ଅଟୋକୁ ଧକ୍କା ଦେଲା ହାଇଓ୍ବା: ୩ ମୃତ, ଜଣେ ଗୁରୁତର

ଆନନ୍ଦପୁର,୨୧।୪(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଅନ୍ତର୍ଗତ କୋଡ଼ପଡ଼ା ଛକ ନିକଟରେ ଗୁରୁବାର ଅପରାହ୍ନରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏକ ଚିପ୍ସ ବୋଝେଇ ହାଇଓ୍ବା ଏକ ଯାତ୍ରୀବାହୀ ଅଟୋକୁ ଧକ୍କା ଦେବା ଫଳରେ ୩ ଜଣଙ୍କର ମୃତ୍ୟୁ ଘଟିଛି। ଏହା ସହିତ ଜଣେ ଗୁରୁତର ହୋଇ କଟକ ସ୍ଥାନାନ୍ତର ହୋଇଛନ୍ତି। ଅନ୍ୟ ଜଣେ ଆହତଙ୍କୁ ଆନନ୍ଦପୁର ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସା କରାଯାଉଥିବା ସୂଚନା ମିଳିଛି। ମୃତକହେଲେ ହାଟଡିହୀ ବ୍ଲକ ଜାବିନପୁର ଗ୍ରାମର ଟୁକୁନା ମୁଣ୍ଡା(୪୫), ସନା ମୁଣ୍ଡା(୪୭) ଓ ଆଚି ମୁଣ୍ଡା(୩୮)। ଗୁରୁତର ସୋମବାରି ମୁଣ୍ଡା(୪୫)ଙ୍କୁ କଟକ ସ୍ଥାନାନ୍ତର କରାଯାଇଥିବା ବେଳେ ଜଳସରପୁର ଗ୍ରାମର ଅଟୋ ଚାଳକ ଓକିଲ ଯେନା (୩୬) ଆନନ୍ଦପୁର ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସାଧୀନ ଅଛନ୍ତି।
ସୂଚନାଯୋଗ୍ୟ, ମୟୂରଭଞ୍ଜର ସାତକୋଶିଆ ଅଞ୍ଚଳରୁ ୪ ଜଣ ଯାତ୍ରୀଙ୍କୁ ନେଇ ଏକ ଅଟୋ ହାଟଡିହୀ ବ୍ଲକ ଜାବିନପୁର ଅଞ୍ଚଳକୁ ଆସୁଥିଲ। ଏହି ସମୟରେ ଆନନ୍ଦପୁର ଥାନା ଅଧୀନ କୋଡପଡା ଛକରେ ଚିପ୍ସ ବୋଝେଇ ହାଇଓ୍ବା ଅଟୋକୁ ଧକ୍କା ଦେଇଥିଲା। ଖବରପାଇ ଘଟଣାସ୍ଥଳରେ ଆନନ୍ଦପୁର ଅଗ୍ନିଶମ ବିଭାଗ ଅଧିକାରୀ ପ୍ରତାପ ସିଂହଙ୍କ ନେତୃତ୍ୱରେ ଏକ ଟିମ୍‌ ପହଞ୍ଚ ଆହତଙ୍କୁ ଉଦ୍ଧାର କରିଥିଲେ। ଆନନ୍ଦପୁର ପୋଲିସ ପହଞ୍ଚି ଘଟଣାର ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ତାମିଲନାଡୁ ଗ୍ୟାସ ଦୁର୍ଘଟଣା: ମୃତକଙ୍କ ପରିବାରକୁ ଭେଟିଲା ବିଜେଡି ପ୍ରତିନିଧି ଦଳ, ସରକାରଙ୍କୁ କଡ଼ା ସମାଲୋଚନା

କେନ୍ଦୁଝର, ୯।୭(ନରେଶ ଚନ୍ଦ୍ର ପଟ୍ଟନାୟକ): ତାମିଲନାଡୁ ଗ୍ୟାସ୍ ଦୁର୍ଘଟଣାରେ ପ୍ରାଣ ହରାଇଥିବା କେନ୍ଦୁଝର ଜିଲ୍ଲାର ୧୫ ଜଣ ଆଦିବାସୀ ଶ୍ରମିକଙ୍କ ପରିବାରକୁ ରାଜ୍ୟ ବିଜୁ ଜନତା ଦଳ…

ଅଡବା ପୋଲିସକୁ ବଡ଼ ସଫଳତା: ୭୨.୫ ଲିଟର ବେଆଇନ ମଦ ଜବତ, ଜଣେ ଗିରଫ

ମୋହନା, ୯।୭(ମନ୍ମଥ ମିଶ୍ର): ଗଜପତି ଜିଲା ଅଡବା ଥାନା ପୋଲିସକୁ ବେଆଇନ ମଦ କାରବାର ବିରୋଧରେ ଏକ ବଡ଼ ସଫଳତା ମିଳିଛି। ଥାନା ଅନ୍ତର୍ଗତ ପଟୁମା ଗାଁରେ…

ମମତାଙ୍କୁ ଝଟକା ଦେଇଥିବା ୩ ନେତାଙ୍କୁ BJP ଦେଲା ବଡ଼ ଉପହାର

କୋଲକାତା,୯।୭: ପଶ୍ଚିମବଙ୍ଗରେ ହେବାକୁ ଥିବା ରାଜ୍ୟ ସଭା ଉପନିର୍ବାଚନ ପାଇଁ BJP ପ୍ରାର୍ଥୀଙ୍କ ତାଲିକା ପ୍ରକାଶ କରିଛି। ଦଳ ସୁସ୍ମିତା ଦେବ, ସୁଖେନ୍ଦୁ ଶେଖର ରାୟ ଏବଂ…

ମୁଖ୍ୟମନ୍ତ୍ରୀଙ୍କୁ ନିଜ ଜିଲାରେ ବଦନାମ କରୁଛନ୍ତି ତାଙ୍କ ଦଳର ଲୋକ: ବିଜେଡି ବିଧାୟକ

ହାଟଡିହୀ, ୯।୭(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ରର ରାଜନୀତି ଏବେ ଏକ ରୋଚକ ମୋଡ଼ରେ ପହଞ୍ଚିଛି। ‘ବୈତରଣୀ ବଞ୍ଚାଅ ଅଭିଯାନ’ ପ୍ରସଙ୍ଗକୁ ନେଇ ଆନନ୍ଦପୁରରୁ…

ମହିଳା କର୍ମଚାରୀଙ୍କୁ ଅଶ୍ଲୀଳ ଇଙ୍ଗିତ କରିବା ପଡ଼ିଲା ମହଙ୍ଗା: ବଦଳିଲେ ବିବାଦୀୟ ପ୍ରଧାନ ଶିକ୍ଷକ, ଥାନାରେ ଏତଲା

ଭବାନୀପାଟଣା, ୯।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ମଦନପୁର ସରକାରୀ ଏସଏସଡି (SSD) ସ୍କୁଲର ପ୍ରଧାନଶିକ୍ଷକ ଶାନ୍ତନୁ କୁମାର ମେହେରଙ୍କୁ ମହିଳା କର୍ମଚାରୀଙ୍କୁ ଅଶ୍ଲୀଳ ଇଙ୍ଗିତ କରିବା…

କେମିତି ପାତାଳଗଙ୍ଗା ନଦୀରେ ଭାସିଗଲା ହଜାର ହଜାର LPG ସିଲିଣ୍ଡର, ଜାଣନ୍ତୁ ଏହା ପଛର ବଡ଼ କାରଣ

ମୁମ୍ବାଇ,୯।୭: ମହାରାଷ୍ଟ୍ରରେ ନିରନ୍ତର ମୁଷଳଧାରାରେ ବର୍ଷା ଏବେ ଦୈନନ୍ଦିନ ଜୀବନ ଏବଂ ଶିଳ୍ପ ପ୍ରତିଷ୍ଠାନ ଉଭୟ ଉପରେ ଖୁବ୍‌ ପ୍ରଭାବ ପକାଇଛି। ଚାଭନେ (ପାନଭେଲ ତାଲୁକା, ରାୟଗଡ…

ବେଆଇନ ବିସ୍ଫୋରକ ବିରୋଧରେ ଗଞ୍ଜାମ ପୋଲିସର ସ୍ୱତନ୍ତ୍ର ଅଭିଯାନ: ୧୮ ମାମଲା ରୁଜୁ, ୨୪ ଗିରଫ

ଛତ୍ରପୁର,୯।୭ (ଦିଲ୍ଲୀପ ସାମଲ): ଜନସାଧାରଣଙ୍କ ସୁରକ୍ଷା ନିଶ୍ଚିତ କରିବା ଏବଂ ବିସ୍ଫୋରକ ପଦାର୍ଥର ବେଆଇନ ମହଜୁଦ, ପରିବହନ ଓ ଦୁରୁପଯୋଗକୁ ରୋକିବା ଲକ୍ଷ୍ୟରେ ଗଞ୍ଜାମ ପୋଲିସ ପକ୍ଷରୁ…

ଜୋତା ଫ୍ୟାକ୍ଟ୍ରିରେ ଭୟାବହ ଅଗ୍ନିକାଣ୍ଡ, ଜୀବନ୍ତ ଜଳିଗଲେ ୨୮ ଜଣ, ଆସିଲା ଛାତିଥରା Video

ବେଜିଂ,୯।୭: ଗୁରୁବାର (ଜୁଲାଇ ୯, ୨୦୨୬) ଦିନ ଚାଇନାର ଜିନଜିଆଙ୍ଗରେ ଏକ ଜୋତା କାରଖାନାରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଥିଲା, ଯାହା ଫଳରେ ୨୮ ଜଣଙ୍କର ମୃତ୍ୟୁ ହୋଇଥିଲା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri