କେନ୍ଦ୍ରାପଡ଼ା ରସାବଳିକୁ ଜିଆଇ ଟ୍ୟାଗ୍‌ ଦାବି

ଭୁବନେଶ୍ୱର,୨ା୮(ବ୍ୟୁରୋ): କେନ୍ଦ୍ରାପଡ଼ା ରସାବଳିକୁ ଭୌଗୋଳିକ ସଙ୍କେତ ବା ଜିଆଇ ଟ୍ୟାଗ୍‌ ମାନ୍ୟତା ଦେବାକୁ ବିଜେଡି ପକ୍ଷରୁ ଦାବି ଉଠାଯାଇଛି। ବିଜେଡିର ୩ ରାଜ୍ୟ ସଭା ସଦସ୍ୟ ଏନେଇ କେନ୍ଦ୍ରମନ୍ତ୍ରୀ ପୀୟୂଷ ଗୋଏଲଙ୍କ ନିକଟରେ ଦାବି ରଖିଛନ୍ତି। ରାଜ୍ୟ ସଭା ସଦସ୍ୟ ସୁବାସ ସିଂଙ୍କ ନେତୃତ୍ୱରେ ମୁନ୍ନା ଖାଁ ଏବଂ ମମତା ମହନ୍ତ ଏନେଇ କେନ୍ଦ୍ରମନ୍ତ୍ରୀଙ୍କୁ ଏକ ସ୍ମାରକପତ୍ର ପ୍ରଦାନ କରିଛନ୍ତି।
ଇତିହାସ ଅନୁଯାୟୀ ଗଙ୍ଗ ରାଜତ୍ୱ ସମୟରୁ ଅର୍ଥାତ୍‌ ୪ଶହ ବର୍ଷ ପୂର୍ବରୁ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ରସାବଳି ବଳଦେବ ଜୀଉଙ୍କ ମୁଖ୍ୟ ପ୍ରସାଦ ଭାବେ ଜଣାଶୁଣା। ସୁସ୍ବାଦୁ ମିଷ୍ଟାନ୍ନ ରସାବଳିକୁ କେନ୍ଦ୍ରାପଡ଼ାବାସୀ ବିକ୍ରୟ କରି ନିଜର ଗୁଜୁରାଣ ମେଣ୍ଟାନ୍ତି। ଏପରି କି ଏହି ରସାବଳିର ସ୍ବାଦ ଦେଶ, ବିଦେଶକୁ ବ୍ୟାପିଥିଲେ ମଧ୍ୟ ବର୍ତ୍ତମାନ ପର୍ଯ୍ୟନ୍ତ ଏହାକୁ ଜିଆଇ ଟ୍ୟାଗ୍‌ ମିଳିପାରି ନାହିଁ। ଦେଶ ଓ ରାଜ୍ୟର ପ୍ରମୁଖ ପ୍ରଦର୍ଶନୀ ଓ ଓଡ଼ିଶା ପ୍ରସିଦ୍ଧ ବାଲିଯାତ୍ରାରେ ରସାବଳି ପ୍ରଦର୍ଶିତ ହୋଇ ଆଦୃତ ହୋଇପାରିଛି। କେନ୍ଦ୍ରାପଡ଼ା ରସାବଳିକୁ ଜିଆଇ ମାନ୍ୟତା ମିଳିପାରିଲେ ଏହା ଅନ୍ତର୍ଜାତୀୟସ୍ତରରେ ସ୍ବୀକୃତି ପାଇପାରିବା ସହ ଦେଶ ଓ ବିଦେଶରେ ମଧ୍ୟ ଆଦୃତ ହୋଇପାରିବ। ଅନ୍ୟପଟେ ଜାତୀୟ ଓ ଅନ୍ତର୍ଜାତୀୟ ପର୍ଯ୍ୟଟକମାନେ ମଧ୍ୟ କେନ୍ଦ୍ରାପଡ଼ା ପ୍ରତି ଆକର୍ଷିତ ହେବେ। ଏଥିସହିତ ବିଶ୍ୱର ସବୁଠାରୁ ଆକର୍ଷିତ ସ୍ଥାନ ଭିତରକନିକା ଜୈବ ବିବିଧତା, ୧୮୦ ବର୍ଷ ପୁରୁଣା ବ୍ରିଟିଶ ସମୟର ହୁକିଟୋଲା ବତିଘର ଓ ବଙ୍ଗୋପସାଗର ବିସ୍ତୀର୍ଣ୍ଣ ଜଳରାଶି ଆଦି ପର୍ଯ୍ୟଟକଙ୍କୁ କେନ୍ଦ୍ରାପଡ଼ା ତୁଳସୀକ୍ଷେତ୍ରକୁ ଆକର୍ଷଣ କରିବାରେ ଏକ ବଡ଼ ଭୂମିକା ନେବାରେ ସହାୟକ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ବିସ୍କୁଟ ଲୋଭ ଦେଖାଇ ଯୌନ ନିର୍ଯାତନା, ଚାଲିଗଲା ୩ବର୍ଷ ଶିଶୁର ଜୀବନ

ଚେନ୍ନାଇ,୧୫।୬: ତାମିଲନାଡୁର ତିରୁଭଲ୍ଲୁର ଜିଲାର ଗୁମ୍ମିଡିପୁଣ୍ଡିରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛ । ଯୌନ ନିର୍ଯାତନା ପରେ ତିନି ବର୍ଷର ଛୁଆର ମୃତ୍ୟୁ ହୋଇଛି । ବିହାରର…

ପରକୀୟା ପ୍ରୀତିକୁ ନେଇ ହତ୍ୟା: ସାଙ୍ଗନେଲା ସାଙ୍ଗର ଜୀବନ ୨୨ ଦିନ ପରେ…

ନୀଳଗିରି, ୧୫।୬ (ପ୍ରଶାନ୍ତ କୁମାର ବିଶ୍ୱାଳ): ବନ୍ଧୁତ୍ୱର ପବିତ୍ର ସମ୍ପର୍କକୁ କଳଙ୍କିତ କରିଛି ଏକ ଚାଞ୍ଚଲ୍ୟକର ହତ୍ୟାକାଣ୍ଡ। ପରକୀୟା ପ୍ରୀତିକୁ କେନ୍ଦ୍ରକରି ଜଣେ ବନ୍ଧୁ ଅନ୍ୟ ଜଣେ…

କକ୍ରୋଚ୍ ଜନତା ପାର୍ଟିର ପ୍ରତିଷ୍ଠାତାଙ୍କୁ ଆକ୍ରମଣ, ଚାପୁଡ଼ା ମାରି….

ଜୟପୁର,୧୫।୬: ରାଜସ୍ଥାନର ଜୟପୁରରେ କକ୍ରୋଚ୍ ଜନତା ପାର୍ଟିର ଅଭିଜିତ୍ ଦୀପକେଙ୍କୁ ଚାପୁଡ଼ା ମାଡ଼ ହୋଇଛି । ରିପୋର୍ଟ ଅନୁଯାୟୀ, ଜଣେ ଅଜଣା ଯୁବକ ଏକ ପ୍ରତିବାଦ ସମୟରେ…

ବଡ଼ ଭଉଣୀ ସାମ୍ନାରେ ସାନ ଭଉଣୀଙ୍କୁ ଗଣବଳାତ୍କାର, ଶୌଚ ପାଇଁ ଯାଇଥିବା ବେଳେ ଟେକିନେଇ…

ବାରିପଦା,୧୫।୬(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ରାଇରଙ୍ଗପୁର ଟାଉନ ଥାନା ଅଞ୍ଚଳରେ ଜଣେ ନାବାଳିକାଙ୍କୁ ବଳାତ୍କାର ହୋଇଥିବା ନେଇ ଅଭିଯୋଗ ହୋଇଛି । ବଡ ଭଉଣୀ ସହ ଶୌଚ…

୨ ଚୋରି ମାମଲାର ପର୍ଦ୍ଦାଫାଶ, ୪ ଅଭିଯୁକ୍ତ ଗିରଫ, ଚୋରି ସାମଗ୍ରୀ ଜବତ

ଖଜୁରୀପଡ଼ା,୧୫।୬(ବିଦୁର ବେହେରା): କନ୍ଧମାଳ ଜିଲା ଖଜୁରୀପଡ଼ା ଥାନା ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଅଞ୍ଚଳରେ ଘଟିଥିବା ଦୁଇଟି ପୃଥକ ଚୋରି ମାମଲାର ତଦନ୍ତ କରି ପୋଲିସ…

ଚକରାଘାଟି ବୁଲିଯିବା ବେଳେ ଦୁର୍ଘଟଣାରେ ଚନ୍ଦନଙ୍କ ମୃତ୍ୟୁ, ସମବେଦନା ଜଣାଇଲେ ଭଞ୍ଜନଗର ବିଧାୟକ

ଭଞ୍ଜନଗର,୧୫।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କୁଲାଡ ମୁଖ୍ୟ ରାସ୍ତାର ତୁଳସିପଲ୍ଲୀ ଛକ ନିକଟରେ ସୋମବାର ଅପରାହ୍ନରେ ଏକ ମର୍ମନ୍ତୁଦ ଦୁର୍ଘଟଣା ହୋଇଛି । ବାଇକ୍ ଓ ସାଇକେଲ…

୧୧ କେଭି ତାର ନେଲା ୭ ମଇଁସିଙ୍କ ଜୀବନ: ଉତ୍ତେଜନା ରାସ୍ତାରୋକୋ

ଖଣ୍ଡପଡ଼ା/ନୟାଗଡ଼(ଅଜୟ କୁମାର ମହାରଣା/ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଖଣ୍ଡପଡ଼ା ବ୍ଲକ ଅଧୀନ ବଡ଼ ବାଣପୁର ପଞ୍ଚାୟତ ଘଣାଶାଳିଆ ଗ୍ରାମରେ ସୋମବାର ଏକ ଦୁଖଃଦ ଘଟଣା ସାମ୍ନାକୁ ଆସିଛି।…

ନାଳରୁ ୧୬ଫୁଟର କୁମ୍ଭୀର ଉଦ୍ଧାର, ଜାଲ ପକାଇ ଧରିଲେ….

ରାଜନଗର,୧୫।୬(ଭାସ୍କର ରାଉତରାୟ): ରାଜନଗର ବ୍ଲକ ଜରିମୂଳ ବଜାରର ମାଟିଆ ମଙ୍ଗଳା ଛକ ନିକଟରେ ଥିବା ପାଣି ନାଳରୁ କୁମ୍ଭୀର ଉଦ୍ଧାର କରାଯାଇଛି । ବନବିଭାଗ ଟିମ ୧୬ଫୁଟର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri