Posted inଜାତୀୟ

ଖୁବ୍‌ଶୀଘ୍ର ସୋନିଆଙ୍କୁ ଭେଟିବେ ଗୁଲାମନବୀ ଆଜାଦ

ନୂଆଦିଲ୍ଲୀ,୧୭।୩: ପାଞ୍ଚ ରାଜ୍ୟ ବିଧାନସଭା ନିର୍ବାଚନରେ କଂଗ୍ରେସର ନୈରାଶ୍ୟଜନକ ପ୍ରଦର୍ଶନ ପରେ ଜି-୨୩ (ଅସନ୍ତୁଷ୍ଟ ନେତାମାନଙ୍କ ଗୋଷ୍ଠୀ) ଦଳୀୟ ନେତୃତ୍ୱରେ ସମ୍ପୂର୍ଣ୍ଣ ପରିବର୍ତ୍ତନ ଦାବିକୁ ଜୋର୍‌ଦାର କରିଛିି। ବୁଧବାର ରାତିରେ ବରିଷ୍ଠ ନେତା ଗୁଲାମ ନବୀ ଆଜାଦଙ୍କ ବାସଭବନରେ ୧୮ ଅସନ୍ତୁଷ୍ଟ ନେତାଙ୍କ ବୈଠକ ବସି ଏନେଇ ଆଲୋଚନା ହୋଇଥିଲା। ଏହାର ଦିନକ ପରେ ବରିଷ୍ଠ କଂଗ୍ରେସ ନେତା ରାହୁଲ ଗାନ୍ଧୀ ହରିୟାଣାର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଧାନସଭା ବିରୋଧୀ ଦଳ ନେତା ଭୂପିନ୍ଦର ସିଂ ହୁଡ଼ାଙ୍କୁ ଭେଟିଛନ୍ତି। ବୁଧବାର ଅସନ୍ତୁଷ୍ଟ ନେତାଙ୍କ ବୈଠକରେ ହୁଡ଼ାଙ୍କ ସମେତ ବରିଷ୍ଠ ନେତା ଆନନ୍ଦ ଶର୍ମା, କପିଲ ସିବଲ, ମନୀଷ ତିଓ୍ବାରୀ, ଶଶୀ ଥରୁର, ରାଜ ବବ୍ବର, ସନ୍ଦୀପ ଦୀକ୍ଷିତ ଓ ଅନ୍ୟମାନେ ଉପସ୍ଥିତ ଥିଲେ। ସର୍ବପୁରାତନ ଦଳକୁ ପୁଣିଥରେ ସକ୍ରିୟ କରିବାକୁ ହେଲେ ସାଂଗଠନିକ ସ୍ତରରେ ସମ୍ପୂର୍ଣ୍ଣ ପରିବର୍ତ୍ତନ ଏକମାତ୍ର ବିକଳ୍ପ ବୋଲି ବୈଠକରେ ମତ ପ୍ରକାଶ ପାଇଥିଲା।
ରାହୁଲଙ୍କ ସହ ସାକ୍ଷାତ୍‌ ପରେ ହୁଡା ଗୁଲାମ ନବୀଙ୍କ ଘରକୁ ଯାଇ ଆଲୋଚନା କରିଥିଲେ। ସେଠାରେ ଆନନ୍ଦ ଶର୍ମା ମଧ୍ୟ ଉପସ୍ଥିତ ଥିଲେ। ମିଳିଥିବା ଖବର ଅନୁଯାୟୀ ଗୁଲାମନବୀ ଖୁବ୍‌ଶୀଘ୍ର କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କୁ ଭେଟିପାରନ୍ତି। ସେ କଂଗ୍ରେସକୁ ସଜାଡ଼ିବା ଲାଗି ବିଭିନ୍ନ ପ୍ରସ୍ତାବ ସମ୍ପର୍କରେ ସୋନିଆଙ୍କ ସହ ଆଲୋଚନା କରିବେ। ନିର୍ବାଚନ ପରାଜୟ ପରେ କଂଗ୍ରେସ କାର୍ଯ୍ୟକାରୀ କମିଟି (ସିଡବ୍ଲ୍ୟୁସି) ବୈଠକରେ ସୋନିଆ ଇସ୍ତଫା ପ୍ରସ୍ତାବ ଦେଇଥିଲେ। ତେବେ ଏହାକୁ ଦଳୀୟ ନେତାମାନେ ଖାରଜ କରିଦେବା ସହ ସୋନିଆଙ୍କ ଉପରେ ଆସ୍ଥା ପ୍ରକଟ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିରୋଧୀଙ୍କୁ ଝଟ୍‌କା: CEC ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଅଭିଯୋଗ ପ୍ରସ୍ତାବ ଖାରଜ

ନୂଆଦିଲ୍ଲୀ,୬।୪: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବକୁ ଖାରଜ କରାଯାଇଛି। ରାଜ୍ୟ ସଭା ଅଧ୍ୟକ୍ଷ ଏହି ପ୍ରସ୍ତାବକୁ ଖାରଜ କରିଛନ୍ତି। ବିରୋଧୀ ଦଳ…

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

ପୂର୍ବତନ ବିଧାୟକ, ପୂର୍ବତନ ଏମ୍‌ପିଙ୍କୁ ବିଜେଡିରୁ କରାଗଲା ନିଲମ୍ବନ , ଜାଣନ୍ତୁ କାହିଁକି ଏମିତି କାର୍ଯ୍ୟାନୁଷ୍ଠାନ ନେଲେ ନବୀନ

ବାସୁଦେବପୁର,୬।୪(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁରର ପୂର୍ବତନ ବ୍ଲକ ଅଧ୍ୟକ୍ଷ ତଥା ଧାମନଗରର ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ, ଭଦ୍ରକର ପୂର୍ବତନ ଏମ୍‌ପି ମଞ୍ଜୁଲତା ମଣ୍ଡଳଙ୍କୁ ଦଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri