Posted inଜାତୀୟ

‘କଂଗ୍ରେସର ପତ୍ତନ ପାଇଁ ରାହୁଲ ଗାନ୍ଧୀ ସମ୍ପୂର୍ଣ୍ଣ ଦାୟୀ’

ନୂଆଦିଲ୍ଲୀ,୨୬।୮: କଂଗ୍ରେସର ବରିଷ୍ଠ ନେତା ଗୁଲାମ ନବୀ ଆଜାଦ ଶୁକ୍ରବାର ଦଳର ସମସ୍ତ ପଦରୁ ଇସ୍ତଫା ଦେଇଛନ୍ତି। ସେ ସୋନିଆ ଗାନ୍ଧୀଙ୍କୁ ୫ ପୃଷ୍ଠାର ଲମ୍ବା ଚିଠି ଲେଖି ଦଳ ଉପରେ ଅସନ୍ତୋଷ ବ୍ୟକ୍ତ କରିଛନ୍ତି। କେବଳ ଏତିକି ନୁହେଁ, କଂଗ୍ରେସର ପତ୍ତନ ପାଇଁ ସେ ରାହୁଲ ଗାନ୍ଧୀଙ୍କୁ ସମ୍ପୂର୍ଣ୍ଣ ଦାୟୀ କରିଛନ୍ତି। ସୋନିଆ ଗାନ୍ଧୀଙ୍କ ଅଧ୍ୟକ୍ଷତାରେ ଦଳ ଭଲ କାମ କରୁଥିଲା କିନ୍ତୁ ୨୦୧୩ରେ ରାହୁଲ ଗାନ୍ଧୀଙ୍କ ପ୍ରବେଶ ପରେ କଂଗ୍ରେସର ଆଜି ଏ ଅବସ୍ଥା ହୋଇଛି ବୋଲି ଗୁଲାମ ନବୀ ଆଜାଦ କହିଛନ୍ତି।
କଂଗ୍ରେସ ସହିତ ୫୧ ବର୍ଷ ପୁରୁଣା ସମ୍ପର୍କ ଭାଙ୍ଗିଥିବା ଗୁଲାମ ନବୀ ଆହୁରି ମଧ୍ୟ ଲେଖିଛନ୍ତି, ଦୁର୍ଭାଗ୍ୟବଶତଃ ରାହୁଲ ଗାନ୍ଧୀ ରାଜନୀତିରେ ପ୍ରବେଶ କରିବା ପରେ ଏବଂ ବିଶେଷ କରି ଜାନୁଆରୀ ୨୦୧୩ରେ କଂଗ୍ରେସର ଉପାଧ୍ୟକ୍ଷ ହେବା ପରେ ପରାମର୍ଶ ଅନୁସରଣ କରିବାର ପରମ୍ପରା ନଷ୍ଟ ହୋଇଯାଇଥିଲା। ରାହୁଲଙ୍କ ଆଗମନ ପରେ ସମସ୍ତ ବରିଷ୍ଠ ତଥା ଅଭିଜ୍ଞ ନେତାଙ୍କୁ ଏଡ଼ାଇ ଦିଆଯାଇଥିଲା। ଅନଭିଜ୍ଞ ନେତାମାନେ ଦଳରେ ସର୍ବେସର୍ବା ହୋଇଗଲେ। କେବଳ ଏତିକି ନୁହେଁ, ଦଳର ଦାୟିତ୍ୱ ମଧ୍ୟ ଏହି ଲୋକଙ୍କ ହାତରେ ଦିଆଯାଇଥିଲା। ଏହା ଅପରିପକ୍ୱତାର ଏକ ବଡ଼ ଉଦାହରଣ ଥିଲା। ୟୁପିଏ ସରକାରଙ୍କ ଆନୁଷ୍ଠାନିକ ଅଖଣ୍ଡତାକୁ ଭାଙ୍ଗି ଦେଇଥିବା ରିମୋଟ କଣ୍ଟ୍ରୋଲ ମଡେଲ ବର୍ତ୍ତମାନ ଭାରତୀୟ ଜାତୀୟ କଂଗ୍ରେସରେ କାର୍ଯ୍ୟକାରୀ ହୋଇଛି।
ରାହୁଲ ଗାନ୍ଧୀ ଗଣମାଧ୍ୟମ ଉପସ୍ଥିତିରେ ସରକାରଙ୍କ ଅଧ୍ୟାଦେଶ କାଗଜକୁ ଚିରି ଦେଇଥିଲେ। ସେହି ଅଧ୍ୟାଦେଶ ଉପରେ କଂଗ୍ରେସର କୋର ଗ୍ରୁପ୍‌ରେ ଆଲୋଚନା କରାଯାଇ କ୍ୟାବିନେଟ ଅନୁମୋଦନ ଲାଭ କରିଥିଲା। ଏହିପରି ପିଲାଳିଆମୀ ପ୍ରଧାନମନ୍ତ୍ରୀ ଏବଂ ଭାରତ ସରକାରଙ୍କ ସମ୍ମାନକୁ କ୍ଷୁର୍ଣ୍ଣ କରିଥିଲା। ଏହି ଘଟଣା ୨୦୧୪ରେ କଂଗ୍ରେସର ପରାଜୟର ଏକ ବଡ଼ କାରଣ ଥିଲା।
ସୋନିଆ ଗାନ୍ଧୀଙ୍କୁ ଲେଖିଥିବା ଏହି ପତ୍ରରେ ଗୁଲାମ ନବୀ ଆଜାଦ କଂଗ୍ରେସ ସହ ତାଙ୍କର ସମ୍ପର୍କ ଏବଂ ଗାନ୍ଧୀ ପରିବାରର ଅନେକ ପିଢିଙ୍କ ସହ କାର୍ଯ୍ୟ କରିବା ବିଷୟରେ ଉଲ୍ଲେଖ କରିଛନ୍ତି। ସେ କହିଛନ୍ତି, ମୁଁ ରାଜୀବ ଗାନ୍ଧୀ, ଇନ୍ଦିରା ଗାନ୍ଧୀ, ସଞ୍ଜୟ ଗାନ୍ଧୀଙ୍କ ସହ କାମ କରିଥିଲି। ମୁଁ କଂଗ୍ରେସକୁ ୫୧ ବର୍ଷରୁ ଅଧିକ ସମୟ ଦେଇଛି, କିନ୍ତୁ ବର୍ତ୍ତମାନ ଭାବପ୍ରବଣ ହୃଦୟ ସହିତ ମୁଁ କଂଗ୍ରେସର ସମସ୍ତ ପଦବୀରୁ ଇସ୍ତଫା ଦେଉଛି ଏବଂ ଦଳ ସହ ମୋର ସମ୍ପର୍କ ଚ୍ଛିନ୍ନ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଜୟ ପରେ ମଧ୍ୟ BCCI ଶ୍ରେୟସ ଆୟରଙ୍କ ଉପରେ କାହିଁକି ଲଗାଇଲା ଜରିମାନା? ହେଲା ୧୨ ଲକ୍ଷର କ୍ଷତି

ନୂଆଦିଲ୍ଲୀ,୧।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଆରମ୍ଭ ପଞ୍ଜାବ କିଙ୍ଗ୍ସ ପାଇଁ ଚମତ୍କାର ପ୍ରମାଣିତ ହୋଇଥିଲା, କାରଣ ସେମାନେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଶେଷ ଓଭରରେ ଏକ…

ବିଧାନସଭାରେ ୧୧ ଘୋଡ଼ାର ନାଁ କହିଲେ ଅରୁଣ କୁମାର: ଚିହ୍ନିପାରିଲେନି ବିଧାୟକ ସିଦ୍ଧାନ୍ତ, ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ଭୁବନେଶ୍ୱର, ୧।୪(ସୁନିତ୍‌ ମିଶ୍ର):ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷର ବ୍ୟୟ ମଞ୍ଜୁର ବିଧେୟକ ଉପରେ ଆଲୋଚନା ହେବା ସମୟରେ ବିଜେଡିର ବରିଷ୍ଠ ବିଧାୟକ ଅରୁଣ କୁମାର ସାହୁଙ୍କ ଘୋଡ଼ା…

ଶେଷରେ ନଇଁଲେ ଟ୍ରମ୍ପ୍‌! ‘ଏତିକି ସପ୍ତାହ ମଧ୍ୟରେ ଶେଷ କରିବେ ଯୁଦ୍ଧ’

ଓ୍ବାଶିଂଟନ,୧।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି। ସେ କହିଛନ୍ତି ଯେ ଆମେରିକୀୟ ସୈନ୍ୟମାନେ…

କୁଏଟ୍‌ରୁ ସ୍ବତନ୍ତ୍ର ବିମାନରେ କେରଳ ଆସିଲା ୨୦ ଭାରତୀୟଙ୍କ ମୃତଦେହ, ହେଲେ କିଏ ଏମାନେ କେମିତି ହେଲା ଏମାନଙ୍କ ମୃତ୍ୟୁ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୧।୪: କୁଏତରେ ବିଭିନ୍ନ ଘଟଣାରେ ପ୍ରାଣ ହରାଇଥିବା ୨୦ ଜଣ ଭାରତୀୟ ନାଗରିକଙ୍କ ପାର୍ଥିବ ଶରୀର ବୁଧବାର କେରଳର କୋଚିନ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛି। ଅଧିକାରୀଙ୍କ ଅନୁଯାୟୀ,…

ବ୍ରାହ୍ମଣୀଗାଁରେ ବିଏସଏନଏଲ ନେଟୱାର୍କ ଫେଲ୍‌: ସପ୍ତାହେ ହେଲା ବିକାଶ କାର୍ଯ୍ୟ ଠପ୍‌

ଦାରିଙ୍ଗବାଡି, ୧।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁରେ ବିଏସଏନଏଲ ମୋବାଇଲ ସେବା ସହ ଇଣ୍ଟରନେଟ ସେବା ସମ୍ପୂର୍ଣ୍ଣ ଅଚଳ ହୋଇପଡିଛି। ପ୍ରାୟ ସପ୍ତାହେ…

କୁବେର ଡେପୁଟି ମ୍ୟାନେଜର: ଘରୁ ମିଳିଲା ପୁଳାପୁଳା ଟଙ୍କା-ସୁନା, ବାବୁଙ୍କ ରହିଛି…

ଭୁବନେଶ୍ୱର,୧।୪: ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ୱେଲ୍‌ଫେୟାର କର୍ପୋରେଶନ (ଓପିଏଚ୍‌ଡବ୍ଲ୍ୟୁସି) ସମ୍ବଲପୁର ଡିଭିଜନର ଡେପୁଟି ମ୍ୟାନେଜର ବିଦ୍ୟୁତ୍‌ ରଞ୍ଜନ ଭୋଳ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ୫.୧୮ଲକ୍ଷ ଲାଞ୍ଚ…

ଇରାନ ବରୋଧରେ ଯୁଦ୍ଧକୁ ଓହ୍ଲାଇବାକୁ ପ୍ରସ୍ତୁତ ହେଲାଣି ଏହି ଦେଶ, ଆମେରିକାକୁ କରିବ ସହଯୋଗ, ଟାର୍ଗେଟରେ ହର୍ମୁଜ ପ୍ରଣାଳୀ

ତେହରାନ,୧।୪: ସଂଯୁକ୍ତ ଆରବ ଏମିରେଟ୍ସ (UAE) ଆମେରିକା ଏବଂ ଅନ୍ୟାନ୍ୟ ପାଶ୍ଚାତ୍ୟ ମିତ୍ରମାନଙ୍କୁ ସୂଚନା ଦେଇଛି ଯେ ଏହା ହର୍ମୁଜ ପ୍ରଣାଳୀକୁ ପୁନଃ ଖୋଲିବାରେ ସାହାଯ୍ୟ କରିବ।…

ପୁଣି ଭାଙ୍ଗିଗଲା ଇଟାଲୀର ଫିଫା ବିଶ୍ୱକପ ସ୍ବପ୍ନ: ଲଗାତାର ତୃତୀୟ ଥର ପାଇଁ ଯୋଗ୍ୟତା ଅର୍ଜନ କରିପାରିଲା ନାହିଁ

ରୋମ,୧।୪: ଚାରିଥର ଫିଫା ବିଶ୍ୱକପ ଚାମ୍ପିଅନ ଇଟାଲୀ ଆଉ ଏକ ବଡ଼ ବିପର୍ଯ୍ୟୟର ସମ୍ମୁଖୀନ ହୋଇଛି। ଦଳ ଲଗାତାର ତୃତୀୟ ଥର ପାଇଁ ଫିଫା ବିଶ୍ୱକପ ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri