Posted inଜାତୀୟ

‘କଂଗ୍ରେସର ପତ୍ତନ ପାଇଁ ରାହୁଲ ଗାନ୍ଧୀ ସମ୍ପୂର୍ଣ୍ଣ ଦାୟୀ’

ନୂଆଦିଲ୍ଲୀ,୨୬।୮: କଂଗ୍ରେସର ବରିଷ୍ଠ ନେତା ଗୁଲାମ ନବୀ ଆଜାଦ ଶୁକ୍ରବାର ଦଳର ସମସ୍ତ ପଦରୁ ଇସ୍ତଫା ଦେଇଛନ୍ତି। ସେ ସୋନିଆ ଗାନ୍ଧୀଙ୍କୁ ୫ ପୃଷ୍ଠାର ଲମ୍ବା ଚିଠି ଲେଖି ଦଳ ଉପରେ ଅସନ୍ତୋଷ ବ୍ୟକ୍ତ କରିଛନ୍ତି। କେବଳ ଏତିକି ନୁହେଁ, କଂଗ୍ରେସର ପତ୍ତନ ପାଇଁ ସେ ରାହୁଲ ଗାନ୍ଧୀଙ୍କୁ ସମ୍ପୂର୍ଣ୍ଣ ଦାୟୀ କରିଛନ୍ତି। ସୋନିଆ ଗାନ୍ଧୀଙ୍କ ଅଧ୍ୟକ୍ଷତାରେ ଦଳ ଭଲ କାମ କରୁଥିଲା କିନ୍ତୁ ୨୦୧୩ରେ ରାହୁଲ ଗାନ୍ଧୀଙ୍କ ପ୍ରବେଶ ପରେ କଂଗ୍ରେସର ଆଜି ଏ ଅବସ୍ଥା ହୋଇଛି ବୋଲି ଗୁଲାମ ନବୀ ଆଜାଦ କହିଛନ୍ତି।
କଂଗ୍ରେସ ସହିତ ୫୧ ବର୍ଷ ପୁରୁଣା ସମ୍ପର୍କ ଭାଙ୍ଗିଥିବା ଗୁଲାମ ନବୀ ଆହୁରି ମଧ୍ୟ ଲେଖିଛନ୍ତି, ଦୁର୍ଭାଗ୍ୟବଶତଃ ରାହୁଲ ଗାନ୍ଧୀ ରାଜନୀତିରେ ପ୍ରବେଶ କରିବା ପରେ ଏବଂ ବିଶେଷ କରି ଜାନୁଆରୀ ୨୦୧୩ରେ କଂଗ୍ରେସର ଉପାଧ୍ୟକ୍ଷ ହେବା ପରେ ପରାମର୍ଶ ଅନୁସରଣ କରିବାର ପରମ୍ପରା ନଷ୍ଟ ହୋଇଯାଇଥିଲା। ରାହୁଲଙ୍କ ଆଗମନ ପରେ ସମସ୍ତ ବରିଷ୍ଠ ତଥା ଅଭିଜ୍ଞ ନେତାଙ୍କୁ ଏଡ଼ାଇ ଦିଆଯାଇଥିଲା। ଅନଭିଜ୍ଞ ନେତାମାନେ ଦଳରେ ସର୍ବେସର୍ବା ହୋଇଗଲେ। କେବଳ ଏତିକି ନୁହେଁ, ଦଳର ଦାୟିତ୍ୱ ମଧ୍ୟ ଏହି ଲୋକଙ୍କ ହାତରେ ଦିଆଯାଇଥିଲା। ଏହା ଅପରିପକ୍ୱତାର ଏକ ବଡ଼ ଉଦାହରଣ ଥିଲା। ୟୁପିଏ ସରକାରଙ୍କ ଆନୁଷ୍ଠାନିକ ଅଖଣ୍ଡତାକୁ ଭାଙ୍ଗି ଦେଇଥିବା ରିମୋଟ କଣ୍ଟ୍ରୋଲ ମଡେଲ ବର୍ତ୍ତମାନ ଭାରତୀୟ ଜାତୀୟ କଂଗ୍ରେସରେ କାର୍ଯ୍ୟକାରୀ ହୋଇଛି।
ରାହୁଲ ଗାନ୍ଧୀ ଗଣମାଧ୍ୟମ ଉପସ୍ଥିତିରେ ସରକାରଙ୍କ ଅଧ୍ୟାଦେଶ କାଗଜକୁ ଚିରି ଦେଇଥିଲେ। ସେହି ଅଧ୍ୟାଦେଶ ଉପରେ କଂଗ୍ରେସର କୋର ଗ୍ରୁପ୍‌ରେ ଆଲୋଚନା କରାଯାଇ କ୍ୟାବିନେଟ ଅନୁମୋଦନ ଲାଭ କରିଥିଲା। ଏହିପରି ପିଲାଳିଆମୀ ପ୍ରଧାନମନ୍ତ୍ରୀ ଏବଂ ଭାରତ ସରକାରଙ୍କ ସମ୍ମାନକୁ କ୍ଷୁର୍ଣ୍ଣ କରିଥିଲା। ଏହି ଘଟଣା ୨୦୧୪ରେ କଂଗ୍ରେସର ପରାଜୟର ଏକ ବଡ଼ କାରଣ ଥିଲା।
ସୋନିଆ ଗାନ୍ଧୀଙ୍କୁ ଲେଖିଥିବା ଏହି ପତ୍ରରେ ଗୁଲାମ ନବୀ ଆଜାଦ କଂଗ୍ରେସ ସହ ତାଙ୍କର ସମ୍ପର୍କ ଏବଂ ଗାନ୍ଧୀ ପରିବାରର ଅନେକ ପିଢିଙ୍କ ସହ କାର୍ଯ୍ୟ କରିବା ବିଷୟରେ ଉଲ୍ଲେଖ କରିଛନ୍ତି। ସେ କହିଛନ୍ତି, ମୁଁ ରାଜୀବ ଗାନ୍ଧୀ, ଇନ୍ଦିରା ଗାନ୍ଧୀ, ସଞ୍ଜୟ ଗାନ୍ଧୀଙ୍କ ସହ କାମ କରିଥିଲି। ମୁଁ କଂଗ୍ରେସକୁ ୫୧ ବର୍ଷରୁ ଅଧିକ ସମୟ ଦେଇଛି, କିନ୍ତୁ ବର୍ତ୍ତମାନ ଭାବପ୍ରବଣ ହୃଦୟ ସହିତ ମୁଁ କଂଗ୍ରେସର ସମସ୍ତ ପଦବୀରୁ ଇସ୍ତଫା ଦେଉଛି ଏବଂ ଦଳ ସହ ମୋର ସମ୍ପର୍କ ଚ୍ଛିନ୍ନ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?