; ନଦୀରେ ବୁଡ଼ି ୨ ଛାତ୍ରଙ୍କ ମୃତ୍ୟୁ, ପ୍ରଶାସନକୁ ଘେରିଲା କଂଗ୍ରେସ

ହିଞ୍ଜିଳିକାଟୁ, ୧୬।୯(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳିକାଟୁରେ ବୁଧବାର ପୂର୍ବାହ୍ନରେ ଗଣେଶ ମୂର୍ତ୍ତି ବିସର୍ଜନ ବେଳେ ଘଟିଛି ଅଘଟଣ। ହିଞ୍ଜିଳିକାଟୁ ନିକଟ ଘୋଡ଼ାହାଡ଼ ନଦୀରେ ବୁଡ଼ି ୨…

WPL : ଅକ୍ଟୋବର ୨୮ରେ ହେବ ନିଲାମ; ଘୋଷଣା କରାଯାଇଛି ଭେନ୍ୟୁ

ନୂଆଦିଲ୍ଲୀ,୧୬।୯: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ଆଗାମୀ ମହିଳା ପ୍ରିମିୟର ଲିଗ (WPL) ସିଜିନ ପାଇଁ ନିଲାମର ତାରିଖ ଏବଂ ସ୍ଥାନ ଘୋଷଣା କରିଛି। BCCI…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?