ଭଞ୍ଜନଗରରେ ଖୁବ୍‌ଶୀଘ୍ର ‘ଘୁମୁସର ରେଡିଓ’, ୪୦ କିଲୋମିଟର ପରିଧିରେ ହେବ ପ୍ରସାରଣ

ଭଞ୍ଜନଗର,୩୦ା୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରବାସୀଙ୍କ ପାଇଁ ଖୁସି ଖବର। ସ୍ଥାନୀୟ ଅଞ୍ଚଳର ଲୋକଙ୍କ ସ୍ବର, ସମସ୍ୟା ଓ ସଂସ୍କୃତିକୁ ନେଇ ଖୁବଶୀଘ୍ର ଆରମ୍ଭ ହେବାକୁ ଯାଉଛି ‘ଘୁମୁସର ରେଡିଓ’। ଭଞ୍ଜନଗର ମାଲସାହି ନଦୀକୂଳ ଅଞ୍ଚଳରେ ଏହି ଗୋଷ୍ଠୀ ବେତାର କେନ୍ଦ୍ରର ଷ୍ଟୁଡିଓ ଓ ପ୍ରସାରଣ ଭିତ୍ତିଭୂମି ପ୍ରସ୍ତୁତ ହୋଇଥିବାବେଳେ ଆସନ୍ତା ଅଗଷ୍ଟ ମାସରେ ଏହାର ଆନୁଷ୍ଠାନିକ ଲୋକାର୍ପଣ ହେବ। ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକଙ୍କ ସମେତ ଅନ୍ୟାନ୍ୟ ଅତିଥିମାନେ ଉଦ୍‌ଘାଟନ ଉତ୍ସବରେ ଯୋଗ ଦେବା ପାଇଁ ସମ୍ମତି ପ୍ରକାଶ କରିଛନ୍ତି। ତେଣୁ ଇତିମଧ୍ୟରେ ଯନ୍ତ୍ରପାତି ସ୍ଥାପନ ପରେ ବୁଧବାର ପରୀକ୍ଷାମୂଳକ ପ୍ରସାରଣ ଆରମ୍ଭ ହୋଇଛି।
କେନ୍ଦ୍ର ସରକାରଙ୍କ ଗୋଷ୍ଠୀ ବେତାର କେନ୍ଦ୍ର ଯୋଜନା ଅଧୀନରେ ଏହି ରେଡିଓ ଷ୍ଟେଶନର ଭିତ୍ତିଭୂମି ବିକଶିତ ହୋଇଛି। ସ୍ବେଚ୍ଛାସେବୀ ଅନୁଷ୍ଠାନ ‘ଆଇନା’ ଏହାର ପରିଚାଳନା ଦାୟିତ୍ୱ ନେଇଛି। କେନ୍ଦ୍ର ପାଇଁ ଆବଶ୍ୟକ କର୍ମଚାରୀ ନିଯୁକ୍ତି ମଧ୍ୟ ସରିଛି। ଆଇନାର ସମ୍ପାଦିକା ସ୍ନେହ ମିଶ୍ର ଓ ଘୁମୁସର ରେଡିଓର ସଂଯୋଜିକା ପ୍ରଣତି ମିଶ୍ର ରେଡିଓର ଦୈନନ୍ଦିନ କାର୍ଯ୍ୟକ୍ରମ ଓ ପ୍ରସାରଣ ବ୍ୟବସ୍ଥାର ଅଗ୍ରଗତି ନେଇ ସମୀକ୍ଷା କରୁଛନ୍ତି। ବୁଧବାର ଟ୍ରାନ୍ସମିଟର୍‌ ପରୀକ୍ଷା ସମୟରେ ସଂଯୋଜିକା ପ୍ରଣତି ମିଶ୍ର, ଆଇନା କାର୍ଯ୍ୟକାରୀ କମିଟି ସଭ୍ୟ ପ୍ରଦ୍ୟୁମ୍ନ ରଥ, ଜୟଶଙ୍କର ପଣ୍ଡା, ସଂଯୋଜକ କରୁଣାକର ବାରିକ, ରେଡିଓ ଜକି ରିତେଶ ବେହେରା, ଶୁଭସ୍ମିତା ଗୌଡ଼, ବସନ୍ତ ପଟ୍ଟନାୟକ ପ୍ରମୁଖ ଉପସ୍ଥିତ ଥିଲେ। ଘୁମୁସର ରେଡିଓର ପ୍ରସାରଣ ୮୮.୪ FM ଫ୍ରିକ୍ୱେନ୍ସିରେ ହେବ। ଏହା ପ୍ରାୟ ୪୦ କିଲୋମିଟର ପରିଧି ମଧ୍ୟରେ ଶୁଣିହେବ। ଏହି ଗୋଷ୍ଠୀ ବେତାର କେନ୍ଦ୍ରରେ ସ୍ଥାନୀୟ ଖବର, କୃଷି, ଶିକ୍ଷା, ସ୍ବାସ୍ଥ୍ୟ, ମହିଳା ଓ ଶିଶୁ ସଚେତନତା, ସାମାଜିକ ସମସ୍ୟା, କଳା ଓ ସଂସ୍କୃତି ସମେତ ବିଭିନ୍ନ ସ୍ଥାନୀୟ ପ୍ରସଙ୍ଗ ଉପରେ କାର୍ଯ୍ୟକ୍ରମ ପ୍ରସାରଣ କରାଯିବ। ସ୍ଥାନୀୟ ପ୍ରତିଭାଙ୍କୁ ସୁଯୋଗ ଦେବା ସହ ଘୁମୁସର ଅଞ୍ଚଳର ଲୋକକଳା, ଲୋକସଂସ୍କୃତି ଓ ପରମ୍ପରାକୁ ଦେଶବାସୀଙ୍କ ନିକଟରେ ପହଞ୍ଚାଇବାରେ ଏହା ଏକ ନୂଆ ମାଧ୍ୟମ ହେବ ବୋଲି ଆଶା କରାଯାଉଛି।

ସୂଚନାଯୋଗ୍ୟ, ‘ଆଇନା’ ଅନୁଷ୍ଠାନ ଭଞ୍ଜନଗର ଅଞ୍ଚଳରେ ଦୀର୍ଘ୨୫ ବର୍ଷରୁ  ଊର୍ଦ୍ଧ୍ୱ ସମୟ ଧରି ବିଭିନ୍ନ ସାମାଜିକ କ୍ଷେତ୍ରରେ କାର୍ଯ୍ୟ କରିଆସୁଛି। ଗୋଷ୍ଠୀ ବେତାର କେନ୍ଦ୍ରର ଭିତ୍ତିଭୂମି ବିକାଶ ପାଇଁ କେନ୍ଦ୍ର ସରକାରଙ୍କ ଆର୍ଥିକ ସହାୟତାରେ ଉକ୍ତ କେନ୍ଦ୍ର ହୋଇଛି । ଏହି ଅର୍ଥରେ ଷ୍ଟୁଡିଓ, ଯନ୍ତ୍ରପାତି ଓ ଅନ୍ୟାନ୍ୟ ଭିତ୍ତିଭୂମିର ବିକାଶ କରାଯାଇଛି। ଆଗାମୀ ଦିନରେ ରେଡିଓର ପରିଚାଳନା ଓ ଅନ୍ୟାନ୍ୟ ଖର୍ଚ୍ଚ ‘ଆଇନା’ ପକ୍ଷରୁ ବହନ କରାଯିବ।
ଭଞ୍ଜନଗର ଓ ଏହାର ଆଖପାଖ ଅଞ୍ଚଳରେ ନିଜ ଭାଷାରେ ନିଜ ଅଞ୍ଚଳର କଥା କହିବା ପାଇଁ ଏହି ନୂଆ ରେଡିଓ ଷ୍ଟେଶନ ଏକ ନୂଆ ମଞ୍ଚ ସୃଷ୍ଟି କରିବା ସହ ଘୁମୁସର ଅଞ୍ଚଳର ଗଣମାଧ୍ୟମ କ୍ଷେତ୍ରରେ ଏକ ନୂଆ ଅଧ୍ୟାୟ ଯୋଡ଼ିବ ବୋଲି ଆଶା କରାଯାଉଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

୪ ଉଇକେଟ୍‌, ୮ ମେଡେନ୍‌ ଓଭର: ପୁଣି ଚମକିଲେ ମହମ୍ମଦ ଶାମି

ନୂଆଦିଲ୍ଲୀ,୫।୧୧: ଭାରତୀୟ ଦଳର ଅଭିଜ୍ଞ ଦ୍ରୁତ ବୋଲର ମହମ୍ମଦ ଶାମି ପୁଣିଥରେ ନିଜ ବୋଲିଂର ଯାଦୁ ଦେଖାଇଛନ୍ତି। ୨୦୨୬-୨୭ ରଣଜୀ ଟ୍ରଫିରେ ବଙ୍ଗଳା ପକ୍ଷରୁ ଖେଳୁଥିବା ଶାମି…

ନ୍ୟୁଜିଲାଣ୍ଡକୁ ହରାଇବା ପରେ ICC ରାଙ୍କିଂରେ ଭାରତର ଦବଦବା, ବଢ଼ିଲା ରେଟିଂ ପଏଣ୍ଟ

ଅକଲାଣ୍ଡ,୫।୧୧: ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ୫ ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜ୍‌ ଆରମ୍ଭ ହୋଇଛି । ନଭେମ୍ବର ୪ ତାରିଖରେ ଅକଲାଣ୍ଡର ଇଡେନ୍‌ ପାର୍କରେ ଖେଳାଯାଇଥିବା…

ଭଞ୍ଜନଗରରେ ଚାଞ୍ଚଲ୍ୟ: ଗୁଣି ସନ୍ଦେହରେ ତ୍ରିନାଥଙ୍କୁ ପଥର ଛେଚି ହତ୍ୟା

ଭଞ୍ଜନଗର, ୫।୧୧ (ବାବୁଲା ପ୍ରଧାନ): ଆଧୁନିକ ସମାଜରେ ବିଜ୍ଞାନ ଓ ଶିକ୍ଷାର ପ୍ରସାର ସତ୍ତ୍ୱେ ଗ୍ରାମାଞ୍ଚଳରୁ ଅନ୍ଧବିଶ୍ୱାସ ଦୂର ହୋଇପାରୁନାହିଁ। ଗୁଣିଗାରେଡ଼ି ସନ୍ଦେହରେ ଜଣେ ୮୦ ବର୍ଷୀୟ…

ଅନାଥ ଝାନ୍‌ସୀଙ୍କୁ ପୋଷ୍ୟକନ୍ୟା ଭାବେ ଘୋଷଣା କଲେ ଏମ୍‌ପି ସୁକାନ୍ତ ପାଣିଗ୍ରାହୀ, ଭୂସ୍ଖଳନରେ ମା’-ବାପାଙ୍କୁ ହରାଇ…

ରାଇକିଆ,୫ା୧୧(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ବ୍ଲକର ମାଣିକେଶ୍ୱର ପଞ୍ଚାୟତର ଡାଙ୍ଗିସି ଗ୍ରାମରେ ଭୂସ୍ଖଳନରେ ମାଟି ତଳେ ପୋତି ହୋଇ ଅଚ୍ୟୁତ ପ୍ରଧାନ, ସ୍ତ୍ରୀ ମାନସୀ ଓ…

ଦେଶବ୍ୟାପୀ ୨୦୦ରୁ ଅଧିକ ଯୁବ କଂଗ୍ରେସ ନେତା ନିଲମ୍ବିତ, କାହିଁକି ନିଆଯାଇଛି ଏମିତି କାର୍ଯ୍ୟାନୁଷ୍ଠାନ ଜାଣନ୍ତୁ…

ନୂଆଦିଲ୍ଲୀ, ୫।୧୧: ଭାରତୀୟ ଯୁବ କଂଗ୍ରେସ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ନିଜର ୨୦୦ରୁ ଅଧିକ ସଦସ୍ୟଙ୍କୁ ନିଲମ୍ବିତ କରିଛି। ଦେଶର ରାଜଧାନୀରେ ବିରୋଧୀ ଦଳଗୁଡ଼ିକର ‘ଇଣ୍ଡିଆ’…

ଆଇପିଏଲ ୨୦୨୭ ପାଇଁ ସିଏସ୍‌କେର ମାଷ୍ଟରଷ୍ଟ୍ରୋକ, ୨ ଖେଳାଳିଙ୍କ ବଦଳରେ ଦଳରେ ସାମିଲ ହେଲେ ଆଉ ୨ ନୂଆ ଷ୍ଟାର ଖେଳାଳି

ନୂଆଦିଲ୍ଲୀ, ୫।୧୧: ଆଇପିଏଲ ୨୦୨୭ ପାଇଁ ସମସ୍ତ ଫ୍ରାଞ୍ଚାଇଜିଙ୍କୁ ନିଜ ନିଜର ରିଟେନ ଓ ରିଲିଜ ଖେଳାଳିଙ୍କ ତାଲିକା ନଭେମ୍ବର ୧୭ ତାରିଖ ସୁଦ୍ଧା ବିସିସିଆଇକୁ ଦାଖଲ…

ଫେଲ୍‌ ମାରିବ ଟେକ୍ନୋଲୋଜି, ୮୦ ବୟସରେ ଥକି ପଡ଼ିନାହାନ୍ତି ତ୍ରିନାଥ, ୩ ଦିନରେ ତିଆରି କରୁଛନ୍ତି…

ଜଗନ୍ନାଥପ୍ରସାଦ,୫ା୧୧(ବିଭୁ ପ୍ରସାଦ ପଟ୍ଟନାୟକ): ଆଜିର ବୈଷୟିକ ଜ୍ଞାନକୌଶଳ(ଟେକ୍ନୋଲୋଜି) ଯୁଗରେ ଯେଉଁଠି ପାରମ୍ପରିକ ହସ୍ତଶିଳ୍ପ ହଜିଯିବାକୁ ବସିଲାଣି, ସେଭଳି ସମୟରେ ଜଣେ ୮୦ ବର୍ଷର ବୃଦ୍ଧ ନିଜର କୌଳିକ…

‘ତାଙ୍କୁ ଜନସାଧାରଣଙ୍କ ସାମ୍ନାକୁ ଆଣି ଗୁଳି କରିଦେବା ଉଚିତ’, ଧୀରେନ୍ଦ୍ର ଶାସ୍ତ୍ରୀଙ୍କୁ କିଏ ଆଉ କାହିଁକି କହିଲେ ଏମିତି, ଜାଣନ୍ତୁ

ନୂଆଦିଲ୍ଲୀ,୫।୧୧: ବାଗେଶ୍ୱର ଧାମର ମୁଖ୍ୟ ଧୀରେନ୍ଦ୍ର କୃଷ୍ଣ ଶାସ୍ତ୍ରୀ, ପ୍ରଭୁ ରାମ ଏବଂ ପ୍ରଭୁ କୃଷ୍ଣଙ୍କ ବିଷୟରେ ଦେଇଥିବା ମନ୍ତବ୍ୟ ପାଇଁ କ୍ଷମା ମାଗିସାରିଥିଲେ ମଧ୍ୟ, ରାଜନୈତିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?